Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅକ୍ଟୋବର 2026 › ଅକ୍ଟୋବର 7

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 7 ଅକ୍ଟୋବର 2026

ବୁଧବାର · ସାଧାରଣ କାଳର 27ତମ ସପ୍ତାହ

ପର୍ବ ଓ ସନ୍ଥ

ସାଧାରଣ କାଳର 27ତମ ସପ୍ତାହର ବୁଧବାର

ସ୍ମୃତି ଦିବସ · ଉପାସନାର ରଙ୍ଗ: ଧଳା

ଜପମାଳାର ମାତା ମରୀୟମ · ସ୍ମୃତି ଦିବସ

ଦିନର ପାଠ

ପ୍ରଥମ ପାଠ

ଗାଲା 2:1–2, 7–14

1ତାହା ପରେ ଚଉଦ ବର୍ଷ ଗତ ହୁଅନ୍ତେ, ମୁଁ ବର୍ଣ୍ଣବ୍ବାଙ୍କ ସହିତ ପୁନଶ୍ଚ ଯିରୂଶାଲମ ସହରକୁ ଗଲି, ତୀତସଙ୍କୁ ମଧ୍ୟ ସାଙ୍ଗରେ ଘେନିଯାଇଥିଲି। 2ମୁଁ ପ୍ରତ୍ୟାଦେଶ ପ୍ରାପ୍ତ ହୋଇ ଗମନ କଲି; ଆଉ ମୁଁ ଅଣଯିହୁଦୀମାନଙ୍କ ମଧ୍ୟରେ ଯେଉଁ ସୁସମାଚାର ପ୍ରଚାର କରୁଅଛି, ତାହା ସେମାନଙ୍କୁ ବୁଝାଇଦେଲି, କିନ୍ତୁ ମୋହର ପୂର୍ବ ଅବା ବର୍ତ୍ତମାନ ପରିଶ୍ରମ ଯେପରି ବିଫଳ ନ ହୁଏ, ଏଥିପାଇଁ ଯେଉଁମାନେ ସମ୍ମାନ ଯୋଗ୍ୟ, କେବଳ ସେମାନଙ୍କୁ ପୃଥକ୍ ଭାବରେ ବୁଝାଇଲି। 7ବରଂ ଅନ୍ୟ ପକ୍ଷରେ ଯେତେବେଳେ ସେମାନେ ଦେଖିଲେ ଯେ, ପିତରଙ୍କୁ ଯେପରି ସୁନ୍ନତିପ୍ରାପ୍ତ ଯିହୁଦୀମାନଙ୍କ ମଧ୍ୟରେ, ମୋତେ ସେହିପରି ଅସୁନ୍ନତିପ୍ରାପ୍ତ ଅଣଯିହୁଦୀମାନଙ୍କ ମଧ୍ୟରେ ସୁସମାଚାର ପ୍ରଚାର କରିବାର ଭାର ଅର୍ପିତ ହୋଇଅଛି, 8(କାରଣ ସୁନ୍ନତିମାନଙ୍କ ନିକଟରେ ପ୍ରେରିତପଦର କର୍ମ କରିବା ନିମନ୍ତେ ଯେ ପିତରଙ୍କୁ ସକ୍ଷମ କଲେ, ଅଣଯିହୁଦୀମାନଙ୍କ ନିକଟରେ ସେହି କର୍ମ କରିବାକୁ ସେ ମୋତେ ମଧ୍ୟ ସକ୍ଷମ କଲେ), 9ଆଉ, ଯେତେବେଳେ ସେମାନେ ମୋତେ ପ୍ରଦତ୍ତ ଅନୁଗ୍ରହ ବିଷୟ ବୁଝିଲେ, ସେତେବେଳେ ସ୍ତମ୍ଭ ସ୍ୱରୂପେ ଖ୍ୟାତ ଯାକୁବ, ପିତର ଓ ଯୋହନ ମୋତେ ଓ ବର୍ଣ୍ଣବ୍ବାଙ୍କୁ ସହଭାଗିତାର ଦକ୍ଷିଣ ହସ୍ତ ପ୍ରଦାନ କଲେ, ଯେପରି ଆମ୍ଭେମାନେ ଅଣଯିହୁଦୀମାନଙ୍କ ମଧ୍ୟରେ କାର୍ଯ୍ୟ କରୁ ଓ ସେମାନେ ସୁନ୍ନତିମାନଙ୍କ ମଧ୍ୟରେ କାର୍ଯ୍ୟ କରନ୍ତି; 10ଆମ୍ଭେମାନେ ଯେପରି ଦରିଦ୍ରମାନଙ୍କୁ ସ୍ମରଣ କରୁ, କେବଳ ଏହା ସେମାନେ ଆମ୍ଭମାନଙ୍କୁ କହିଥିଲେ; ତାହା କରିବା ନିମନ୍ତେ ମୁଁ ମଧ୍ୟ ଉଦ୍‍ଯୋଗୀ ଥିଲି। 11ଏବଂ ଯେତେବେଳେ କୈଫା ଆନ୍ତିୟଖିଆକୁ ଆସିଥିଲେ, ସେତେବେଳେ ମୁଁ ମୁଖ ଉପରେ ତାହାଙ୍କୁ ଅନୁଯୋଗ କଲି, କାରଣ ସେ ଦୋଷୀ ଥିଲେ। 12ଯେଣୁ ଯାକୁବଙ୍କଠାରୁ କେତେକ ଜଣ ଆସିବା ପୂର୍ବେ ସେ ଅଣଯିହୁଦୀ ବିଶ୍ୱାସୀମାନଙ୍କ ସହିତ ଭୋଜନ କରୁଥିଲେ, କିନ୍ତୁ ଯେତେବେଳେ ସେମାନେ ଆସିଲେ, ସେତେବେଳେ ସେ ସୁନ୍ନତି ବିଶ୍ୱାସୀମାନଙ୍କ ଭୟରେ ସେମାନଙ୍କର ସଙ୍ଗ ପରିତ୍ୟାଗ କରି ଆପଣାକୁ ପୃଥକ୍ ରଖିଲେ। 13ଆଉ, ଅବଶିଷ୍ଟ ଯିହୁଦୀ ବିଶ୍ୱାସୀମାନେ ମଧ୍ୟ ତାହାଙ୍କ ସହିତ ସେହି ପ୍ରକାରେ କପଟ ବ୍ୟବହାର କଲେ, ଏପରିକି ବର୍ଣ୍ଣବ୍ବା ସୁଦ୍ଧା ସେମାନଙ୍କ କପଟରେ ପଡ଼ିଗଲେ। 14କିନ୍ତୁ ଯେତେବେଳେ ମୁଁ ଦେଖିଲି ଯେ, ସେମାନେ ସୁସମାଚାରର ସତ୍ୟ ଅନୁଯାୟୀ ସରଳ ଭାବରେ ଆଚରଣ କରୁ ନାହାନ୍ତି, ସେତେବେଳେ ମୁଁ ସମସ୍ତଙ୍କ ସାକ୍ଷାତରେ କୈଫାଙ୍କୁ କହିଲି, ତୁମ୍ଭେ ଯିହୁଦୀ ହୋଇ ଯଦି ଯିହୁଦୀମାନଙ୍କ ପରି ବ୍ୟବହାର ନ କରି ଅଣଯିହୁଦୀମାନଙ୍କ ପରି ବ୍ୟବହାର କର, ତେବେ ତୁମ୍ଭେ କିପରି ଅଣଯିହୁଦୀମାନଙ୍କୁ ଯିହୁଦୀମାନଙ୍କ ପରି ବ୍ୟବହାର କରିବା ନିମନ୍ତେ ବାଧ୍ୟ କରୁଅଛ?

ପ୍ରତିଉତ୍ତର ଗୀତ

ଗୀତ 117:1–2

1ହେ ସର୍ବଦେଶୀୟମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର; ହେ ସମସ୍ତ ଲୋକ, ତାହାଙ୍କର ସ୍ତୁତି କର। 2କାରଣ ଆମ୍ଭମାନଙ୍କ ପ୍ରତି ତାହାଙ୍କ ଦୟା ଅତିଶୟ ଓ ସଦାପ୍ରଭୁଙ୍କ ସତ୍ୟତା ଅନନ୍ତକାଳସ୍ଥାୟୀ। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।

ସୁସମାଚାର

ଲୂକ 11:1–4

1ଥରେ ସେ କୌଣସି ଗୋଟିଏ ସ୍ଥାନରେ ପ୍ରାର୍ଥନା କରୁଥିଲେ; ସେ ପ୍ରାର୍ଥନା ସମାପ୍ତ କରନ୍ତେ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ କହିଲେ, ହେ ପ୍ରଭୁ, ଯୋହନ ଯେପରି ଆପଣା ଶିଷ୍ୟମାନଙ୍କୁ ପ୍ରାର୍ଥନା କରିବାକୁ ଶିଖାଇଲେ, ଆପଣ ମଧ୍ୟ ସେହିପରି ଆମ୍ଭମାନଙ୍କୁ ପ୍ରାର୍ଥନା କରିବାକୁ ଶିଖାଅନ୍ତୁ। 2ଏଥିରେ ସେ ସେମାନଙ୍କୁ କହିଲେ, “ଯେତେବେଳେ ତୁମ୍ଭେମାନେ ପ୍ରାର୍ଥନା କର, ସେତେବେଳେ କୁହ, ‘ପିତଃ, ତୁମ୍ଭ ନାମ ପବିତ୍ର ବୋଲି ମାନ୍ୟ ହେଉ। ତୁମ୍ଭର ରାଜ୍ୟ ଆସୁ। 3ପ୍ରତିଦିନ ଆମ୍ଭମାନଙ୍କୁ ପ୍ରୟୋଜନୀୟ ଆହାର ଦିଅ। 4ଆମ୍ଭମାନଙ୍କର ପାପସବୁ କ୍ଷମା କର, କାରଣ ଆମ୍ଭେମାନେ ମଧ୍ୟ ଆପଣା ଆପଣାର ପ୍ରତ୍ୟେକ ଅପରାଧୀକୁ କ୍ଷମା କରୁ। ପରୀକ୍ଷାରେ ଆମ୍ଭମାନଙ୍କୁ ଆଣ ନାହିଁ।’”

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର A, ସପ୍ତାହ ଦିନର ବର୍ଷ II।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର