ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅକ୍ଟୋବର 2026 › ଅକ୍ଟୋବର 12
ଅର୍ଥୋଡକ୍ସ ପଞ୍ଜିକା · 29 ସେପ୍ଟେମ୍ବର (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 12 ଅକ୍ଟୋବର 2026
ସୋମବାର · ପେଣ୍ଟିକଷ୍ଟ ପରେ 20ତମ ସପ୍ତାହ · ସ୍ୱର 2
ପର୍ବ ଓ ସନ୍ଥ
Venerable Kyriakos the Hermit of Palestine († 556)
ଉପବାସ
ଉପବାସ ନାହିଁ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର
12ଅତଏବ, ହେ ମୋହର ପ୍ରିୟମାନେ, ଯେପରି ତୁମ୍ଭେମାନେ ସର୍ବଦା ଆଜ୍ଞାବହ ହୋଇଅଛ, କେବଳ ମୋହର ଉପସ୍ଥିତିରେ କଲା ପରି ନୁହେଁ, କିନ୍ତୁ ବର୍ତ୍ତମାନ ମୋହର ଅନୁପସ୍ଥିତିରେ ଆହୁରି ଅଧିକ ରୂପେ ଭୟ ଓ କମ୍ପ ସହ ଆପଣା ଆପଣା ପରିତ୍ରାଣ ସାଧନ କର, 13କାରଣ ଇଚ୍ଛା କରିବାକୁ ଓ ସାଧନ କରିବାକୁ ଈଶ୍ବର ଆପଣା ମଙ୍ଗଳମୟ ସଙ୍କଳ୍ପର ସଫଳତା ନିମନ୍ତେ ତୁମ୍ଭମାନଙ୍କ ଅନ୍ତରରେ କାର୍ଯ୍ୟ କରନ୍ତି। 14ବଚସା ଓ ତର୍କବିତର୍କ ବିନା ସମସ୍ତ କାର୍ଯ୍ୟ କର, 15ଯେପରି ତୁମ୍ଭେମାନେ ନିର୍ଦ୍ଦୋଷ ଓ ଅମାୟିକ ହୋଇ ଏହି କୁଟିଳ ବିପଥଗାମୀ ବଂଶ ମଧ୍ୟରେ ଈଶ୍ବରଙ୍କ ଅନିନ୍ଦନୀୟ ସନ୍ତାନସନ୍ତତି ହୁଅ; ସେମାନଙ୍କ ମଧ୍ୟରେ ତୁମ୍ଭେମାନେ ଜୀବନର ବାକ୍ୟ ଧରି ଜଗତରେ ଜ୍ୟୋତିଃ ସ୍ୱରୂପ ପ୍ରକାଶ ପାଉଅଛ; 16ସେଥିରେ ମୁଁ ଯେ ବୃଥାରେ ଦୌଡ଼ି ନାହିଁ କିଅବା ବୃଥାରେ ପରିଶ୍ରମ କରି ନାହିଁ, ସେ ସମ୍ବନ୍ଧରେ ଖ୍ରୀଷ୍ଟଙ୍କ ପୁନରାଗମନ ଦିନରେ ଦର୍ପ କରିପାରିବି।
ପତ୍ର (ସନ୍ଥ କିରିୟାକସ୍ ଏକାନ୍ତବାସୀଙ୍କ ପାଇଁ)
22କିନ୍ତୁ ପବିତ୍ର ଆତ୍ମାଙ୍କ ଫଳ ପ୍ରେମ, ଆନନ୍ଦ, ଶାନ୍ତି, ଦୀର୍ଘସହିଷ୍ଣୁତା, ପରୋପକାରିତା, 23ଭଦ୍ରତା, ବିଶ୍ୱସ୍ତତା, ମୃଦୁତା ଓ ଆତ୍ମସଂଯମ; ଏହି ସମସ୍ତ ବିରୁଦ୍ଧରେ କୌଣସି ମୋଶାଙ୍କ ବ୍ୟବସ୍ଥା ନାହିଁ। 24ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କର, ସେମାନେ ଶରୀରକୁ ସେଥିର କାମନା ଓ ଅଭିଳାଷ ସହିତ କ୍ରୁଶରେ ହତ କରିଅଛନ୍ତି। 25ଯଦି ଆମ୍ଭେମାନେ ପବିତ୍ର ଆତ୍ମାଙ୍କ ଦ୍ୱାରା ଜୀବନ ପ୍ରାପ୍ତ କରିଅଛୁ, ତେବେ ପବିତ୍ର ଆତ୍ମାଙ୍କ ଦ୍ୱାରା ମଧ୍ୟ ଆଚରଣ କରୁ। 26ଆମ୍ଭେମାନେ ବୃଥା ଗର୍ବୀ ହୋଇ ପରସ୍ପରକୁ ବିରକ୍ତ ନ କରୁ ଓ ପରସ୍ପରକୁ ଈର୍ଷା ନ କରୁ। 6:1ହେ ଭାଇମାନେ, ଯଦି କେହି କୌଣସି ଅପରାଧରେ ଧରାପଡ଼େ, ଆତ୍ମିକ ଯେ ତୁମ୍ଭେମାନେ, ତୁମ୍ଭେମାନେ ମୃଦୁ ଭାବରେ ସେହି ପ୍ରକାର ଲୋକକୁ ସଂଶୋଧନ କର, ପୁଣି, କେଜାଣି ନିଜେ ମଧ୍ୟ ପରୀକ୍ଷାରେ ପଡ଼ିପାର, ଏଥିପାଇଁ ଆପଣା ବିଷୟରେ ସାବଧାନ ହୁଅ। 2ପରସ୍ପରର ଭାର ବହନ କର; ଏହି ପ୍ରକାରେ ତୁମ୍ଭେମାନେ ଖ୍ରୀଷ୍ଟଙ୍କ ବ୍ୟବସ୍ଥା ସଫଳ କରିବ।
ସୁସମାଚାର
37ସେଥିରେ ତାହାଙ୍କ ବିଷୟରେ ସମାଚାର ଚତୁର୍ଦ୍ଦିଗସ୍ଥ ଅଞ୍ଚଳର ସବୁଆଡ଼େ ବ୍ୟାପିଗଲା। 38ପରେ ସେ ସମାଜଗୃହରୁ ଉଠି ଶିମୋନଙ୍କ ଘରକୁ ଗଲେ। ଶିମୋନଙ୍କ ଶାଶୁଙ୍କୁ ଭୟଙ୍କର ଜ୍ୱର ହୋଇଥିଲା, ଆଉ ସେମାନେ ତାହାଙ୍କ ବିଷୟରେ ତାହାଙ୍କୁ ଅନୁରୋଧ କଲେ। 39ସେଥିରେ ସେ ତାହାଙ୍କ ପାଖରେ ଠିଆ ହୋଇ ଜ୍ୱରକୁ ଧମକ ଦେଲେ, ଆଉ ତାହାଙ୍କୁ ଜ୍ୱର ଛାଡ଼ିଗଲା, ପୁଣି, ସେ ସେହିକ୍ଷଣି ଉଠି ସେମାନଙ୍କ ସେବା କରିବାକୁ ଲାଗିଲେ। 40ସୂର୍ଯ୍ୟ ଅସ୍ତ ହେବା ସମୟରେ, ଯେଉଁମାନଙ୍କ ନିକଟରେ ନାନା ପ୍ରକାର ରୋଗରେ ପୀଡ଼ିତ ଲୋକମାନେ ଥିଲେ, ସେ ସମସ୍ତେ ସେମାନଙ୍କୁ ତାହାଙ୍କ ନିକଟକୁ ଆଣିଲେ ଏବଂ ସେ ପ୍ରତ୍ୟେକ ଜଣ ଉପରେ ହାତ ଥୋଇ ସେମାନଙ୍କୁ ସୁସ୍ଥ କଲେ। 41ପୁଣି, ଭୂତମାନେ ମଧ୍ୟ ଚିତ୍କାର କରୁ କରୁ ତୁମ୍ଭେ ଈଶ୍ବରଙ୍କ ପୁତ୍ର ବୋଲି କହି ଅନେକଙ୍କଠାରୁ ବାହାରିଗଲେ। ଆଉ, ଯୀଶୁ ସେମାନଙ୍କୁ ଧମକ ଦେଇ କଥା କହିବାକୁ ଦେଲେ ନାହିଁ, କାରଣ ସେ ଯେ ଖ୍ରୀଷ୍ଟ, ଏହା ସେମାନେ ଜାଣିଥିଲେ। 42ସକାଳ ହେବାରୁ, ସେ ବାହାରି ଏକ ନିର୍ଜନ ସ୍ଥାନକୁ ଗଲେ; ଆଉ, ଲୋକସମୂହ ତାହାଙ୍କୁ ଖୋଜି ଖୋଜି ତାହାଙ୍କ ନିକଟକୁ ଆସିଲେ, ପୁଣି, ସେ ଯେପରି ସେମାନଙ୍କ ପାଖରୁ ଚାଲି ନ ଯାଆନ୍ତି, ସେଥିନିମନ୍ତେ ତାହାଙ୍କୁ ଅଟକାଇବା ପାଇଁ ଚେଷ୍ଟା କଲେ। 43କିନ୍ତୁ ସେ ସେମାନଙ୍କୁ କହିଲେ, “ଅନ୍ୟାନ୍ୟ ନଗରରେ ମଧ୍ୟ ମୋତେ ଅବଶ୍ୟ ଈଶ୍ବରଙ୍କ ରାଜ୍ୟର ସୁସମାଚାର ପ୍ରଚାର କରିବାକୁ ହେବ, କାରଣ ସେଥିନିମନ୍ତେ ମୁଁ ପଠାଯାଇଅଛି।” 44ପୁଣି, ସେ ଯିହୂଦିୟା ପ୍ରଦେଶର ସମାଜଗୃହମାନଙ୍କରେ ପ୍ରଚାର କରିବାକୁ ଲାଗିଲେ।
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ସେପ୍ଟେମ୍ବର 29 ନାଗରିକ ପଞ୍ଜିକାର ଅକ୍ଟୋବର 12। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର