Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅକ୍ଟୋବର 2026 › ଅକ୍ଟୋବର 20

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 20 ଅକ୍ଟୋବର 2026

ମଙ୍ଗଳବାର · ସାଧାରଣ କାଳର 29ତମ ସପ୍ତାହ

ପର୍ବ ଓ ସନ୍ଥ

ସାଧାରଣ କାଳର 29ତମ ସପ୍ତାହର ମଙ୍ଗଳବାର

ସାଧାରଣ ଦିନ · ଉପାସନାର ରଙ୍ଗ: ସବୁଜ

ଦିନର ପାଠ

ପ୍ରଥମ ପାଠ

ଏଫି 2:12–22

12ସେତେବେଳେ ତୁମ୍ଭେମାନେ ଯେ ଖ୍ରୀଷ୍ଟଙ୍କଠାରୁ ପୃଥକ୍, ପ୍ରତିଜ୍ଞାଯୁକ୍ତ ନିୟମରେ ନିରଂଶ, ଇସ୍ରାଏଲର ପ୍ରଜାସତ୍ତ୍ବ ରହିତ, ପୁଣି ଜଗତରେ ଭରସାହୀନ ଓ ଈଶ୍ବରବିହୀନ ଥିଲ, ତାହା ସ୍ମରଣ କର। 13କିନ୍ତୁ ପୂର୍ବେ ତୁମ୍ଭେମାନେ ଦୂରରେ ଥିଲ ଯେ, ଏବେ ଖ୍ରୀଷ୍ଟ ଯୀଶୁଙ୍କଠାରେ ତାହାଙ୍କ ରକ୍ତ ଦ୍ୱାରା ନିକଟସ୍ଥ ହୋଇଅଛ। 14କାରଣ ସେ ତ ଆମ୍ଭମାନଙ୍କ ଶାନ୍ତି, ସେ ଶତ୍ରୁତାରୂପ ମଧ୍ୟବର୍ତ୍ତୀ ବିଚ୍ଛେଦ-ପ୍ରାଚୀର ଭଗ୍ନ କରି ଉଭୟକୁ ଏକ କରିଅଛନ୍ତି, 15ପୁଣି, ବିଧିବିଧାନଯୁକ୍ତ ଆଜ୍ଞାମୂଳକ ବ୍ୟବସ୍ଥାକୁ ଆପଣା ଶରୀରରେ ରହିତ କରିଅଛନ୍ତି, ଯେପରି ସେ ଶାନ୍ତି ସ୍ଥାପନ କରି ଉଭୟକୁ ଆପଣାଠାରେ ଜଣେ ନୂଆ ଲୋକ ସ୍ୱରୂପେ ସୃଷ୍ଟି କରନ୍ତି, 16ଆଉ କ୍ରୁଶ ଦ୍ୱାରା ଶତ୍ରୁତା ବିନାଶ କରି ତଦ୍ୱାରା ଉଭୟକୁ ଏକ ଶରୀର ସ୍ୱରୂପ ଗଠନ କରି ଈଶ୍ବରଙ୍କ ସହିତ ମିଳିତ କରାନ୍ତି। 17ଆଉ ତୁମ୍ଭେମାନେ ଯେ ଈଶ୍ବରଙ୍କଠାରୁ ଦୂରରେ ଥିଲ, ଉଭୟଙ୍କ ନିକଟରେ ଖ୍ରୀଷ୍ଟ ଆସି ଶାନ୍ତିର ସୁସମାଚାର ପ୍ରଚାର କଲେ; 18କାରଣ ତାହାଙ୍କ ଦେଇ ଆମ୍ଭେମାନେ ଉଭୟ ଏକ ଆତ୍ମାଙ୍କ ଦ୍ୱାରା ପିତାଙ୍କ ନିକଟକୁ ଯିବା ପାଇଁ ପଥ ପାଇଅଛୁ। 19ଅତଏବ ତୁମ୍ଭେମାନେ ଆଉ ବିଦେଶୀ ବା ପ୍ରବାସୀ ନୁହଁ, କିନ୍ତୁ ସାଧୁମାନଙ୍କ ସହିତ ସହନାଗରିକ ଓ ଈଶ୍ବରଙ୍କ ପରିବାରଭୁକ୍ତ ଅଟ; 20ତୁମ୍ଭେମାନେ ପ୍ରେରିତ ଓ ଭାବବାଦୀମାନଙ୍କର ଭିତ୍ତିମୂଳ ଉପରେ ନିର୍ମିତ ହୋଇଅଛ, ଖ୍ରୀଷ୍ଟ ଯୀଶୁ ସ୍ୱୟଂ ସେଥିର କୋଣର ପ୍ରଧାନ ପ୍ରସ୍ତର; 21ତାହାଙ୍କଠାରେ ପ୍ରତ୍ୟେକ ଗୃହ ଏକତ୍ର ସଂଲଗ୍ନ ହୋଇ ପ୍ରଭୁଙ୍କଠାରେ ଗୋଟିଏ ପବିତ୍ର ମନ୍ଦିର ସ୍ୱରୂପେ ବୃଦ୍ଧି ପାଉଅଛି; 22ତାହାଙ୍କଠାରେ ତୁମ୍ଭେମାନେ ମଧ୍ୟ ଈଶ୍ବରଙ୍କ ଆତ୍ମାଙ୍କ ନିବାସ ନିମନ୍ତେ ଏକତ୍ର ନିର୍ମିତ ହେଉଅଛ।

ପ୍ରତିଉତ୍ତର ଗୀତ

ଗୀତ 85:8–13

8ସଦାପ୍ରଭୁ ପରମେଶ୍ୱର ଯାହା କହିବେ, ତାହା ଆମ୍ଭେ ଶୁଣିବୁ; କାରଣ ସେ ଆପଣା ଲୋକମାନଙ୍କୁ ଓ ଆପଣା ସଦ୍‍ଭକ୍ତମାନଙ୍କୁ ଶାନ୍ତିର କଥା କହିବେ; ମାତ୍ର ସେମାନେ ପୁନର୍ବାର ମୂର୍ଖତା ପ୍ରତି ନ ଫେରନ୍ତୁ। 9ଯେପରି ଆମ୍ଭମାନଙ୍କ ଦେଶରେ ଗୌରବ ବାସ କରିବ, ଏଥିପାଇଁ ନିଶ୍ଚୟ ତାହାଙ୍କ ଭୟକାରୀମାନଙ୍କ ନିକଟରେ ତାହାଙ୍କ ପରିତ୍ରାଣ ଅଛି। 10ଦୟା ଓ ସତ୍ୟତା ପରସ୍ପର ମିଳିତ ହୋଇଅଛନ୍ତି; ଧର୍ମ ଓ ଶାନ୍ତି ପରସ୍ପର ଚୁମ୍ବନ କରିଅଛନ୍ତି। 11ପୃଥିବୀରୁ ସତ୍ୟତା ଅଙ୍କୁରିତ ହେଉଅଛି; ପୁଣି, ଧାର୍ମିକତା ସ୍ୱର୍ଗରୁ ଦୃଷ୍ଟିପାତ କରିଅଛି। 12ସଦାପ୍ରଭୁ ମଙ୍ଗଳ ପ୍ରଦାନ କରିବେ; ତହିଁରେ ଆମ୍ଭମାନଙ୍କ ଦେଶ ଫଳ ଉତ୍ପନ୍ନ କରିବ। 13ଧର୍ମ ତାହାଙ୍କର ଆଗେ ଆଗେ ଯିବ ଓ ତାହାଙ୍କ ପଦଚିହ୍ନକୁ ଗମନର ପଥ କରିବ।

ସୁସମାଚାର

ଲୂକ 12:35–38

35“ତୁମ୍ଭମାନଙ୍କ କଟି ବନ୍ଧା ଥାଉ ଓ ପ୍ରଦୀପ ଜଳୁଥାଉ; 36ଆଉ ପ୍ରଭୁ ବିବାହ-ଉତ୍ସବରୁ ଫେରି ଆସି ଦ୍ୱାରରେ ଆଘାତ କରିବା ମାତ୍ରେ ଯେଉଁ ଲୋକମାନେ ତାହାଙ୍କ ନିମନ୍ତେ ସେହିକ୍ଷଣି ଦ୍ୱାର ଫିଟାଇବାକୁ ଅପେକ୍ଷାରେ ଥାଆନ୍ତି, ତୁମ୍ଭେମାନେ ସେମାନଙ୍କ ପରି ହୋଇ ରହିଥାଅ। 37ପ୍ରଭୁ ଆସି ଯେଉଁ ଦାସମାନଙ୍କୁ ଜାଗ୍ରତ ଦେଖିବେ, ସେମାନେ ଧନ୍ୟ; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେ ଆପଣାର କଟି ବନ୍ଧନ କରି ସେମାନଙ୍କୁ ଭୋଜନରେ ବସାଇ ନିକଟକୁ ଯାଇ ସେବା କରିବେ। 38ଆଉ ସେ ଯଦି ରାତ୍ରିର ଦ୍ୱିତୀୟ କି ତୃତୀୟ ପ୍ରହରରେ ସୁଦ୍ଧା ଆସି ସେମାନଙ୍କୁ ସେପରି ଦେଖନ୍ତି, ତାହାହେଲେ ସେହି ଦାସମାନେ ଧନ୍ୟ।

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର A, ସପ୍ତାହ ଦିନର ବର୍ଷ II।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର