ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅକ୍ଟୋବର 2026 › ଅକ୍ଟୋବର 14
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 14 ଅକ୍ଟୋବର 2026
ବୁଧବାର · ସାଧାରଣ କାଳର 28ତମ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର 28ତମ ସପ୍ତାହର ବୁଧବାର
ଇଚ୍ଛାଧୀନ ସ୍ମୃତି ଦିବସ · ଉପାସନାର ରଙ୍ଗ: ସବୁଜ
ସନ୍ଥ କାଲିକ୍ସଟସ୍ ପ୍ରଥମ, ପୋପ୍ ଓ ଶହୀଦ · ଇଚ୍ଛାଧୀନ ସ୍ମୃତି ଦିବସ
ଦିନର ପାଠ
ପ୍ରଥମ ପାଠ
18କିନ୍ତୁ ଯଦି ତୁମ୍ଭେମାନେ ଈଶ୍ବରଙ୍କ ଆତ୍ମାଙ୍କ ଦ୍ୱାରା ପରିଚାଳିତ ହୁଅ, ତେବେ ମୋଶାଙ୍କ ବ୍ୟବସ୍ଥାର ଅଧୀନ ନୁହଁ। 19ଶରୀରର କାର୍ଯ୍ୟଗୁଡ଼ାକ ତ ସ୍ପଷ୍ଟ ରୂପେ ଜଣା, ବ୍ୟଭିଚାର, ଅଶୁଚିତା 20କାମୁକତା, ପ୍ରତିମାପୂଜା, ନରହତ୍ୟା, କୁହୁକ, ଶତ୍ରୁତା, ବିବାଦ, ଦ୍ୱେଷ, କ୍ରୋଧ, ସ୍ୱାର୍ଥପରତା, ଦଳଭେଦ, ମତଭେଦ, ଈର୍ଷା, 21ମତ୍ତତା, ରଙ୍ଗରସ, ଇତ୍ୟାଦି ପ୍ରକାର କର୍ମଗୁଡ଼ାକ; ମୁଁ ପୂର୍ବରେ ଯେପରି ତୁମ୍ଭମାନଙ୍କୁ କହିଥିଲି, ସେହିପରି ଆଗରୁ କହୁଅଛି ଯେ, ଯେଉଁମାନେ ଏହି ସବୁପ୍ରକାର କର୍ମ କରନ୍ତି, ସେମାନେ ଈଶ୍ବରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ। 22କିନ୍ତୁ ପବିତ୍ର ଆତ୍ମାଙ୍କ ଫଳ ପ୍ରେମ, ଆନନ୍ଦ, ଶାନ୍ତି, ଦୀର୍ଘସହିଷ୍ଣୁତା, ପରୋପକାରିତା, 23ଭଦ୍ରତା, ବିଶ୍ୱସ୍ତତା, ମୃଦୁତା ଓ ଆତ୍ମସଂଯମ; ଏହି ସମସ୍ତ ବିରୁଦ୍ଧରେ କୌଣସି ମୋଶାଙ୍କ ବ୍ୟବସ୍ଥା ନାହିଁ। 24ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କର, ସେମାନେ ଶରୀରକୁ ସେଥିର କାମନା ଓ ଅଭିଳାଷ ସହିତ କ୍ରୁଶରେ ହତ କରିଅଛନ୍ତି। 25ଯଦି ଆମ୍ଭେମାନେ ପବିତ୍ର ଆତ୍ମାଙ୍କ ଦ୍ୱାରା ଜୀବନ ପ୍ରାପ୍ତ କରିଅଛୁ, ତେବେ ପବିତ୍ର ଆତ୍ମାଙ୍କ ଦ୍ୱାରା ମଧ୍ୟ ଆଚରଣ କରୁ।
ପ୍ରତିଉତ୍ତର ଗୀତ
1ଯେଉଁ ଜନ ଦୁଷ୍ଟମାନଙ୍କ ମନ୍ତ୍ରଣାରେ ଚାଲେ ନାହିଁ, ଅବା ପାପୀମାନଙ୍କ ମାର୍ଗରେ ଠିଆ ହୁଏ ନାହିଁ, କିଅବା ନିନ୍ଦକମାନଙ୍କ ସଭାରେ ବସେ ନାହିଁ, 2ମାତ୍ର ସଦାପ୍ରଭୁଙ୍କ ବ୍ୟବସ୍ଥାରେ ଯାହାର ଆମୋଦ ଥାଏ ଓ ଯେ ଦିବାରାତ୍ର ତାହାଙ୍କର ବ୍ୟବସ୍ଥା ଧ୍ୟାନ କରେ, ସେ ଧନ୍ୟ। 3ଯେଉଁ ବୃକ୍ଷ ଜଳସ୍ରୋତ ନିକଟରେ ରୋପିତ, ଯେ ସ୍ୱସମୟରେ ଫଳ ଉତ୍ପନ୍ନ କରେ, ଯାହାର ପତ୍ର ହିଁ ମଳିନ ହୁଏ ନାହିଁ, ଏପରି ବୃକ୍ଷ ସଦୃଶ ସେ ହେବ; ପୁଣି, ସେ ଯାହା କରେ, ତାହା ସଫଳ ହେବ। 4ଦୁଷ୍ଟମାନେ ସେପ୍ରକାର ନୁହନ୍ତି; ମାତ୍ର ବାୟୁ ଦ୍ୱାରା ଚାଳିତ ତୁଷ ତୁଲ୍ୟ ଅଟନ୍ତି। 6କାରଣ ସଦାପ୍ରଭୁ ଧାର୍ମିକମାନଙ୍କ ପଥ ଜାଣନ୍ତି; ମାତ୍ର ଦୁଷ୍ଟମାନଙ୍କ ପଥ ବିନଷ୍ଟ ହେବ।
ସୁସମାଚାର
42କିନ୍ତୁ ହାୟ, ଦଣ୍ଡର ପାତ୍ର ଫାରୂଶୀମାନେ, କାରଣ ତୁମ୍ଭେମାନେ ପୋଦିନା, ଆରୁଦ ଓ ସମସ୍ତ ପ୍ରକାର ଶାକର ଦଶମାଂଶ ଦେଉଥାଅ, ଆଉ ନ୍ୟାୟବିଚାର ଓ ଈଶ୍ବରଙ୍କ ପ୍ରେମ ଅବହେଳା କରୁଥାଅ; କିନ୍ତୁ ଏହି ସମସ୍ତ ପାଳନ କରିବା ଓ ଅନ୍ୟସବୁ ଅବହେଳା ନ କରିବା ଉଚିତ। 43ହାୟ, ଦଣ୍ଡର ପାତ୍ର ଫାରୂଶୀମାନେ, କାରଣ ତୁମ୍ଭେମାନେ ସମାଜଗୃହରେ ପ୍ରଧାନ ଆସନ ଓ ହାଟବଜାରରେ ନମସ୍କାର ପାଇବାକୁ ଭଲ ପାଅ। 44ହାୟ, ତୁମ୍ଭେମାନେ ଦଣ୍ଡର ପାତ୍ର, କାରଣ ତୁମ୍ଭେମାନେ ଦେଖାଯାଉ ନ ଥିବା କବର ତୁଲ୍ୟ; ତାହା ଉପରେ ଚାଲୁଥିବା ଲୋକମାନେ ତାହା ସମାଧି ବୋଲି ଜାଣନ୍ତି ନାହିଁ।” 45ଏଥିରେ ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ ଉତ୍ତର ଦେଲେ, ହେ ଗୁରୁ, ଏହା କହି ଆପଣ ଆମ୍ଭମାନଙ୍କୁ ମଧ୍ୟ ଅପମାନ କରୁଅଛନ୍ତି। 46ସେ କହିଲେ, “ହାୟ, ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞ ଯେ ତୁମ୍ଭେମାନେ, ତୁମ୍ଭେମାନେ ମଧ୍ୟ ଦଣ୍ଡର ପାତ୍ର, କାରଣ ତୁମ୍ଭେମାନେ ମନୁଷ୍ୟମାନଙ୍କ ଉପରେ ଦୁର୍ବହ ଭାର ଲଦୁଥାଅ ଏବଂ ନିଜେ ଗୋଟିଏ ଅଙ୍ଗୁଳି ଦେଇ ତାହା ସ୍ପର୍ଶ କରୁ ନ ଥାଅ।
ଆଜିର ସନ୍ଥ
- ସନ୍ଥ କାଲିକ୍ସଟସ୍ ପ୍ରଥମ, ପୋପ୍ ଓ ଶହୀଦ
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର A, ସପ୍ତାହ ଦିନର ବର୍ଷ II।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର