ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅକ୍ଟୋବର 2026 › ଅକ୍ଟୋବର 26
ଅର୍ଥୋଡକ୍ସ ପଞ୍ଜିକା · 13 ଅକ୍ଟୋବର (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 26 ଅକ୍ଟୋବର 2026
ସୋମବାର · ପେଣ୍ଟିକଷ୍ଟ ପରେ 22ତମ ସପ୍ତାହ · ସ୍ୱର 4
ପର୍ବ ଓ ସନ୍ଥ
Martyrs Carpos, Papilus, Agathodoros and Agathonica, at Pergamun († 251)
ଉପବାସ
ଉପବାସ ନାହିଁ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର
13ଅପରାଧରେ ଓ ଶାରୀରିକ ଅସୁନ୍ନତ ଅବସ୍ଥାରେ ମୃତ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମଧ୍ୟ ଈଶ୍ବର ତାହାଙ୍କ ସହିତ ଜୀବିତ କରିଅଛନ୍ତି, ସେ ତ ଆମ୍ଭମାନଙ୍କର ସମସ୍ତ ଅପରାଧ କ୍ଷମା କରିଅଛନ୍ତି, 14ପୁଣି, ବିଧିବିଧାନରେ ଆମ୍ଭମାନଙ୍କ ବିରୁଦ୍ଧରେ ଯେଉଁ ଅଭିଯୋଗପତ୍ର ଥିଲା, ତାହା ସେ ଲୋପ କରି କ୍ରୁଶରେ ଟଙ୍ଗାଇ ଦେଇ ଆମ୍ଭମାନଙ୍କ ପଥରୁ ଦୂର କରିଦେଇଅଛନ୍ତି; 15ସମସ୍ତ ଆଧିପତ୍ୟ ଓ କର୍ତ୍ତାପଣର ଅସ୍ତ୍ରଶସ୍ତ୍ର ଛଡ଼ାଇ ପ୍ରକାଶରେ ସେମାନଙ୍କ ପ୍ରଦର୍ଶନପୂର୍ବକ କ୍ରୁଶରେ ବିଜୟ ଯାତ୍ରା କରିଅଛନ୍ତି। 16ଅତଏବ, ଭୋଜନପାନ କିଅବା ପର୍ବ, ପ୍ରତିପଦ ଅବା ବିଶ୍ରାମବାର ସମ୍ବନ୍ଧରେ କେହି ତୁମ୍ଭମାନଙ୍କ ବିଚାର ନ କରୁ; 17ସେହିସବୁ ଆଗାମୀ ବିଷୟର ଛାୟାମାତ୍ର, କିନ୍ତୁ ବାସ୍ତବ ବିଷୟ ଖ୍ରୀଷ୍ଟ। 18ପୁଣି, କେହି ନମ୍ରତା ଓ ଦୂତମାନଙ୍କ ପୂଜାରେ ସନ୍ତୋଷ ପାଇ ଦର୍ଶନରେ ଦେଖିଥିବା ବିଷୟଗୁଡ଼ିକ ଅନୁସନ୍ଧାନ କରି ଓ ଆପଣା ସାଂସାରିକ ମନ ଦ୍ୱାରା ବୃଥା ଗର୍ବିତ ହୋଇ ମସ୍ତକ ସ୍ୱରୂପ ଯେ ଖ୍ରୀଷ୍ଟ, ତାହାଙ୍କୁ ନ ଧରି ପୁରସ୍କାରରୁ ତୁମ୍ଭମାନଙ୍କୁ ବଞ୍ଚିତ ନ କରୁ; 19ତାହାଙ୍କଠାରୁ ସମସ୍ତ ଶରୀର ପ୍ରତ୍ୟେକ ସନ୍ଧି ଓ ଶିରା ଦ୍ୱାରା ଉପକାର ପ୍ରାପ୍ତ ହୋଇ ପରସ୍ପର ସହିତ ସୁସଂଯୁକ୍ତ ଅଟେ ଏବଂ ଈଶ୍ବରଦତ୍ତ ବୃଦ୍ଧିରେ ବୃଦ୍ଧିପ୍ରାପ୍ତ ହେଉଅଛି। 20ତୁମ୍ଭେମାନେ ଯଦି ଖ୍ରୀଷ୍ଟଙ୍କ ସହିତ ଜଗତର ମୌଳିକ ଶିକ୍ଷା ପ୍ରତି ମୃତ ହୋଇଅଛ,
ସୁସମାଚାର
36ଆଉ ଫାରୂଶୀମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ ଆପଣା ସହିତ ଭୋଜନ କରିବାକୁ ନିମନ୍ତ୍ରଣ କଲେ। ସେଥିରେ ସେ ଫାରୂଶୀଙ୍କ ଗୃହରେ ପ୍ରବେଶ କରି ଭୋଜନରେ ବସିଲେ। 37ଆଉ ଦେଖ, ସେହି ନଗରରେ ଜଣେ ପାପିନୀ ସ୍ତ୍ରୀ ଥିଲା; ଯୀଶୁ ସେହି ଫାରୂଶୀଙ୍କ ଗୃହରେ ଭୋଜନରେ ବସିଅଛନ୍ତି, ଏହା ଜାଣି ପାରି ସେ ଗୋଟିଏ ପାତ୍ରରେ ସୁଗନ୍ଧି ତୈଳ ଆଣି, 38ପଛଆଡ଼େ ତାହାଙ୍କ ପାଦ ପାଖରେ ଠିଆ ହୋଇ ରୋଦନ କରୁ କରୁ ଲୁହରେ ତାହାଙ୍କ ପାଦ ଓଦା କରି ନିଜ ମସ୍ତକର କେଶରେ ତାହା ପୋଛିବାକୁ ଲାଗିଲା, ଆଉ ତାହାଙ୍କ ପାଦକୁ ଚୁମ୍ବନ କରୁ କରୁ ସେହି ସୁଗନ୍ଧି ତୈଳ ଲଗାଇ ଦେବାକୁ ଲାଗିଲା। 39ତାହା ଦେଖି, ଯେଉଁ ଫାରୂଶୀ ତାହାଙ୍କୁ ନିମନ୍ତ୍ରଣ କରିଥିଲେ, ସେ ମନେ ମନେ କହିଲେ, ଏ ଯଦି ଭାବବାଦୀ ହୋଇଥାଆନ୍ତା, ତାହାହେଲେ ଏହାକୁ ଯେ ସ୍ପର୍ଶ କରୁଅଛି, ସେ କିଏ ଓ କି ପ୍ରକାର ସ୍ତ୍ରୀ, ଅର୍ଥାତ୍, ସେ ଯେ ପାପିନୀ, ଏହା ଜାଣିଥାଆନ୍ତା। 40ଯୀଶୁ ତାହାଙ୍କୁ ଉତ୍ତର ଦେଲେ, “ଶିମୋନ, ତୁମ୍ଭକୁ ମୋହର କିଛି କହିବାର ଅଛି।” ସେ କହିଲେ, ଗୁରୁ, କୁହନ୍ତୁ। 41“ଜଣେ ମହାଜନଙ୍କର ଦୁଇ ଜଣ ଋଣୀ ଥିଲେ; ଜଣେ ପାଞ୍ଚଶହ ଦିନର ମଜୁରୀ ସମାନ ମୂଲ୍ୟ ଓ ଆଉ ଜଣେ ପଚାଶ ଦିନର ମଜୁରୀ ସମାନ ମୂଲ୍ୟ ଋଣ କରିଥିଲା। 42ଋଣ ସୁଝିବାକୁ ସେମାନଙ୍କର କିଛି ନ ଥିବାରୁ ସେ ଉଭୟଙ୍କର ଋଣ କ୍ଷମା କଲେ। ଏଣୁ ସେମାନଙ୍କ ମଧ୍ୟରୁ କିଏ ତାହାଙ୍କୁ ଅଧିକ ପ୍ରେମ କରିବ?” 43ଶିମୋନ ଉତ୍ତର ଦେଲେ, ମୁଁ ଜାଣିବାରେ, ସେ ଯାହାର ଅଧିକ ଋଣ କ୍ଷମା କଲେ, ସେ। ସେ ତାହାଙ୍କୁ କହିଲେ, “ତୁମ୍ଭେ ଠିକ୍ ବିଚାର କଲ।” 44ଆଉ, ସେ ସେହି ସ୍ତ୍ରୀ ପ୍ରତି ମୁଖ ଫେରାଇ ଶିମୋନଙ୍କୁ କହିଲେ, “ଏହି ସ୍ତ୍ରୀକୁ ଦେଖୁଅଛ? ମୁଁ ତୁମ୍ଭ ଗୃହକୁ ଆସିଲି, ତୁମ୍ଭେ ମୋ ପାଦ ପାଇଁ ପାଣି ଦେଲ ନାହିଁ, କିନ୍ତୁ ଏ ଲୁହରେ ମୋହର ପାଦ ସିକ୍ତ କରି ନିଜ କେଶରେ ତାହା ପୋଛିଦେଲା। 45ତୁମ୍ଭେ ମୋତେ ଚୁମ୍ବନ କଲ ନାହିଁ? କିନ୍ତୁ ମୁଁ ଭିତରକୁ ଆସିବା ସମୟଠାରୁ ଏ ମୋହର ପାଦ ଚୁମ୍ବନ କରିବାକୁ ବନ୍ଦ କରି ନାହିଁ। 46ତୁମ୍ଭେ ମୋହର ମସ୍ତକରେ ତୈଳ ଲଗାଇଲ ନାହିଁ? କିନ୍ତୁ ଏ ମୋହର ପାଦରେ ସୁଗନ୍ଧି ତୈଳ ଲଗାଇଲା। 47ଏଣୁ ମୁଁ ତୁମ୍ଭକୁ କହୁଅଛି, ଏହାର ଅନେକ ପାପ କ୍ଷମା ହୋଇଅଛି, କାରଣ ସେ ବହୁତ ପ୍ରେମ କଲା; କିନ୍ତୁ ଯାହାକୁ ଅଳ୍ପ କ୍ଷମା ଦିଆଯାଏ, ସେ ଅଳ୍ପ ପ୍ରେମ କରେ।” 48ଆଉ ସେ ସେହି ସ୍ତ୍ରୀକୁ କହିଲେ, “ତୋହର ପାପସବୁ କ୍ଷମା ହୋଇଅଛି।” 49ସେଥିରେ ତାହାଙ୍କ ସାଙ୍ଗରେ ଭୋଜନରେ ବସିଥିବା ଲୋକମାନେ ମନେ ମନେ କହିବାକୁ ଲାଗିଲେ, ପାପ ସୁଦ୍ଧା କ୍ଷମା କରୁଅଛି ଯେ, ଏ କିଏ? 50କିନ୍ତୁ ସେ ସେହି ସ୍ତ୍ରୀକୁ କହିଲେ, “ତୋହର ବିଶ୍ୱାସ ତୋତେ ରକ୍ଷା କରିଅଛି; ଶାନ୍ତିରେ ଚାଲିଯାଅ।”
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଅକ୍ଟୋବର 13 ନାଗରିକ ପଞ୍ଜିକାର ଅକ୍ଟୋବର 26। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର