ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅକ୍ଟୋବର 2026 › ଅକ୍ଟୋବର 25
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 25 ଅକ୍ଟୋବର 2026
ରବିବାର · ସାଧାରଣ କାଳର 30ତମ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର 30ତମ ରବିବାର
ରବିବାର · ଉପାସନାର ରଙ୍ଗ: ସବୁଜ
ଦିନର ପାଠ
ପ୍ରଥମ ପାଠ
21ତୁମ୍ଭେ ବିଦେଶୀ ପ୍ରତି ଅନ୍ୟାୟ ଓ ତାହା ପ୍ରତି ଉପଦ୍ରବ କରିବ ନାହିଁ, ଯେହେତୁ ତୁମ୍ଭେମାନେ ମିସର ଦେଶରେ ବିଦେଶୀ ଥିଲ। 22ତୁମ୍ଭେମାନେ କୌଣସି ବିଧବା କି ପିତୃହୀନ ସନ୍ତାନକୁ କ୍ଲେଶ ଦେବ ନାହିଁ। 23ତୁମ୍ଭେ ସେମାନଙ୍କୁ କୌଣସି ପ୍ରକାରେ କ୍ଲେଶ ଦେଲେ, ସେମାନେ ଯଦି ଆମ୍ଭ ନିକଟରେ ଖାଲି ଡାକ ପକାଇବେ, ତେବେ ଆମ୍ଭେ ଅବଶ୍ୟ ସେମାନଙ୍କର ଡାକ ଶୁଣିବା। 24ପୁଣି, ଆମ୍ଭର କ୍ରୋଧ ପ୍ରଜ୍ୱଳିତ ହେଲେ, ଆମ୍ଭେ ତୁମ୍ଭମାନଙ୍କୁ ଖଡ୍ଗ ଦ୍ୱାରା ମାରିବା; ତହିଁରେ ତୁମ୍ଭମାନଙ୍କର ଭାର୍ଯ୍ୟାମାନେ ବିଧବା ହେବେ ଓ ସନ୍ତାନଗଣ ପିତୃହୀନ ହେବେ। 25ତୁମ୍ଭେ ଯଦି ଆମ୍ଭ ଲୋକମାନଙ୍କ ମଧ୍ୟରେ ତୁମ୍ଭର ପ୍ରତିବାସୀ କୌଣସି ଦରିଦ୍ର ଲୋକଙ୍କୁ ଋଣ ଦିଅ, ତେବେ ତାହା ପ୍ରତି ମହାଜନ ତୁଲ୍ୟ ହେବ ନାହିଁ ଓ ତାହାଠାରୁ ସୁଧ ନେବ ନାହିଁ। 26ଯଦି ତୁମ୍ଭେ ଆପଣା ପ୍ରତିବାସୀର ବସ୍ତ୍ର ବନ୍ଧକ ରଖିବ, ତେବେ ତୁମ୍ଭେ ସୂର୍ଯ୍ୟାସ୍ତ ପୂର୍ବେ ତାହା ତାହାକୁ ଫେରାଇ ଦେବ। 27କାରଣ ତାହା ତାହାର ଏକମାତ୍ର ଆଚ୍ଛାଦନ ଓ ଚର୍ମ ଆଚ୍ଛାଦକ ବସ୍ତ୍ର; ସେ କାହିଁରେ ଶୟନ କରିବ? ପୁଣି, ସେ ଯଦି ଆମ୍ଭ ନିକଟରେ ଡାକ ପକାଇବ, ତେବେ ଆମ୍ଭେ ତାହା ଶୁଣିବା, କାରଣ ଆମ୍ଭେ କୃପାବାନ ଅଟୁ।
ପ୍ରତିଉତ୍ତର ଗୀତ
1ପ୍ରଧାନ ବାଦ୍ୟକର ନିମନ୍ତେ ସଦାପ୍ରଭୁଙ୍କ ଦାସ ଦାଉଦଙ୍କର ଗୀତ। ସଦାପ୍ରଭୁ ଶତ୍ରୁମାନଙ୍କ ହସ୍ତରୁ ଓ ଶାଉଲଙ୍କ ହସ୍ତରୁ ତାଙ୍କୁ ଉଦ୍ଧାର କରିବା ଦିନ ସେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏହି ଗୀତର କଥା ନିବେଦନ କରିଥିଲେ; ସେ କହିଲେ, ହେ ମୋହର ବଳ ସ୍ୱରୂପ ସଦାପ୍ରଭୋ, ମୁଁ ତୁମ୍ଭଙ୍କୁ ପ୍ରେମ କରେ। 2ସଦାପ୍ରଭୁ ମୋହର ଶୈଳ, ମୋହର ଗଡ଼ ଓ ମୋହର ଉଦ୍ଧାରକର୍ତ୍ତା; ମୋହର ପରମେଶ୍ୱର, ମୋହର ଦୃଢ଼ ଶୈଳ, ମୁଁ ତାହାଙ୍କଠାରେ ଶରଣ ନେବି; ମୋହର ଢାଲ ଓ ମୋହର ପରିତ୍ରାଣର ଶୃଙ୍ଗ, ମୋହର ଉଚ୍ଚ ଦୁର୍ଗ। 3ମୁଁ ପ୍ରଶଂସନୀୟ ସଦାପ୍ରଭୁଙ୍କୁ ଡାକିବି; ତହିଁରେ ମୁଁ ଆପଣା ଶତ୍ରୁଗଣଠାରୁ ନିସ୍ତାର ପାଇବି। 46ସଦାପ୍ରଭୁ ଜୀବିତ; ମୋହର ଶୈଳ ଧନ୍ୟ ହେଉନ୍ତୁ ଓ ମୋହର ପରିତ୍ରାଣ ସ୍ୱରୂପ ପରମେଶ୍ୱର ଉନ୍ନତ ହେଉନ୍ତୁ। 50ସେ ଆପଣା ରାଜାକୁ ମହାପରିତ୍ରାଣ ପ୍ରଦାନ କରନ୍ତି ଓ ଆପଣା ଅଭିଷିକ୍ତ ପ୍ରତି, ଦାଉଦ ପ୍ରତି ଓ ତାହାର ବଂଶ ପ୍ରତି ଅନନ୍ତକାଳ ସ୍ନେହପୂର୍ଣ୍ଣ କରୁଣା ପ୍ରକାଶ କରନ୍ତି।
ଦ୍ୱିତୀୟ ପାଠ
5ଯେଣୁ ଆମ୍ଭମାନଙ୍କ ସୁସମାଚାର କେବଳ ବାକ୍ୟରେ ନୁହେଁ, ମାତ୍ର ଶକ୍ତି, ପବିତ୍ର ଆତ୍ମା ଓ ଅତ୍ୟନ୍ତ ନିଶ୍ଚୟତା ସହ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇଥିଲା ଓ ତୁମ୍ଭମାନଙ୍କ ମଧ୍ୟରେ ଥିବା ସମୟରେ ତୁମ୍ଭମାନଙ୍କ ସହିତ ଆମ୍ଭେମାନେ କି ପ୍ରକାର ବ୍ୟବହାର କରିଥିଲୁ, ତାହା ତ ତୁମ୍ଭେମାନେ ଜାଣ। 6ପୁଣି, ତୁମ୍ଭେମାନେ ବହୁ କ୍ଲେଶ ଭୋଗ ମଧ୍ୟରେ ପବିତ୍ର ଆତ୍ମାଦତ୍ତ ଆନନ୍ଦ ସହ ସେହି ବାକ୍ୟ ଗ୍ରହଣ କରି ଆମ୍ଭମାନଙ୍କ ଓ ପ୍ରଭୁଙ୍କର ଅନୁକାରୀ ହୋଇଥିଲ, 7ଯେପରିକି ତୁମ୍ଭେମାନେ ମାକିଦନିଆ ଓ ଆଖାୟା ନିବାସୀ ସମସ୍ତ ବିଶ୍ୱାସୀଙ୍କ ପ୍ରତି ଆଦର୍ଶ ସ୍ୱରୂପ ହୋଇଥିଲ। 8କାରଣ ତୁମ୍ଭମାନଙ୍କ ଦ୍ୱାରା ପ୍ରଭୁଙ୍କର ବାକ୍ୟ ଯେ କେବଳ ମାକିଦନିଆ ଓ ଆଖାୟାରେ ପ୍ରଚାରିତ ହୋଇଅଛି, ତାହା ନୁହେଁ, ମାତ୍ର ଈଶ୍ବରଙ୍କ ପ୍ରତି ତୁମ୍ଭମାନଙ୍କ ବିଶ୍ୱାସର ବିଷୟ ସର୍ବତ୍ର ଏପରି ବ୍ୟାପ୍ତ ହୋଇଅଛି ଯେ, ସେ ସମ୍ବନ୍ଧରେ ଆମ୍ଭମାନଙ୍କର କିଛି କହିବା ଆବଶ୍ୟକ ନୁହେଁ। 9ଯେଣୁ ଲୋକମାନେ ନିଜେ ନିଜେ ଆମ୍ଭମାନଙ୍କ ସମ୍ବନ୍ଧରେ କହିଥାଆନ୍ତି ଯେ, ତୁମ୍ଭମାନଙ୍କ ମଧ୍ୟକୁ ଆମ୍ଭମାନଙ୍କ ଆଗମନ ସମୟରେ କଅଣ ଘଟିଥିଲା ଆଉ କିପରି ତୁମ୍ଭେମାନେ ପ୍ରତିମାସବୁ ପରିତ୍ୟାଗ କରି ଜୀବିତ ଓ ସତ୍ୟ ଈଶ୍ବରଙ୍କର ସେବା କରିବା ନିମନ୍ତେ, 10ପୁଣି, ସେ ଆପଣା ଯେଉଁ ପୁତ୍ରଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଲେ, ଆଗାମୀ କ୍ରୋଧରୁ ଆମ୍ଭମାନଙ୍କ ସେହି ଉଦ୍ଧାରକର୍ତ୍ତା ଯୀଶୁଙ୍କ ସ୍ୱର୍ଗରୁ ଆଗମନ କରିବାର ଅପେକ୍ଷାରେ ରହିବା ନିମନ୍ତେ ଈଶ୍ଵରଙ୍କ ପ୍ରତି ଫେରିଲ।
ସୁସମାଚାର
34ସେ ସାଦ୍ଦୂକୀମାନଙ୍କୁ ନିରୁତ୍ତର କରିଅଛନ୍ତି, ଏହା ଶୁଣି ଫାରୂଶୀମାନେ ଏକତ୍ର ହେଲେ, 35ଆଉ ସେମାନଙ୍କ ମଧ୍ୟରୁ ଜଣେ ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞ ତାହାଙ୍କୁ ପରୀକ୍ଷା କରି ପଚାରିଲେ, 36ହେ ଗୁରୁ, ମୋଶାଙ୍କ ବ୍ୟବସ୍ଥା ମଧ୍ୟରେ କି ପ୍ରକାର ଆଜ୍ଞା ଶ୍ରେଷ୍ଠ? 37ସେ ତାହାଙ୍କୁ କହିଲେ, “‘ତୁମ୍ଭେ ଆପଣାର ସମସ୍ତ ଅନ୍ତଃକରଣ, ସମସ୍ତ ପ୍ରାଣ ଓ ସମସ୍ତ ମନ ଦେଇ ପ୍ରଭୁ, ଆପଣା ଈଶ୍ବରଙ୍କୁ ପ୍ରେମ କର।’ 38ଏହା ହିଁ ଶ୍ରେଷ୍ଠ ଓ ପ୍ରଥମ ଆଜ୍ଞା। 39ଦ୍ୱିତୀୟଟି ଏହାର ସଦୃଶ, ‘ତୁମ୍ଭେ ଆପଣା ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର।’ 40ଏହି ଦୁଇ ଆଜ୍ଞା ଉପରେ ସମସ୍ତ ମୋଶାଙ୍କ ବ୍ୟବସ୍ଥା ଓ ଭାବବାଦୀମାନଙ୍କର ଧର୍ମଶାସ୍ତ୍ର ନିର୍ଭର କରେ।”
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର A, ସପ୍ତାହ ଦିନର ବର୍ଷ II।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର