ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅକ୍ଟୋବର 2026 › ଅକ୍ଟୋବର 5
ଅର୍ଥୋଡକ୍ସ ପଞ୍ଜିକା · 22 ସେପ୍ଟେମ୍ବର (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 5 ଅକ୍ଟୋବର 2026
ସୋମବାର · ପେଣ୍ଟିକଷ୍ଟ ପରେ 19ତମ ସପ୍ତାହ · ସ୍ୱର 1
ପର୍ବ ଓ ସନ୍ଥ
Prophet Jonah (8th C BC)
ଉପବାସ
ଉପବାସ ନାହିଁ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର
1ପାଉଲ ଓ ତୀମଥି, ଖ୍ରୀଷ୍ଟ ଯୀଶୁଙ୍କର ଦୁଇ ଦାସ, ଫିଲିପ୍ପୀରେ ଥିବା ଖ୍ରୀଷ୍ଟ ଯୀଶୁଙ୍କ ଆଶ୍ରିତ ସମସ୍ତ ସାଧୁଙ୍କ ନିକଟକୁ ପୁଣି, ଅଧ୍ୟକ୍ଷ ଓ ସେବକମାନଙ୍କ ନିକଟକୁ ପତ୍ର; 2ଆମ୍ଭମାନଙ୍କ ପିତା ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ। 3ମୁଁ ତୁମ୍ଭମାନଙ୍କୁ ଯେତେ ଥର ସ୍ମରଣ କରେ, ସେତେ ଥର ମୋହର ଈଶ୍ବରଙ୍କୁ ଧନ୍ୟବାଦ ଦେଇଥାଏ। 4ପ୍ରଥମ ଦିନଠାରୁ ଆଜି ପର୍ଯ୍ୟନ୍ତ ସୁସମାଚାରର ପକ୍ଷରେ ତୁମ୍ଭମାନଙ୍କ ସହଭାଗିତା ହେତୁ 5ତୁମ୍ଭ ସମସ୍ତଙ୍କ ନିମନ୍ତେ ସର୍ବଦା ମୁଁ ମୋହର ପ୍ରତ୍ୟେକ ପ୍ରାର୍ଥନାରେ ଆନନ୍ଦ ସହ ନିବେଦନ କରୁଅଛି 6କାରଣ ଯେ ତୁମ୍ଭମାନଙ୍କ ଅନ୍ତରରେ ଉତ୍ତମ କାର୍ଯ୍ୟ ଆରମ୍ଭ କରିଅଛନ୍ତି, ସେ ଖ୍ରୀଷ୍ଟ ଯୀଶୁଙ୍କ ଦିନ ପର୍ଯ୍ୟନ୍ତ ତାହା ସାଧନ କରି ସିଦ୍ଧ କରିବେ, ଏହା ତ ମୁଁ ଦୃଢ଼ରୂପେ ବିଶ୍ୱାସ କରେ; 7ଆଉ ତୁମ୍ଭ ସମସ୍ତଙ୍କ ବିଷୟରେ ମୋହର ଏପରି ଭାବିବା ଉଚିତ୍, ଯେଣୁ ତୁମ୍ଭେ ସମସ୍ତେ ମୋହର ବନ୍ଧନରେ ଯେପରି, ସୁସମାଚାର ପକ୍ଷ ସମର୍ଥନ ଓ ସେଥିର ସତ୍ୟ ପ୍ରମାଣ କରିବାରେ ସେହିପରି ମୋʼ ସହିତ ଅନୁଗ୍ରହର ସହଭାଗୀ ଅଟ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ହୃଦୟରେ ଧାରଣ କରିଅଛି।
ସୁସମାଚାର
19କିନ୍ତୁ ସାମନ୍ତରାଜା ହେରୋଦ ନିଜ ଭାଇଙ୍କ ଭାର୍ଯ୍ୟା ହେରୋଦିଆଙ୍କ ବିଷୟରେ ଏବଂ ନିଜେ କରିଥିବା ସମସ୍ତ ଦୁଷ୍କର୍ମ ବିଷୟରେ ଯୋହନଙ୍କ ଦ୍ୱାରା ଅନୁଯୋଗ ପାଇବାରୁ, 20ସେ ଯୋହନଙ୍କୁ କାରାଗାରରେ ବନ୍ଦୀ କରି ନିଜର ସମସ୍ତ ଦୁଷ୍କର୍ମ ସହିତ ଏହା ମଧ୍ୟ ଯୋଗ କଲେ। 21ସମସ୍ତ ଲୋକ ବାପ୍ତିଜିତ ହେଲା ପରେ ଯୀଶୁ ମଧ୍ୟ ବାପ୍ତିଜିତ ହୋଇ ପ୍ରାର୍ଥନା କରୁଥିବା ସମୟରେ ଆକାଶ ଖୋଲା ହେଲା, 22ପୁଣି, ପବିତ୍ର ଆତ୍ମା କପୋତର ଦେହ ଧାରଣ କରି ତାହାଙ୍କ ଉପରକୁ ଓହ୍ଲାଇ ଆସିଲେ; ଆଉ ଆକାଶରୁ ଏହି ବାଣୀ ହେଲା, ତୁମ୍ଭେ ଆମ୍ଭର ପ୍ରିୟ ପୁତ୍ର, ତୁମ୍ଭଠାରେ ଆମ୍ଭର ପରମ ସନ୍ତୋଷ।
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ସେପ୍ଟେମ୍ବର 22 ନାଗରିକ ପଞ୍ଜିକାର ଅକ୍ଟୋବର 5। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର