ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅକ୍ଟୋବର 2026 › ଅକ୍ଟୋବର 21
ଅର୍ଥୋଡକ୍ସ ପଞ୍ଜିକା · 8 ଅକ୍ଟୋବର (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 21 ଅକ୍ଟୋବର 2026
ବୁଧବାର · ପେଣ୍ଟିକଷ୍ଟ ପରେ 21ତମ ସପ୍ତାହ · ସ୍ୱର 3
ପର୍ବ ଓ ସନ୍ଥ
Venerable Pelagia the Penitent († 457)
ଉପବାସ ଦିନ
ଉପବାସ: ତେଲ ସହିତ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର
18ଆଉ, ସେ ମଣ୍ଡଳୀରୂପ ଶରୀରର ମସ୍ତକ ସ୍ୱରୂପ, ସେ ଆଦି, ମୃତମାନଙ୍କ ମଧ୍ୟରୁ ପ୍ରଥମଜାତ, ଯେପରି ସମସ୍ତ ବିଷୟରେ ସେ ଅଗ୍ରଗଣ୍ୟ ହୁଅନ୍ତି। 19କାରଣ ଈଶ୍ବରଙ୍କ ସନ୍ତୋଷ ହେଲା ଯେ, ତାହାଙ୍କଠାରେ ସମସ୍ତ ପୂର୍ଣ୍ଣତା ବାସ କରିବ, 20ପୁଣି, ତାହାଙ୍କ କ୍ରୁଶର ରକ୍ତରେ ସେ ଶାନ୍ତି ସ୍ଥାପନ କରି ତାହାଙ୍କ ଦ୍ୱାରା ଆପଣା ସହିତ ସମସ୍ତର ମିଳନ କରନ୍ତି, ହଁ, ତାହାଙ୍କ ଦ୍ୱାରା ପୃଥିବୀ ବା ସ୍ୱର୍ଗରେ ସ୍ଥିତ ସମସ୍ତ ବିଷୟର ମିଳନ କରନ୍ତି। 21ଆଉ, ପୂର୍ବେ ଦୁଷ୍କର୍ମ କରି ତୁମ୍ଭେମାନେ ଈଶ୍ବରଙ୍କଠାରୁ ପୃଥକ ଓ ମନରେ ତାହାଙ୍କର ଶତ୍ରୁ ଥିଲ, 22କିନ୍ତୁ ଏବେ ସେ ତୁମ୍ଭମାନଙ୍କୁ ମଧ୍ୟ ଆପଣା ସାକ୍ଷାତରେ ପବିତ୍ର, ଅନିନ୍ଦନୀୟ ଓ ନିର୍ଦ୍ଦୋଷ କରି ସ୍ଥାପନ କରିବା ନିମନ୍ତେ ଖ୍ରୀଷ୍ଟଙ୍କ ମାଂସମୟ ଶରୀରରେ ମୃତ୍ୟୁ ଦ୍ୱାରା ତୁମ୍ଭମାନଙ୍କୁ ଆପଣା ସହିତ ମିଳିତ କରିଅଛନ୍ତି; 23ତୁମ୍ଭେମାନେ ଯେବେ ବିଶ୍ୱାସରେ ବଦ୍ଧମୂଳ ଓ ଅଟଳ ରହି ସୁସମାଚାରରେ ନିହିତ ଭରସାରୁ ବିଚଳିତ ନ ହୁଅ, ତାହାହେଲେ ନିଶ୍ଚୟ ଏହିସବୁ ଫଳ ପାଇବ; ସେହି ସୁସମାଚାର ତୁମ୍ଭେମାନେ ତ ଶୁଣିଅଛ; ତାହା ଆକାଶମଣ୍ଡଳ ତଳେ ଥିବା ସମସ୍ତ ସୃଷ୍ଟି ନିକଟରେ ପ୍ରଚାରିତ ହୋଇଅଛି, ଆଉ ମୁଁ ପାଉଲ ସେଥିର ଜଣେ ସେବକ ହୋଇଅଛି।
ସୁସମାଚାର
46ଆଉ, ତୁମ୍ଭେମାନେ କାହିଁକି ମୋତେ ପ୍ରଭୁ, ପ୍ରଭୁ ବୋଲି କହୁଅଛ, ମାତ୍ର ମୋହର ବାକ୍ୟ ପାଳନ କରୁ ନାହଁ? 47ଯେ କେହି ମୋ ନିକଟକୁ ଆସି ମୋହର କଥା ଶୁଣି ସେହିସବୁ ପାଳନ କରେ, ସେ କାହା ପରି, ମୁଁ ତୁମ୍ଭମାନଙ୍କୁ ଜଣାଇବି। 48ସେ ଏପରି ଜଣେ ଘର ନିର୍ମାଣକାରୀ ଲୋକ ପରି, ଯେ ଗଭୀର ଗାତ ଖୋଳି ମୂଳଦୁଆ ପଥର ଉପରେ ବସାଇଲେ; ଆଉ, ବଢ଼ି ହୁଅନ୍ତେ ସୁଅ ସେହି ଘରକୁ ପ୍ରବଳ ଭାବରେ ଧକ୍କା ମାରିଲା, କିନ୍ତୁ ତାହା ହଲାଇ ପାରିଲା ନାହିଁ, କାରଣ ତାହା ଉତ୍ତମ ରୂପେ ନିର୍ମାଣ କରାଯାଇଥିଲା। 49କିନ୍ତୁ ଯେ ଶୁଣି ପାଳନ କରେ ନାହିଁ, ସେ ମୂଳଦୁଆ ପଥର ଉପରେ ନ ବସାଇ ମାଟି ଉପରେ ଘର ନିର୍ମାଣକାରୀ ଲୋକ ପରି; ବନ୍ୟା ଜଳ ସେହି ଘର ଉପରେ ପ୍ରବଳ ଭାବରେ ଧକ୍କା ମାରିବାରୁ ସେହିକ୍ଷଣି ତାହା ପଡ଼ିଗଲା ଓ ତାହାର ବିନାଶ ଭୟଙ୍କର ହେଲା।” 7:1ସେ ଲୋକମାନଙ୍କ କର୍ଣ୍ଣଗୋଚରରେ ଆପଣାର ସବୁ କଥା ଶେଷ କରି କଫର୍ନାହୂମରେ ପ୍ରବେଶ କଲେ।
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଅକ୍ଟୋବର 8 ନାଗରିକ ପଞ୍ଜିକାର ଅକ୍ଟୋବର 21। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର