Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅକ୍ଟୋବର 2026 › ଅକ୍ଟୋବର 6

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 6 ଅକ୍ଟୋବର 2026

ମଙ୍ଗଳବାର · ସାଧାରଣ କାଳର 27ତମ ସପ୍ତାହ

ପର୍ବ ଓ ସନ୍ଥ

ସାଧାରଣ କାଳର 27ତମ ସପ୍ତାହର ମଙ୍ଗଳବାର

ଇଚ୍ଛାଧୀନ ସ୍ମୃତି ଦିବସ · ଉପାସନାର ରଙ୍ଗ: ସବୁଜ

ସନ୍ଥ ବ୍ରୁନୋ, ପୁରୋହିତ · ଇଚ୍ଛାଧୀନ ସ୍ମୃତି ଦିବସ

ଦିନର ପାଠ

ପ୍ରଥମ ପାଠ

ଗାଲା 1:13–24

13ପୂର୍ବେ ଯିହୁଦୀ ଧର୍ମରେ ମୋହର ଆଚରଣ ସମ୍ବନ୍ଧରେ ତୁମ୍ଭେମାନେ ତ ଶୁଣିଅଛ, ମୁଁ ଈଶ୍ବରଙ୍କ ମଣ୍ଡଳୀ କି ଅତିରିକ୍ତ ଭାବରେ ତାଡ଼ନା କରୁଥିଲି ଓ ତାହା ଉଚ୍ଛିନ୍ନ କରିବାକୁ ଚେଷ୍ଟା କରୁଥିଲି, 14ଆଉ, ମୋହର ପିତୃ-ପୁରୁଷଙ୍କ ପରମ୍ପରାଗତ ରୀତିନୀତି ନିମନ୍ତେ ଅତ୍ୟନ୍ତ ଉଦ୍‌ଯୋଗୀ ହୋଇ ମୋହର ସମବୟସ୍କ ସ୍ୱଜାତି ଲୋକମାନଙ୍କ ମଧ୍ୟରେ ଅନେକଙ୍କଠାରୁ ବଳି ଯିହୁଦୀ ଧର୍ମରେ ଅଗ୍ରସର ହେଉଥିଲି। 15କିନ୍ତୁ ଯେ ମୋହର ମାତାଙ୍କ ଉଦରରୁ ମୋତେ ପୃଥକ୍ କରିଥିଲେ ଓ ଆପଣା ଅନୁଗ୍ରହରେ ମୋତେ ଆହ୍ୱାନ କଲେ, 16ସେ ଯେତେବେଳେ ଆପଣା ପୁତ୍ରଙ୍କୁ ମୋʼ ଠାରେ ପ୍ରକାଶ କରିବା ନିମନ୍ତେ ସନ୍ତୁଷ୍ଟ ହେଲେ, ଯେପରି ମୁଁ ଅଣଯିହୁଦୀମାନଙ୍କ ମଧ୍ୟରେ ସୁସମାଚାର ପ୍ରଚାର କରେ, ସେତେବେଳେ ମୁଁ ମନୁଷ୍ୟଠାରୁ କୌଣସି ପରାମର୍ଶ ନ ନେଇ 17କିଅବା ମୋʼ ପୂର୍ବରେ ନିଯୁକ୍ତ ପ୍ରେରିତମାନଙ୍କ ନିକଟକୁ ଯିରୂଶାଲମ ସହରକୁ ନ ଯାଇ ସେହିକ୍ଷଣି ଆରବ ଦେଶକୁ ବାହାରିଗଲି; ପୁନଶ୍ଚ ମୁଁ ଦମ୍ମେଶକ ସହରକୁ ବାହୁଡ଼ି ଆସିଲି। 18ତାହା ପରେ ତିନି ବର୍ଷ ଉତ୍ତାରେ ମୁଁ ପିତରଙ୍କ ସହିତ ସାକ୍ଷାତ କରିବା ନିମନ୍ତେ ଯିରୂଶାଲମ ସହରକୁ ଗଲି ଓ ତାହାଙ୍କ ସହିତ ପନ୍ଦର ଦିନ ରହିଲି। 19କିନ୍ତୁ ପ୍ରଭୁଙ୍କ ଭାଇ ଯାକୁବଙ୍କ ଛଡ଼ା ପ୍ରେରିତମାନଙ୍କର ଅନ୍ୟ କାହାରିକୁ ଦେଖିଲି ନାହିଁ। 20ମୁଁ ଯେଉଁ ସବୁ ବିଷୟ ତୁମ୍ଭମାନଙ୍କୁ ଲେଖୁଅଛି, ଦେଖ, ଈଶ୍ବରଙ୍କ ସାକ୍ଷାତରେ କହୁଅଛି, ମୁଁ ମିଥ୍ୟା କହୁ ନାହିଁ 21ପରେ ମୁଁ ସିରିୟା ଓ କିଲିକିୟା ଅଞ୍ଚଳକୁ ଗଲି। 22ଯିହୂଦିୟା ପ୍ରଦେଶର ଖ୍ରୀଷ୍ଟାଶ୍ରିତ ମଣ୍ଡଳୀ-ସମୂହ ନିକଟରେ ମୁଁ ବ୍ୟକ୍ତିଗତ ଭାବରେ ପରିଚିତ ନ ଥିଲି; 23ସେମାନେ କେବଳ ଶୁଣୁଥିଲେ, ଏବଂ ଯେଉଁ ବ୍ୟକ୍ତି ପୂର୍ବେ ଆମ୍ଭମାନଙ୍କୁ ତାଡ଼ନା କରୁଥିଲେ, ଏବଂ ଥରେ ଯେଉଁ ବିଶ୍ୱାସମତକୁ ଉଚ୍ଛିନ୍ନ କରିବାକୁ ଚେଷ୍ଟା କରୁଥିଲେ, ସେ ଏବେ ସୁସମାଚାର ପ୍ରଚାର କରୁଅଛନ୍ତି; 24ଆଉ ସେମାନେ ମୋʼ ସକାଶେ ଈଶ୍ବରଙ୍କ ପ୍ରଶଂସା କରୁଥିଲେ।

ପ୍ରତିଉତ୍ତର ଗୀତ

ଗୀତ 139:1–3, 13–15

1ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ହେ ସଦାପ୍ରଭୋ, ତୁମ୍ଭେ ମୋହର ଅନୁସନ୍ଧାନ କରିଅଛ ଓ ମୋହର ପରିଚୟ ନେଇଅଛ। 2ତୁମ୍ଭେ ମୋହର ବସିବାର ଓ ଉଠିବାର ଜାଣୁଅଛ, ତୁମ୍ଭେ ଦୂରରୁ ମୋହର ସଂକଳ୍ପ ବୁଝୁଅଛ। 3ତୁମ୍ଭେ ମୋହର ଗମନ ଓ ଶୟନ ଅନୁସନ୍ଧାନ କରୁଅଛ, ଆଉ ମୋହର ସକଳ ଗତି ଜାଣୁଅଛ। 13କାରଣ ତୁମ୍ଭେ ମୋହର ମର୍ମର କର୍ତ୍ତା; ତୁମ୍ଭେ ମୋତେ ମାତୃଗର୍ଭରେ ଆଚ୍ଛାଦନ କରିଅଛ। 14ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି; କାରଣ ମୁଁ ଭୟଙ୍କର ଓ ଆଶ୍ଚର୍ଯ୍ୟ ରୂପେ ନିର୍ମିତ; ତୁମ୍ଭର କର୍ମସକଳ ଆଶ୍ଚର୍ଯ୍ୟ; ଏହା ମୁଁ ଭଲ ରୂପେ ଜାଣେ। 15ମୁଁ ଗୋପନରେ ନିର୍ମିତ ଓ ପୃଥିବୀର ଅଧଃସ୍ଥାନରେ ଶିଳ୍ପିତ ହେବା ସମୟରେ ମୋହର ଅସ୍ଥିପଞ୍ଜର ତୁମ୍ଭଠାରୁ ଗୁପ୍ତ ନ ଥିଲା।

ସୁସମାଚାର

ଲୂକ 10:38–42

38ସେମାନେ ଯାତ୍ରା କରୁଥିବା ସମୟରେ ସେ ଗୋଟିଏ ଗ୍ରାମରେ ପ୍ରବେଶ କଲେ ଏବଂ ମାର୍ଥା ନାମରେ ଜଣେ ସ୍ତ୍ରୀଲୋକ ଯୀଶୁଙ୍କୁ ନିଜ ଘରକୁ ଡାକିଲେ। 39ତାହାଙ୍କର ଜଣେ ଭଉଣୀ ଥିଲେ ତାହାଙ୍କ ନାମ ମରୀୟମ, ସେ ପ୍ରଭୁଙ୍କ ପାଦ ତଳେ ବସି ତାହାଙ୍କ ବାକ୍ୟ ଶୁଣୁଥିଲେ। 40କିନ୍ତୁ ମାର୍ଥା ଖାଦ୍ୟ ପ୍ରସ୍ତୁତ କରିବାରେ ବହୁତ ବ୍ୟସ୍ତ ହେଉଥିଲେ; ଏଣୁ ସେ ତାହାଙ୍କ ନିକଟକୁ ଆସି କହିଲେ, ହେ ପ୍ରଭୁ, ମୋହର ଭଉଣୀ ଯେ ଏକାକୀ ମୋʼ ଉପରେ ପରିଚର୍ଯ୍ୟାର ଭାର ପକାଇ ଦେଇଅଛି ସେ ଆଡ଼କୁ କଅଣ ଆପଣଙ୍କର ମନ ନାହିଁ? ତେବେ ମୋତେ ସାହାଯ୍ୟ କରିବା ନିମନ୍ତେ ତାହାକୁ କୁହନ୍ତୁ। 41କିନ୍ତୁ ପ୍ରଭୁ ତାହାଙ୍କୁ କହିଲେ, “ମାର୍ଥା, ମାର୍ଥା, ତୁମ୍ଭେ ବହୁତ ବିଷୟରେ ଚିନ୍ତିତ ଓ ବ୍ୟତିବ୍ୟସ୍ତ ହେଉଅଛ, 42କିନ୍ତୁ ଅଳ୍ପ କେତୋଟି, ବରଂ ଗୋଟିଏ ମାତ୍ର ଆବଶ୍ୟକ; ମରୀୟମ ତ ଉତ୍ତମ ଭାଗ ମନୋନୀତ କରିଅଛି, ଆଉ ତାହା ତାହାଠାରୁ ନିଆଯିବ ନାହିଁ।”

ଆଜିର ସନ୍ଥ

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର A, ସପ୍ତାହ ଦିନର ବର୍ଷ II।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର