ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅକ୍ଟୋବର 2026 › ଅକ୍ଟୋବର 24
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 24 ଅକ୍ଟୋବର 2026
ଶନିବାର · ସାଧାରଣ କାଳର 29ତମ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର 29ତମ ସପ୍ତାହର ଶନିବାର
ଇଚ୍ଛାଧୀନ ସ୍ମୃତି ଦିବସ · ଉପାସନାର ରଙ୍ଗ: ସବୁଜ
ସନ୍ଥ ଆଣ୍ଟୋନି ମେରୀ କ୍ଲାରେଟ୍, ଧର୍ମାଧ୍ୟକ୍ଷ · ଇଚ୍ଛାଧୀନ ସ୍ମୃତି ଦିବସ
ଦିନର ପାଠ
ପ୍ରଥମ ପାଠ
7କିନ୍ତୁ ଖ୍ରୀଷ୍ଟଙ୍କ ଦାନର ପରିମାଣ ଅନୁସାରେ ଆମ୍ଭମାନଙ୍କ ପ୍ରତ୍ୟେକକୁ ଅନୁଗ୍ରହ ଦିଆଯାଇଅଛି। 8ଏଥିନିମନ୍ତେ ଉକ୍ତ ଅଛି, “ସେ ଊର୍ଦ୍ଧ୍ୱକୁ ଆରୋହଣ କରି, ବନ୍ଦୀମାନଙ୍କୁ ବନ୍ଦୀ କରି ନେଇଗଲେ, ଆଉ ମନୁଷ୍ୟମାନଙ୍କୁ ନାନା ବରଦାନ ଦେଲେ।” 9(ସେ ଆରୋହଣ କଲେ ବୋଲି କହିବାର ଅର୍ଥ କଅଣ? ନା, ସେ ମଧ୍ୟ ନୀଚସ୍ଥ ପୃଥିବୀକୁ ଅବତରଣ କରିଥିଲେ। 10ଯେ ଅବତରଣ କରିଥିଲେ, ସେ ଯେପରି ସମସ୍ତ ବିଷୟ ପୂର୍ଣ୍ଣ କରନ୍ତି, ଏଥିପାଇଁ ସେ ସମସ୍ତ ସ୍ୱର୍ଗର ଊର୍ଦ୍ଧ୍ୱକୁ ମଧ୍ୟ ଆରୋହଣ କଲେ।) 11ସେ କାହା କାହାକୁ ପ୍ରେରିତ, କାହା କାହାକୁ ଭାବବାଦୀ, କାହା କାହାକୁ ସୁସମାଚାର ପ୍ରଚାରକ, ପୁଣି, କାହା କାହାକୁ ପାଳକ ଓ ଶିକ୍ଷକ ରୂପେ ନିଯୁକ୍ତ କରି ଦାନ କରିଅଛନ୍ତି, 12ଯେପରି ସାଧୁମାନେ ସେବାକାର୍ଯ୍ୟ ନିମନ୍ତେ ସିଦ୍ଧି ଲାଭ କରନ୍ତି ଓ ଖ୍ରୀଷ୍ଟଙ୍କ ଶରୀର ନିଷ୍ଠାପ୍ରାପ୍ତ ହୁଏ, 13ଶେଷରେ ଯେପରି ଆମ୍ଭେମାନେ ସମସ୍ତେ ବିଶ୍ୱାସରେ ଓ ଈଶ୍ବରଙ୍କ ପୁତ୍ର ବିଷୟକ ଜ୍ଞାନରେ ଏକତା ପ୍ରାପ୍ତ ହେଉ, ଅର୍ଥାତ୍ ଖ୍ରୀଷ୍ଟଙ୍କ ପୂର୍ଣ୍ଣତାର ପରିମାଣ ଅନୁସାରେ ପୂର୍ଣ୍ଣ ବୟସ୍କ ପୁରୁଷ ହେଉ, 14ଯେପରି ଆମ୍ଭେମାନେ ଆଉ ଶିଶୁ ପରି ନ ହୋଇ ମନୁଷ୍ୟମାନଙ୍କ ପ୍ରତାରଣା ଓ ଭ୍ରାନ୍ତି ଯୁକ୍ତ କଳ୍ପନା ଅନୁସାରେ ଧୃର୍ତ୍ତତା ଦ୍ୱାରା ବିଭିନ୍ନ ଶିକ୍ଷା ରୂପ ବାୟୁରେ ଇତଃସ୍ତତଃ ଚାଳିତ ନ ହେଉ, 15କିନ୍ତୁ ସତ୍ୟ ଅବଲମ୍ବନ କରି ମସ୍ତକ ସ୍ୱରୂପ ଯେ ଖ୍ରୀଷ୍ଟ, ତାହାଙ୍କ ଉଦ୍ଦେଶ୍ୟରେ ସର୍ବ ବିଷୟରେ ପ୍ରେମରେ ବୃଦ୍ଧି ପାଉ; 16ତାହାଙ୍କଠାରୁ ସମସ୍ତ ଶରୀର ପ୍ରତ୍ୟେକ ସନ୍ଧିର ସାହାଯ୍ୟ ଦ୍ୱାରା ପୁଣି, ପ୍ରତ୍ୟେକ ଅଂଶର କାର୍ଯ୍ୟସାଧକ ଶକ୍ତି ଅନୁସାରେ ସୁଖଚିତ ଓ ସୁସଂଯୁକ୍ତ ହୋଇ ପ୍ରେମରେ ଆପଣାର ନିଷ୍ଠା ନିମନ୍ତେ ନିଜର ବୃଦ୍ଧି ସାଧନ କରୁଅଛି।
ପ୍ରତିଉତ୍ତର ଗୀତ
1ଆରୋହଣ ଗୀତ; ଦାଉଦଙ୍କ ରଚିତ। “ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ଗୃହକୁ ଯାଉ,” ଏହି କଥା ଲୋକମାନେ ମୋତେ କହିବା ବେଳେ ମୁଁ ଆନନ୍ଦିତ ହେଲି। 2ହେ ଯିରୂଶାଲମ, ତୁମ୍ଭ ଦ୍ୱାର ଭିତରେ ଆମ୍ଭମାନଙ୍କ ଚରଣ ଠିଆ ହେଉଅଛି; 3ହେ ଯିରୂଶାଲମ, ତୁମ୍ଭେ ସୁସଂଯୁକ୍ତ ଏକ ନଗର ତୁଲ୍ୟ ନିର୍ମିତ ହୋଇଅଛ; 4ଗୋଷ୍ଠୀବର୍ଗ, ଅର୍ଥାତ୍, ସଦାପ୍ରଭୁଙ୍କ ଗୋଷ୍ଠୀବର୍ଗ ଇସ୍ରାଏଲ ପ୍ରତି ସାକ୍ଷ୍ୟ ସ୍ୱରୂପେ ସଦାପ୍ରଭୁଙ୍କ ନାମକୁ ଧନ୍ୟବାଦ ଦେବା ନିମନ୍ତେ ସେଠାରେ ଆରୋହଣ କରନ୍ତି। 5କାରଣ ସେଠାରେ ବିଚାରାର୍ଥକ ସିଂହାସନ, ଦାଉଦ-ବଂଶର ସିଂହାସନସବୁ ସ୍ଥାପିତ ଅଛି।
ସୁସମାଚାର
1ସେହି ସମୟରେ କେତେକ ଲୋକ ଆସି, ପୀଲାତ ଯେଉଁ ଗାଲିଲୀୟମାନଙ୍କ ରକ୍ତ ସେମାନଙ୍କର ବଳି ସହିତ ମିଶାଇଥିଲେ, ସେମାନଙ୍କ ବିଷୟରେ ଯୀଶୁଙ୍କୁ ଜଣାଇଲେ। 2ସେଥିରେ ସେ ସେମାନଙ୍କୁ ଉତ୍ତର ଦେଲେ, “ଏହାସବୁ ଭୋଗ କରିବାରୁ ଏହି ଗାଲିଲୀୟମାନେ ଅନ୍ୟ ସମସ୍ତ ଗାଲିଲୀୟମାନଙ୍କ ଅପେକ୍ଷା ଅଧିକ ପାପୀ ବୋଲି କି ତୁମ୍ଭେମାନେ ମନେ କରୁଅଛ? 3ମୁଁ ତୁମ୍ଭମାନଙ୍କୁ କହୁଅଛି, ନା, କିନ୍ତୁ ମନ-ପରିବର୍ତ୍ତନ ନ କଲେ ତୁମ୍ଭେମାନେ ସମସ୍ତେ ସେହି ପ୍ରକାରେ ବିନଷ୍ଟ ହେବ। 4କିମ୍ବା ଶୀଲୋହରେ ସେହି ଯେଉଁ ଅଠର ଜଣଙ୍କ ଉପରେ ପ୍ରହରୀ-ଗୃହ ପଡ଼ି ସେମାନଙ୍କର ପ୍ରାଣନାଶ କଲା, ସେମାନେ ସମସ୍ତ ଯିରୂଶାଲମବାସୀଙ୍କ ଅପେକ୍ଷା ଅଧିକ ଅପରାଧୀ ବୋଲି କି ତୁମ୍ଭେମାନେ ମନେ କରୁଅଛ? 5ମୁଁ ତୁମ୍ଭମାନଙ୍କୁ କହୁଅଛି, ନା, କିନ୍ତୁ ମନ-ପରିବର୍ତ୍ତନ ନ କଲେ ତୁମ୍ଭେମାନେ ସମସ୍ତେ ସେହିପରି ବିନଷ୍ଟ ହେବ।” 6ଆଉ, ସେ ଏହି ଦୃଷ୍ଟାନ୍ତ କହିଲେ, “ଜଣକର ଦ୍ରାକ୍ଷାକ୍ଷେତ୍ରରେ ଗୋଟିଏ ଡିମ୍ବିରିବୃକ୍ଷ ଲଗାଯାଇଥିଲା। ସେ ଆସି ସେଥିରେ ଫଳ ଖୋଜିଲେ, କିନ୍ତୁ ପାଇଲେ ନାହିଁ। 7ତେଣୁ ସେ ମାଳୀକୁ କହିଲେ, ଦେଖ, ଏହି ତିନି ବର୍ଷ ହେଲା ମୁଁ ଆସି ଏହି ଡିମ୍ବିରିବୃକ୍ଷରେ ଫଳ ଖୋଜୁଅଛି, କିନ୍ତୁ ପାଉ ନାହିଁ; ଏହାକୁ ହାଣିପକାଅ, ଏଇଟା କାହିଁକି ଭୂମିକୁ ମଧ୍ୟ ନଷ୍ଟ କରୁଅଛି? 8ମାତ୍ର ସେ ତାହାଙ୍କୁ ଉତ୍ତର ଦେଲା, ‘ପ୍ରଭୁ, ଏହାକୁ ଏହି ବର୍ଷଟି ମଧ୍ୟ ଛାଡ଼ିଦିଅନ୍ତୁ, ମୁଁ ଇତିମଧ୍ୟରେ ଏହାର ଚାରିପାଖ ଖୋଳି ଖତ ଦେବି, 9ଆଉ ପରେ ଫଳ ହୁଏତ ଭଲ, ନୋହିଲେ ତାହାକୁ ହାଣିପକାଇବେ।’”
ଆଜିର ସନ୍ଥ
- ସନ୍ଥ ଆଣ୍ଟୋନି ମେରୀ କ୍ଲାରେଟ୍, ଧର୍ମାଧ୍ୟକ୍ଷ
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର A, ସପ୍ତାହ ଦିନର ବର୍ଷ II।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର