ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅକ୍ଟୋବର 2026 › ଅକ୍ଟୋବର 20
ଅର୍ଥୋଡକ୍ସ ପଞ୍ଜିକା · 7 ଅକ୍ଟୋବର (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 20 ଅକ୍ଟୋବର 2026
ମଙ୍ଗଳବାର · ପେଣ୍ଟିକଷ୍ଟ ପରେ 21ତମ ସପ୍ତାହ · ସ୍ୱର 3
ପର୍ବ ଓ ସନ୍ଥ
Martyrs Sergius and Baccus in Syria († 290-303)
ଉପବାସ
ଉପବାସ ନାହିଁ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର
1ପାଉଲ, ଈଶ୍ବରଙ୍କ ଇଚ୍ଛାରେ ଖ୍ରୀଷ୍ଟ ଯୀଶୁଙ୍କର ଜଣେ ପ୍ରେରିତ, 2କଲସୀୟ ସହରରେ ଥିବା ସାଧୁ ଓ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସୀ ଭ୍ରାତୃବୃନ୍ଦଙ୍କ ନିକଟକୁ ପତ୍ର ଆଉ ଭ୍ରାତା ତୀମଥିଙ୍କ ଅଭିବାଦନ; ଆମ୍ଭମାନଙ୍କ ପିତା ଈଶ୍ବରଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ। 7ଆମ୍ଭମାନଙ୍କର ପ୍ରିୟ ସହଦାସ ଏପାଫ୍ରାଙ୍କଠାରୁ ତୁମ୍ଭେମାନେ ସେହି ପ୍ରକାରେ ଶିକ୍ଷା କରିଅଛ; ସେ ତୁମ୍ଭମାନଙ୍କ ନିମନ୍ତେ ଖ୍ରୀଷ୍ଟଙ୍କର ଜଣେ ବିଶ୍ୱସ୍ତ ସେବକ; 8ସେ ମଧ୍ୟ ଆତ୍ମାରେ ତୁମ୍ଭମାନଙ୍କ ପ୍ରେମ ବିଷୟ ଆମ୍ଭମାନଙ୍କୁ ଜଣାଇ ଅଛନ୍ତି। 9ଏଣୁ ତାହା ଶୁଣିବା ଦିନଠାରୁ ଆମ୍ଭେମାନେ ମଧ୍ୟ ତୁମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା ଓ ବିନତି କରିବାରୁ କ୍ଷାନ୍ତ ହେଉ ନାହୁଁ, ଯେପରି ତୁମ୍ଭେମାନେ ସମ୍ପୂର୍ଣ୍ଣ ରୂପେ ଈଶ୍ବରଙ୍କ ଅଭିମତ ଜ୍ଞାତ ହୋଇ 10ସମସ୍ତ ଆତ୍ମିକ ଜ୍ଞାନ ଓ ବୁଦ୍ଧିରେ ପ୍ରଭୁଙ୍କୁ ସର୍ବପ୍ରକାରେ ସନ୍ତୁଷ୍ଟ କରିବା ନିମନ୍ତେ ତାହାଙ୍କ ଯୋଗ୍ୟ ଆଚରଣ କର, ଅର୍ଥାତ୍, ଈଶ୍ବରଙ୍କ ତତ୍ତ୍ୱଜ୍ଞାନରେ ବଢ଼ି ସମସ୍ତ ଉତ୍ତମକର୍ମର ଫଳରେ ଫଳବାନ ହୁଅ 11ଏବଂ ସର୍ବ ବିଷୟରେ ଧୈର୍ଯ୍ୟଶୀଳ ଓ ସହିଷ୍ଣୁ ହେବା ନିମନ୍ତେ ତାହାଙ୍କ ଗୌରବର ପରାକ୍ରମ ଅନୁସାରେ ସମସ୍ତ ଶକ୍ତିରେ ଶକ୍ତିଯୁକ୍ତ ହୁଅ,
ସୁସମାଚାର
37“ପୁଣି, ବିଚାର କର ନାହିଁ, ତାହାହେଲେ ତୁମ୍ଭେମାନେ ବିଚାରିତ ହେବ ନାହିଁ; ଦୋଷୀ କର ନାହିଁ, ତାହାହେଲେ ତୁମ୍ଭେମାନେ ଦୋଷୀକୃତ ହେବ ନାହିଁ। କ୍ଷମା କର, ତାହାହେଲେ ତୁମ୍ଭମାନଙ୍କୁ କ୍ଷମା କରାଯିବ; 38ଦାନ କର, ତାହାହେଲେ ତୁମ୍ଭମାନଙ୍କୁ ଦାନ ଦିଆଯିବ; ଲୋକେ ମାଣକୁ ପୁରା କରି ତାହାକୁ ଚାପି ହଲାଇ ଉଛୁଳାଇ ତୁମ୍ଭମାନଙ୍କ ଅଣ୍ଟିରେ ଦେବେ; କାରଣ ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ପୁଣି ମପାଯିବ। 39ସେ ସେମାନଙ୍କୁ ଗୋଟିଏ ଦୃଷ୍ଟାନ୍ତ ମଧ୍ୟ କହିଲେ, ଅନ୍ଧ କଅଣ ଅନ୍ଧକୁ ବାଟ କଢ଼ାଇପାରେ? ସେମାନେ କଅଣ ଉଭୟେ ଗାତରେ ପଡ଼ିବେ ନାହିଁ? 40ଶିଷ୍ୟ ଗୁରୁଠାରୁ ଶ୍ରେଷ୍ଠ ନୁହେଁ; କିନ୍ତୁ ପ୍ରତ୍ୟେକ ଶିଷ୍ୟ ସିଦ୍ଧ ହୋଇ ଆପଣା ଗୁରୁଙ୍କ ତୁଲ୍ୟ ହେବ। 41ଆଉ, କାହିଁକି ତୁମ୍ଭ ଭାଇର ଆଖିରେ ଥିବା କୁଟାଟିକକ ଦେଖୁଅଛ, କିନ୍ତୁ ତୁମ୍ଭ ନିଜ ଆଖିରେ ଯେଉଁ କଡ଼ିକାଠ ଅଛି, ତାହା ଭାବି ଦେଖୁ ନାହଁ? 42ତୁମ୍ଭେ ଆପଣା ଆଖିରେ ଥିବା କଡ଼ିକାଠ ନ ଦେଖି କିପରି ନିଜ ଭାଇ କି କହିପାର, ଭାଇ, ଆସ, ତୁମ୍ଭ ଆଖିରେ ଥିବା କୁଟାଟିକକ ବାହାର କରିଦେବି? କପଟୀ, ଆଗେ ଆପଣା ଆଖିରୁ କଡ଼ିକାଠ ବାହାର କରିପକାଅ, ତାହା ପରେ ନିଜ ଭାଇର ଆଖିରେ ଥିବା କୁଟାଟିକକ ବାହାର କରିବା ନିମନ୍ତେ ସ୍ପଷ୍ଟ ରୂପେ ଦେଖି ପାରିବ।” 43“କାରଣ ଏପରି କୌଣସି ଭଲ ଗଛ ନାହିଁ, ଯାହାକି ମନ୍ଦ ଫଳ ଫଳେ, ଅନ୍ୟ ପକ୍ଷରେ ଏପରି କୌଣସି ମନ୍ଦ ଗଛ ନାହିଁ, ଯାହାକି ଭଲ ଫଳ ଫଳେ। 44କାରଣ ପ୍ରତ୍ୟେକ ଗଛ ନିଜର ଫଳ ଦ୍ୱାରା ଚିହ୍ନାଯାଏ; କଣ୍ଟାଗଛରୁ ତ ଲୋକମାନେ ଡିମ୍ବିରି ତୋଳନ୍ତି ନାହିଁ, କିମ୍ବା କଣ୍ଟାଗଛରୁ ଦ୍ରାକ୍ଷାଫଳ ତୋଳନ୍ତି ନାହିଁ। 45ଉତ୍ତମ ଲୋକ ଆପଣା ହୃଦୟରୂପ ଉତ୍ତମ ଭଣ୍ଡାରରୁ ଉତ୍ତମ ପଦାର୍ଥ ବାହାର କରେ, ପୁଣି, ମନ୍ଦ ଲୋକ ମନ୍ଦ ଭଣ୍ଡାରରୁ ମନ୍ଦ ପଦାର୍ଥ ବାହାର କରେ; କାରଣ ହୃଦୟର ପୂର୍ଣ୍ଣତାରୁ ମୁଖ କଥା କହେ।
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଅକ୍ଟୋବର 7 ନାଗରିକ ପଞ୍ଜିକାର ଅକ୍ଟୋବର 20। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର