ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅକ୍ଟୋବର 2026 › ଅକ୍ଟୋବର 10
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 10 ଅକ୍ଟୋବର 2026
ଶନିବାର · ସାଧାରଣ କାଳର 27ତମ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର 27ତମ ସପ୍ତାହର ଶନିବାର
ଇଚ୍ଛାଧୀନ ସ୍ମୃତି ଦିବସ · ଉପାସନାର ରଙ୍ଗ: ସବୁଜ
ଶନିବାରରେ ଧନ୍ୟା କୁମାରୀ ମରୀୟମଙ୍କ ସ୍ମୃତି ଦିବସ · ଇଚ୍ଛାଧୀନ ସ୍ମୃତି ଦିବସ
ଦିନର ପାଠ
ପ୍ରଥମ ପାଠ
22କିନ୍ତୁ ଯେପରି ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ହେତୁ ପ୍ରତିଜ୍ଞା ବିଶ୍ୱାସ କରୁଥିବା ଲୋକମାନଙ୍କୁ ଦିଆଯାଏ, ଏଥିପାଇଁ ଧର୍ମଶାସ୍ତ୍ର ସମସ୍ତ ବିଷୟକୁ ପାପର ଅଧୀନ ବୋଲି ଗଣନା କରିଅଛି। 23ମାତ୍ର ସେହି ବିଶ୍ୱାସ ଆସିବା ପୂର୍ବେ, ପ୍ରକାଶିତ ହେବାକୁ ଯାଉଥିବା ସେହି ବିଶ୍ୱାସ ପ୍ରାପ୍ତି ଉଦ୍ଦେଶ୍ୟରେ, ଆମ୍ଭେମାନେ ମୋଶାଙ୍କ ବ୍ୟବସ୍ଥାର ଅଧୀନରେ ବନ୍ଦୀ ହୋଇ ରକ୍ଷିତ ହେଉଥିଲୁ। 24ଏହି ପ୍ରକାରେ ବିଶ୍ୱାସ ହେତୁ ଆମ୍ଭମାନଙ୍କର ଧାର୍ମିକ ଗଣିତ ହେବା ନିମନ୍ତେ ଖ୍ରୀଷ୍ଟଙ୍କ ଆଗମନ ପର୍ଯ୍ୟନ୍ତ, ମୋଶାଙ୍କ ବ୍ୟବସ୍ଥା ଆମ୍ଭମାନଙ୍କର ଶିକ୍ଷକ ସ୍ୱରୂପ ହୋଇଥିଲା। 25କିନ୍ତୁ ଏବେ ସେହି ବିଶ୍ୱାସ ଉପସ୍ଥିତ ହେଲା ପରେ ଆମ୍ଭେମାନେ ଆଉ ସେହି ଶିକ୍ଷକର ଅଧୀନରେ ନାହୁଁ। 26କାରଣ ତୁମ୍ଭେମାନେ ସମସ୍ତେ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଈଶ୍ବରଙ୍କର ସନ୍ତାନ ହୋଇଅଛ; 27ଯେଣୁ ତୁମ୍ଭେମାନେ ଯେତେ ଲୋକ ଖ୍ରୀଷ୍ଟଙ୍କ ଉଦ୍ଦେଶ୍ୟରେ ବାପ୍ତିଜିତ ହୋଇଅଛ, ତୁମ୍ଭେମାନେ ସମସ୍ତେ ଖ୍ରୀଷ୍ଟଙ୍କୁ ପରିଧାନ କରିଅଛ। 28ଯିହୁଦୀ କି ଗ୍ରୀକ୍, ଦାସ କି ସ୍ୱାଧୀନ, ପୁରୁଷ କି ସ୍ତ୍ରୀ, ତୁମ୍ଭମାନଙ୍କ ମଧ୍ୟରେ କିଛିର ହିଁ ପ୍ରଭେଦ ନାହିଁ, କାରଣ ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭେମାନେ ଏକ। 29ଆଉ ଯଦି ତୁମ୍ଭେମାନେ ଖ୍ରୀଷ୍ଟଙ୍କର, ତେବେ ତୁମ୍ଭେମାନେ ତ ଅବ୍ରହାମଙ୍କ ବଂଶ, ପ୍ରତିଜ୍ଞା ଅନୁସାରେ ଉତ୍ତରାଧିକାରୀ।
ପ୍ରତିଉତ୍ତର ଗୀତ
2ତାହାଙ୍କ ଉଦ୍ଦେଶ୍ୟରେ ଗାନ କର, ତାହାଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କର; ତୁମ୍ଭେମାନେ ତାହାଙ୍କର ସକଳ ଆଶ୍ଚର୍ଯ୍ୟକ୍ରିୟା ବିଷୟରେ କଥୋପକଥନ କର। 3ତୁମ୍ଭେମାନେ ତାହାଙ୍କ ପବିତ୍ର ନାମରେ ଦର୍ପ କର; ଯେଉଁମାନେ ସଦାପ୍ରଭୁଙ୍କର ଅନ୍ୱେଷଣ କରନ୍ତି, ସେମାନଙ୍କ ଚିତ୍ତ ଆନନ୍ଦିତ ହେଉ। 4ତୁମ୍ଭେମାନେ ସଦାପ୍ରଭୁଙ୍କର ଓ ତାହାଙ୍କ ପରାକ୍ରମର ଅନ୍ୱେଷଣ କର; ସଦାସର୍ବଦା ତାହାଙ୍କ ମୁଖ ଅନ୍ୱେଷଣ କର। 5ହେ ତାହାଙ୍କ ଦାସ ଅବ୍ରହାମର ବଂଶ, ହେ ତାହାଙ୍କର ମନୋନୀତ ଲୋକେ, ଯାକୁବର ସନ୍ତାନଗଣ, 6ତୁମ୍ଭେମାନେ ତାହାଙ୍କ କୃତ ଆଶ୍ଚର୍ଯ୍ୟକର୍ମ, ତାହାଙ୍କ ଅଦ୍ଭୁତ ଲକ୍ଷଣ ଓ ତାହାଙ୍କ ମୁଖନିର୍ଗତ ଶାସନସକଳ ସ୍ମରଣ କର। 7ସେ ସଦାପ୍ରଭୁ ଆମ୍ଭମାନଙ୍କର ପରମେଶ୍ୱର ଅଟନ୍ତି; ତାହାଙ୍କର ଶାସନ ସମୁଦାୟ ପୃଥିବୀରେ ପ୍ରଚଳିତ।
ସୁସମାଚାର
27ସେ ଏହି ସମସ୍ତ କଥା କହୁଥିବା ସମୟରେ ଲୋକସମୂହ ମଧ୍ୟରେ ଜଣେ ସ୍ତ୍ରୀଲୋକ ଉଚ୍ଚସ୍ୱରରେ କହିଲା, ଧନ୍ୟ ସେହି ଗର୍ଭ, ଯାହା ତୁମ୍ଭକୁ ଧାରଣ କଲା ଓ ସେହି ସ୍ତନ, ଯହିଁରୁ ତୁମ୍ଭେ ପାନ କଲ। 28ମାତ୍ର ସେ କହିଲେ, “ନା, ବରଂ ଯେଉଁମାନେ ଈଶ୍ବରଙ୍କ ବାକ୍ୟ ଶୁଣନ୍ତି ଓ ପାଳନ କରନ୍ତି, ସେମାନେ ଧନ୍ୟ।”
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର A, ସପ୍ତାହ ଦିନର ବର୍ଷ II।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର