ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅକ୍ଟୋବର 2026 › ଅକ୍ଟୋବର 22
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 22 ଅକ୍ଟୋବର 2026
ଗୁରୁବାର · ସାଧାରଣ କାଳର 29ତମ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର 29ତମ ସପ୍ତାହର ଗୁରୁବାର
ଇଚ୍ଛାଧୀନ ସ୍ମୃତି ଦିବସ · ଉପାସନାର ରଙ୍ଗ: ସବୁଜ
ସନ୍ଥ ଜନ୍ ପଲ୍ ଦ୍ୱିତୀୟ, ପୋପ୍ · ଇଚ୍ଛାଧୀନ ସ୍ମୃତି ଦିବସ
ଦିନର ପାଠ
ପ୍ରଥମ ପାଠ
14ଏଥିନିମନ୍ତେ ଯେଉଁ ପିତାଙ୍କଠାରୁ ସ୍ୱର୍ଗ ଓ ପୃଥିବୀସ୍ଥ ପ୍ରତ୍ୟେକ ପିତୃକୁଳ ନାମ ପ୍ରାପ୍ତ ହୁଏ, 15ତାହାଙ୍କ ଛାମୁରେ ମୁଁ ଆଣ୍ଠୁପାତି ପ୍ରାର୍ଥନା କରୁଅଛି, 16ଯେପରି ସେ ଆପଣା ଗୌରବରୂପ ଧନ ଅନୁସାରେ ଆପଣା ଈଶ୍ବରଙ୍କ ଆତ୍ମାଙ୍କ ଦ୍ୱାରା ତୁମ୍ଭମାନଙ୍କୁ ଆନ୍ତରିକ ପୁରୁଷରେ ଶକ୍ତି ପ୍ରାପ୍ତ ହୋଇ ବଳବାନ ହେବାକୁ ଦିଅନ୍ତି, 17ପୁଣି, ବିଶ୍ୱାସ ଦ୍ୱାରା ଖ୍ରୀଷ୍ଟ ତୁମ୍ଭମାନଙ୍କ ହୃଦୟରେ ବାସ କରନ୍ତି, 18ଯେପରି ତୁମ୍ଭେମାନେ ପ୍ରେମରେ ବଦ୍ଧମୂଳ ଓ ଦୃଢ ରୂପେ ସ୍ଥାପିତ ହୋଇ ବୋଧର ଅଗମ୍ୟ ଯେ ଖ୍ରୀଷ୍ଟଙ୍କ ପ୍ରେମ, ତାହା ଜ୍ଞାତ ହୁଅ ଏବଂ ସମସ୍ତ ସାଧୁଙ୍କ ସହିତ ସେଥିର ଦୈର୍ଘ୍ୟ ଓ ପ୍ରସ୍ଥ, ଉଚ୍ଚତା ଓ ଗଭୀରତା ବୁଝିବାକୁ ଶକ୍ତି ପ୍ରାପ୍ତ ହୁଅ, 19ଆଉ ସେହି ପ୍ରକାରେ ଈଶ୍ବରଙ୍କ ସମସ୍ତ ପୂର୍ଣ୍ଣତାରେ ପରିପୂର୍ଣ୍ଣ ହୁଅ। 20ଯେଉଁ ଈଶ୍ବର ଅାମ୍ଭମାନଙ୍କ ଅନ୍ତରରେ କାର୍ଯ୍ୟ ସାଧନ କରୁଥିବା ଆପଣା ଶକ୍ତି ଅନୁସାରେ ଆମ୍ଭମାନଙ୍କ ମାଗିବା ବା ଭାବିବାଠାରୁ ଅତ୍ୟଧିକ ପରିମାଣରେ ସାଧନ କରିପାରନ୍ତି, 21ଯୁଗେ ଯୁଗେ ପୁରୁଷାନୁକ୍ରମରେ ମଣ୍ଡଳୀ ଓ ଖ୍ରୀଷ୍ଟ ଯୀଶୁଙ୍କ ଦ୍ୱାରା ତାହାଙ୍କର ଗୌରବ ହେଉ। ଆମେନ୍।
ପ୍ରତିଉତ୍ତର ଗୀତ
1ହେ ଧାର୍ମିକଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କଠାରେ ଉଲ୍ଲାସ କର; ପ୍ରଶଂସା କରିବା ସରଳ ଲୋକଙ୍କର ଶୋଭନୀୟ। 2ବୀଣାରେ ସଦାପ୍ରଭୁଙ୍କୁ ଧନ୍ୟବାଦ ଦିଅ; ଦଶତାର ନେବଲରେ ତାହାଙ୍କର ପ୍ରଶଂସା ଗାନ କର। 4କାରଣ ସଦାପ୍ରଭୁଙ୍କ ବାକ୍ୟ ଯଥାର୍ଥ; ଆଉ ତାହାଙ୍କର ସମସ୍ତ କାର୍ଯ୍ୟ ବିଶ୍ୱସ୍ତତାରେ ସାଧିତ। 5ସେ ଧାର୍ମିକତା ଓ ନ୍ୟାୟବିଚାର ଭଲ ପାଆନ୍ତି; ପୃଥିବୀ ସଦାପ୍ରଭୁଙ୍କ ସ୍ନେହପୂର୍ଣ୍ଣ କରୁଣାରେ ପରିପୂର୍ଣ୍ଣ; 11ସଦାପ୍ରଭୁଙ୍କ ମନ୍ତ୍ରଣା ଅନନ୍ତକାଳସ୍ଥାୟୀ; ତାହାଙ୍କ ଚିତ୍ତର ସଂକଳ୍ପସବୁ ପୁରୁଷାନୁକ୍ରମେ ଥାଏ। 12ସଦାପ୍ରଭୁ ଯେଉଁ ଗୋଷ୍ଠୀର ପରମେଶ୍ୱର, ସେ ଧନ୍ୟ; ସେ ଯେଉଁ ଲୋକମାନଙ୍କୁ ଆପଣା ଅଧିକାରାର୍ଥେ ମନୋନୀତ କରିଅଛନ୍ତି, ସେମାନେ ଧନ୍ୟ। 18ଦେଖ, ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି, ତାହାଙ୍କ ଦୟାରେ ଭରସା ରଖନ୍ତି, 19ସେମାନଙ୍କ ପ୍ରାଣ ମୃତ୍ୟୁରୁ ରକ୍ଷା କରିବା ପାଇଁ ଓ ଦୁର୍ଭିକ୍ଷ ସମୟରେ ସେମାନଙ୍କୁ ବଞ୍ଚାଇବା ପାଇଁ ସେମାନଙ୍କ ଉପରେ ତାହାଙ୍କର ଦୃଷ୍ଟି ଥାଏ।
ସୁସମାଚାର
49“ମୁଁ ପୃଥିବୀରେ ଅଗ୍ନି ନିକ୍ଷେପ କରିବାକୁ ଆସୁଅଛି, ଆଉ ତାହା ଯଦି ପ୍ରଜ୍ୱଳିତ ହେଲାଣି, ତାହାହେଲେ ମୋହର ଆଉ କଅଣ ବାଞ୍ଛା? 50ମାତ୍ର ମୋତେ ଏକ ବାପ୍ତିସ୍ମରେ ବାପ୍ତିଜିତ ହେବାକୁ ହେବ, ଆଉ ତାହା ସମାପ୍ତ ନ ହେବା ପର୍ଯ୍ୟନ୍ତ ମୁଁ କିପରି ଭାରାକ୍ରାନ୍ତ ହେଉଅଛି। 51ମୁଁ ପୃଥିବୀରେ ଶାନ୍ତି ଦେବାକୁ ଆସିଅଛି ବୋଲି କଅଣ ତୁମ୍ଭେମାନେ ମନେ କରୁଅଛ? ମୁଁ ତୁମ୍ଭମାନଙ୍କୁ କହୁଅଛି, ନା, ବରଂ ଭେଦ କରିବାକୁ ଆସିଅଛି। 52କାରଣ ଅଦ୍ୟାବଧି ଗୋଟିଏ ଗୃହରେ ପାଞ୍ଚ ଜଣ ଥିଲେ ଦୁଇ ଜଣଙ୍କ ବିରୁଦ୍ଧରେ ତିନି ଜଣ ଓ ତିନି ଜଣଙ୍କ ବିରୁଦ୍ଧରେ ଦୁଇ ଜଣ ବିଭିନ୍ନ ହେବେ। 53ପୁତ୍ର ବିରୁଦ୍ଧରେ ପିତା, ପିତା ବିରୁଦ୍ଧରେ ପୁତ୍ର, କନ୍ୟା ବିରୁଦ୍ଧରେ ମାତା, ମାତା ବିରୁଦ୍ଧରେ କନ୍ୟା, ବୋହୂ ବିରୁଦ୍ଧରେ ଶାଶୁ ଓ ଶାଶୁ ବିରୁଦ୍ଧରେ ବୋହୂ ଭିନ୍ନ ହେବେ।”
ଆଜିର ସନ୍ଥ
- ସନ୍ଥ ଜନ୍ ପଲ୍ ଦ୍ୱିତୀୟ, ପୋପ୍
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର A, ସପ୍ତାହ ଦିନର ବର୍ଷ II।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର