Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅକ୍ଟୋବର 2026 › ଅକ୍ଟୋବର 12

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 12 ଅକ୍ଟୋବର 2026

ସୋମବାର · ସାଧାରଣ କାଳର 28ତମ ସପ୍ତାହ

ପର୍ବ ଓ ସନ୍ଥ

ସାଧାରଣ କାଳର 28ତମ ସପ୍ତାହର ସୋମବାର

ସାଧାରଣ ଦିନ · ଉପାସନାର ରଙ୍ଗ: ସବୁଜ

ଦିନର ପାଠ

ପ୍ରଥମ ପାଠ

ଗାଲା 4:22–24, 26–27, 31–5:1

22କାରଣ ପବିତ୍ର ଶାସ୍ତ୍ରରେ ଲେଖାଅଛି, ଅବ୍ରହାମଙ୍କର ଦୁଇଟି ପୁତ୍ର ଥିଲେ, ଜଣେ ଦାସୀଠାରୁ ଓ ଆଉ ଜଣେ ସ୍ୱାଧୀନା ସ୍ତ୍ରୀଠାରୁ ଜାତ। 23ଯେ ଦାସୀର ପୁତ୍ର, ସେ ଶାରୀରିକ ସ୍ୱଭାବାନୁସାରେ ଜାତ ହେଲା; ମାତ୍ର ଯେ ସ୍ୱାଧୀନା ସ୍ତ୍ରୀର ପୁତ୍ର, ସେ ପ୍ରତିଜ୍ଞା ବଳରେ ଜାତ ହେଲା। 24ଏହି ସମସ୍ତ କଥାର ରୂପକ ଅର୍ଥ ଅଛି, କାରଣ ଏହି ସ୍ତ୍ରୀମାନେ ଦୁଇଟି ନିୟମସ୍ୱରୂପ; ଗୋଟିଏ ନିୟମ ସୀନୟ ପର୍ବତରୁ ଉତ୍ପନ୍ନ, ତାହା ଦାସତ୍ୱ ନିମନ୍ତେ ସନ୍ତାନ ପ୍ରସବକାରିଣୀ, ହାଗାର ସେଥିର ନିଦର୍ଶନ। 26କିନ୍ତୁ ଊର୍ଦ୍ଧ୍ୱସ୍ଥ ଯିରୂଶାଲମ ସ୍ୱାଧୀନା, ସେ ଆମ୍ଭମାନଙ୍କ ଜନନୀ; 27ଯେଣୁ ଲେଖାଅଛି, “ଆଗୋ ବନ୍ଧ୍ୟେ, ଅପ୍ରସୂତେ, ଆନନ୍ଦ କର, ଆଗୋ ପ୍ରସବବେଦନା ରହିତେ, ଉଚ୍ଚସ୍ୱରରେ ଜୟଧ୍ୱନି କର; କାରଣ ସଧବାର ସନ୍ତାନଠାରୁ ଅନାଥର ସନ୍ତାନ ଅଧିକ।” 31ଅତଏବ, ଭାଇମାନେ, ଆମ୍ଭେମାନେ ଦାସୀର ସନ୍ତାନ ନୋହୁଁ, କିନ୍ତୁ ସ୍ୱାଧୀନା ସ୍ତ୍ରୀର ସନ୍ତାନ। 5:1ସ୍ୱାଧୀନତା ନିମନ୍ତେ ଖ୍ରୀଷ୍ଟ ଆମ୍ଭମାନଙ୍କୁ ମୁକ୍ତ କରିଅଛନ୍ତି; ଅତଏବ ସ୍ଥିର ହୋଇ ରୁହ ଏବଂ ଦାସତ୍ୱ ଜୁଆଳିରେ ଆଉ ଥରେ ଯୋଚା ନ ଯାଅ।

ପ୍ରତିଉତ୍ତର ଗୀତ

ଗୀତ 113:1–7

1ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର, ହେ ସଦାପ୍ରଭୁଙ୍କ ଦାସଗଣ, ତୁମ୍ଭେମାନେ ପ୍ରଶଂସା କର, ସଦାପ୍ରଭୁଙ୍କ ନାମର ପ୍ରଶଂସା କର। 2ଆଜିଠାରୁ ଅନନ୍ତକାଳ ସଦାପ୍ରଭୁଙ୍କ ନାମ ଧନ୍ୟ ହେଉ। 3ସୂର୍ଯ୍ୟର ଉଦୟ-ସ୍ଥାନଠାରୁ ତହିଁର ଅସ୍ତ-ସ୍ଥାନ ପର୍ଯ୍ୟନ୍ତ ସଦାପ୍ରଭୁଙ୍କ ନାମ ପ୍ରଶଂସନୀୟ। 4ସଦାପ୍ରଭୁ ସମୁଦାୟ ଗୋଷ୍ଠୀ ଉପରେ ଓ ତାହାଙ୍କ ଗୌରବ ଆକାଶମଣ୍ଡଳ ଉପରେ ଉଚ୍ଚୀକୃତ। ଯାହାଙ୍କର ଆସନ ଊର୍ଦ୍ଧ୍ୱରେ, 5ଯେ ଆକାଶ ଓ ପୃଥିବୀକୁ ଦେଖିବା ପାଇଁ ଆପଣାକୁ ନତ କରନ୍ତି, 6ସେହି ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ତୁଲ୍ୟ କିଏ? 7ସେ ଅଧିପତିମାନଙ୍କ ସଙ୍ଗେ, ନିଜ ଲୋକଙ୍କ ଅଧିପତିଗଣ ସଙ୍ଗେ ବସାଇବା ପାଇଁ,

ସୁସମାଚାର

ଲୂକ 11:29–32

29ଲୋକମାନେ ଦଳ ଦଳ ହୋଇ ତାହାଙ୍କ ନିକଟରେ ଏକାଠି ହେଉଥିବା ସମୟରେ ସେ କହିବାକୁ ଲାଗିଲେ, “ଏହି କାଳର ଲୋକମାନେ ଦୁଷ୍ଟ; ଏମାନେ ଚିହ୍ନ ଖୋଜନ୍ତି, ମାତ୍ର ଯୂନସଙ୍କ ଚିହ୍ନ ବିନା ଅନ୍ୟ କୌଣସି ଚିହ୍ନ ସେମାନଙ୍କୁ ଦିଆଯିବ ନାହିଁ। 30କାରଣ ଯୂନସ ଯେପରି ନୀନିବୀ ସହରର ଲୋକମାନଙ୍କ ପ୍ରତି ଚିହ୍ନ ଭଳି ହେଲେ, ମନୁଷ୍ୟପୁତ୍ର ମଧ୍ୟ ସେହିପରି ଏହି ଯୁଗର ଲୋକମାନଙ୍କ ପ୍ରତି ହେବେ। 31ଦକ୍ଷିଣ ଦେଶର ରାଣୀ ବିଚାରରେ ଏହି ଯୁଗର ଲୋକମାନଙ୍କୁ ଦୋଷୀ କରିବେ, କାରଣ ସେ ଶଲୋମନଙ୍କ ଜ୍ଞାନର କଥା ଶୁଣିବାକୁ ପୃଥିବୀର ପ୍ରାନ୍ତରୁ ଆସିଥିଲେ; ଆଉ ଦେଖ, ଶଲୋମନଙ୍କ ଅପେକ୍ଷା ମହତ ବିଷୟ ଏ ସ୍ଥାନରେ ଅଛି। 32ନୀନିବୀ ସହରର ଲୋକମାନେ ବିଚାରରେ ଏହି ଯୁଗର ଲୋକମାନଙ୍କ ସହିତ ଉଠି ସେମାନଙ୍କୁ ଦୋଷୀ କରିବେ, କାରଣ ସେମାନେ ଯୂନସଙ୍କ ପ୍ରଚାରରେ ମନ-ପରିବର୍ତ୍ତନ କରିଥିଲେ; ଆଉ ଦେଖ, ଯୂନସଙ୍କ ଅପେକ୍ଷା ମହତ ବିଷୟ ଏ ସ୍ଥାନରେ ଅଛି।”

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର A, ସପ୍ତାହ ଦିନର ବର୍ଷ II।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର