Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅକ୍ଟୋବର 2026 › ଅକ୍ଟୋବର 13

ଅର୍ଥୋଡକ୍ସ ପଞ୍ଜିକା · 30 ସେପ୍ଟେମ୍ବର (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 13 ଅକ୍ଟୋବର 2026

ମଙ୍ଗଳବାର · ପେଣ୍ଟିକଷ୍ଟ ପରେ 20ତମ ସପ୍ତାହ · ସ୍ୱର 2

ପର୍ବ ଓ ସନ୍ଥ

Hieromartyr Gregory, Bishop and Enlightener of Great Armenia († c. 335)

ଉପବାସ

ଉପବାସ ନାହିଁ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର

ଫିଲି 2:16–23

16ସେଥିରେ ମୁଁ ଯେ ବୃଥାରେ ଦୌଡ଼ି ନାହିଁ କିଅବା ବୃଥାରେ ପରିଶ୍ରମ କରି ନାହିଁ, ସେ ସମ୍ବନ୍ଧରେ ଖ୍ରୀଷ୍ଟଙ୍କ ପୁନରାଗମନ ଦିନରେ ଦର୍ପ କରିପାରିବି। 17ହଁ, ଆଉ ଯଦି ମୋହର ରକ୍ତ ତୁମ୍ଭମାନଙ୍କ ବିଶ୍ୱାସ ସମ୍ବନ୍ଧୀୟ ସେବାରେ ପେୟ ନୈବେଦ୍ୟ ପରି ଢଳା ଯାଏ, ତେବେ ମଧ୍ୟ ମୁଁ ଆନନ୍ଦିତ ଓ ତୁମ୍ଭ ସମସ୍ତଙ୍କ ସହିତ ଉଲ୍ଲସିତ। 18ଆଉ, ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ଆନନ୍ଦ କର ଓ ମୋʼ ସହିତ ଉଲ୍ଲାସ କର। 19କିନ୍ତୁ ମୁଁ ତୁମ୍ଭମାନଙ୍କ ନିକଟକୁ ତୀମଥିଙ୍କୁ ଶୀଘ୍ର ପଠାଇବି ବୋଲି ପ୍ରଭୁ ଯୀଶୁଙ୍କଠାରେ ଭରସା କରୁଅଛି, ଯେପରି ତୁମ୍ଭମାନଙ୍କ ଅବସ୍ଥା ବିଷୟ ଜାଣି ମୁଁ ମଧ୍ୟ ଉତ୍ସାହିତ ହେବି। 20କାରଣ ଯେ ତୁମ୍ଭମାନଙ୍କ ବିଷୟରେ ପ୍ରକୃତରେ ମନୋଯୋଗ କରିବ, ଏପରି ସମଭାବାପନ୍ନ ଲୋକ ତାହାଙ୍କ ବିନା ମୋʼ ନିକଟରେ ଆଉ କେହି ନାହିଁ। 21ଯେଣୁ ସମସ୍ତେ ଯୀଶୁ ଖ୍ରୀଷ୍ଟଙ୍କ ବିଷୟ ଚେଷ୍ଟା ନ କରି ସ୍ୱାର୍ଥ ଚେଷ୍ଟା କରନ୍ତି। 22ସେ ଯେ ପରୀକ୍ଷାସିଦ୍ଧ ଲୋକ, ଏହା ତୁମ୍ଭେମାନେ ଜାଣ; ପୁତ୍ର ପିତାର ସେବା କଲା ପରି ସେ ତ ସୁସମାଚାର କାର୍ଯ୍ୟରେ ମୋʼ ସହିତ ସେବା କରିଥିଲେ। 23ଅତଏବ, ମୋʼ ପ୍ରତି କଅଣ ଘଟିବ, ତାହା ଜାଣିବାମାତ୍ର ତାହାଙ୍କୁ ପଠାଇବି ବୋଲି ଭରସା କରୁଅଛି;

ପତ୍ର (ବୁଧବାର ପାଇଁ)

ଫିଲି 2:24–30

24କିନ୍ତୁ ମୁଁ ପ୍ରଭୁଙ୍କଠାରେ ବିଶ୍ୱାସ କରୁଅଛି ଯେ, ମୁଁ ନିଜେ ମଧ୍ୟ ଶୀଘ୍ର ଯିବି। 25କିନ୍ତୁ ମୁଁ ମୋହର ଭ୍ରାତା, ସହକର୍ମୀ, ସହସେନା ଓ ମୋହର ଅଭାବ ପୂରଣ ନିମନ୍ତେ ତୁମ୍ଭମାନଙ୍କର ପ୍ରେରିତ ଓ ସେବକ ଏପାଫ୍ରାଦିତଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇବା ପାଇଁ ଆବଶ୍ୟକ ମନେ କଲି; 26କାରଣ ସେ ତୁମ୍ଭ ସମସ୍ତଙ୍କୁ ଦେଖିବା ପାଇଁ ଅତ୍ୟନ୍ତ ଇଚ୍ଛୁକ, ପୁଣି, ସେ ପୀଡ଼ିତ ଅଛନ୍ତି ବୋଲି ତୁମ୍ଭେମାନେ ଶୁଣିଥିବାରୁ ଅତ୍ୟନ୍ତ ବ୍ୟଥିତ; 27ହଁ, ସେ ମୃତ୍ୟୁ ସରିକି ପୀଡ଼ିତ ହୋଇଥିଲେ, କିନ୍ତୁ ଈଶ୍ବର ତାହାଙ୍କୁ ଦୟା କଲେ, ଆଉ କେବଳ ତାହାଙ୍କୁ ନୁହେଁ, ମାତ୍ର ଯେପରି ମୋʼ ପ୍ରତି ଦୁଃଖ ଉପରେ ଦୁଃଖ ଘଟିବ ନାହିଁ, ଏଥିପାଇଁ ମୋʼ ଉପରେ ମଧ୍ୟ ଦୟା କଲେ। 28ଏଣୁ ତୁମ୍ଭେମାନେ ଯେପରି ତାହାଙ୍କୁ ପୁନର୍ବାର ଦେଖି ଆନନ୍ଦ କର ଓ ମୋʼ ଦୁଃଖ ଯେପରି ଊଣା ପଡ଼େ, ଏଥିପାଇଁ ମୁଁ ତାହାଙ୍କୁ ପଠାଇବା ନିମନ୍ତେ ଅଧିକ ଯତ୍ନବାନ ହେଲି। 29ଅତଏବ, ପ୍ରଭୁଙ୍କ ହେତୁ ତାହାଙ୍କୁ ଅତି ଆନନ୍ଦରେ ଗ୍ରହଣ କର, ଆଉ ଏହି ପ୍ରକାର ବ୍ୟକ୍ତିମାନଙ୍କୁ ସମାଦର କର; 30କାରଣ ମୋʼ ପ୍ରତି ତୁମ୍ଭମାନଙ୍କ ସେବାରେ ଯାହା କିଛି ଅଭାବ, ତାହା ପୂରଣ କରିବାକୁ ସେ ଖ୍ରୀଷ୍ଟଙ୍କ କାର୍ଯ୍ୟରେ ଆପଣା ଜୀବନ ବିପଦଗ୍ରସ୍ତ କରି ମୃତପ୍ରାୟ ହୋଇଥିଲେ।

ସୁସମାଚାର

ଲୂକ 5:12–16

12ସେ ଗୋଟିଏ ନଗରରେ ଥିବା ସମୟରେ, ଦେଖ, ଜଣେ ସର୍ବାଙ୍ଗ କୁଷ୍ଠୀ ଲୋକ ସେ ସ୍ଥାନରେ ଥିଲେ; ସେ ଯୀଶୁଙ୍କୁ ଦେଖି ମୁହଁ ମାଡ଼ିପଡ଼ି ତାହାଙ୍କୁ ନିବେଦନ କରି କହିଲା, ହେ ପ୍ରଭୁ, ଆପଣ ଯଦି ଇଚ୍ଛା କରନ୍ତି, ତାହାହେଲେ ମୋତେ ଶୁଚି କରିପାରନ୍ତି। 13ସେଥିରେ ସେ ହାତ ବଢ଼ାଇ ତାହାକୁ ଛୁଇଁ କହିଲେ, “ମୁଁ ଇଚ୍ଛା କରୁଅଛି, ଶୁଚି ହୁଅ।” ସେହିକ୍ଷଣି କୁଷ୍ଠରୋଗ ତାହାଠାରୁ ଦୂର ହେଲା। 14ଆଉ, ସେ ତାହାକୁ ଆଜ୍ଞା ଦେଇ କହିଲେ, “କାହାକୁ କୁହ ନାହିଁ, କିନ୍ତୁ ଯାଇ ଯାଜକଙ୍କୁ ନିଜକୁ ଦେଖାଅ, ପୁଣି, ମୋଶାଙ୍କ ଆଦେଶ ଅନୁସାରେ ଆପଣାର ଶୁଚିକ୍ରିୟାରୂପେ ସେମାନଙ୍କ ନିକଟରେ ସାକ୍ଷ୍ୟ ଦେବା ନିମନ୍ତେ ବଳି ଉତ୍ସର୍ଗ କର।” 15କିନ୍ତୁ ତାହାଙ୍କ ବିଷୟକ କଥା ଆହୁରି ଅଧିକ ବ୍ୟାପିଗଲା, ଆଉ ବହୁସଂଖ୍ୟକ ଲୋକ ଶୁଣିବା ନିମନ୍ତେ ଓ ନିଜ ନିଜ ରୋଗରୁ ସୁସ୍ଥ ହେବା ନିମନ୍ତେ ଏକତ୍ର ହେବାକୁ ଲାଗିଲେ; 16ମାତ୍ର ସେ କେହି ନ ଥିବା ସ୍ଥାନମାନଙ୍କରେ ରହି ପ୍ରାର୍ଥନା କରୁଥିଲେ।

ସୁସମାଚାର (ବୁଧବାର ପାଇଁ)

ଲୂକ 5:33–39

33ସେମାନେ ତାହାଙ୍କୁ କହିଲେ, ଯୋହନଙ୍କ ଶିଷ୍ୟମାନେ ଥରକୁଥର ଉପବାସ ଓ ପ୍ରାର୍ଥନା କରନ୍ତି, ଫାରୂଶୀମାନଙ୍କ ଶିଷ୍ୟମାନେ ମଧ୍ୟ ସେହି ପ୍ରକାର କରନ୍ତି, କିନ୍ତୁ ଆପଣଙ୍କ ଶିଷ୍ୟମାନେ ଖିଆପିଆ କରନ୍ତି। 34ସେଥିରେ ଯୀଶୁ ସେମାନଙ୍କୁ କହିଲେ, “ବରଯାତ୍ରୀମାନଙ୍କ ସହିତ ବର ଥିବା ସମୟରେ ତୁମ୍ଭେମାନେ କି ସେମାନଙ୍କୁ ଉପବାସ କରାଇପାର? 35କିନ୍ତୁ ସମୟ ଆସିବ; ଆଉ ଯେତେବେଳେ ସେମାନଙ୍କଠାରୁ ବରଙ୍କୁ କାଢ଼ି ନିଆଯିବ, ସେତେବେଳେ ସେହି ସମୟରେ ସେମାନେ ଉପବାସ କରିବେ।” 36ପୁଣି, ସେ ସେମାନଙ୍କୁ ଏକ ଦୃଷ୍ଟାନ୍ତ ମଧ୍ୟ କହିଲେ, “କେହି ନୂଆ ଲୁଗାରୁ ତାଳି ଛିଣ୍ଡାଇ ପୁରୁଣା ଲୁଗାରେ ପକାଏ ନାହିଁ; ପକାଇଲେ ସେ ନୂଆ ଖଣ୍ଡିକ ଚିରିଦେବ, ପୁଣି, ନୂଆ ଲୁଗାର ତାଳିଟି ମଧ୍ୟ ପୁରୁଣା ସାଙ୍ଗରେ ମିଶିବ ନାହିଁ। 37ଆଉ, କେହି ନୂଆ ଦ୍ରାକ୍ଷାରସ ପୁରୁଣା କୁମ୍ପାରେ ରଖେ ନାହିଁ; ରଖିଲେ ନୂଆ ଦ୍ରାକ୍ଷାରସ କୁମ୍ପାକୁ ଫଟାଇ ପଡ଼ିଯିବ, ଆଉ କୁମ୍ପା ନଷ୍ଟ ହେବ। 38କିନ୍ତୁ ନୂଆ ଦ୍ରାକ୍ଷାରସ ନୂଆ କୁମ୍ପାରେ ରଖିବା ଉଚିତ। 39ଆଉ, କେହି ପୁରୁଣା ଦ୍ରାକ୍ଷାରସ ପାନ କରି ନୂଆ ଦ୍ରାକ୍ଷାରସ ପାନ କରିବାକୁ ଇଚ୍ଛା କରେ ନାହିଁ, କାରଣ ସେ କହେ, ‘ପୁରୁଣା ତ ଭଲ।’”

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ସେପ୍ଟେମ୍ବର 30 ନାଗରିକ ପଞ୍ଜିକାର ଅକ୍ଟୋବର 13। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର