ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅକ୍ଟୋବର 2026 › ଅକ୍ଟୋବର 18
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 18 ଅକ୍ଟୋବର 2026
ରବିବାର · ସାଧାରଣ କାଳର 29ତମ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର 29ତମ ରବିବାର
ରବିବାର · ଉପାସନାର ରଙ୍ଗ: ସବୁଜ
ଦିନର ପାଠ
ପ୍ରଥମ ପାଠ
1ସଦାପ୍ରଭୁ ଆପଣା ଅଭିଷିକ୍ତ ବ୍ୟକ୍ତିର, ଅର୍ଥାତ୍, କୋରସ୍ର ବିଷୟରେ ଏହି କଥା କହନ୍ତି, ଆମ୍ଭେ ତାହା ସମ୍ମୁଖରେ ନାନା ଗୋଷ୍ଠୀଙ୍କୁ ପରାସ୍ତ କରିବା ନିମନ୍ତେ ତାହାର ଡାହାଣ ହସ୍ତ ଧରିଅଛୁ ଓ ଆମ୍ଭେ ରାଜାମାନଙ୍କର କଟିବନ୍ଧନ ଫିଟାଇବା; ଆମ୍ଭେ ତାହା ସମ୍ମୁଖରେ କବାଟସବୁ ମୁକ୍ତ କରିବା ଓ ନଗରଦ୍ୱାରସବୁ ବନ୍ଦ ହେବ ନାହିଁ; 4ଆମ୍ଭ ଦାସ ଯାକୁବ ଓ ଆମ୍ଭ ମନୋନୀତ ଇସ୍ରାଏଲ ସକାଶେ ଆମ୍ଭେ ତୁମ୍ଭର ନାମ ଧରି ତୁମ୍ଭକୁ ଡାକିଅଛୁ; ତୁମ୍ଭେ ଆମ୍ଭକୁ ନ ଜାଣିଲେ ହେଁ ଆମ୍ଭେ ତୁମ୍ଭକୁ ଉପାଧି ଦେଇଅଛୁ। 5ଆମ୍ଭେ ସଦାପ୍ରଭୁ, ଆଉ ଦ୍ୱିତୀୟ କେହି ନାହିଁ; ଆମ୍ଭ ଛଡ଼ା ଆଉ ପରମେଶ୍ୱର ନାହାନ୍ତି; ତୁମ୍ଭେ ଆମ୍ଭକୁ ନ ଜାଣିଲେ ହେଁ ଆମ୍ଭେ ତୁମ୍ଭର କଟିବନ୍ଧନ କରିବା; 6ତହିଁରେ ଆମ୍ଭ ଛଡ଼ା ଯେ ଆଉ କେହି ନାହିଁ, ଏହା ସୂର୍ଯ୍ୟୋଦୟର ସ୍ଥାନରୁ ପଶ୍ଚିମ ଦିଗ ପର୍ଯ୍ୟନ୍ତ ଲୋକେ ଜାଣିବେ; ଆମ୍ଭେ ସଦାପ୍ରଭୁ, ଆଉ ଦ୍ୱିତୀୟ କେହି ନାହିଁ।
ପ୍ରତିଉତ୍ତର ଗୀତ
1ଆହେ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କର; ସମୁଦାୟ ପୃଥିବୀ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର। 3ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ତାହାଙ୍କ ଗୌରବ, ସମସ୍ତ ଗୋଷ୍ଠୀ ମଧ୍ୟରେ ତାହାଙ୍କ ଆଶ୍ଚର୍ଯ୍ୟକ୍ରିୟା ପ୍ରକାଶ କର। 4କାରଣ ସଦାପ୍ରଭୁ ମହାନ ଓ ଅତ୍ୟନ୍ତ ପ୍ରଶଂସନୀୟ; ସେ ସମସ୍ତ ଦେବତା ଅପେକ୍ଷା ଭୟଯୋଗ୍ୟ। 5କାରଣ ଗୋଷ୍ଠୀବର୍ଗର ସକଳ ଦେବତା ପ୍ରତିମା ମାତ୍ର; ମାତ୍ର ସଦାପ୍ରଭୁ ଆକାଶମଣ୍ଡଳର ସୃଷ୍ଟିକର୍ତ୍ତା। 7ହେ ନାନା ଦେଶୀୟ ଗୋଷ୍ଠୀବର୍ଗ, ତୁମ୍ଭେମାନେ ସଦାପ୍ରଭୁଙ୍କର କୀର୍ତ୍ତନ କର, ସଦାପ୍ରଭୁଙ୍କ ଗୌରବ ଓ ପରାକ୍ରମର କୀର୍ତ୍ତନ କର। 8ସଦାପ୍ରଭୁଙ୍କ ନାମର ଯଥୋଚିତ ଗୌରବ କୀର୍ତ୍ତନ କର; ନୈବେଦ୍ୟ ଆଣ ଓ ତାହାଙ୍କ ପ୍ରାଙ୍ଗଣକୁ ଆସ। 9ଆହେ, ପବିତ୍ରତାର ସୌନ୍ଦର୍ଯ୍ୟରେ ସଦାପ୍ରଭୁଙ୍କର ଭଜନା କର; ସମୁଦାୟ ପୃଥିବୀ, ତାହାଙ୍କ ଛାମୁରେ କମ୍ପମାନ ହୁଅ। 10“ସଦାପ୍ରଭୁ ରାଜ୍ୟ କରନ୍ତି, ଏହା ଗୋଷ୍ଠୀବର୍ଗ ମଧ୍ୟରେ କୁହ; ଜଗତ ହିଁ ସୁସ୍ଥିର, ତାହା ବିଚଳିତ ହୋଇ ନ ପାରେ; ସେ ଗୋଷ୍ଠୀବର୍ଗକୁ ନ୍ୟାୟରେ ବିଚାର କରିବେ।”
ଦ୍ୱିତୀୟ ପାଠ
1ପାଉଲ, ସିଲ୍ୱାନ ଓ ତୀମଥି, ପିତା ଈଶ୍ବର ଓ ଯୀଶୁ ଖ୍ରୀଷ୍ଟଙ୍କଠାରେ ଥିବା ଥେସଲନୀକୀ ସହରରେ ଥିବା ମଣ୍ଡଳୀ ନିକଟକୁ ପତ୍ର; ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ। 2ଆମ୍ଭମାନଙ୍କ ଈଶ୍ବର ଓ ପିତାଙ୍କ ଛାମୁରେ ଆମ୍ଭେମାନେ ତୁମ୍ଭମାନଙ୍କ ବିଶ୍ୱାସର କର୍ମ, ପ୍ରେମର ପରିଶ୍ରମ ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ସମ୍ବନ୍ଧୀୟ ତୁମ୍ଭମାନଙ୍କ ଭରସାର ଧୈର୍ଯ୍ୟ ବିଷୟ ନିରନ୍ତର ସ୍ମରଣ କରି, 3ଆମ୍ଭମାନଙ୍କ ପ୍ରାର୍ଥନାରେ ତୁମ୍ଭମାନଙ୍କ ନାମ ଉଲ୍ଲେଖପୂର୍ବକ ସମସ୍ତଙ୍କ ନିମନ୍ତେ ସର୍ବଦା ଈଶ୍ବରଙ୍କୁ ଧନ୍ୟବାଦ ଦେଉଅଛୁ; 4କାରଣ ହେ ଈଶ୍ବରଙ୍କ ପ୍ରିୟ ଭ୍ରାତୃବୃନ୍ଦ, ଆମ୍ଭେମାନେ ଜାଣୁ ଯେ, ତୁମ୍ଭେମାନେ ମନୋନୀତ ଲୋକ, 5ଯେଣୁ ଆମ୍ଭମାନଙ୍କ ସୁସମାଚାର କେବଳ ବାକ୍ୟରେ ନୁହେଁ, ମାତ୍ର ଶକ୍ତି, ପବିତ୍ର ଆତ୍ମା ଓ ଅତ୍ୟନ୍ତ ନିଶ୍ଚୟତା ସହ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇଥିଲା ଓ ତୁମ୍ଭମାନଙ୍କ ମଧ୍ୟରେ ଥିବା ସମୟରେ ତୁମ୍ଭମାନଙ୍କ ସହିତ ଆମ୍ଭେମାନେ କି ପ୍ରକାର ବ୍ୟବହାର କରିଥିଲୁ, ତାହା ତ ତୁମ୍ଭେମାନେ ଜାଣ।
ସୁସମାଚାର
15ସେତେବେଳେ ଫାରୂଶୀମାନେ ଯାଇ ତାହାଙ୍କୁ ବାକ୍ୟ ଦ୍ୱାରା ଫାନ୍ଦରେ ପକାଇବା ନିମନ୍ତେ ମନ୍ତ୍ରଣା କଲେ। 16ଆଉ, ସେମାନେ ହେରୋଦୀୟମାନଙ୍କ ସହିତ ଆପଣା ଶିଷ୍ୟମାନଙ୍କୁ ତାହାଙ୍କ ନିକଟକୁ କହି ପଠାଇଲେ, ହେ ଗୁରୁ, ଆମ୍ଭେମାନେ ଜାଣୁ, ଆପଣ ସତ୍ୟ ଏବଂ ସତ୍ୟ ରୂପେ ଈଶ୍ବରଙ୍କ ମାର୍ଗ ଶିକ୍ଷା ଦିଅନ୍ତି ପୁଣି, କାହାରିକୁ ଭୟ କରନ୍ତି ନାହିଁ, କାରଣ ଆପଣ ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ। 17ଅତଏବ ଆମ୍ଭମାନଙ୍କୁ କୁହନ୍ତୁ, ଆପଣଙ୍କର ମତ କଅଣ? କାଇସର ସମ୍ରାଟଙ୍କୁ କର ଦେବା ବିଧିସଙ୍ଗତ କି ନୁହେଁ? 18କିନ୍ତୁ ଯୀଶୁ ସେମାନଙ୍କର ଦୁଷ୍ଟତା ଜାଣି କହିଲେ, “ରେ କପଟୀମାନେ, କାହିଁକି ମୋତେ ପରୀକ୍ଷା କରୁଅଛ?” 19“ସେହି କରର ମୁଦ୍ରା ମୋତେ ଦେଖାଅ।” ତହିଁରେ ସେମାନେ ତାହାଙ୍କ ପାଖକୁ ଗୋଟିଏ ମୁଦ୍ରା ଆଣିଲେ। 20ସେ ସେମାନଙ୍କୁ ପଚାରିଲେ, ଏହି ମୂର୍ତ୍ତି ଓ ନାମ କାହାର? 21ସେମାନେ କହିଲେ, କାଇସରଙ୍କର। ସେଥିରେ ସେ ସେମାନଙ୍କୁ କହିଲେ, “ତେବେ କାଇସର ସମ୍ରାଟଙ୍କର ଯାହା, ତାହା କାଇସରଙ୍କୁ ଦିଅ; ପୁଣି, ଈଶ୍ବରଙ୍କର ଯାହା, ତାହା ଈଶ୍ବରଙ୍କୁ ଦିଅ।”
ଆଜିର ସନ୍ଥ
- ସନ୍ଥ ଲୂକ, ସୁସମାଚାର ଲେଖକ
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର A, ସପ୍ତାହ ଦିନର ବର୍ଷ II।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର