Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅକ୍ଟୋବର 2026 › ଅକ୍ଟୋବର 21

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 21 ଅକ୍ଟୋବର 2026

ବୁଧବାର · ସାଧାରଣ କାଳର 29ତମ ସପ୍ତାହ

ପର୍ବ ଓ ସନ୍ଥ

ସାଧାରଣ କାଳର 29ତମ ସପ୍ତାହର ବୁଧବାର

ସାଧାରଣ ଦିନ · ଉପାସନାର ରଙ୍ଗ: ସବୁଜ

ଦିନର ପାଠ

ପ୍ରଥମ ପାଠ

ଏଫି 3:2–12

2ତୁମ୍ଭମାନଙ୍କ ନିମନ୍ତେ ପ୍ରଦତ୍ତ ଈଶ୍ବରଙ୍କ ଅନୁଗ୍ରହ ସମ୍ବନ୍ଧୀୟ ସେବକ କାର୍ଯ୍ୟ ବିଷୟରେ ତୁମ୍ଭେମାନେ ତ ଶୁଣିଥିବ, 3ଅର୍ଥାତ୍‍ ପ୍ରତ୍ୟାଦେଶ ଦ୍ୱାରା ସେହି ନିଗୂଢ଼ତତ୍ତ୍ୱ ମୋତେ ଜ୍ଞାତ କରାଗଲା, ଯେପରି ମୁଁ ପୂର୍ବେ ସଂକ୍ଷିପ୍ତ ଭାବରେ ଲେଖିଅଛି। 4ତାହା ପଢ଼ି ଖ୍ରୀଷ୍ଟଙ୍କ ନିଗୂଢ଼ତତ୍ତ୍ୱରେ ମୋହର ଜ୍ଞାନର ପରିଚୟ ପାଇ ପାର; 5ସେହି ନିଗୂଢ଼ତତ୍ତ୍ୱ ଏବେ ଆତ୍ମାଙ୍କ ଦ୍ୱାରା ତାହାଙ୍କ ପବିତ୍ର ପ୍ରେରିତ ଓ ଭାବବାଦୀମାନଙ୍କ ନିକଟରେ ଯେପରି ପ୍ରକାଶିତ ହୋଇଅଛି, ପୂର୍ବ କାଳର ମନୁଷ୍ୟ ସନ୍ତାନମାନଙ୍କ ନିକଟରେ ପ୍ରକାଶିତ ହୋଇ ନ ଥିଲା, 6ଅର୍ଥାତ୍‍ ସୁସମାଚାର ଦ୍ୱାରା ଖ୍ରୀଷ୍ଟ ଯୀଶୁଙ୍କଠାରେ ଅଣଯିହୁଦୀମାନେ ମଧ୍ୟ ଅଂଶାଧିକାରୀ, ଏକ ଶରୀରର ଅଙ୍ଗପ୍ରତ୍ୟଙ୍ଗ ଓ ପ୍ରତିଜ୍ଞାର ସହଭାଗୀ ଅଟନ୍ତି; 7ଈଶ୍ବରଙ୍କ କାର୍ଯ୍ୟସାଧକ ଶକ୍ତି ଅନୁସାରେ ମୋତେ ପ୍ରଦତ୍ତ ତାହାଙ୍କ ଅନୁଗ୍ରହର ଦାନ ପ୍ରମାଣେ ସେହି ସୁସମାଚାରର ମୁଁ ଜଣେ ସେବକ ହେଲି। 8ସମସ୍ତ ସାଧୁଙ୍କ ମଧ୍ୟରେ କ୍ଷୁଦ୍ରତମ ଯେ ମୁଁ, ମୋତେ ଅଣଯିହୁଦୀମାନଙ୍କ ନିକଟରେ ବୋଧର ଅଗମ୍ୟ ଖ୍ରୀଷ୍ଟଙ୍କ ନିଧିର ସୁସମାଚାର ପ୍ରଚାର କରିବା ପାଇଁ, 9ପୁଣି, ସର୍ବସୃଷ୍ଟିକର୍ତ୍ତା ଈଶ୍ବରଙ୍କଠାରେ ପ୍ରାଚୀନକାଳରୁ ଗୁପ୍ତ ହୋଇ ରହିଥିବା ନିଗୂଢ଼ତତ୍ତ୍ୱ ସମ୍ବନ୍ଧରେ ତାହାଙ୍କ ସଂକଳ୍ପ କଅଣ, ତାହା ଆଲୋକରେ ପ୍ରକାଶ କରିବା ପାଇଁ ଅନୁଗ୍ରହ ପ୍ରଦତ୍ତ ହୋଇଅଛି, 10ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କଠାରେ ଈଶ୍ବର ଯେଉଁ ଚିରନ୍ତନ ସଂକଳ୍ପ କରିଥିଲେ, 11ତଦନୁସାରେ ମଣ୍ଡଳୀ ଦ୍ୱାରା ଯେପରି ତାହାଙ୍କର ବହୁବିଧ ଜ୍ଞାନ, ସ୍ୱର୍ଗରେ କର୍ତ୍ତାପଣ ଓ ଅଧିକାରପ୍ରାପ୍ତ ବ୍ୟକ୍ତିମାନଙ୍କୁ ଜ୍ଞାତ କରାଯାଏ; 12ସେହି ପ୍ରଭୁଙ୍କଠାରେ ବିଶ୍ୱାସ କରିବା ଦ୍ୱାରା ଆମ୍ଭେମାନେ ତାହାଙ୍କଠାରେ ସାହସ ପୁଣି, ଈଶ୍ବରଙ୍କ ନିକଟକୁ ନିର୍ଭୟରେ ଯିବା ପାଇଁ ପଥ ପାଇଅଛୁ।

ପ୍ରତିଉତ୍ତର ଗୀତ

ଯିଶା 12:2–6

2ଦେଖ, “ପରମେଶ୍ୱର ଆମ୍ଭର ପରିତ୍ରାଣ; ଆମ୍ଭେ ବିଶ୍ୱାସ କରିବା ଓ ଭୀତ ହେବା ନାହିଁ; କାରଣ ଯିହୋବାଃ ସଦାପ୍ରଭୁ ଆମ୍ଭର ବଳ ଓ ଗାନ; ପୁଣି, ସେ ଆମ୍ଭର ପରିତ୍ରାଣ ହୋଇଅଛନ୍ତି।” 3ଏହେତୁ ତୁମ୍ଭେମାନେ ଆନନ୍ଦରେ ପରିତ୍ରାଣର କୂପସମୂହରୁ ଜଳ କାଢ଼ିବ। 4ପୁଣି, ସେହି ଦିନରେ ତୁମ୍ଭେମାନେ କହିବ, “ସଦାପ୍ରଭୁଙ୍କର ଧନ୍ୟବାଦ କର, ତାହାଙ୍କ ନାମରେ ପ୍ରାର୍ଥନା କର, ଗୋଷ୍ଠୀୟମାନଙ୍କ ମଧ୍ୟରେ ତାହାଙ୍କର କ୍ରିୟାସକଳ ପ୍ରଚାର କର, ତାହାଙ୍କର ନାମ ଉନ୍ନତ ବୋଲି ବ୍ୟକ୍ତ କର। 5ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କର; କାରଣ ସେ ମହିମାଯୁକ୍ତ କର୍ମ କରିଅଛନ୍ତି; ତାହା ସମୁଦାୟ ପୃଥିବୀର ଜ୍ଞାତ ହେଉ। 6ହେ ସିୟୋନ ନିବାସିନୀ, ତୁମ୍ଭେ ଉଚ୍ଚସ୍ୱର କରି ଆନନ୍ଦଧ୍ୱନି କର; କାରଣ ଯେ ଇସ୍ରାଏଲର ଧର୍ମସ୍ୱରୂପ, ସେ ତୁମ୍ଭ ମଧ୍ୟରେ ମହାନ ଅଟନ୍ତି।”

ସୁସମାଚାର

ଲୂକ 12:39–48

39କିନ୍ତୁ ଏହା ଜାଣିଥାଅ, କେଉଁ ସମୟରେ ଚୋର ଆସିବ, ଏହା ଗୃହକର୍ତ୍ତା ଯଦି ଜାଣନ୍ତେ, ତାହାହେଲେ ସେ ଆପଣା ଘରେ ସିନ୍ଧି କାଟିବାକୁ ଦିଅନ୍ତେ ନାହିଁ। 40ତୁମ୍ଭେମାନେ ମଧ୍ୟ ପ୍ରସ୍ତୁତ ହୋଇଥାଅ, କାରଣ ଯେଉଁ ସମୟରେ ତୁମ୍ଭେମାନେ ମନେ କରୁ ନ ଥିବ, ସେହି ସମୟରେ ମନୁଷ୍ୟପୁତ୍ର ଆସିବେ।” 41ସେଥିରେ ପିତର କହିଲେ, ହେ ପ୍ରଭୁ, ଆପଣ କେବଳ ଆମ୍ଭମାନଙ୍କୁ ନା ସମସ୍ତଙ୍କୁ ଏହି ଦୃଷ୍ଟାନ୍ତ କହୁଅଛନ୍ତି? 42ପ୍ରଭୁ କହିଲେ, “ଏଣୁ ଆପଣା ପରିଜନମାନଙ୍କୁ ଯଥା ସମୟରେ ନିରୂପିତ ଭାଗ ଦେବା ନିମନ୍ତେ ପ୍ରଭୁ ଯାହାକୁ ସେମାନଙ୍କ ଉପରେ ନିଯୁକ୍ତ କରିବେ, ଏପରି ବିଶ୍ୱସ୍ତ ଓ ବୁଦ୍ଧିମାନ ବେବର୍ତ୍ତା କିଏ? 43ପ୍ରଭୁ ଆସି ଆପଣାର ଯେଉଁ ଦାସକୁ ସେପ୍ରକାର କରୁଥିବା ଦେଖିବେ, ସେ ଧନ୍ୟ। 44ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେ ତାହାକୁ ଆପଣାର ସମସ୍ତ ସମ୍ପତ୍ତି ଉପରେ ଦାୟିତ୍ୱ ଦେବେ। 45କିନ୍ତୁ ଯଦି ସେହି ଦାସ ମୋହର ପ୍ରଭୁଙ୍କ ଆସିବାର ବିଳମ୍ବ ଅଛି ବୋଲି ମନେ ମନେ କହି ଦାସଦାସୀମାନଙ୍କୁ ପ୍ରହାର କରିବାକୁ ଏବଂ ଭୋଜନପାନ କରି ମତ୍ତ ହେବାକୁ ଆରମ୍ଭ କରେ, 46ତାହାହେଲେ ଯେଉଁ ଦିନ ସେ ଅପେକ୍ଷା କରୁ ନ ଥିବ ଓ ଯେଉଁ ଦଣ୍ଡ ସେ ଜାଣି ନ ଥିବ, ସେହି ଦିନ ଓ ସେହି ଦଣ୍ଡରେ ତାହାର ପ୍ରଭୁ ଆସିବେ, ପୁଣି, ସେ ତାହାକୁ ଦ୍ୱିଖଣ୍ଡ କରି ଅବିଶ୍ୱସ୍ତମାନଙ୍କ ସହିତ ତାହାର ଅଂଶ ନିରୂପଣ କରିବେ। 47ଆଉ ଯେଉଁ ଦାସ ନିଜ ପ୍ରଭୁଙ୍କ ଇଚ୍ଛା ଜାଣି ପ୍ରସ୍ତୁତ ହୋଇ ନ ଥାଏ କିମ୍ବା ତାହାଙ୍କର ଇଚ୍ଛାନୁସାରେ କାର୍ଯ୍ୟ କରି ନ ଥାଏ, 48ସେ ବହୁତ ପ୍ରହାରରେ ପ୍ରହାରିତ ହେବ; କିନ୍ତୁ ଯେ ନ ଜାଣି ପ୍ରହାରଯୋଗ୍ୟ କର୍ମ କରିଥାଏ, ସେ ଅଳ୍ପ ପ୍ରହାରରେ ପ୍ରହାରିତ ହେବ। ଯାହାକୁ ବହୁତ ଦିଆଯାଇଅଛି, ତାହାଠାରୁ ବହୁତ ଦାବି କରାଯିବ; ପୁଣି, ଲୋକେ ଯାହା ନିକଟରେ ବହୁତ ସମର୍ପଣ କରିଅଛନ୍ତି, ତାହା ନିକଟରୁ ବହୁତ ଦାବି କରିବେ।”

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର A, ସପ୍ତାହ ଦିନର ବର୍ଷ II।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର