Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅକ୍ଟୋବର 2026 › ଅକ୍ଟୋବର 17

ଅର୍ଥୋଡକ୍ସ ପଞ୍ଜିକା · 4 ଅକ୍ଟୋବର (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 17 ଅକ୍ଟୋବର 2026

ଶନିବାର · ପେଣ୍ଟିକଷ୍ଟ ପରେ 20ତମ ସପ୍ତାହ · ସ୍ୱର 2

ପର୍ବ ଓ ସନ୍ଥ

Hieromartyr Hierotheos, Bishop of Athens (1st C)

ଉପବାସ

ଉପବାସ ନାହିଁ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର

ଦ୍ଵି.କରି 1:8–11

8କାରଣ, ହେ ଭାଇମାନେ, ଏସିଆରେ ଆମ୍ଭମାନଙ୍କ ଉପରେ ଘଟିଥିବା କ୍ଳେଶ ସମ୍ବନ୍ଧରେ ତୁମ୍ଭେମାନେ ଯେ ଅଜ୍ଞ ଥାଅ, ଏହା ଆମ୍ଭମାନଙ୍କର ଇଚ୍ଛା ନୁହେଁ; ଆମ୍ଭେମାନେ ଆମ୍ଭମାନଙ୍କ ଶକ୍ତିରୁ ଅତିରିକ୍ତ ରୂପେ ଭାରଗ୍ରସ୍ତ ହୋଇଥିଲୁ, ଏପରିକି ଜୀବନର ଆଶା ମଧ୍ୟ ପରିତ୍ୟାଗ କରିଥିଲୁ; 9ହଁ, ଆମ୍ଭେମାନେ ମୃତ୍ୟୁରେ ସମର୍ପିତ ହୋଇଅଛୁ ବୋଲି ନିଜ ନିଜ ମନରେ ବୋଧ ପାଇଥିଲୁ, ଯେପରି ଆମ୍ଭେମାନେ ଆପଣା ଆପଣା ଉପରେ ନିର୍ଭର ନ ଦେଇ ବରଂ ଯେଉଁ ଈଶ୍ବର ମୃତମାନଙ୍କୁ ଉଠାନ୍ତି, ତାହାଙ୍କ ଉପରେ ନିର୍ଭର କରୁ; 10ସେ ଆମ୍ଭମାନଙ୍କୁ ଏପରି ଭୟାନକ ମୃତ୍ୟୁରୁ ଉଦ୍ଧାର କଲେ ଓ ଉଦ୍ଧାର କରିବେ, ପୁଣି, ସେ ଯେ ଭବିଷ୍ୟତରେ ସୁଦ୍ଧା ଉଦ୍ଧାର କରିବେ, ତାହାଙ୍କଠାରେ ଆମ୍ଭମାନଙ୍କର ଏହି ଭରସା ଅଛି; 11ତୁମ୍ଭେମାନେ ମଧ୍ୟ ଯୋଗ ଦେଇ ପ୍ରାର୍ଥନାରେ ଆମ୍ଭମାନଙ୍କର ଉପକାର କରୁଅଛ, ଯେପରି ଆମ୍ଭମାନଙ୍କୁ ଯେଉଁ ଅନୁଗ୍ରହ ଦାନ ଦିଆଯାଇଅଛି, ସେଥିନିମନ୍ତେ ଅନେକଙ୍କ ମୁଖରୁ ଆମ୍ଭମାନଙ୍କ ସକାଶେ ବହୁତ ଧନ୍ୟବାଦ ଦିଆଯାଏ।

ସୁସମାଚାର

ଲୂକ 5:17–26

17ଦିନେ ସେ ଶିକ୍ଷା ଦେଉଥିଲେ, ଆଉ ଗାଲିଲୀର ପ୍ରତ୍ୟେକ ଗ୍ରାମ, ପୁଣି, ଯିହୂଦିୟା ପ୍ରଦେଶ ଓ ଯିରୂଶାଲମ ସହରରୁ ଆସିଥିବା ଫାରୂଶୀ ଓ ମୋଶାଙ୍କ ବ୍ୟବସ୍ଥା ଶିକ୍ଷକମାନେ ନିକଟରେ ବସିଥିଲେ। ଆଉ, ସେ ଯେପରି ସୁସ୍ଥ କରନ୍ତି ଏଥିପାଇଁ ପ୍ରଭୁଙ୍କର ଶକ୍ତି ଉପସ୍ଥିତ ଥିଲା। 18ପୁଣି, ଦେଖ, କେତେକ ଲୋକ ଜଣେ ପକ୍ଷାଘାତରୋଗୀ ମନୁଷ୍ୟକୁ ଖଟିଆରେ ବୋହିଆଣି ତାହାକୁ ଭିତରକୁ ନେଇଯିବା ନିମନ୍ତେ ଓ ତାହାଙ୍କ ସମ୍ମୁଖରେ ଥୋଇବା ନିମନ୍ତେ ଚେଷ୍ଟା କରୁଥିଲେ। 19କିନ୍ତୁ ଭିଡ଼ ହେତୁ ତାହାକୁ ଭିତରକୁ ନେଇଯିବା ପାଇଁ ବାଟ ନ ପାଇବାରୁ ସେମାନେ ଘର ଉପରକୁ ଯାଇ ଛାତ ଭିତର ଦେଇ ଖଟିଆ ସହିତ ତାହାକୁ ମଧ୍ୟସ୍ଥାନରେ ଯୀଶୁଙ୍କ ସମ୍ମୁଖରେ ଓହ୍ଲାଇଦେଲେ। 20ସେ ସେମାନଙ୍କର ବିଶ୍ୱାସ ଦେଖି କହିଲେ, “ହେ ବନ୍ଧୁ, ତୁମ୍ଭର ପାପସବୁ କ୍ଷମା କରାଯାଇଅଛି।” 21ସେଥିରେ ଶାସ୍ତ୍ରୀ ଓ ଫାରୂଶୀମାନେ ତର୍କବିତର୍କ କରି ଏହା କହିବାକୁ ଲାଗିଲେ, ଏ ଯେ ଈଶ୍ବର ନିନ୍ଦା କରୁଅଛି, ଏ କିଏ? କେବଳ ଈଶ୍ବରଙ୍କ ବିନା ଆଉ କିଏ ପାପ କ୍ଷମା କରିପାରେ? 22କିନ୍ତୁ ଯୀଶୁ ତାହାଙ୍କ ତର୍କବିତର୍କ ଜ୍ଞାତ ହୋଇ ସେମାନଙ୍କୁ ଉତ୍ତର ଦେଲେ, “ତୁମ୍ଭେମାନେ ଆପଣା ଆପଣା ମନରେ କଅଣ ତର୍କବିତର୍କ କରୁଅଛ? 23କଅଣ ସହଜ? ‘ତୁମ୍ଭର ପାପସବୁ କ୍ଷମା କରାଗଲା ବୋଲି କହିବା,’ ବା, ‘ଉଠ, ଚାଲ ବୋଲି କହିବା?’ 24କିନ୍ତୁ, ପୃଥିବୀରେ ପାପ କ୍ଷମା କରିବାକୁ ମନୁଷ୍ୟପୁତ୍ରଙ୍କର ଯେ ଅଧିକାର ଅଛି, ଏହା ଯେପରି ତୁମ୍ଭେମାନେ ଜାଣିପାର,” ଏଥିପାଇଁ ସେ ପକ୍ଷାଘାତ ରୋଗୀକୁ କହିଲେ, “ମୁଁ ତୁମ୍ଭକୁ କହୁଅଛି, ଉଠ, ନିଜ ଖଟିଆ ନେଇ ଆପଣା ଘରକୁ ଯାଅ।” 25ସେଥିରେ ସେ ସେହିକ୍ଷଣି ସେମାନଙ୍କ ସାକ୍ଷାତରେ ଉଠି, ଯାହା ଉପରେ ସେ ଶୋଇଥିଲେ, ତାହା ନେଇ ଈଶ୍ବରଙ୍କ ମହିମା କୀର୍ତ୍ତନ କରୁ କରୁ ନିଜ ଗୃହକୁ ଚାଲିଗଲେ। 26ତହିଁରେ ସମସ୍ତେ ଆଚମ୍ଭିତ ହୋଇ ଈଶ୍ବରଙ୍କ ମହିମା କୀର୍ତ୍ତନ କରିବାକୁ ଲାଗିଲେ ଓ ଅତିଶୟ ଭୟ କରି କହିଲେ, ଆଜି ଆମ୍ଭେମାନେ ଆଶ୍ଚର୍ଯ୍ୟ ଘଟଣା ଦେଖିଲୁ।

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଅକ୍ଟୋବର 4 ନାଗରିକ ପଞ୍ଜିକାର ଅକ୍ଟୋବର 17। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର