Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅକ୍ଟୋବର 2026 › ଅକ୍ଟୋବର 15

ଅର୍ଥୋଡକ୍ସ ପଞ୍ଜିକା · 2 ଅକ୍ଟୋବର (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 15 ଅକ୍ଟୋବର 2026

ଗୁରୁବାର · ପେଣ୍ଟିକଷ୍ଟ ପରେ 20ତମ ସପ୍ତାହ · ସ୍ୱର 2

ପର୍ବ ଓ ସନ୍ଥ

Hieromartyr Cyprian and Virginmartyr Justina of Nicomedia († 304)

ଉପବାସ

ଉପବାସ ନାହିଁ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର

ଫିଲି 3:1–8

1ଅବଶେଷରେ, ହେ ମୋହର ଭାଇମାନେ, ପ୍ରଭୁଙ୍କଠାରେ ଆନନ୍ଦ କର। ଏକ-ପ୍ରକାର କଥା ତୁମ୍ଭମାନଙ୍କ ନିକଟକୁ ଥରକୁଥର ଲେଖିବା ମୋʼ ପ୍ରତି କ୍ଳାନ୍ତିଜନକ ନୁହେଁ, ବରଂ ସେହିସବୁ ତୁମ୍ଭମାନଙ୍କ ନିମନ୍ତେ ନିଷ୍ଠାଜନକ। 2କୁକୁରମାନଙ୍କଠାରୁ ସାବଧାନ, ଦୁଷ୍ଟ କାର୍ଯ୍ୟକାରୀମାନଙ୍କଠାରୁ ସାବଧାନ, ସୁନ୍ନତବାଦୀ ଲୋକମାନଙ୍କଠାରୁ ସାବଧାନ; 3କାରଣ ଆମ୍ଭେମାନେ ପ୍ରକୃତରେ ସୁନ୍ନତ ପ୍ରାପ୍ତ, ଆମ୍ଭେମାନେ ଈଶ୍ବରଙ୍କ ଆତ୍ମାରେ ଉପାସନା କରୁ, ପୁଣି, ବାହ୍ୟିକ ବିଷୟ ଉପରେ ନିର୍ଭର ନ କରି ଖ୍ରୀଷ୍ଟ ଯୀଶୁଙ୍କଠାରେ ଦର୍ପ କରୁ। 4ମୁଁ ତ ବାହ୍ୟିକ ବିଷୟ ଉପରେ ମଧ୍ୟ ନିର୍ଭର କରିପାରନ୍ତି; ଯଦି ଅନ୍ୟ କେହି ବାହ୍ୟିକ ବିଷୟ ଉପରେ ନିର୍ଭର କରିପାରେ ବୋଲି ମନେ କରେ, ତେବେ ମୁଁ ଅଧିକ କରିପାରେ; 5ମୁଁ ଅଷ୍ଟମ ଦିନରେ ସୁନ୍ନତ ପ୍ରାପ୍ତ, ଇସ୍ରାଏଲ ବଂଶଜାତ, ବିନ୍ୟାମୀନ୍ ଗୋଷ୍ଠୀୟ, ଏବ୍ରୀୟ-ରକ୍ତଜାତ ଜଣେ ଏବ୍ରୀୟ, ମୋଶାଙ୍କ ବ୍ୟବସ୍ଥା ପାଳନ ସମ୍ବନ୍ଧରେ ଜଣେ ଫାରୂଶୀ, 6ଉଦ୍‌ଯୋଗ ସମ୍ବନ୍ଧରେ ମଣ୍ଡଳୀର ଜଣେ ତାଡ଼ନାକାରୀ, ପୁଣି, ମୋଶାଙ୍କ ବ୍ୟବସ୍ଥାଗତ ଧାର୍ମିକତା ସମ୍ବନ୍ଧରେ ନିର୍ଦ୍ଦୋଷ ଦେଖାଯାଇଥିଲି। 7କିନ୍ତୁ ଯାହାସବୁ ମୋʼ ପକ୍ଷରେ ଲାଭଜନକ ଥିଲା, ସେହିସବୁ ମୁଁ ଖ୍ରୀଷ୍ଟଙ୍କ ନିମନ୍ତେ କ୍ଷତିଜନକ ବୋଲି ଗଣ୍ୟ କରିଅଛି। 8ହଁ, ପ୍ରକୃତରେ ମୁଁ ମୋହର ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ଜ୍ଞାନର ଉତ୍କୃଷ୍ଟତା ନିମନ୍ତେ ସମସ୍ତ ବିଷୟ କ୍ଷତିଜନକ ବୋଲି ଗଣ୍ୟ କରେ; ତାହାଙ୍କ ନିମନ୍ତେ ମୁଁ ସମସ୍ତ ବିଷୟର କ୍ଷତି ସହ୍ୟ କଲି, ପୁଣି, ସେହିସବୁ ଆବର୍ଜନା ସ୍ୱରୂପ ଗଣ୍ୟ କରେ, ଯେପରି ମୁଁ ଖ୍ରୀଷ୍ଟଙ୍କୁ ଲାଭ କରିପାରେ ଓ ତାହାଙ୍କର ବୋଲି ଜଣାଯାଏ,

ପତ୍ର (ସନ୍ଥ ସିପ୍ରିୟାନ୍‌ଙ୍କ ପାଇଁ)

ପ୍ର.ତୀମ 1:12–17

12ଆମ୍ଭମାନଙ୍କର ଯେଉଁ ପ୍ରଭୁ ଖ୍ରୀଷ୍ଟ ଯୀଶୁ ମୋତେ ଯୋଗ୍ୟ କରିଅଛନ୍ତି, ତାହାଙ୍କୁ ମୁଁ ଧନ୍ୟବାଦ ଦେଉଅଛି ଯେ, ସେ ମୋତେ ବିଶ୍ୱସ୍ତ ମନେ କରି ସେବକ ପଦରେ ନିଯୁକ୍ତ କରିଅଛନ୍ତି, 13ଯଦ୍ୟପି ମୁଁ ପୂର୍ବେ ନିନ୍ଦକ, ତାଡ଼ନାକାରୀ ଓ ଅତ୍ୟାଚାରୀ ଥିଲି; କିନ୍ତୁ ମୁଁ ଅବିଶ୍ୱାସ ହେତୁ ଅଜ୍ଞାନ ପଣରେ ତାହା କରିଥିଲି ବୋଲି ଦୟା ପାଇଲି; 14ଆଉ, ଆମ୍ଭମାନଙ୍କ ପ୍ରଭୁଙ୍କ ଅନୁଗ୍ରହ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ବିଶ୍ୱାସ ଓ ପ୍ରେମ ସହକାରେ ମୋ ପ୍ରତି ଅତି ପ୍ରଚୁର ହେଲା। 15ପାପୀମାନଙ୍କୁ ପରିତ୍ରାଣ କରିବା ନିମନ୍ତେ ଖ୍ରୀଷ୍ଟ ଯୀଶୁ ଯେ ଜଗତକୁ ଆସିଲେ; ଏହି ବାକ୍ୟ ବିଶ୍ୱାସଯୋଗ୍ୟ ଓ ସର୍ବତୋଭାବେ ଗ୍ରହଣ ଯୋଗ୍ୟ; ସେହି ପାପୀମାନଙ୍କ ମଧ୍ୟରେ ମୁଁ ପ୍ରଧାନ। 16ତଥାପି ଯେଉଁମାନେ ଭବିଷ୍ୟତ କାଳରେ ଅନନ୍ତ ଜୀବନ ପାଇବା ନିମନ୍ତେ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିବେ, ସେମାନଙ୍କ ନିକଟରେ ଏକ ଉଦାହରଣ ହେବା ପାଇଁ ପ୍ରଧାନ ପାପୀ ଯେ ମୁଁ, ମୋʼଠାରେ ସେ ଯେପରି ଆପଣା ପୂର୍ଣ୍ଣ ଚିରସହିଷ୍ଣୁତା ପ୍ରକାଶ କରନ୍ତି, ଏଥିନିମନ୍ତେ ମୁଁ ଦୟା ପ୍ରାପ୍ତ ହେଲି। 17ଅକ୍ଷୟ, ଅଦୃଶ୍ୟ, ଅଦ୍ୱିତୀୟ ଈଶ୍ବର ଯେ ଅନନ୍ତକାଳୀନ ରାଜା, ତାହାଙ୍କ ସମ୍ଭ୍ରମ ଓ ଗୌରବ ଯୁଗେ ଯୁଗେ ହେଉ। ଆମେନ୍‍।

ସୁସମାଚାର

ଲୂକ 6:12–19

12ସେହି ସମୟରେ ସେ ଦିନେ ପ୍ରାର୍ଥନା କରିବା ନିମନ୍ତେ ପର୍ବତକୁ ବାହାରିଯାଇ ଈଶ୍ବରଙ୍କ ନିକଟରେ ପ୍ରାର୍ଥନା କରୁ କରୁ ସାରା ରାତ୍ରି ବିତାଇଲେ। 13ସକାଳ ହୁଅନ୍ତେ, ସେ ଆପଣା ଶିଷ୍ୟମାନଙ୍କୁ ପାଖକୁ ଡାକି ସେମାନଙ୍କ ମଧ୍ୟରୁ ବାର ଜଣକୁ ମନୋନୀତ କଲେ; ସେ ସେମାନଙ୍କୁ ମଧ୍ୟ ପ୍ରେରିତ ନାମ ଦେଲେ, 14ସେମାନେ ଶିମୋନ, ଯାହାକୁ ସେ ମଧ୍ୟ ପିତର ନାମ ଦେଲେ, ଆଉ ତାହାଙ୍କ ଭାଇ ଆନ୍ଦ୍ରିୟ, ଯାକୁବ ଓ ଯୋହନ, ଫିଲିପ୍ପ ଓ ବାର୍ଥଲମୀ, 15ମାଥିଉ ଓ ଥୋମା, ଆଲଫିଙ୍କ ପୁତ୍ର ଯାକୁବ ଓ ଶିମୋନ, ଯାହାଙ୍କୁ ଉଦ୍‌ଯୋଗୀ ବୋଲି କହନ୍ତି, 16ଯାକୁବଙ୍କ ପୁତ୍ର ଯିହୂଦା ଓ ଇଷ୍କାରିୟୋତୀୟ ଯିହୂଦା, ଯେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା। 17ଆଉ ସେ ସେମାନଙ୍କ ସହିତ ଓହ୍ଲାଇ ଗୋଟିଏ ସମତଳ ଭୂମିରେ ଠିଆ ହେଲେ, ପୁଣି, ତାହାଙ୍କର ଅନେକ ଶିଷ୍ୟ ଏବଂ ସମସ୍ତ ଯିହୂଦିୟା ପ୍ରଦେଶ, ଯିରୂଶାଲମ ଆଉ ସୋର ଓ ସୀଦୋନର ଉପକୂଳରୁ ଅନେକେ ଉପସ୍ଥିତ ହେଲେ; 18ସେମାନେ ତାହାଙ୍କ ବାକ୍ୟ ଶୁଣିବାକୁ ଓ ଆପଣା ଆପଣା ରୋଗରୁ ସୁସ୍ଥ ହେବାକୁ ଆସିଥିଲେ, ଆଉ ଯେଉଁମାନେ ଅଶୁଚି ଆତ୍ମାଗୁଡ଼ାକ ଦ୍ୱାରା କଷ୍ଟ ପାଉଥିଲେ, ସେମାନେ ସୁସ୍ଥ କରାଗଲେ; 19ପୁଣି, ଲୋକସମୂହ ତାହାଙ୍କୁ ଛୁଇଁବାକୁ ଚେଷ୍ଟା କରୁଥିଲେ, କାରଣ ତାହାଙ୍କଠାରୁ ଶକ୍ତି ବାହାରି ସମସ୍ତଙ୍କୁ ସୁସ୍ଥ କରୁଥିଲା।

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଅକ୍ଟୋବର 2 ନାଗରିକ ପଞ୍ଜିକାର ଅକ୍ଟୋବର 15। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର