Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅକ୍ଟୋବର 2026 › ଅକ୍ଟୋବର 10

ଅର୍ଥୋଡକ୍ସ ପଞ୍ଜିକା · 27 ସେପ୍ଟେମ୍ବର (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 10 ଅକ୍ଟୋବର 2026

ଶନିବାର · ପେଣ୍ଟିକଷ୍ଟ ପରେ 19ତମ ସପ୍ତାହ · ସ୍ୱର 1

ପର୍ବ ଓ ସନ୍ଥ

Martyr Callistratus and 49 Martyrs in his company († 304)

ଉପବାସ

ଉପବାସ ନାହିଁ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର (ଶୁକ୍ରବାର ପାଇଁ)

ଫିଲି 1:27–2:4

27ମୋହର ଏହି ମାତ୍ର ଇଚ୍ଛା, ଖ୍ରୀଷ୍ଟଙ୍କ ସୁସମାଚାରର ଯୋଗ୍ୟ ପ୍ରଜା ସ୍ୱରୂପେ ଆଚରଣ କର, ଯେପରି ମୁଁ ଉପସ୍ଥିତ ହୋଇ ତୁମ୍ଭମାନଙ୍କୁ ଦେଖିଲେ ଅବା ଅନୁପସ୍ଥିତ ଥାଇ ତୁମ୍ଭମାନଙ୍କ ବିଷୟରେ ଶୁଣିଲେ ଜାଣି ପାରିବି ଯେ, ତୁମ୍ଭେମାନେ ଏକ ଆତ୍ମାରେ ସ୍ଥିର ରହି ସୁସମାଚାରର ବିଶ୍ୱାସ ନିମନ୍ତେ ଏକ ପ୍ରାଣରେ ଏକସଙ୍ଗରେ ଉଦ୍ୟମ କରୁଅଛ, 28ପୁଣି, କୌଣସି ବିଷୟରେ ବିପକ୍ଷମାନଙ୍କ ଦ୍ୱାରା ତ୍ରାସଯୁକ୍ତ ନୁହଁ; ତାହା ସେମାନଙ୍କ ପକ୍ଷରେ ବିନାଶ, କିନ୍ତୁ ତୁମ୍ଭମାନଙ୍କ ପକ୍ଷରେ ପରିତ୍ରାଣର ଈଶ୍ବରଦତ୍ତ ଏକ ଲକ୍ଷଣ; 29କାରଣ ଖ୍ରୀଷ୍ଟଙ୍କଠାରେ କେବଳ ବିଶ୍ୱାସ କରିବା ନିମନ୍ତେ ତୁମ୍ଭମାନଙ୍କୁ ଯେ ଅନୁଗ୍ରହ ଦିଆଯାଇଅଛି, ତାହା ନୁହେଁ, ମାତ୍ର ତାହାଙ୍କ ସକାଶେ ଦୁଃଖଭୋଗ ମଧ୍ୟ କରିବା ନିମନ୍ତେ ତୁମ୍ଭମାନଙ୍କୁ ଅନୁଗ୍ରହ ଦିଆଯାଇଅଛି; 30ଆଉ ମୋତେ ଯେପରି ଯୁଦ୍ଧ କରିବାର ଦେଖିଥିଲ, ପୁଣି, ବର୍ତ୍ତମାନ କରୁଅଛି ବୋଲି ଶୁଣୁଅଛ, ତୁମ୍ଭେମାନେ ସେହିପରି ଯୁଦ୍ଧ କରୁଅଛ। 2:1ଅତଏବ, ଯଦି ଖ୍ରୀଷ୍ଟଙ୍କ ସହଭାଗିତାରେ କୌଣସି ଉତ୍ସାହ, କୌଣସି ପ୍ରେମପୂର୍ଣ୍ଣ ସାନ୍ତ୍ୱନା, ଆତ୍ମାଙ୍କ କୌଣସି ସହଭାଗିତା, ପୁଣି, କୌଣସି ପ୍ରେମପୂର୍ଣ୍ଣ କରୁଣା ଓ ଦୟା ଥାଏ, 2ତାହାହେଲେ ତୁମ୍ଭେମାନେ ଏକମନା, ଏକ ପ୍ରେମରେ ପ୍ରେମୀ, ଏକଚିତ୍ତ ଓ ଏକଭାବାପନ୍ନ ହୋଇ ମୋହର ଆନନ୍ଦ ପୂର୍ଣ୍ଣ କର, 3ସ୍ୱାର୍ଥପରତା ଅବା ଅସାର ଗର୍ବ ହେତୁ କିଛି କର ନାହିଁ, ବରଂ ନମ୍ରଚିତ୍ତ ହୋଇ ପ୍ରତ୍ୟେକେ ଅନ୍ୟକୁ ଆପଣାଠାରୁ ଶ୍ରେଷ୍ଠ ମନେ କର; 4ପ୍ରତି ଜଣ କେବଳ ଆପଣା ବିଷୟରେ ମନୋଯୋଗୀ ନ ହୋଇ ଅନ୍ୟର ବିଷୟରେ ମଧ୍ୟ ମନୋଯୋଗୀ ହୁଅ।

ପତ୍ର

ପ୍ର.କରି 15:58–16:3

58ଅତଏବ, ହେ ମୋହର ପ୍ରିୟ ଭାଇମାନେ, ପ୍ରଭୁଙ୍କ ସେବାରେ ତୁମ୍ଭମାନଙ୍କ ପରିଶ୍ରମ ନିଷ୍ଫଳ ନୁହେଁ, ଏହା ଜାଣି ପ୍ରଭୁଙ୍କ କାର୍ଯ୍ୟରେ ସୁସ୍ଥିର ଓ ଅଟଳ ରହି ସର୍ବଦା ଅଧିକରୁ ଅଧିକତର ଯତ୍ନବାନ ହୁଅ। 16:1ସାଧୁମାନଙ୍କ ନିମନ୍ତେ ଦାନ ସଂଗ୍ରହ ସମ୍ବନ୍ଧରେ ଯେପରି ମୁଁ ଗାଲାତୀୟ ମଣ୍ଡଳୀ-ସମୂହକୁ ଆଦେଶ ଦେଇଅଛି, ତୁମ୍ଭେମାନେ ମଧ୍ୟ ସେହିପରି କର। 2ମୁଁ ଗଲେ ଯେପରି ଦାନ ସଂଗ୍ରହ କରିବାକୁ ପଡ଼ିବ ନାହିଁ, ଏଥିନିମନ୍ତେ ସପ୍ତାହର ପ୍ରଥମ ଦିନରେ ତୁମ୍ଭେମାନେ ପ୍ରତ୍ୟେକ ଜଣ ଆପଣା ଆପଣା ସୁବିଧା ଅନୁସାରେ ନିଜ ନିଜ ନିକଟରେ କିଛି କିଛି ସଞ୍ଚୟ କରି ରଖ। 3ଆଉ, ମୁଁ ଉପସ୍ଥିତ ହେଲେ ତୁମ୍ଭେମାନେ ଯେଉଁମାନଙ୍କୁ ଯୋଗ୍ୟ ମନେ କରିବ, ମୁଁ ସେମାନଙ୍କୁ ପତ୍ର ଦେଇ ଯିରୂଶାଲମ ସହରକୁ ତୁମ୍ଭମାନଙ୍କ ଦାନ ଘେନିଯିବା ନିମନ୍ତେ ପ୍ରେରଣ କରିବି;

ସୁସମାଚାର (ଶୁକ୍ରବାର ପାଇଁ)

ଲୂକ 4:22–30

22ଆଉ, ସମସ୍ତେ ତାହାଙ୍କ ବିଷୟରେ ସାକ୍ଷ୍ୟ ଦେବାକୁ ଲାଗିଲେ ଓ ତାହାଙ୍କ ମୁଖ ନିର୍ଗତ ଅନୁଗ୍ରହର ବାକ୍ୟରେ ଚମତ୍କୃତ ହେଲେ; ପୁଣି, ସେମାନେ କହିବାକୁ ଲାଗିଲେ, ଏ କଅଣ ଯୋଷେଫର ପୁତ୍ର ନୁହେଁ? 23ସେଥିରେ ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ ନିଶ୍ଚୟ ମୋତେ ଏହି ପ୍ରବାଦବାକ୍ୟ କହିବ, ‘ହେ ବୈଦ୍ୟ, ନିଜେ ନିଜକୁ ସୁସ୍ଥ କର; କଫର୍ନାହୂମରେ ଯାହା ଯାହା ଘଟିଅଛି ବୋଲି ଆମ୍ଭେମାନେ ଶୁଣିଅଛୁ, ସେହିସବୁ ଏହି ସ୍ଥାନରେ ନିଜ ପିତାଙ୍କ ନଗରରେ ମଧ୍ୟ କର।’” 24ପୁଣି, ସେ କହିଲେ, “ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, କୌଣସି ଭାବବାଦୀ ନିଜ ପିତାଙ୍କ ନଗରରେ ଗ୍ରାହ୍ୟ ହୁଅନ୍ତି ନାହିଁ। 25କିନ୍ତୁ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଏଲୀୟଙ୍କ ସମୟରେ ଯେତେବେଳେ ତିନି ବର୍ଷ ଛଅ ମାସ ପର୍ଯ୍ୟନ୍ତ ଆକାଶ ବନ୍ଦ ହେବାରୁ ସମସ୍ତ ଦେଶରେ ମହାଦୁର୍ଭିକ୍ଷ ପଡ଼ିଥିଲା, ସେତେବେଳେ ଇସ୍ରାଏଲ ମଧ୍ୟରେ ଅନେକ ବିଧବା ଥିଲେ; 26ତଥାପି ଏଲୀୟ ସେମାନଙ୍କର କାହାରି ନିକଟକୁ ପ୍ରେରିତ ନ ହୋଇ କେବଳ ସୀଦୋନ ଦେଶର ସାରିଫତକୁ ଜଣେ ବିଧବା ସ୍ତ୍ରୀ ନିକଟକୁ ପଠାଗଲେ। 27ପୁଣି, ଭାବବାଦୀ ଇଲୀଶାୟଙ୍କ ସମୟରେ ଇସ୍ରାଏଲ ମଧ୍ୟରେ ଅନେକ କୁଷ୍ଠରୋଗୀମାନେ ଥିଲେ; ତଥାପି ସେମାନଙ୍କ ମଧ୍ୟରୁ କେହି ଶୁଚି କରାଯାଇ ନ ଥିଲେ, କେବଳ ସିରିୟା ଦେଶୀୟ ନାମାନ ଶୁଚି କରାଯାଇଥିଲେ।” 28ସମାଜଗୃହରେ ଏହିସବୁ କଥା ଶୁଣୁ ଶୁଣୁ ସମସ୍ତେ କ୍ରୋଧରେ ପରିପୂର୍ଣ୍ଣ ହେଲେ, 29ପୁଣି, ସେମାନେ ଉଠି ତାହାଙ୍କୁ ନଗରରୁ ବାହାର କରିଦେଲେ ଏବଂ ସେମାନଙ୍କର ନଗର ଯେଉଁ ପର୍ବତ ଉପରେ ସ୍ଥାପିତ ଥିଲା, ସେହି ପର୍ବତ ଉପରୁ ତଳକୁ ପକାଇଦେବା ନିମନ୍ତେ ତାହାକୁ ସେଠାକୁ ନେଇଗଲେ; 30କିନ୍ତୁ ସେ ସେମାନଙ୍କ ମଧ୍ୟ ଦେଇ ଗମନ କରି ଚାଲିଗଲେ।

ସୁସମାଚାର

ଲୂକ 4:31–36

31ଯୀଶୁ କଫର୍ନାହୂମ ନାମକ ଗାଲିଲୀର ଗୋଟିଏ ନଗରକୁ ଆସିଲେ, ପୁଣି, ବିଶ୍ରାମବାରମାନଙ୍କରେ ଲୋକମାନଙ୍କୁ ଶିକ୍ଷା ଦେବାକୁ ଲାଗିଲେ, 32ଆଉ ସେମାନେ ତାହାଙ୍କ ଶିକ୍ଷାରେ ଆଶ୍ଚର୍ଯ୍ୟାନ୍ୱିତ ହେଲେ, କାରଣ ତାହାଙ୍କ ବାକ୍ୟ ଅଧିକାରଯୁକ୍ତ ଥିଲା। 33ଦିନେ ସମାଜଗୃହରେ ଜଣେ ଅଶୁଚି ଭୂତାତ୍ମାବିଷ୍ଟ ଲୋକ ଥିଲା; ସେ ଉଚ୍ଚସ୍ୱରରେ ଚିତ୍କାର କଲା, 34ଆଃ, ନାଜରିତୀୟ ଯୀଶୁ, ତୁମ୍ଭ ସାଙ୍ଗରେ ଆମ୍ଭମାନଙ୍କର କଅଣ ଅଛି? ତୁମ୍ଭେ କି ଆମ୍ଭମାନଙ୍କୁ ବିନାଶ କରିବାକୁ ଆସିଲ? ତୁମ୍ଭେ କିଏ ତାହା ମୁଁ ଜାଣେ; ତୁମ୍ଭେ ଈଶ୍ବରଙ୍କର ସେହି ପବିତ୍ର ବ୍ୟକ୍ତି। 35ଯୀଶୁ ତାହାକୁ ଧମକ ଦେଇ କହିଲେ “ଚୁପ୍ କର୍, ଏହାଠାରୁ ବାହାରିଯା।” ସେଥିରେ ସେହି ଭୂତ ତାହାକୁ ମଧ୍ୟ ସ୍ଥାନରେ ପକାଇଦେଇ ତାହାର କୌଣସି କ୍ଷତି ନ କରି ତାହାଠାରୁ ବାହାରିଗଲା। 36ଏଥିରେ ସମସ୍ତେ ଆଶ୍ଚର୍ଯ୍ୟ ହୋଇ ପରସ୍ପର କୁହାକୋହି ହେଲେ, ଏ କି କଥା? ସେ ଅଶୁଚି ଆତ୍ମାମାନଙ୍କୁ ଅଧିକାର ଓ ଶକ୍ତି ସହିତ ଆଦେଶ ଦିଅନ୍ତି, ଆଉ ସେମାନେ ବାହାରିଯାଆନ୍ତି।

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ସେପ୍ଟେମ୍ବର 27 ନାଗରିକ ପଞ୍ଜିକାର ଅକ୍ଟୋବର 10। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର