ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅକ୍ଟୋବର 2026 › ଅକ୍ଟୋବର 23
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 23 ଅକ୍ଟୋବର 2026
ଶୁକ୍ରବାର · ସାଧାରଣ କାଳର 29ତମ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର 29ତମ ସପ୍ତାହର ଶୁକ୍ରବାର
ଇଚ୍ଛାଧୀନ ସ୍ମୃତି ଦିବସ · ଉପାସନାର ରଙ୍ଗ: ସବୁଜ
କାପିଷ୍ଟ୍ରାନୋର ସନ୍ଥ ଜନ୍, ପୁରୋହିତ · ଇଚ୍ଛାଧୀନ ସ୍ମୃତି ଦିବସ
ଉପବାସ ଓ ପ୍ରାୟଶ୍ଚିତ୍ତ
ପ୍ରାୟଶ୍ଚିତ୍ତର ଦିନ
ପ୍ରତ୍ୟେକ ଶୁକ୍ରବାର ପ୍ରାୟଶ୍ଚିତ୍ତର ଦିନ; ପ୍ରତ୍ୟେକ ବିଶପ୍ ସମ୍ମିଳନୀ ଏହା କିପରି ପାଳିବାକୁ ହେବ ସ୍ଥିର କରେ: ମାଂସରୁ ବିରତି କିମ୍ବା ପ୍ରାୟଶ୍ଚିତ୍ତର ଅନ୍ୟ କାର୍ଯ୍ୟ। ଉପବାସ 18ରୁ 59 ବର୍ଷ ପର୍ଯ୍ୟନ୍ତ, ବିରତି 14 ବର୍ଷରୁ ବାଧ୍ୟତାମୂଳକ।
ଦିନର ପାଠ
ପ୍ରଥମ ପାଠ
1ଅତଏବ ପ୍ରଭୁଙ୍କ ହେତୁ ବନ୍ଦୀ ଯେ ମୁଁ, ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ତୁମ୍ଭେମାନେ ଯେଉଁ ଆହ୍ୱାନରେ ଅାହୂତ ହୋଇଅଛ, ସେଥିର ଯୋଗ୍ୟ ଆଚରଣ କର, 2ଅର୍ଥାତ୍ ସର୍ବପ୍ରକାର ନମ୍ରତା, ମୃଦୁତା, ଦୀର୍ଘ ସହିଷ୍ଣୁତା ଓ ପ୍ରେମରେ ପରସ୍ପର ପ୍ରତି ସହନଶୀଳ ହୁଅ; 3ଶାନ୍ତିରୂପ ବନ୍ଧନରେ ବାନ୍ଧି ହୋଇ ଆତ୍ମାଙ୍କ ଐକ୍ୟ ରକ୍ଷା କରିବା ନିମନ୍ତେ ଯତ୍ନବାନ ହୁଅ। 4ଏକ ଶରୀର ଓ ଏକ ଆତ୍ମା, ଯେଉଁ ରୂପେ ତୁମ୍ଭେମାନେ ତୁମ୍ଭମାନଙ୍କ ଆହ୍ୱାନର ଏକ ଭରସାରେ ମଧ୍ୟ ଆହୂତ ହୋଇଅଛ; 5ଏକ ପ୍ରଭୁ, ଏକ ବିଶ୍ୱାସ, ଏକ ବାପ୍ତିସ୍ମ, ସମସ୍ତଙ୍କ ଏକ ଈଶ୍ବର ଓ ପିତା; 6ସେ ସମସ୍ତଙ୍କ ଉପରେ, ସମସ୍ତଙ୍କ ମଧ୍ୟରେ ଏବଂ ସମସ୍ତଙ୍କ ଅନ୍ତରରେ ଅଛନ୍ତି।
ପ୍ରତିଉତ୍ତର ଗୀତ
1ଦାଉଦଙ୍କର ଗୀତ। ପୃଥିବୀ ଓ ତହିଁର ପୂର୍ଣ୍ଣତା, ଜଗତ ଓ ତନ୍ନିବାସୀ ସମସ୍ତେ ସଦାପ୍ରଭୁଙ୍କର। 2କାରଣ ସେ ସମୁଦ୍ର ଉପରେ ତାହା ସ୍ଥାପନ କରିଅଛନ୍ତି ଓ ନଦୀ ଉପରେ ତାହା ଦୃଢ଼ କରିଅଛନ୍ତି। 3କିଏ ସଦାପ୍ରଭୁଙ୍କ ପର୍ବତରେ ଆରୋହଣ କରିବ? ଓ କିଏ ତାହାଙ୍କ ପବିତ୍ର ସ୍ଥାନରେ ଠିଆ ହେବ? 4ଯାହାର ହସ୍ତ ଶୁଚି ଓ ଅନ୍ତଃକରଣ ନିର୍ମଳ; ଯାହାର ମନ ଅସାରତା ପ୍ରତି ଉଠି ନାହିଁ, ପୁଣି, ଯେ ଛଳ ଭାବରେ ଶପଥ କରି ନାହିଁ, ସେ। 5ସେ ସଦାପ୍ରଭୁଙ୍କଠାରୁ ଆଶୀର୍ବାଦ ଓ ଆପଣାର ପରିତ୍ରାଣ ସ୍ୱରୂପ ପରମେଶ୍ୱରଙ୍କଠାରୁ ଧାର୍ମିକତା ପ୍ରାପ୍ତ ହେବ। 6ଯେଉଁମାନେ ପରମେଶ୍ୱରଙ୍କୁ ଅନ୍ୱେଷଣ କରନ୍ତି, ସେମାନଙ୍କର ବଂଶ ଏହି, ହେ ଯାକୁବର ପରମେଶ୍ୱର, ଏମାନେ ତୁମ୍ଭର ମୁଖ ଅନ୍ୱେଷଣ କରନ୍ତି। [ସେଲା]
ସୁସମାଚାର
54ପୁଣି, ସେ ଲୋକମାନଙ୍କୁ ମଧ୍ୟ କହିଲେ, “ପଶ୍ଚିମ ଦିଗରେ ମେଘ ଉଠୁଥିବା ଦେଖିଲେ ସେହିକ୍ଷଣି ତୁମ୍ଭେମାନେ କୁହ, ବର୍ଷା ଆସୁଅଛି, ଆଉ ସେହିପରି ଘଟେ; 55ପୁଣି, ଦକ୍ଷିଣା ପବନ ବହିବା ଦେଖିଲେ ତୁମ୍ଭେମାନେ କୁହ, ବଡ଼ ଖରା ହେବ, ପୁଣି, ତାହା ଘଟେ। 56ରେ କପଟୀମାନେ, ତୁମ୍ଭେମାନେ ପୃଥିବୀ ଓ ଆକାଶର ଲକ୍ଷଣସବୁ ବୁଝି ପାରୁଅଛ, କିନ୍ତୁ ଏହି କାଳର ଲକ୍ଷଣସବୁ କିପରି ବୁଝୁ ନାହଁ?” 57“ଆଉ ନିଜେ ନିଜେ କାହିଁକି ନ୍ୟାୟବିଚାର କରୁ ନାହଁ ଯେ ଉଚିତ୍ କଅଣ? 58କାରଣ ତୁମ୍ଭର ବିବାଦୀ ସହିତ ଶାସନକର୍ତ୍ତାଙ୍କ ଛାମୁକୁ ଯାଉଥିବା ସମୟରେ ପଥ ମଧ୍ୟରେ ତାହାଠାରୁ ମୁକ୍ତ ହେବା ପାଇଁ ଚେଷ୍ଟା କର, କାଳେ ସେ ତୁମ୍ଭକୁ ବିଚାରକର୍ତ୍ତାଙ୍କ ନିକଟକୁ ଟାଣି ନେଇଯିବ, ପୁଣି, ବିଚାରକର୍ତ୍ତା ତୁମ୍ଭକୁ ଉଚ୍ଚପଦସ୍ଥ କର୍ମଚାରୀଙ୍କ ହସ୍ତରେ ସମର୍ପଣ କରିବେ, ଆଉ ଉଚ୍ଚପଦସ୍ଥ କର୍ମଚାରୀ ତୁମ୍ଭକୁ କାରାଗାରରେ ପକାଇବ। 59ମୁଁ ତୁମ୍ଭକୁ କହୁଅଛି, ତୁମ୍ଭେ ଶେଷ କଉଡ଼ିଟି ନ ସୁଝିବା ପର୍ଯ୍ୟନ୍ତ ସେହି ସ୍ଥାନରୁ କୌଣସି ପ୍ରକାରେ ବାହାରି ଆସିପାରିବ ନାହିଁ।”
ଆଜିର ସନ୍ଥ
- କାପିଷ୍ଟ୍ରାନୋର ସନ୍ଥ ଜନ୍, ପୁରୋହିତ
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର A, ସପ୍ତାହ ଦିନର ବର୍ଷ II।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର