Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅକ୍ଟୋବର 2026 › ଅକ୍ଟୋବର 13

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 13 ଅକ୍ଟୋବର 2026

ମଙ୍ଗଳବାର · ସାଧାରଣ କାଳର 28ତମ ସପ୍ତାହ

ପର୍ବ ଓ ସନ୍ଥ

ସାଧାରଣ କାଳର 28ତମ ସପ୍ତାହର ମଙ୍ଗଳବାର

ସାଧାରଣ ଦିନ · ଉପାସନାର ରଙ୍ଗ: ସବୁଜ

ଦିନର ପାଠ

ପ୍ରଥମ ପାଠ

ଗାଲା 5:1–6

1ସ୍ୱାଧୀନତା ନିମନ୍ତେ ଖ୍ରୀଷ୍ଟ ଆମ୍ଭମାନଙ୍କୁ ମୁକ୍ତ କରିଅଛନ୍ତି; ଅତଏବ ସ୍ଥିର ହୋଇ ରୁହ ଏବଂ ଦାସତ୍ୱ ଜୁଆଳିରେ ଆଉ ଥରେ ଯୋଚା ନ ଯାଅ। 2ଦେଖ, ମୁଁ ପାଉଲ ତୁମ୍ଭମାନଙ୍କୁ କହୁଅଛି, ଯଦି ତୁମ୍ଭମାନଙ୍କର ସୁନ୍ନତ ହୁଏ, ତେବେ ଖ୍ରୀଷ୍ଟଙ୍କ ଦ୍ୱାରା ତୁମ୍ଭମାନଙ୍କର କୌଣସି ଲାଭ ହେବ ନାହିଁ। 3ମୁଁ ସୁନ୍ନତ ପ୍ରାପ୍ତ ହେଉଥିବା ପ୍ରତ୍ୟେକ ଜଣକୁ ପୁନର୍ବାର ସାକ୍ଷ୍ୟ ଦେଉଅଛି ଯେ, ସେ ସମସ୍ତ ମୋଶାଙ୍କ ବ୍ୟବସ୍ଥା ପାଳନ କରିବା ନିମନ୍ତେ ଦାୟୀ। 4ତୁମ୍ଭେମାନେ ଯେତେ ଲୋକ ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ଧାର୍ମିକ ଗଣିତ ହେବାକୁ ଚାହୁଁଅଛ, ତୁମ୍ଭେମାନେ ଖ୍ରୀଷ୍ଟଙ୍କଠାରୁ ବିଚ୍ଛିନ୍ନ ହୋଇଅଛ, ତୁମ୍ଭେମାନେ ଅନୁଗ୍ରହରୁ ପତିତ ହୋଇଅଛ। 5କାରଣ ଆମ୍ଭେମାନେ ଈଶ୍ବରଙ୍କ ଆତ୍ମାଙ୍କ ଦ୍ୱାରା ବିଶ୍ୱାସ ହେତୁ ଧାର୍ମିକତା ପ୍ରାପ୍ତିର ଆଶାରେ ଅପେକ୍ଷା କରୁଅଛୁ। 6ଯେଣୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁନ୍ନତ କି ଅସୁନ୍ନତ କିଛି ନୁହେଁ, କିନ୍ତୁ ପ୍ରେମରେ କାର୍ଯ୍ୟସାଧକ ବିଶ୍ୱାସ ହିଁ ସାର।

ପ୍ରତିଉତ୍ତର ଗୀତ

ଗୀତ 119:41, 43–45, 47–48

41ହେ ସଦାପ୍ରଭୋ, ତୁମ୍ଭ ଦୟା, ଅର୍ଥାତ୍‍, ତୁମ୍ଭ ବାକ୍ୟାନୁସାରେ ତୁମ୍ଭ ପରିତ୍ରାଣ ମୋʼ ପ୍ରତି ବର୍ତ୍ତୁ। 43ପୁଣି, ମୋʼ ମୁଖରୁ ସତ୍ୟତାର ବାକ୍ୟ କଦାପି ନିଅ ନାହିଁ; କାରଣ ମୁଁ ତୁମ୍ଭ ଶାସନରେ ଭରସା ରଖିଅଛି। 44ତହିଁରେ ମୁଁ ଅନନ୍ତକାଳ ପର୍ଯ୍ୟନ୍ତ ନିରନ୍ତର ତୁମ୍ଭର ବ୍ୟବସ୍ଥା ପାଳନ କରିବି। 45ଆଉ, ମୁଁ ସ୍ୱଚ୍ଛନ୍ଦରେ ଗମନାଗମନ କରିବି; କାରଣ ମୁଁ ତୁମ୍ଭର ବିଧାନସବୁ ଖୋଜିଅଛି। 47ପୁଣି, ମୁଁ ତୁମ୍ଭର ଯେଉଁ ଆଜ୍ଞାସମୂହ ସ୍ନେହ କରିଅଛି, ତହିଁରେ ଆପଣାକୁ ଆନନ୍ଦିତ କରିବି। 48ଆହୁରି, ମୁଁ ତୁମ୍ଭର ଯେଉଁ ଆଜ୍ଞାସମୂହ ସ୍ନେହ କରିଅଛି, ତହିଁ ନିକଟରେ କୃତାଞ୍ଜଳି ହେବି; ପୁଣି, ମୁଁ ତୁମ୍ଭର ବିଧିସବୁ ଧ୍ୟାନ କରିବି।

ସୁସମାଚାର

ଲୂକ 11:37–41

37ସେ କଥା କହୁଥିବା ସମୟରେ ଜଣେ ଫାରୂଶୀ ତାହାଙ୍କୁ ଦିନବେଳେ ଆପଣା ଗୃହରେ ଭୋଜନ କରିବାକୁ ନିମନ୍ତ୍ରଣ କଲେ, ଆଉ ସେ ଗୃହରେ ପ୍ରବେଶ କରି ଭୋଜନରେ ବସିଲେ। 38କିନ୍ତୁ ଭୋଜନ କରିବା ପୂର୍ବେ ସେ ଯେ ପ୍ରଥମେ ଧୋଇ ନ ଥିଲେ, ଏହା ଦେଖି ସେହି ଫାରୂଶୀ ଚମତ୍କୃତ ହେଲେ। 39ସେଥିରେ ପ୍ରଭୁ ତାହାଙ୍କୁ କହିଲେ, “ତୁମ୍ଭେ ଫାରୂଶୀଯାକ ସିନା ଗିନା ଓ ଥାଳିର ବାହାର ପରିଷ୍କାର କରୁଥାଅ, ମାତ୍ର ତୁମ୍ଭମାନଙ୍କ ଭିତରେ ଲୋଭ ଓ ଦୁଷ୍ଟତାରେ ପରିପୂର୍ଣ୍ଣ। 40ହେ ନିର୍ବୋଧମାନେ, ଯେ ବାହାର ସୃଷ୍ଟି କଲେ, ସେ କି ଭିତର ମଧ୍ୟ ସୃଷ୍ଟି କଲେ ନାହିଁ? 41ବରଂ ଭିତରେ ଯାହା ଯାହା ଅଛି, ସେହିସବୁ ଦାନ କର; ଆଉ ଦେଖ, ତୁମ୍ଭମାନଙ୍କ ପକ୍ଷରେ ସମସ୍ତ ପରିଷ୍କୃତ।

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର A, ସପ୍ତାହ ଦିନର ବର୍ଷ II।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର