ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅକ୍ଟୋବର 2026 › ଅକ୍ଟୋବର 3
ଅର୍ଥୋଡକ୍ସ ପଞ୍ଜିକା · 20 ସେପ୍ଟେମ୍ବର (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 3 ଅକ୍ଟୋବର 2026
ଶନିବାର · ପେଣ୍ଟିକଷ୍ଟ ପରେ 18ତମ ସପ୍ତାହ · ସ୍ୱର 8
ପର୍ବ ଓ ସନ୍ଥ
ଉତ୍ତୋଳନ ପର୍ବ ପରର ଶନିବାର
ଉପବାସ
ଉପବାସ ନାହିଁ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର (କ୍ରୁଶର ଉତ୍ତୋଳନ ପରର ଶନିବାର ପାଇଁ)
26କାରଣ, ହେ ଭାଇମାନେ, ତୁମ୍ଭମାନଙ୍କ ଆହ୍ୱାନ ବିଷୟ ଭାବି ଦେଖ, ସାଂସାରିକ ମତାନୁସାରେ ଅନେକ ଜ୍ଞାନୀ, ଅନେକ କ୍ଷମତାପନ୍ନ ବା ଅନେକ କୁଳୀନ ଆହୂତ ହୋଇ ନାହାନ୍ତି; 27କିନ୍ତୁ ଯେପରି କୌଣସି ମର୍ତ୍ତ୍ୟ ଈଶ୍ବରଙ୍କ ଛାମୁରେ ଗର୍ବ ନ କରେ, 28ଏଥିପାଇଁ ଈଶ୍ବର ଜ୍ଞାନୀମାନଙ୍କୁ ଲଜ୍ଜା ଦେବା ନିମନ୍ତେ ଜଗତର ମୂର୍ଖମାନଙ୍କୁ ମନୋନୀତ କଲେ, ପୁଣି, ବଳବାନମାନଙ୍କୁ ଲଜ୍ଜା ଦେବା ନିମନ୍ତେ ଈଶ୍ବର ଜଗତର ଦୁର୍ବଳମାନଙ୍କୁ ମନୋନୀତ କଲେ, 29ଆଉ ଯାହା ଜଗତ ଚକ୍ଷୁରେ ମାନ୍ୟଗଣ୍ୟ, ସେ ସବୁକୁ ବ୍ୟର୍ଥ କରିବା ନିମନ୍ତେ ଈଶ୍ବର ଜଗତର ନୀଚ ଓ ତୁଚ୍ଛ ଲୋକମାନଙ୍କୁ, ହଁ, ନଗଣ୍ୟ ଲୋକମାନଙ୍କୁ ମନୋନୀତ କଲେ।
ପତ୍ର
39ସମସ୍ତ ଶରୀର ଏକ-ପ୍ରକାର ଶରୀର ନୁହେଁ, ମାତ୍ର ମନୁଷ୍ୟମାନଙ୍କ ଏକ-ପ୍ରକାର ଶରୀର, ପଶୁମାନଙ୍କର ଅନ୍ୟ ପ୍ରକାର ଶରୀର, ପୁଣି, ପକ୍ଷୀମାନଙ୍କର ଆଉ ଏକ-ପ୍ରକାର ଶରୀର ଓ ମତ୍ସ୍ୟମାନଙ୍କର ଅନ୍ୟ ପ୍ରକାର ଶରୀର। 40ଆକାଶସ୍ଥ ଶରୀର ଅଛି, ପୃଥିବୀସ୍ଥ ଶରୀର ମଧ୍ୟ ଅଛି, କିନ୍ତୁ ଆକାଶସ୍ଥ ଶରୀରର ଏକ-ପ୍ରକାର ତେଜ, ଆଉ ପୃଥିବୀସ୍ଥ ଶରୀରର ଅନ୍ୟ ପ୍ରକାର ତେଜ। 41ସୂର୍ଯ୍ୟର ଏକ-ପ୍ରକାର ତେଜ, ଚନ୍ଦ୍ରର ଅନ୍ୟ ପ୍ରକାର ତେଜ ଓ ନକ୍ଷତ୍ରମାଳାର ଅନ୍ୟ ପ୍ରକାର ତେଜ କାରଣ ତେଜରେ ଗୋଟିଏ ନକ୍ଷତ୍ର ଅନ୍ୟ ନକ୍ଷତ୍ରଠାରୁ ଭିନ୍ନ। 42ମୃତମାନଙ୍କର ପୁନରୁତ୍ଥାନ ମଧ୍ୟ ସେହି ପ୍ରକାର। କ୍ଷୟରେ ବୁଣାଯାଏ, ଅକ୍ଷୟ ହୋଇ ଉତ୍ଥିତ ହୁଏ; 43ଅନାଦରରେ ବୁଣାଯାଏ, ଗୌରବାନ୍ୱିତ ହୋଇ ଉତ୍ଥିତ ହୁଏ; ଦୁର୍ବଳତାରେ ବୁଣାଯାଏ, ଶକ୍ତି ଦ୍ୱାରା ଉତ୍ଥିତ ହୁଏ; 44ପ୍ରାକୃତିକ ଶରୀର ବୁଣାଯାଏ, ଆତ୍ମିକ ଶରୀର ଉତ୍ଥିତ ହୁଏ। ଯଦି ପ୍ରାକୃତିକ ଶରୀର ଅଛି, ତେବେ ଆତ୍ମିକ ଶରୀରସୁଦ୍ଧା ଅଛି। 45ଏହିପରି ଶାସ୍ତ୍ରରେ ମଧ୍ୟ ଲେଖାଅଛି, ପ୍ରଥମ ମନୁଷ୍ୟ ଆଦମ ଜୀବିତ ପ୍ରାଣୀ ହେଲେ ଶେଷ ଆଦମ ଜୀବନଦାୟକ ଆତ୍ମା ହେଲେ।
ସୁସମାଚାର (କ୍ରୁଶର ଉତ୍ତୋଳନ ପରର ଶନିବାର ପାଇଁ)
21ସେଥିରେ ସେ ପୁନର୍ବାର ସେମାନଙ୍କୁ କହିଲେ, “ମୁଁ ଯାଉଅଛି, ଆଉ ତୁମ୍ଭେମାନେ ମୋତେ ଖୋଜିବ ଓ ଆପଣା ଆପଣା ପାପରେ ମରିବ, ମୁଁ ଯେଉଁଠାକୁ ଯାଉଅଛି, ତୁମ୍ଭେମାନେ ସେଠାକୁ ଯାଇ ପାର ନାହିଁ।” 22ତେଣୁ ଯିହୁଦୀମାନେ କହିବାକୁ ଲାଗିଲେ, ଏ କଅଣ ଆତ୍ମହତ୍ୟା କରିବ ବୋଲି କହୁଅଛି, “ମୁଁ ଯେଉଁଠାକୁ ଯାଉଅଛି, ତୁମ୍ଭେମାନେ ସେଠାକୁ ଯାଇ ପାର ନାହିଁ?” 23ସେଥିରେ ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଅଧଃସ୍ଥାନରୁ ଉତ୍ପନ୍ନ, ମୁଁ ଊର୍ଦ୍ଧ୍ୱସ୍ଥାନରୁ ଉତ୍ପନ୍ନ; ତୁମ୍ଭେମାନେ ଜଗତରୁ ଉତ୍ପନ୍ନ, ମୁଁ ଜଗତରୁ ଉତ୍ପନ୍ନ ନୁହେଁ।” 24ତେଣୁ ତୁମ୍ଭେମାନେ ଆପଣା ଆପଣା ପାପରେ ମରିବ, “ମୁଁ ତୁମ୍ଭମାନଙ୍କୁ ଏହା କହିଲି; କାରଣ ମୁଁ ଯେ ସେହି ବ୍ୟକ୍ତି, ଏହା ତୁମ୍ଭେମାନେ ବିଶ୍ୱାସ ନ କଲେ ଆପଣା ଆପଣା ପାପରେ ମରିବ।” 25ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ତୁମ୍ଭେ କିଏ? ଯୀଶୁ ସେମାନଙ୍କୁ କହିଲେ, “ପ୍ରାରମ୍ଭରୁ ମୁଁ ତୁମ୍ଭମାନଙ୍କୁ ଯାହା କହିଅଛି। 26ତୁମ୍ଭମାନଙ୍କ ସମ୍ବନ୍ଧରେ କଥା କହିବାକୁ ଓ ବିଚାର କରିବାକୁ ମୋହର ଅନେକ ବିଷୟ ଅଛି; ଯାହା ହେଉ, ମୋହର ପ୍ରେରଣକର୍ତ୍ତା ସତ୍ୟ, ଆଉ ମୁଁ ତାହାଙ୍କଠାରୁ ଯାହା ଯାହା ଶ୍ରବଣ କଲି, ସେହିସବୁ ଜଗତକୁ ଜଣାଉଅଛି।” 27ସେ ଯେ ପିତାଙ୍କ ସମ୍ବନ୍ଧରେ ସେମାନଙ୍କୁ କହୁଥିଲେ, ଏହା ସେମାନେ ବୁଝିଲେ ନାହିଁ। 28ଅତଏବ, ଯୀଶୁ କହିଲେ, “ଯେତେବେଳେ ତୁମ୍ଭେମାନେ ମନୁଷ୍ୟପୁତ୍ରଙ୍କୁ ଗୌରବ ଦେବ, ସେତେବେଳେ ମୁଁ ଯେ ସେହି ବ୍ୟକ୍ତି ଓ ମୁଁ ନିଜରୁ କିଛି ନ କରି ବରଂ ପିତା ମୋତେ ଯେପ୍ରକାର ଶିକ୍ଷା ଦେଲେ, ସେହି ପ୍ରକାର ଏସମସ୍ତ କଥା ଯେ କହୁଅଛି, ଏହା ତୁମ୍ଭେମାନେ ବୁଝିବ। 29ମୋହର ପ୍ରେରଣକର୍ତ୍ତା ମୋʼ ସାଙ୍ଗରେ ଅଛନ୍ତି; ସେ ମୋତେ ଏକାକୀ କରି ନାହାନ୍ତି, କାରଣ ମୁଁ ସର୍ବଦା ତାହାଙ୍କର ସନ୍ତୋଷଜନକ କାର୍ଯ୍ୟ କରେ।” 30ସେ ଏହି ସମସ୍ତ କଥା କହନ୍ତେ, ଅନେକେ ଯୀଶୁଙ୍କଠାରେ ବିଶ୍ୱାସ କଲେ।
ସୁସମାଚାର
3ଏହି ସମୟରେ ଫାରୂଶୀମାନେ ତାହାଙ୍କ ପାଖକୁ ଆସି ତାହାଙ୍କୁ ପରୀକ୍ଷା କରି ପଚାରିଲେ, ଯେକୌଣସି କାରଣରୁ ଆପଣା ସ୍ତ୍ରୀ କି ପରିତ୍ୟାଗ କରିବା କଅଣ ନ୍ୟାୟସଙ୍ଗତ? 4ସେ ଉତ୍ତର ଦେଲେ, “ତୁମ୍ଭେମାନେ କଅଣ ପାଠ କରି ନାହଁ ଯେ, ସୃଷ୍ଟିକର୍ତ୍ତା ଆଦ୍ୟରୁ ସେମାନଙ୍କୁ ପୁରୁଷ ଓ ସ୍ତ୍ରୀ କରି ସୃଷ୍ଟି କଲେ,” 5ଆଉ କହିଲେ, “ଏହି କାରଣରୁ ପୁରୁଷ ପିତାମାତାଙ୍କୁ ପରିତ୍ୟାଗ କରି ନିଜ ସ୍ତ୍ରୀଠାରେ ଆସକ୍ତ ହେବ, ଆଉ ସେ ଦୁହେଁ ଏକାଙ୍ଗ ହେବେ?” 6“ଏଣୁ ସେମାନେ ଆଉ ଦୁଇ ନୁହଁନ୍ତି, କିନ୍ତୁ ଏକାଙ୍ଗ ଅଟନ୍ତି। ଅତଏବ ଈଶ୍ବର ଯାହା ସଂଯୁକ୍ତ କରିଅଛନ୍ତି, ମନୁଷ୍ୟ ତାହା ଅଲଗା ନ କରୁ।” 7ସେମାନେ ତାହାଙ୍କୁ ପଚାରିଲେ, ତେବେ ମୋଶା କାହିଁକି ତ୍ୟାଗପତ୍ର ଦେଇ ସ୍ତ୍ରୀକୁ ପରିତ୍ୟାଗ କରିବା ନିମନ୍ତେ ଆଜ୍ଞା ଦେଲେ? 8ଯୀଶୁ ସେମାନଙ୍କୁ କହିଲେ, “କାରଣ ତୁମ୍ଭମାନଙ୍କ ହୃଦୟର କଠିନତା ଦେଖି ମୋଶା ତୁମ୍ଭମାନଙ୍କୁ ଆପଣା ଆପଣା ସ୍ତ୍ରୀ କି ପରିତ୍ୟାଗ କରିବାକୁ ଅନୁମତି ଦେଲେ, କିନ୍ତୁ ଆଦ୍ୟରୁ ସେପରି ନ ଥିଲା।” 9“ମାତ୍ର ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ଆପଣା ସ୍ତ୍ରୀ କି ବ୍ୟଭିଚାର ଦୋଷ ବିନା ଅନ୍ୟ କାରଣରୁ ପରିତ୍ୟାଗ କରି ଅନ୍ୟକୁ ବିବାହ କରେ, ସେ ବ୍ୟଭିଚାର କରେ।” 10ଶିଷ୍ୟମାନେ ତାହାଙ୍କୁ କହିଲେ, ସ୍ତ୍ରୀ ସହିତ ମନୁଷ୍ୟର ଯଦି ଏହି ପ୍ରକାର ସମ୍ଵନ୍ଧ, ତେବେ ବିବାହ କରିବା ଭଲ ନୁହେଁ। 11କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, “ସମସ୍ତେ ଏହି କଥା ଗ୍ରହଣ କରିପାରନ୍ତି ନାହିଁ, କେବଳ ଯେଉଁମାନଙ୍କୁ କ୍ଷମତା ଦିଆଯାଇଅଛି, ସେମାନେ କରିପାରନ୍ତି। 12କାରଣ କେହି କେହି ମାତାର ଗର୍ଭରୁ ନପୁଂସକ ହୋଇ ଜନ୍ମ ହୋଇଅଛନ୍ତି, ଆଉ କେହି କେହି ମନୁଷ୍ୟମାନଙ୍କ ଦ୍ୱାରା ନପୁଂସକ କରାଯାଇଅଛନ୍ତି, ପୁଣି, ଆଉ କେହି କେହି ସ୍ୱର୍ଗରାଜ୍ୟ ସକାଶେ ଆପଣା ଆପଣାକୁ ନପୁଂସକ କରିଅଛନ୍ତି। ଯେଉଁ ଲୋକ ଗ୍ରହଣ କରିପାରେ, ସେ ଗ୍ରହଣ କରୁ।”
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ସେପ୍ଟେମ୍ବର 20 ନାଗରିକ ପଞ୍ଜିକାର ଅକ୍ଟୋବର 3। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର