ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅକ୍ଟୋବର 2026 › ଅକ୍ଟୋବର 16
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 16 ଅକ୍ଟୋବର 2026
ଶୁକ୍ରବାର · ସାଧାରଣ କାଳର 28ତମ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର 28ତମ ସପ୍ତାହର ଶୁକ୍ରବାର
ଇଚ୍ଛାଧୀନ ସ୍ମୃତି ଦିବସ · ଉପାସନାର ରଙ୍ଗ: ସବୁଜ
ସନ୍ଥ ହେଡୱିଗ୍, ସନ୍ନ୍ୟାସିନୀ · ଇଚ୍ଛାଧୀନ ସ୍ମୃତି ଦିବସ
ସନ୍ଥ ମାର୍ଗାରେଟ୍ ମେରୀ ଆଲାକୋକ୍, କୁମାରୀ · ଇଚ୍ଛାଧୀନ ସ୍ମୃତି ଦିବସ
ଉପବାସ ଓ ପ୍ରାୟଶ୍ଚିତ୍ତ
ପ୍ରାୟଶ୍ଚିତ୍ତର ଦିନ
ପ୍ରତ୍ୟେକ ଶୁକ୍ରବାର ପ୍ରାୟଶ୍ଚିତ୍ତର ଦିନ; ପ୍ରତ୍ୟେକ ବିଶପ୍ ସମ୍ମିଳନୀ ଏହା କିପରି ପାଳିବାକୁ ହେବ ସ୍ଥିର କରେ: ମାଂସରୁ ବିରତି କିମ୍ବା ପ୍ରାୟଶ୍ଚିତ୍ତର ଅନ୍ୟ କାର୍ଯ୍ୟ। ଉପବାସ 18ରୁ 59 ବର୍ଷ ପର୍ଯ୍ୟନ୍ତ, ବିରତି 14 ବର୍ଷରୁ ବାଧ୍ୟତାମୂଳକ।
ଦିନର ପାଠ
ପ୍ରଥମ ପାଠ
11ତାହାଙ୍କଠାରେ ମଧ୍ୟ ଆମ୍ଭେ ବିଶ୍ୱାସୀମାନେ ଅଧିକାର ସ୍ୱରୂପ ହୋଇଅଛୁ, ଯେଣୁ ଯେଉଁ ଈଶ୍ବର ଆପଣା ଇଚ୍ଛାର ସଙ୍କଳ୍ପାନୁସାରେ ସମସ୍ତ ବିଷୟ ସାଧନ କରନ୍ତି, ତାହାଙ୍କ ଅଭିପ୍ରାୟ ଅନୁସାରେ ଆମ୍ଭେ ବିଶ୍ୱାସୀମାନେ ପୂର୍ବରୁ ନିରୂପିତ ହେଲୁ, 12ଆମ୍ଭେମାନେ ଖ୍ରୀଷ୍ଟଙ୍କଠାରେ ପୂର୍ବରୁ ଭରସା କରିଥିଲୁ, ତାହା ଯେପରି ଈଶ୍ବରଙ୍କ ଗୌରବର ପ୍ରଶଂସାର କାରଣ ହେଉ। 13ତାହାଙ୍କ ଦ୍ୱାରା ତୁମ୍ଭେମାନେ ସୁଦ୍ଧା ସତ୍ୟ ବାକ୍ୟ, ଅର୍ଥାତ୍ ତୁମ୍ଭମାନଙ୍କ ପରିତ୍ରାଣର ସୁସମାଚାର ଶୁଣି ବିଶ୍ୱାସ କରି ପ୍ରତିଜ୍ଞାତ ପବିତ୍ର ଆତ୍ମାଙ୍କ ଦ୍ୱାରା ମଧ୍ୟ ମୁଦ୍ରାଙ୍କିତ ହୋଇଅଛ; 14ଈଶ୍ବରଙ୍କ ଗୌରବର ପ୍ରଶଂସା ନିମନ୍ତେ ତାହାଙ୍କ ନିଜସ୍ୱ ମୁକ୍ତି ଉଦ୍ଦେଶ୍ୟରେ ସେ ଆମ୍ଭମାନଙ୍କ ଅଧିକାରର ବଇନାସ୍ୱରୂପ।
ପ୍ରତିଉତ୍ତର ଗୀତ
1ହେ ଧାର୍ମିକଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କଠାରେ ଉଲ୍ଲାସ କର; ପ୍ରଶଂସା କରିବା ସରଳ ଲୋକଙ୍କର ଶୋଭନୀୟ। 2ବୀଣାରେ ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ; ଦଶତାର ନେବଲରେ ତାହାଙ୍କର ପ୍ରଶଂସା ଗାନ କର। 4କାରଣ ସଦାପ୍ରଭୁଙ୍କ ବାକ୍ୟ ଯଥାର୍ଥ; ଆଉ ତାହାଙ୍କର ସମସ୍ତ କାର୍ଯ୍ୟ ବିଶ୍ୱସ୍ତତାରେ ସାଧିତ। 5ସେ ଧାର୍ମିକତା ଓ ନ୍ୟାୟବିଚାର ଭଲ ପାଆନ୍ତି; ପୃଥିବୀ ସଦାପ୍ରଭୁଙ୍କ ସ୍ନେହପୂର୍ଣ୍ଣ କରୁଣାରେ ପରିପୂର୍ଣ୍ଣ; 12ସଦାପ୍ରଭୁ ଯେଉଁ ଗୋଷ୍ଠୀର ପରମେଶ୍ୱର, ସେ ଧନ୍ୟ; ସେ ଯେଉଁ ଲୋକମାନଙ୍କୁ ଆପଣା ଅଧିକାରାର୍ଥେ ମନୋନୀତ କରିଅଛନ୍ତି, ସେମାନେ ଧନ୍ୟ। 13ସଦାପ୍ରଭୁ ସ୍ୱର୍ଗରୁ ଦୃଷ୍ଟିପାତ କରନ୍ତି; ସେ ସମସ୍ତ ଲୋକମାନଙ୍କୁ ନିରୀକ୍ଷଣ କରନ୍ତି;
ସୁସମାଚାର
1ଏଥିମଧ୍ୟରେ ଅସଂଖ୍ୟ ଅସଂଖ୍ୟ ଲୋକ ଏକତ୍ର ହୋଇ ପରସ୍ପର ଉପରେ ମାଡ଼ି ପଡ଼ୁଥିଲେ; ସେତେବେଳେ ସେ ପ୍ରଥମେ ଆପଣା ଶିଷ୍ୟମାନଙ୍କୁ କହିବାକୁ ଲାଗିଲେ, “ଫାରୂଶୀମାନଙ୍କ ଖମୀର ସ୍ୱରୂପ କପଟତା ବିଷୟରେ ସାବଧାନ ହୋଇଥାଅ। 2କିନ୍ତୁ ଯାହା ପ୍ରକାଶିତ ନ ହେବ, ଏପରି ଆଚ୍ଛାଦିତ କିଛି ନାହିଁ, ଆଉ ଯାହା ଜଣା ନ ଯିବ, ଏପରି ଗୁପ୍ତ କିଛି ନାହିଁ। 3ଅତଏବ ତୁମ୍ଭେମାନେ ଯାହା ଅନ୍ଧକାରରେ କହିଅଛ, ସେହିସବୁ ଆଲୋକରେ ଶୁଣାଯିବ, ପୁଣି, ଯାହା ଗୁପ୍ତ କୋଠରୀରେ ଗୋପନରେ କହିଅଛ, ତାହା ଘର ଛାତ ଉପରେ ଘୋଷଣା କରାଯିବ।” 4“କିନ୍ତୁ ମୋହର ବନ୍ଧୁ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମୁଁ କହୁଅଛି, ଯେଉଁମାନେ ଶରୀରକୁ ବଧ କରନ୍ତି, ମାତ୍ର ତାହା ପରେ ଆଉ କିଛି କରିପାରନ୍ତି ନାହିଁ, ସେମାନଙ୍କୁ ଭୟ କର ନାହିଁ। 5କିନ୍ତୁ କାହାକୁ ଭୟ କରିବ, ତାହା ମୁଁ ତୁମ୍ଭମାନଙ୍କୁ ଜଣାଇବି; ବଧ କଲା ଉତ୍ତାରେ ନର୍କରେ ପକାଇବା ନିମନ୍ତେ ଯାହାଙ୍କର ଅଧିକାର ଅଛି, ତାହାଙ୍କୁ ଭୟ କର; ହଁ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ତାହାଙ୍କୁ ଭୟ କର। 6ପାଞ୍ଚୋଟି ଘରଚଟିଆ କଅଣ ଯୋଡ଼ିଏ ପଇସାରେ ବିକାଯାଆନ୍ତି ନାହିଁ? ତଥାପି ସେମାନଙ୍କ ମଧ୍ୟରୁ ଗୋଟିଏକୁ ମଧ୍ୟ ଈଶ୍ବର ଭୁଲିଯାଆନ୍ତି ନାହିଁ। 7କିନ୍ତୁ ତୁମ୍ଭମାନଙ୍କର ମସ୍ତକର ସମସ୍ତ କେଶ ହିଁ ଗଣାଯାଇଅଛି। ଭୟ କର ନାହିଁ; ତୁମ୍ଭେମାନେ ଅନେକ ଘରଚଟିଆ ଠାରୁ ଶ୍ରେଷ୍ଠ।”
ଆଜିର ସନ୍ଥ
- ସନ୍ଥ ହେଡୱିଗ୍, ସନ୍ନ୍ୟାସିନୀ
- ସନ୍ଥ ମାର୍ଗାରେଟ୍ ମେରୀ ଆଲାକୋକ୍, କୁମାରୀ
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର A, ସପ୍ତାହ ଦିନର ବର୍ଷ II।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର