ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅକ୍ଟୋବର 2026 › ଅକ୍ଟୋବର 26
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 26 ଅକ୍ଟୋବର 2026
ସୋମବାର · ସାଧାରଣ କାଳର 30ତମ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର 30ତମ ସପ୍ତାହର ସୋମବାର
ସାଧାରଣ ଦିନ · ଉପାସନାର ରଙ୍ଗ: ସବୁଜ
ଦିନର ପାଠ
ପ୍ରଥମ ପାଠ
32ଆଉ ପରସ୍ପର ପ୍ରତି ସଦୟ ହୁଅ, କୋମଳ ହୃଦୟ ପୁଣି, ଈଶ୍ବର ଖ୍ରୀଷ୍ଟଙ୍କଠାରେ ତୁମ୍ଭମାନଙ୍କୁ ଯେପରି କ୍ଷମା କଲେ, ସେହିପରି ପରସ୍ପରକୁ କ୍ଷମା କର। 5:1ଅତଏବ ପ୍ରିୟ ସନ୍ତାନମାନଙ୍କ ପରି ଈଶ୍ବରଙ୍କ ଅନୁକାରୀ ହୁଅ; 2ଖ୍ରୀଷ୍ଟ ଯେପରି ତୁମ୍ଭମାନଙ୍କୁ ପ୍ରେମ କଲେ, ପୁଣି, ଆମ୍ଭମାନଙ୍କ ନିମନ୍ତେ ଈଶ୍ବରଙ୍କ ଉଦ୍ଦେଶ୍ୟରେ ସୁଗନ୍ଧି ନୈବେଦ୍ୟ ଓ ବଳି ସ୍ୱରୂପେ ଆପଣାକୁ ଉତ୍ସର୍ଗ କଲେ, ସେହିପରି ପ୍ରେମରେ ଆଚରଣ କର। 3କିନ୍ତୁ ବ୍ୟଭିଚାର, ସମସ୍ତ ପ୍ରକାର ଅଶୁଚିତା କିମ୍ବା ଲୋଭ, ଏହିସବୁ ତୁମ୍ଭମାନଙ୍କ ମଧ୍ୟରେ ସ୍ଥାନ ନ ପାଉ; ତାହା ସାଧୁମାନଙ୍କ ପକ୍ଷରେ ଅନୁଚିତ; 4ପୁଣି, ଯାହା ଯାହା ଅନୁପଯୁକ୍ତ, ଏପରି କୁତ୍ସିତ ବ୍ୟବହାର ବା ଅସାର କଥା ବା ହାସ୍ୟପରିହାସ ତୁମ୍ଭମାନଙ୍କ ମଧ୍ୟରେ ଦେଖା ନ ଯାଉ, ବରଂ ସମସ୍ତ ବିଷୟ ନିମନ୍ତେ ଧନ୍ୟବାଦ ଦିଅ। 5କାରଣ ତୁମ୍ଭେମାନେ ନିଶ୍ଚିତରୂପେ ଜାଣ ଯେ, କୌଣସି ବ୍ୟଭିଚାରୀ ବା ଅଶୁଦ୍ଧାଚାରୀ ବ୍ୟକ୍ତି ବା ଲୋଭୀ ସେ ତ ପ୍ରତିମାପୂଜକ, ଏମାନଙ୍କର, ଖ୍ରୀଷ୍ଟ ଓ ଈଶ୍ବରଙ୍କର ରାଜ୍ୟରେ ଅଧିକାର ନାହିଁ। 6କେହି ତୁମ୍ଭମାନଙ୍କୁ ଅସାର କଥାରେ ନ ଭୁଲାଉ, କାରଣ ଏହି ସମସ୍ତ କୁକର୍ମ ହେତୁ ଅନାଜ୍ଞାବହ ସନ୍ତାନମାନଙ୍କ ଉପରେ ଈଶ୍ବରଙ୍କ କ୍ରୋଧ ବର୍ତ୍ତେ। 7ଅତଏବ ତୁମ୍ଭେମାନେ ସେମାନଙ୍କର ସହଭାଗୀ ହୁଅ ନାହିଁ; 8କାରଣ ତୁମ୍ଭେମାନେ ପୂର୍ବେ ଅନ୍ଧକାର ସ୍ୱରୂପ ଥିଲ, କିନ୍ତୁ ଏବେ ପ୍ରଭୁଙ୍କ ସହଭାଗିତାରେ ଆଲୋକ ସ୍ୱରୂପ ହୋଇଅଛ; ଆଲୋକର ସନ୍ତାନମାନଙ୍କ ପରି ଆଚରଣ କର,
ପ୍ରତିଉତ୍ତର ଗୀତ
1ଯେଉଁ ଜନ ଦୁଷ୍ଟମାନଙ୍କ ମନ୍ତ୍ରଣାରେ ଚାଲେ ନାହିଁ, ଅବା ପାପୀମାନଙ୍କ ମାର୍ଗରେ ଠିଆ ହୁଏ ନାହିଁ, କିଅବା ନିନ୍ଦକମାନଙ୍କ ସଭାରେ ବସେ ନାହିଁ, 2ମାତ୍ର ସଦାପ୍ରଭୁଙ୍କ ବ୍ୟବସ୍ଥାରେ ଯାହାର ଆମୋଦ ଥାଏ ଓ ଯେ ଦିବାରାତ୍ର ତାହାଙ୍କର ବ୍ୟବସ୍ଥା ଧ୍ୟାନ କରେ, ସେ ଧନ୍ୟ। 3ଯେଉଁ ବୃକ୍ଷ ଜଳସ୍ରୋତ ନିକଟରେ ରୋପିତ, ଯେ ସ୍ୱସମୟରେ ଫଳ ଉତ୍ପନ୍ନ କରେ, ଯାହାର ପତ୍ର ହିଁ ମଳିନ ହୁଏ ନାହିଁ, ଏପରି ବୃକ୍ଷ ସଦୃଶ ସେ ହେବ; ପୁଣି, ସେ ଯାହା କରେ, ତାହା ସଫଳ ହେବ। 4ଦୁଷ୍ଟମାନେ ସେପ୍ରକାର ନୁହନ୍ତି; ମାତ୍ର ବାୟୁ ଦ୍ୱାରା ଚାଳିତ ତୁଷ ତୁଲ୍ୟ ଅଟନ୍ତି। 6କାରଣ ସଦାପ୍ରଭୁ ଧାର୍ମିକମାନଙ୍କ ପଥ ଜାଣନ୍ତି; ମାତ୍ର ଦୁଷ୍ଟମାନଙ୍କ ପଥ ବିନଷ୍ଟ ହେବ।
ସୁସମାଚାର
10ଥରେ ସେ ବିଶ୍ରାମବାର ଦିନରେ ଗୋଟିଏ ସମାଜଗୃହରେ ଶିକ୍ଷା ଦେଉଥିଲେ। 11ଆଉ ଦେଖ, ଅଠର ବର୍ଷ ପର୍ଯ୍ୟନ୍ତ ଦୁର୍ବଳକାରୀ ଆତ୍ମା ଦ୍ୱାରା ଆବିଷ୍ଟ ଜଣେ ସ୍ତ୍ରୀଲୋକ ସେଠାରେ ଥିଲା, ସେ କୁବ୍ଜା ହୋଇ କୌଣସି ପ୍ରକାରେ ଆପଣାକୁ ସିଧା କରିପାରୁ ନ ଥିଲା। 12ଯୀଶୁ ତାହାକୁ ଦେଖି ପାଖକୁ ଡାକି କହିଲେ, “ହେ ନାରୀ, ତୁମ୍ଭର ଦୁର୍ବଳତାରୁ ମୁକ୍ତ ହେଲ।” 13ଆଉ, ସେ ତାହା ଉପରେ ହାତ ରଖିଲେ, ସେଥିରେ ସେ ସେହିକ୍ଷଣି ସଳଖ ହୋଇ ଈଶ୍ବରଙ୍କ ମହିମା କୀର୍ତ୍ତନ କରିବାକୁ ଲାଗିଲା। 14କିନ୍ତୁ ଯୀଶୁ ବିଶ୍ରାମବାର ଦିନରେ ସୁସ୍ଥ କରିବାରୁ ସମାଜଗୃହର ଅଧ୍ୟକ୍ଷ ବିରକ୍ତ ହୋଇ ଲୋକସମୂହକୁ ଉତ୍ତର ଦେଲେ, କର୍ମ କରିବା ନିମନ୍ତେ ଛଅ ଦିନ ଅଛି, ଏଣୁ ସେହିସବୁ ଦିନରେ ଆସି ସୁସ୍ଥ ହୁଅ, ବିଶ୍ରାମବାର ଦିନରେ ଆସ ନାହିଁ। 15କିନ୍ତୁ ପ୍ରଭୁ ତାହାଙ୍କୁ ଉତ୍ତର ଦେଲେ, “ରେ କପଟୀମାନେ, ତୁମ୍ଭେମାନେ ପ୍ରତ୍ୟେକେ କଅଣ ବିଶ୍ରାମବାର ଦିନରେ ଆପଣା ଆପଣା ବଳଦ କିମ୍ବା ଗଧ ଗୁହାଳରୁ ଫିଟାଇ ନେଇ ପାଣି ପିଆଅ ନାହିଁ? 16ତେବେ ଦେଖ, ଅଠର ବର୍ଷ ପର୍ଯ୍ୟନ୍ତ ଶୟତାନ ଦ୍ୱାରା ବନ୍ଧା ହୋଇଥିବା ଅବ୍ରହାମଙ୍କ କନ୍ୟା ଏହି ସ୍ତ୍ରୀଲୋକଟି କଅଣ ବିଶ୍ରାମବାର ଦିନରେ ଆପଣା ବନ୍ଧନରୁ ମୁକ୍ତ ହେବା ଆବଶ୍ୟକ ନ ଥିଲା?” 17ଆଉ, ସେ ଏହି କଥାସବୁ କହନ୍ତେ, ତାହାଙ୍କ ବିପକ୍ଷ ସମସ୍ତେ ଲଜ୍ଜିତ ହେବାକୁ ଲାଗିଲେ, ମାତ୍ର ଲୋକମାନେ ଯୀଶୁ କରିଥିବା ସମସ୍ତ ମହତ କାର୍ଯ୍ୟ ସକାଶେ ଆନନ୍ଦ କରିବାକୁ ଲାଗିଲେ।
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର A, ସପ୍ତାହ ଦିନର ବର୍ଷ II।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର