ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅକ୍ଟୋବର 2026 › ଅକ୍ଟୋବର 2
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 2 ଅକ୍ଟୋବର 2026
ଶୁକ୍ରବାର · ସାଧାରଣ କାଳର 26ତମ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର 26ତମ ସପ୍ତାହର ଶୁକ୍ରବାର
ସ୍ମୃତି ଦିବସ · ଉପାସନାର ରଙ୍ଗ: ଧଳା
ପବିତ୍ର ରକ୍ଷକ ଦୂତମାନେ · ସ୍ମୃତି ଦିବସ
ଉପବାସ ଓ ପ୍ରାୟଶ୍ଚିତ୍ତ
ପ୍ରାୟଶ୍ଚିତ୍ତର ଦିନ
ପ୍ରତ୍ୟେକ ଶୁକ୍ରବାର ପ୍ରାୟଶ୍ଚିତ୍ତର ଦିନ; ପ୍ରତ୍ୟେକ ବିଶପ୍ ସମ୍ମିଳନୀ ଏହା କିପରି ପାଳିବାକୁ ହେବ ସ୍ଥିର କରେ: ମାଂସରୁ ବିରତି କିମ୍ବା ପ୍ରାୟଶ୍ଚିତ୍ତର ଅନ୍ୟ କାର୍ଯ୍ୟ। ଉପବାସ 18ରୁ 59 ବର୍ଷ ପର୍ଯ୍ୟନ୍ତ, ବିରତି 14 ବର୍ଷରୁ ବାଧ୍ୟତାମୂଳକ।
ଦିନର ପାଠ
ପ୍ରଥମ ପାଠ
1ଏଥିଉତ୍ତାରେ ସଦାପ୍ରଭୁ ଘୂର୍ଣ୍ଣିବାୟୁ ମଧ୍ୟରୁ ଆୟୁବକୁ ଉତ୍ତର ଦେଇ କହିଲେ, 12ଯେପରି ପ୍ରଭାତ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ଅବଲମ୍ବନ କରିବ ଓ ଦୁଷ୍ଟମାନେ ପୃଥିବୀରୁ ଝଡ଼ି ପଡ଼ିବେ; 13ଏଥିପାଇଁ ତୁମ୍ଭେ କି ଆପଣା ଦିନର ଆରମ୍ଭଠାରୁ ପ୍ରଭାତକୁ ଆଜ୍ଞା ଦେଉଅଛ ଓ ଅରୁଣକୁ ତହିଁର ଉଦୟ ସ୍ଥାନ ଜଣାଇଅଛ? 14ମୋହରାଙ୍କିତ ମୃତ୍ତିକା ତୁଲ୍ୟ ତାହା ରୂପାନ୍ତରିତ ହୁଏ; ଓ ସକଳ ପଦାର୍ଥ ବସ୍ତ୍ର ତୁଲ୍ୟ ଦେଖାଯାଏ; 15ଦୁଷ୍ଟମାନଙ୍କଠାରୁ ସେମାନଙ୍କ ଦୀପ୍ତି ନିବାରିତ ହୁଏ ଓ ଉଚ୍ଚ ବାହୁ ଭଗ୍ନ ହୁଏ। 16ତୁମ୍ଭେ କି ସମୁଦ୍ରର ଝର ପର୍ଯ୍ୟନ୍ତ ପ୍ରବେଶ କରିଅଛ? ଅବା ତୁମ୍ଭେ କି ବାରିଧିର ଗୁପ୍ତସ୍ଥଳୀମାନଙ୍କରେ ଗତାୟାତ କରିଅଛ? 17ତୁମ୍ଭ ନିକଟରେ କି ମୃତ୍ୟୁର ଦ୍ୱାରସବୁ ପ୍ରକାଶିତ ହୋଇଅଛି? ଅବା ତୁମ୍ଭେ କି ମୃତ୍ୟୁଚ୍ଛାୟାର ଦ୍ୱାରସବୁ ଦେଖିଅଛ? 18ତୁମ୍ଭେ କି ପୃଥିବୀର ବିସ୍ତୃତି ବୁଝିଅଛ? ଏସବୁ ଯଦି ଜାଣ, ପ୍ରକାଶ କର। 19ଦୀପ୍ତିର ବାସସ୍ଥାନକୁ ପଥ କାହିଁ? ଓ ଅନ୍ଧକାରର ସ୍ଥାନ କେଉଁଠାରେ? 20ତୁମ୍ଭେ କି ତହିଁର ସୀମାକୁ ତାହାକୁ ନେଇପାର? ଓ ତହିଁର ଗୃହ-ପଥ କି ଚିହ୍ନିପାର? 21ସନ୍ଦେହ ନାହିଁ, ତୁମ୍ଭେ ଜାଣ, କାରଣ ସେତେବେଳେ ତୁମ୍ଭେ ଜନ୍ମ ହୋଇଥିଲ ଓ ତୁମ୍ଭ ଦିନର ସଂଖ୍ୟା ବହୁତ! 40:3ତହୁଁ ଆୟୁବ ସଦାପ୍ରଭୁଙ୍କୁ ଉତ୍ତର ଦେଇ କହିଲା, 4“ଦେଖ, ମୁଁ ଅକିଞ୍ଚନା; ତୁମ୍ଭକୁ କି ଉତ୍ତର ଦେବି? ମୁଁ ନିଜ ମୁଖରେ ଆପଣା ହାତ ଦିଏ।
ପ୍ରତିଉତ୍ତର ଗୀତ
1ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ହେ ସଦାପ୍ରଭୋ, ତୁମ୍ଭେ ମୋହର ଅନୁସନ୍ଧାନ କରିଅଛ ଓ ମୋହର ପରିଚୟ ନେଇଅଛ। 2ତୁମ୍ଭେ ମୋହର ବସିବାର ଓ ଉଠିବାର ଜାଣୁଅଛ, ତୁମ୍ଭେ ଦୂରରୁ ମୋହର ସଂକଳ୍ପ ବୁଝୁଅଛ। 3ତୁମ୍ଭେ ମୋହର ଗମନ ଓ ଶୟନ ଅନୁସନ୍ଧାନ କରୁଅଛ, ଆଉ ମୋହର ସକଳ ଗତି ଜାଣୁଅଛ। 7ତୁମ୍ଭ ଆତ୍ମାଠାରୁ ମୁଁ କେଉଁଠାକୁ ଯିବି? ଅବା ତୁମ୍ଭ ସାକ୍ଷାତରୁ ମୁଁ କେଉଁଠାକୁ ପଳାଇବି? 8ଯଦି ମୁଁ ସ୍ୱର୍ଗକୁ ଆରୋହଣ କରେ, ତେବେ ତୁମ୍ଭେ ସେଠାରେ। ଯଦି ମୁଁ ପାତାଳରେ ବିଛଣା କରେ, ତେବେ ଦେଖ, ତୁମ୍ଭେ ସେଠାରେ 9ଯଦି ମୁଁ ଅରୁଣର ପକ୍ଷ ଧରେ ଓ ସମୁଦ୍ରର ପ୍ରାନ୍ତସୀମାରେ ବାସ କରେ; 10ସେଠାରେ ହେଁ ତୁମ୍ଭର ହସ୍ତ ମୋତେ ଚଳାଇବ ଓ ତୁମ୍ଭର ଦକ୍ଷିଣ ହସ୍ତ ମୋତେ ଧରିବ। 13କାରଣ ତୁମ୍ଭେ ମୋହର ମର୍ମର କର୍ତ୍ତା; ତୁମ୍ଭେ ମୋତେ ମାତୃଗର୍ଭରେ ଆଚ୍ଛାଦନ କରିଅଛ। 14ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି; କାରଣ ମୁଁ ଭୟଙ୍କର ଓ ଆଶ୍ଚର୍ଯ୍ୟ ରୂପେ ନିର୍ମିତ; ତୁମ୍ଭର କର୍ମସକଳ ଆଶ୍ଚର୍ଯ୍ୟ; ଏହା ମୁଁ ଭଲ ରୂପେ ଜାଣେ।
ସୁସମାଚାର
1ସେତେବେଳେ ଶିଷ୍ୟମାନେ ଯୀଶୁଙ୍କ ପାଖକୁ ଆସି ପଚାରିଲେ, ତେବେ ସ୍ୱର୍ଗରାଜ୍ୟରେ କିଏ ଶ୍ରେଷ୍ଠ? 2ସେ ଗୋଟିଏ ସାନ ପିଲାକୁ ପାଖକୁ ଡାକି ସେମାନଙ୍କ ମଧ୍ୟରେ ଠିଆ କରାଇଲେ, 3“ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତୁମ୍ଭେମାନେ ଫେରି ସାନ ପିଲା ପରି ନ ହେଲେ କୌଣସି ପ୍ରକାରେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବ ନାହିଁ। 4ଅତଏବ ଯେ କେହି ଏହି ସାନ ପିଲା ପରି ଆପଣାକୁ ନମ୍ର କରେ, ସେ ସ୍ୱର୍ଗରାଜ୍ୟରେ ଶ୍ରେଷ୍ଠ। 5ଆଉ ଯେ କେହି ମୋ ନାମରେ ଏହିପରି ଗୋଟିଏ ସାନ ପିଲାକୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ; 10ସାବଧାନ, ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକୁ ହିଁ ତୁଚ୍ଛଜ୍ଞାନ କର ନାହିଁ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସ୍ୱର୍ଗରେ ସେମାନଙ୍କର ଦୂତମାନେ ସର୍ବଦା ମୋହର ସ୍ୱର୍ଗସ୍ଥ ପିତାଙ୍କ ମୁଖ ଦର୍ଶନ କରନ୍ତି।
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର A, ସପ୍ତାହ ଦିନର ବର୍ଷ II।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର