Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅକ୍ଟୋବର 2026 › ଅକ୍ଟୋବର 8

ଅର୍ଥୋଡକ୍ସ ପଞ୍ଜିକା · 25 ସେପ୍ଟେମ୍ବର (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 8 ଅକ୍ଟୋବର 2026

ଗୁରୁବାର · ପେଣ୍ଟିକଷ୍ଟ ପରେ 19ତମ ସପ୍ତାହ · ସ୍ୱର 1

ପର୍ବ ଓ ସନ୍ଥ

Venerable Euphrosene of Alexandria (5th C)

ଉପବାସ

ଉପବାସ ନାହିଁ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ସନ୍ଧ୍ୟା ପ୍ରାର୍ଥନା: ପାଠ

ହିତୋ 10; ହିତୋ 3; ହିତୋ 8 (ବଛାଯାଇଥିବା ପଦ)

ସନ୍ଧ୍ୟା ପ୍ରାର୍ଥନା: ପାଠ

ହିତୋ 10:31–11:12

31ଧାର୍ମିକର ମୁଖ ଜ୍ଞାନ ଜନ୍ମାଏ, ମାତ୍ର କୁଟିଳବାଦୀ ଜିହ୍ୱା ଉଚ୍ଛିନ୍ନ ହେବ। 32ଧାର୍ମିକର ଓଷ୍ଠାଧର ତୁଷ୍ଟିକର କଥା ଜାଣେ, ମାତ୍ର ଦୁଷ୍ଟର ମୁଖ କୁଟିଳ କଥା କହେ। 11:1ଅଯଥାର୍ଥ ନିକ୍ତି ସଦାପ୍ରଭୁଙ୍କର ଘୃଣା ବିଷୟ। ମାତ୍ର ଯଥାର୍ଥ ବଟଖରା ତାହାଙ୍କର ତୁଷ୍ଟିକର। 2ଅହଙ୍କାର ଆସିଲେ ଲଜ୍ଜା ଆସେ; ମାତ୍ର ନମ୍ରଶୀଳ ଲୋକଠାରେ ଜ୍ଞାନ ଥାଏ। 3ସରଳାଚାରୀମାନଙ୍କ ସରଳତା ସେମାନଙ୍କୁ ପଥ ଦେଖାଇବ, ମାତ୍ର ବିଶ୍ୱାସଘାତକମାନଙ୍କ କୁଟିଳାଚରଣ ସେମାନଙ୍କୁ ନାଶ କରିବ। 4ପରମେଶ୍ୱରଙ୍କ କ୍ରୋଧର ଦିନରେ ଧନ ନିଷ୍ଫଳ, ମାତ୍ର ଧାର୍ମିକତା ମୃତ୍ୟୁରୁ ରକ୍ଷା କରେ। 5ସାଧୁର ଧାର୍ମିକତା ତାହାର ପଥ ନିର୍ଦ୍ଦେଶ କରିବ, ମାତ୍ର ଦୁଷ୍ଟ ଆପଣା ଦୁଷ୍ଟତାରେ ନିପାତିତ ହେବ। 6ସରଳ ଲୋକଙ୍କର ଧାର୍ମିକତା ସେମାନଙ୍କୁ ଉଦ୍ଧାର କରେ, ମାତ୍ର ବିଶ୍ୱାସଘାତକମାନେ ଆପଣା ଆପଣା କୁଅଭିଳାଷରେ ଧରା ପଡ଼ିବେ। 7ଦୁଷ୍ଟ ମଲେ, ତାହାର ଭରସା ନଷ୍ଟ ହୁଏ ଓ ଅଧାର୍ମିକମାନଙ୍କର ଆଶା ବିନଷ୍ଟ ହୁଏ। 8ଧାର୍ମିକ ଦୁଃଖରୁ ଉଦ୍ଧାର ପାଏ, ପୁଣି, ଦୁଷ୍ଟ ତାହା ବଦଳେ ତହିଁକୁ ଆସେ। 9ଭକ୍ତିହୀନ ଲୋକ ଆପଣା ମୁଖରେ ପ୍ରତିବାସୀକୁ ନାଶ କରେ, ମାତ୍ର ଧାର୍ମିକ ଜ୍ଞାନରେ ଉଦ୍ଧାର ପ୍ରାପ୍ତ ହୁଏ। 10ଧାର୍ମିକର ମଙ୍ଗଳ ହେଲେ, ନଗର ଆନନ୍ଦ କରେ; ପୁଣି, ଦୁଷ୍ଟର ବିନାଶ ହେଲେ, ଜୟଧ୍ୱନି ହୁଏ। 11ସରଳ ଲୋକର ଆଶୀର୍ବାଦରେ ନଗର ଉନ୍ନତ ହୁଏ, ମାତ୍ର ଦୁଷ୍ଟ ଲୋକର ମୁଖରେ ତାହାର ନିପାତ ହୁଏ। 12ଯେ ଆପଣା ପ୍ରତିବାସୀକୁ ତୁଚ୍ଛ କରେ, ସେ ନିର୍ବୋଧ; ମାତ୍ର ବୁଦ୍ଧିମାନ ତୁନି ହୋଇ ରହେ।

ସନ୍ଧ୍ୟା ପ୍ରାର୍ଥନା: ପାଠ

ଏହି ଅନୁବାଦରେ ନାହିଁ

ପ୍ରଭାତୀ ପ୍ରାର୍ଥନା: ସୁସମାଚାର

ମାଥି 11:27–30

27ମୋହର ପିତାଙ୍କ କର୍ତ୍ତୃକ ସମସ୍ତ ବିଷୟ ମୋʼ ଠାରେ ସମର୍ପିତ ହୋଇଅଛି, ଆଉ ପୁତ୍ରଙ୍କୁ କେହି ଜାଣେ ନାହିଁ, କେବଳ ପିତା ଜାଣନ୍ତି, ପୁଣି, ପିତାଙ୍କୁ କେହି ଜାଣେ ନାହିଁ, କେବଳ ପୁତ୍ର ଜାଣନ୍ତି, ଆଉ ପୁତ୍ର ଯାହା ପାଖରେ ତାହାଙ୍କୁ ପ୍ରକାଶ କରିବାକୁ ଇଚ୍ଛା କରନ୍ତି, ସେ ଜାଣେ। 28ହେ ପରିଶ୍ରାନ୍ତ ଓ ଭାରଗ୍ରସ୍ତ ଲୋକ ସମସ୍ତେ, ମୋʼ ନିକଟକୁ ଆସ, ମୁଁ ତୁମ୍ଭମାନଙ୍କୁ ବିଶ୍ରାମ ଦେବି। 29ମୋହର ଜୁଆଳି ଆପଣା ଆପଣା ଉପରେ ଘେନ, ପୁଣି, ମୋʼ ନିକଟରୁ ଶିଖ, କାରଣ, ମୁଁ ମୃଦୁଶୀଳ ଓ ନମ୍ରଚିତ୍ତ, ଆଉ ତୁମ୍ଭେମାନେ ଆପଣା ଆପଣା ଆତ୍ମାରେ ବିଶ୍ରାମ ପାଇବ; 30ଯେଣୁ ମୋହର ଜୁଆଳି ସହଜ ଓ ମୋହର ଭାର ଉଶ୍ୱାସ।”

ପତ୍ର (ସନ୍ଥ ସର୍ଗିୟସ୍‌ଙ୍କ ପାଇଁ)

ଗାଲା 5:22–6:2

22କିନ୍ତୁ ପବିତ୍ର ଆତ୍ମାଙ୍କ ଫଳ ପ୍ରେମ, ଆନନ୍ଦ, ଶାନ୍ତି, ଦୀର୍ଘସହିଷ୍ଣୁତା, ପରୋପକାରିତା, 23ଭଦ୍ରତା, ବିଶ୍ୱସ୍ତତା, ମୃଦୁତା ଓ ଆତ୍ମସଂଯମ; ଏହି ସମସ୍ତ ବିରୁଦ୍ଧରେ କୌଣସି ମୋଶାଙ୍କ ବ୍ୟବସ୍ଥା ନାହିଁ। 24ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କର, ସେମାନେ ଶରୀରକୁ ସେଥିର କାମନା ଓ ଅଭିଳାଷ ସହିତ କ୍ରୁଶରେ ହତ କରିଅଛନ୍ତି। 25ଯଦି ଆମ୍ଭେମାନେ ପବିତ୍ର ଆତ୍ମାଙ୍କ ଦ୍ୱାରା ଜୀବନ ପ୍ରାପ୍ତ କରିଅଛୁ, ତେବେ ପବିତ୍ର ଆତ୍ମାଙ୍କ ଦ୍ୱାରା ମଧ୍ୟ ଆଚରଣ କରୁ। 26ଆମ୍ଭେମାନେ ବୃଥା ଗର୍ବୀ ହୋଇ ପରସ୍ପରକୁ ବିରକ୍ତ ନ କରୁ ଓ ପରସ୍ପରକୁ ଈର୍ଷା ନ କରୁ। 6:1ହେ ଭାଇମାନେ, ଯଦି କେହି କୌଣସି ଅପରାଧରେ ଧରାପଡ଼େ, ଆତ୍ମିକ ଯେ ତୁମ୍ଭେମାନେ, ତୁମ୍ଭେମାନେ ମୃଦୁ ଭାବରେ ସେହି ପ୍ରକାର ଲୋକକୁ ସଂଶୋଧନ କର, ପୁଣି, କେଜାଣି ନିଜେ ମଧ୍ୟ ପରୀକ୍ଷାରେ ପଡ଼ିପାର, ଏଥିପାଇଁ ଆପଣା ବିଷୟରେ ସାବଧାନ ହୁଅ। 2ପରସ୍ପରର ଭାର ବହନ କର; ଏହି ପ୍ରକାରେ ତୁମ୍ଭେମାନେ ଖ୍ରୀଷ୍ଟଙ୍କ ବ୍ୟବସ୍ଥା ସଫଳ କରିବ।

ସୁସମାଚାର (ସନ୍ଥ ସର୍ଗିୟସ୍‌ଙ୍କ ପାଇଁ)

ଲୂକ 6:17–23

17ଆଉ ସେ ସେମାନଙ୍କ ସହିତ ଓହ୍ଲାଇ ଗୋଟିଏ ସମତଳ ଭୂମିରେ ଠିଆ ହେଲେ, ପୁଣି, ତାହାଙ୍କର ଅନେକ ଶିଷ୍ୟ ଏବଂ ସମସ୍ତ ଯିହୂଦିୟା ପ୍ରଦେଶ, ଯିରୂଶାଲମ ଆଉ ସୋର ଓ ସୀଦୋନର ଉପକୂଳରୁ ଅନେକେ ଉପସ୍ଥିତ ହେଲେ; 18ସେମାନେ ତାହାଙ୍କ ବାକ୍ୟ ଶୁଣିବାକୁ ଓ ଆପଣା ଆପଣା ରୋଗରୁ ସୁସ୍ଥ ହେବାକୁ ଆସିଥିଲେ, ଆଉ ଯେଉଁମାନେ ଅଶୁଚି ଆତ୍ମାଗୁଡ଼ାକ ଦ୍ୱାରା କଷ୍ଟ ପାଉଥିଲେ, ସେମାନେ ସୁସ୍ଥ କରାଗଲେ; 19ପୁଣି, ଲୋକସମୂହ ତାହାଙ୍କୁ ଛୁଇଁବାକୁ ଚେଷ୍ଟା କରୁଥିଲେ, କାରଣ ତାହାଙ୍କଠାରୁ ଶକ୍ତି ବାହାରି ସମସ୍ତଙ୍କୁ ସୁସ୍ଥ କରୁଥିଲା। 20ସେ ସମୟରେ ସେ ଆପଣା ଶିଷ୍ୟମାନଙ୍କୁ ଦେଖି କହିଲେ, “ଦୀନହୀନ ଯେ ତୁମ୍ଭେମାନେ, ତୁମ୍ଭେମାନେ ଧନ୍ୟ, କାରଣ ଈଶ୍ବରଙ୍କ ରାଜ୍ୟ ତୁମ୍ଭମାନଙ୍କର। 21ବର୍ତ୍ତମାନ କ୍ଷୁଧିତ ଯେ ତୁମ୍ଭେମାନେ, ତୁମ୍ଭେମାନେ ଧନ୍ୟ, କାରଣ ତୁମ୍ଭେମାନେ ପରିତୃପ୍ତ ହେବ। ବର୍ତ୍ତମାନ ରୋଦନ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ଧନ୍ୟ, କାରଣ ତୁମ୍ଭେମାନେ ହାସ୍ୟ କରିବ। 22ଲୋକେ ଯେବେ ତୁମ୍ଭମାନଙ୍କୁ ଘୃଣା କରନ୍ତି ଓ ମନୁଷ୍ୟପୁତ୍ରଙ୍କ ହେତୁ ଅଲଗା କରନ୍ତି ପୁଣି, ନିନ୍ଦା କରନ୍ତି ଓ ତୁମ୍ଭମାନଙ୍କ ନାମକୁ ମନ୍ଦ ବୋଲି ଅଗ୍ରାହ୍ୟ କରନ୍ତି, ତେବେ ତୁମ୍ଭେମାନେ ଧନ୍ୟ। 23ସେହି ଦିନ ଆନନ୍ଦରେ ନୃତ୍ୟ କର, କାରଣ ଦେଖ, ସ୍ୱର୍ଗରେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର; ଆଉ ସେହିପରି ତ ସେମାନଙ୍କ ପିତୃ-ପୁରୁଷମାନେ ଭାବବାଦୀମାନଙ୍କ ପ୍ରତି କରୁଥିଲେ।”

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ସେପ୍ଟେମ୍ବର 25 ନାଗରିକ ପଞ୍ଜିକାର ଅକ୍ଟୋବର 8। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର