ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅକ୍ଟୋବର 2026 › ଅକ୍ଟୋବର 8
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 8 ଅକ୍ଟୋବର 2026
ଗୁରୁବାର · ସାଧାରଣ କାଳର 27ତମ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର 27ତମ ସପ୍ତାହର ଗୁରୁବାର
ସାଧାରଣ ଦିନ · ଉପାସନାର ରଙ୍ଗ: ସବୁଜ
ଦିନର ପାଠ
ପ୍ରଥମ ପାଠ
1ହେ ନିର୍ବୋଧ ଗାଲାତୀୟମାନେ, କିଏ ତୁମ୍ଭମାନଙ୍କୁ ମୋହିତ କଲା? ତୁମ୍ଭମାନଙ୍କ ଚକ୍ଷୁ ସମ୍ମୁଖରେ ତ କ୍ରୁଶରେ ହତ ଯୀଶୁ ଖ୍ରୀଷ୍ଟଙ୍କ ଚିତ୍ର ଅଙ୍କିତ ହୋଇଥିଲା। 2ମୁଁ ତୁମ୍ଭମାନଙ୍କଠାରୁ କେବଳ ଏହା ଜାଣିବାକୁ ଇଚ୍ଛା କରେ, ତୁମ୍ଭେମାନେ କଅଣ ମୋଶାଙ୍କ ବ୍ୟବସ୍ଥାର କର୍ମ ହେତୁ ନା ବିଶ୍ୱାସରେ ସୁସମାଚାର ଶୁଣିବା ହେତୁ ପବିତ୍ର ଆତ୍ମା ପାଇଥିଲ? 3ତୁମ୍ଭେମାନେ କଅଣ ଏପରି ନିର୍ବୋଧ? ପବିତ୍ର ଆତ୍ମାରେ ଆରମ୍ଭ କରି ତୁମ୍ଭେମାନେ କି ଏବେ ଶରୀରରେ ସିଦ୍ଧ ହେବାକୁ ଯାଉଅଛ? 4ତୁମ୍ଭେମାନେ କି ବ୍ୟର୍ଥରେ ଏତେ କ୍ଳେଶଭୋଗ କରିଅଛ? ତାହା କଅଣ ପ୍ରକୃତରେ ବୃଥା? 5ଅତଏବ, ଯେ ତୁମ୍ଭମାନଙ୍କୁ ପବିତ୍ର ଆତ୍ମା ଦାନ କରନ୍ତି, ଆଉ ତୁମ୍ଭମାନଙ୍କ ମଧ୍ୟରେ ମହତର କାର୍ଯ୍ୟ ସାଧନ କରନ୍ତି, ସେ କି ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ହେତୁ ତାହା କରନ୍ତି ନା ବିଶ୍ୱାସରେ ସୁସମାଚାର ଶୁଣିବା ହେତୁ କରନ୍ତି?
ପ୍ରତିଉତ୍ତର ଗୀତ
69ସେ ଆପଣା ଦାସ ଦାଉଦଙ୍କ ବଂଶରେ ଆମ୍ଭମାନଙ୍କ ନିମନ୍ତେ ପରିତ୍ରାଣର ଶୃଙ୍ଗ ଉଠାଇ, 70ପ୍ରାଚୀନକାଳରୁ ଆପଣା ପବିତ୍ର ଭାବବାଦୀମାନଙ୍କ ମୁଖ ଦ୍ୱାରା ଯେପରି କହିଥିଲେ, 71ସେପରି ଆମ୍ଭମାନଙ୍କ ଶତ୍ରୁମାନଙ୍କଠାରୁ ଓ ଆମ୍ଭମାନଙ୍କ ସମସ୍ତ ଘୃଣାକାରୀଙ୍କ ହସ୍ତରୁ ପରିତ୍ରାଣ ସାଧନ କରିଅଛନ୍ତି, 72ଯେପରି ସେ ଆମ୍ଭମାନଙ୍କ ପିତୃ-ପୁରୁଷଙ୍କ ପ୍ରତି ଦୟା ବ୍ୟବହାର କରନ୍ତି, 73ଆମ୍ଭମାନଙ୍କ ପିତା ଅବ୍ରହାମଙ୍କ ନିକଟରେ ଯେଉଁ ଶପଥ କରିଥିଲେ, ଆପଣାର ସେହି ପବିତ୍ର ନିୟମ ସ୍ମରଣ କରନ୍ତି, 74ପୁଣି, ଯେପରି ଶତ୍ରୁ ହସ୍ତରୁ ଉଦ୍ଧାର ପାଇ ନିର୍ଭୟରେ ଚିରକାଳ ତାହାଙ୍କ ଛାମୁରେ, 75ପବିତ୍ରତା ଓ ଧାର୍ମିକତାରେ ତାହାଙ୍କର ଉପାସନା କରିବା ନିମନ୍ତେ ଆମ୍ଭମାନଙ୍କୁ ଅନୁଗ୍ରହ କରନ୍ତି।
ସୁସମାଚାର
5ଆଉ, ସେ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କର କାହାରି ଏପରି ବନ୍ଧୁ ଅଛି କି, ଯାହା ନିକଟକୁ ଅଧରାତିରେ ସେ ଯାଇ କହିବ, ‘ହେ ବନ୍ଧୁ, ମୋତେ ତିନୋଟି ରୁଟି ଉଧାର ଦିଅ, 6କାରଣ ମୋହର ଜଣେ ପଥିକ ବନ୍ଧୁ ମୋʼ ନିକଟକୁ ଆସିଅଛନ୍ତି, ତାହାଙ୍କୁ ଖାଦ୍ୟ ପରିବେଷଣ କରିବା ପାଇଁ ମୋʼ ପାଖରେ କିଛି ନାହିଁ,’ 7ଆଉ ସେ ଭିତରୁ ଏପରି ଉତ୍ତର ଦେବ, ‘ମୋତେ କଷ୍ଟ ଦିଅ ନାହିଁ; ଦ୍ୱାର ବନ୍ଦ ହେଲାଣି, ଆଉ ମୋହର ପିଲାମାନେ ମୋʼ ସାଙ୍ଗରେ ଶୋଇଛନ୍ତି; ମୁଁ ଉଠି ତୁମ୍ଭକୁ ଦେଇ ପାରିବି ନାହିଁ?’ 8ମୁଁ ତୁମ୍ଭମାନଙ୍କୁ କହୁଅଛି, ସେ ଯଦ୍ୟପି ତାହାର ବନ୍ଧୁ ହେବାରୁ ଉଠି ନ ଦେବ, ତଥାପି ସେ ଥରକୁଥର ମାଗିବାରୁ ସେ ଉଠି, ତାହାର ଯେତେ ଆବଶ୍ୟକ, ତାହାକୁ ସେତେ ଦେବ। 9ମୁଁ ମଧ୍ୟ ତୁମ୍ଭମାନଙ୍କୁ କହୁଅଛି, ମାଗ, ସେଥିରେ ତୁମ୍ଭମାନଙ୍କୁ ଦିଆଯିବ; ଖୋଜ, ସେଥିରେ ତୁମ୍ଭେମାନେ ସନ୍ଧାନ ପାଇବ; ଦ୍ୱାରରେ ଆଘାତ କର, ସେଥିରେ ତୁମ୍ଭମାନଙ୍କ ନିମନ୍ତେ ଦ୍ୱାର ଫିଟାଇ ଦିଆଯିବ। 10କାରଣ ଯେ କେହି ମାଗେ, ସେ ପାଏ; ଯେ ଖୋଜେ, ସେ ସନ୍ଧାନ ପାଏ; ଆଉ, ଯେ ଦ୍ୱାରରେ ଆଘାତ କରେ, ତାହା ନିମନ୍ତେ ଦ୍ୱାର ଫିଟାଇଦିଆଯିବ। 11ଆଉ, ତୁମ୍ଭମାନଙ୍କ ମଧ୍ୟରେ ଏପରି ପିତା କିଏ ଅଛି, ଯାହାକୁ ତାହାର ପୁଅ ମାଛ ମାଗିଲେ ସେ ତାହାକୁ ମାଛ ବଦଳରେ ସାପ ଦେବ? 12କିମ୍ବା ଅଣ୍ଡା ମାଗିଲେ ସେ ତାହାକୁ ବିଛା ଦେବ? 13ଏଣୁ ତୁମ୍ଭେମାନେ ଦୁଷ୍ଟ ହେଲେ ସୁଦ୍ଧା ଯେବେ ଆପଣା ଆପଣା ପିଲାମାନଙ୍କୁ ଉତ୍ତମ ଉତ୍ତମ ଦାନ ଦେଇ ଜାଣ, ତେବେ ଯେଉଁ ପିତା ସ୍ୱର୍ଗରୁ ଦାନ କରନ୍ତି, ସେ ତାହାଙ୍କ ପାଖରେ ମାଗିବା ଲୋକମାନଙ୍କୁ କେତେ ଅଧିକ ରୂପେ ପବିତ୍ର ଆତ୍ମା ଦେବେ!”
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର A, ସପ୍ତାହ ଦିନର ବର୍ଷ II।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର