ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅକ୍ଟୋବର 2026 › ଅକ୍ଟୋବର 24
ଅର୍ଥୋଡକ୍ସ ପଞ୍ଜିକା · 11 ଅକ୍ଟୋବର (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 24 ଅକ୍ଟୋବର 2026
ଶନିବାର · ପେଣ୍ଟିକଷ୍ଟ ପରେ 21ତମ ସପ୍ତାହ · ସ୍ୱର 3
ପର୍ବ ଓ ସନ୍ଥ
Apostle Philip, of the 70, one of the 7 Deacons (1st C)
ଉପବାସ
ଉପବାସ ନାହିଁ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର
12ଅତଏବ, ଏହି ପ୍ରକାର ଭରସା ପ୍ରାପ୍ତ ହୋଇ ଆମ୍ଭେମାନେ ଅତି ସାହସିକ ଅଟୁ, 13ଆଉ, ଇସ୍ରାଏଲ ସନ୍ତାନମାନେ ଯେପରି ସେହି କ୍ଷଣସ୍ଥାୟୀ ଗୌରବ ଲୋପ ପାଉଥିବା ଦୃଶ୍ୟ ପ୍ରତି ସ୍ଥିରଦୃଷ୍ଟି ନ କରନ୍ତି, ସେଥିପାଇଁ ମୋଶା ଯେପ୍ରକାରେ ଆପଣା ମୁଖରେ ଆବରଣ ଦେଉଥିଲେ, ଆମ୍ଭେମାନେ ସେପ୍ରକାର କରୁନାହୁଁ। 14କିନ୍ତୁ ସେମାନଙ୍କର ଜ୍ଞାନଚକ୍ଷୁ ଜଡ଼ୀଭୂତ ହୋଇଅଛି, କାରଣ ଆଜି ପର୍ଯ୍ୟନ୍ତ ପୁରାତନ ନିୟମ ପାଠ ସମୟରେ ସେହି ଆବରଣ ପୂର୍ବ ପରି ରହିଅଛି, ଆଉ ଖ୍ରୀଷ୍ଟଙ୍କଠାରେ ସେହି ଆବରଣର ଯେ ଲୋପ ହେଉଅଛି, ଏହା ପ୍ରକାଶ ପାଉ ନାହିଁ। 15ମାତ୍ର ଆଜି ପର୍ଯ୍ୟନ୍ତ ମୋଶାଙ୍କ ବ୍ୟବସ୍ଥା ପାଠ କରାଯିବା ସମୟରେ ସେମାନଙ୍କ ହୃଦୟ ଆବରଣରେ ଆଚ୍ଛାଦିତ ଥାଏ, 16କିନ୍ତୁ ପ୍ରଭୁଙ୍କ ପ୍ରତି ଫେରିଲେ ସେହି ଆବରଣ ଅପସାରିତ ହୁଏ। 17ପ୍ରଭୁ ଆତ୍ମା ଅଟନ୍ତି; ଆଉ ଯେଉଁଠାରେ ପ୍ରଭୁଙ୍କ ଆତ୍ମା ସେଠାରେ ସ୍ୱାଧୀନତା। 18କିନ୍ତୁ ଆମ୍ଭେମାନେ ସମସ୍ତେ ଅନାଚ୍ଛାଦିତ ମୁଖରେ ଦର୍ପଣରେ ଦେଖିବା ପରି ପ୍ରଭୁଙ୍କ ଗୌରବ ଦେଖୁ ଦେଖୁ ଗୌରବଯୁକ୍ତ ଅବସ୍ଥାରୁ ଅଧିକ ଗୌରବଯୁକ୍ତ ଅବସ୍ଥା ପ୍ରାପ୍ତ ହୋଇ ତାହାଙ୍କ ପ୍ରତିମୂର୍ତ୍ତିରେ ପରିବର୍ତ୍ତିତ ହେଉଅଛୁ; ଯେଣୁ ପ୍ରଭୁ ଯିଏ ଆତ୍ମା ଅଟନ୍ତି, ତାହାଙ୍କଠାରୁ ଏହିସବୁ ହେଉଅଛି।
ସୁସମାଚାର
27ଏଥିଉତ୍ତାରେ ସେ ବାହାରିଯାଇ ଲେବୀ ନାମକ ଜଣେ କରଗ୍ରାହୀଙ୍କୁ କର ଆଦାୟ ସ୍ଥାନରେ ବସିଥିବା ଦେଖି ତାହାଙ୍କୁ କହିଲେ, “ମୋହର ଅନୁଗମନ କର।” 28ସେଥିରେ ସେ ସମସ୍ତ ପରିତ୍ୟାଗ କରି ଉଠି ତାହାଙ୍କର ଅନୁଗମନ କରିବାକୁ ଲାଗିଲେ। 29ପୁଣି, ଲେବୀ ନିଜ ଘରେ ତାହାଙ୍କ ନିମନ୍ତେ ଗୋଟିଏ ବଡ଼ ଭୋଜି କଲେ, ଆଉ ବହୁସଂଖ୍ୟକ କରଗ୍ରାହୀ ଓ ଅନ୍ୟାନ୍ୟ ଲୋକ ସେମାନଙ୍କ ସାଙ୍ଗରେ ଭୋଜନ କରିବାକୁ ବସିଲେ। 30ସେଥିରେ ଫାରୂଶୀମାନେ ଓ ସେମାନଙ୍କ ଦଳର ଶାସ୍ତ୍ରୀମାନେ ତାହାଙ୍କ ଶିଷ୍ୟମାନଙ୍କ ବିରୁଦ୍ଧରେ ବଚସା କରି କହିବାକୁ ଲାଗିଲେ, ତୁମ୍ଭେମାନେ କାହିଁକି କରଗ୍ରାହୀ ଓ ପାପୀମାନଙ୍କ ସାଙ୍ଗରେ ଖିଆପିଆ କରୁଅଛ? 31ଯୀଶୁ ସେମାନଙ୍କୁ ଉତ୍ତର ଦେଲେ, “ସୁସ୍ଥ ଲୋକମାନଙ୍କର ବୈଦ୍ୟଠାରେ ଆବଶ୍ୟକତା ନାହିଁ, ମାତ୍ର ଅସୁସ୍ଥ ଲୋକମାନଙ୍କର ଆବଶ୍ୟକତା ଅଛି। 32ମୁଁ ଧାର୍ମିକ ଲୋକମାନଙ୍କୁ ଆହ୍ୱାନ କରିବା ନିମନ୍ତେ ଆସି ନାହିଁ, କିନ୍ତୁ ମନ-ପରିବର୍ତ୍ତନ କରିବା ନିମନ୍ତେ ପାପୀମାନଙ୍କୁ ଆହ୍ୱାନ କରିବାକୁ ଆସିଅଛି।”
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଅକ୍ଟୋବର 11 ନାଗରିକ ପଞ୍ଜିକାର ଅକ୍ଟୋବର 24। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର