ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅକ୍ଟୋବର 2026 › ଅକ୍ଟୋବର 17
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 17 ଅକ୍ଟୋବର 2026
ଶନିବାର · ସାଧାରଣ କାଳର 28ତମ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର 28ତମ ସପ୍ତାହର ଶନିବାର
ସ୍ମୃତି ଦିବସ · ଉପାସନାର ରଙ୍ଗ: ନାଲି
ଆନ୍ତିୟଖିଆର ସନ୍ଥ ଇଗ୍ନାସିୟସ୍, ଧର୍ମାଧ୍ୟକ୍ଷ ଓ ଶହୀଦ · ସ୍ମୃତି ଦିବସ
ଦିନର ପାଠ
ପ୍ରଥମ ପାଠ
15ଏହି କାରଣରୁ ପ୍ରଭୁ ଯୀଶୁଙ୍କଠାରେ ତୁମ୍ଭମାନଙ୍କର ଯେଉଁ ବିଶ୍ୱାସ ଓ ସମସ୍ତ ସାଧୁଙ୍କ ପ୍ରତି ଯେଉଁ ପ୍ରେମ, 16ସେଥିର ସମ୍ବାଦ ପାଇ ମୁଁ ମଧ୍ୟ ମୋହର ପ୍ରାର୍ଥନାରେ ତୁମ୍ଭମାନଙ୍କ ନିମନ୍ତେ ଧନ୍ୟବାଦ ଦେବାରୁ କ୍ଷାନ୍ତ ହେଉ ନାହିଁ। 17ଯେପରି ଆମ୍ଭମାନଙ୍କର ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଈଶ୍ବର, ଗୌରବମୟ ପିତା, ତାହାଙ୍କ ସମ୍ବନ୍ଧୀୟ ସମ୍ପୂର୍ଣ୍ଣ ଜ୍ଞାନ ଓ ପ୍ରତ୍ୟାଦେଶର ଆତ୍ମା ପ୍ରଦାନ କରନ୍ତି; 18ସେଥିରେ ତୁମ୍ଭମାନଙ୍କ ଆନ୍ତରିକ ଚକ୍ଷୁ ପ୍ରସନ୍ନ ହୁଅନ୍ତେ ତାହାଙ୍କ ଆହ୍ୱାନର ଭରସା କଅଣ, ସାଧୁମାନଙ୍କ ମଧ୍ୟରେ ତାହାଙ୍କ ଅଧିକାରର ଗୌରବରୂପ ଧନ କଅଣ, 19ପୁଣି, ବିଶ୍ୱାସୀ ଯେ ଆମ୍ଭେମାନେ, ତାହାଙ୍କ ଶକ୍ତିର କାର୍ଯ୍ୟସାଧକ ପରାକ୍ରମ ଅନୁସାରେ ଆମ୍ଭମାନଙ୍କ ପ୍ରତି ତାହାଙ୍କ ଶକ୍ତିର ଅତ୍ୟଧିକ ମହତ୍ତ୍ୱ କଅଣ, ଏହିସବୁ ଜାଣି ପାର; 20ସେହି ଶକ୍ତି ଯେ ଖ୍ରୀଷ୍ଟଙ୍କଠାରେ ସାଧନ କରି ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇ ସମସ୍ତ ଆଧିପତ୍ୟ, କର୍ତ୍ତାପଣ, ଶକ୍ତି, ପ୍ରଭୁତ୍ୱ ପୁଣି, ଇହକାଳ ଓ ମଧ୍ୟ ପରକାଳରେ ଯେତେ ନାମ ଖ୍ୟାତ, 21ସେ ସମସ୍ତଙ୍କ ଉପରେ ତାହାଙ୍କୁ ଉନ୍ନତ କରାଇ ସ୍ୱର୍ଗରେ ଆପଣା ଦକ୍ଷିଣ ପାର୍ଶ୍ୱରେ ଉପବେଶନ କରାଇଲେ, 22ଆଉ ସମସ୍ତ ବିଷୟ ତାହାଙ୍କ ପାଦ ତଳେ ବଶୀଭୂତ କରି ରଖି ତାହାଙ୍କୁ ସର୍ବ ବିଷୟର ମସ୍ତକରୂପେ ମଣ୍ଡଳୀକୁ ଦାନ କଲେ; 23ସେହି ମଣ୍ଡଳୀ ଖ୍ରୀଷ୍ଟଙ୍କ ଶରୀର ସ୍ୱରୂପ, ଅର୍ଥାତ୍ ଯେ ସମସ୍ତ ବିଷୟକୁ ସର୍ବତୋଭାବେ ପୂର୍ଣ୍ଣ କରନ୍ତି, ତାହାଙ୍କ ପୂର୍ଣ୍ଣତା।
ପ୍ରତିଉତ୍ତର ଗୀତ
1ପ୍ରଧାନ ବାଦ୍ୟକର ନିମନ୍ତେ ଗିତ୍ତୀତ୍ ସ୍ୱରରେ ଦାଉଦଙ୍କର ଗୀତ। ହେ ସଦାପ୍ରଭୋ, ଆମ୍ଭମାନଙ୍କର ପ୍ରଭୋ, ସମୁଦାୟ ପୃଥିବୀରେ ତୁମ୍ଭର ନାମ କିପରି ମହିମାନ୍ୱିତ! ତୁମ୍ଭେ ଆକାଶମଣ୍ଡଳ ଉପରେ ଆପଣା ଗୌରବ ସ୍ଥାପନ କରିଅଛ। 2ତୁମ୍ଭେ ଶତ୍ରୁ ଓ ପ୍ରତିହିଂସକକୁ ଦମନ କରିବା ପାଇଁ ଆପଣା ବିପକ୍ଷଗଣ ସକାଶୁ ଶିଶୁ ଓ ଦୁଗ୍ଧପୋଷ୍ୟମାନଙ୍କ ମୁଖରୁ ପରାକ୍ରମ ପ୍ରତିପନ୍ନ କରିଅଛ। 3ମୁଁ ତୁମ୍ଭ ଅଙ୍ଗୁଳିକୃତ ତୁମ୍ଭ ଆକାଶମଣ୍ଡଳ, ତୁମ୍ଭର ନିରୂପିତ ଚନ୍ଦ୍ର ଓ ନକ୍ଷତ୍ରଗଣକୁ ବିବେଚନା କଲେ (କହେ,) 4ମନୁଷ୍ୟ କିଏ ଯେ, ତୁମ୍ଭେ ତାହା ବିଷୟରେ ମନୋଯୋଗୀ ହେଉଅଛ? ଓ ମାନବଜାତି କିଏ ଯେ, ତୁମ୍ଭେ ସେମାନଙ୍କର ତତ୍ତ୍ୱାବଧାନ କରୁଅଛ? 5ପୁଣି, ତୁମ୍ଭେ ତାହାକୁ ଦୂତଗଣଙ୍କ ଅପେକ୍ଷା ଅଳ୍ପମାତ୍ର ନ୍ୟୂନ କରିଅଛ, ଆଉ ଗୌରବ ଓ ସମ୍ଭ୍ରମରୂପ ମୁକୁଟରେ ତାହାକୁ ଭୂଷିତ କରୁଅଛ। 6ତୁମ୍ଭେ ଆପଣା ହସ୍ତକୃତ ସକଳ କର୍ମ ଉପରେ ତାହାକୁ କର୍ତ୍ତୃତ୍ୱ ଦେଇଅଛ; ତୁମ୍ଭେ ତାହାର ପଦ ତଳେ ସମୁଦାୟ ବିଷୟ ରଖିଅଛ;
ସୁସମାଚାର
8“ଆଉ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି ଲୋକମାନଙ୍କ ଆଗରେ ମୋତେ ସ୍ୱୀକାର କରିବେ, ମନୁଷ୍ୟପୁତ୍ର ମଧ୍ୟ ଈଶ୍ବରଙ୍କ ଦୂତମାନଙ୍କ ସାକ୍ଷାତରେ ତାହାକୁ ସ୍ୱୀକାର କରିବେ; 9କିନ୍ତୁ ଯେ ଲୋକଙ୍କ ସାକ୍ଷାତରେ ମୋତେ ଅସ୍ୱୀକାର କରିବ, ତାହାକୁ ଈଶ୍ବରଙ୍କ ଦୂତମାନଙ୍କ ସାକ୍ଷାତରେ ଅସ୍ୱୀକାର କରାଯିବ। 10ଆଉ ଯେ କେହି ମନୁଷ୍ୟପୁତ୍ରଙ୍କ ବିରୁଦ୍ଧରେ କଥା କହିବ, ତାହାକୁ କ୍ଷମା ଦିଆଯିବ; ମାତ୍ର ଯେ ପବିତ୍ର ଆତ୍ମାଙ୍କ ବିରୁଦ୍ଧରେ ନିନ୍ଦାକଥା କହିବ, ତାହାକୁ କ୍ଷମା ଦିଆଯିବ ନାହିଁ। 11ଆଉ, ଯେତେବେଳେ ସେମାନେ ତୁମ୍ଭମାନଙ୍କୁ ସମାଜଗୃହ, ଶାସନକର୍ତ୍ତା ଓ କ୍ଷମତା ପ୍ରାପ୍ତ ବ୍ୟକ୍ତିମାନଙ୍କ ନିକଟକୁ ନେଇଯିବେ, ସେତେବେଳେ ତୁମ୍ଭେମାନେ ଆପଣା ସପକ୍ଷରେ କିପରି ବାକି କଥା ଉତ୍ତର ଦେବ କିମ୍ବା କଅଣ କହିବ, ସେ ବିଷୟରେ ଚିନ୍ତା କର ନାହିଁ; 12କାରଣ କଅଣ କହିବାକୁ ହେବ, ତାହା ପବିତ୍ର ଆତ୍ମା ସେହି ସମୟରେ ତୁମ୍ଭମାନଙ୍କୁ ଶିଖାଇବେ।”
ଆଜିର ସନ୍ଥ
- ଆନ୍ତିୟଖିଆର ସନ୍ଥ ଇଗ୍ନାସିୟସ୍, ଧର୍ମାଧ୍ୟକ୍ଷ ଓ ଶହୀଦ
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର A, ସପ୍ତାହ ଦିନର ବର୍ଷ II।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର