ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅକ୍ଟୋବର 2026 › ଅକ୍ଟୋବର 27
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 27 ଅକ୍ଟୋବର 2026
ମଙ୍ଗଳବାର · ସାଧାରଣ କାଳର 30ତମ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର 30ତମ ସପ୍ତାହର ମଙ୍ଗଳବାର
ସାଧାରଣ ଦିନ · ଉପାସନାର ରଙ୍ଗ: ସବୁଜ
ଦିନର ପାଠ
ପ୍ରଥମ ପାଠ
21ଆଉ ଖ୍ରୀଷ୍ଟଙ୍କୁ ଭୟ କରି ପରସ୍ପରର ବଶୀଭୂତ ହୁଅ। 22ହେ ସ୍ତ୍ରୀମାନେ ତୁମ୍ଭେମାନେ ଯେପରି ପ୍ରଭୁଙ୍କର ବଶୀଭୂତା ହୁଅ, ସେହିପରି ଆପଣା ଆପଣା ସ୍ୱାମୀର ବଶୀଭୂତ ହୁଅ, 23କାରଣ ଖ୍ରୀଷ୍ଟ ଯେପରି ମଣ୍ଡଳୀର ମସ୍ତକ ସ୍ୱରୂପ, ସ୍ୱାମୀ ମଧ୍ୟ ସେହିପରି ସ୍ତ୍ରୀର ମସ୍ତକ ସ୍ୱରୂପ, ପୁଣି, ଖ୍ରୀଷ୍ଟ ଆପଣା ଶରୀରରୂପ ମଣ୍ଡଳୀର ତ୍ରାଣକର୍ତ୍ତା। 24ହଁ, ମଣ୍ଡଳୀ ଯେପରି ଖ୍ରୀଷ୍ଟଙ୍କର ବଶୀଭୂତ, ସେହିପରି ସ୍ତ୍ରୀମାନେ ମଧ୍ୟ ସବୁ ବିଷୟରେ ଆପଣା ଆପଣା ସ୍ୱାମୀର ବଶୀଭୂତା ହେଉନ୍ତୁ। 25ହେ ସ୍ୱାମୀମାନେ, ଖ୍ରୀଷ୍ଟ ଯେପରି ମଣ୍ଡଳୀକୁ ପ୍ରେମ କଲେ, ତୁମ୍ଭେମାନେ ମଧ୍ୟ ସେହିପରି ଆପଣା ଆପଣା ସ୍ତ୍ରୀମାନଙ୍କୁ ପ୍ରେମ କର; ଖ୍ରୀଷ୍ଟ ତ ମଣ୍ଡଳୀ ନିମନ୍ତେ ଆପଣାକୁ ଉତ୍ସର୍ଗ କଲେ, 26ଯେପରି ବାକ୍ୟ ଓ ଜଳ ପ୍ରକ୍ଷାଳନ ଦ୍ୱାରା ସେ ମଣ୍ଡଳୀକୁ ପରିଷ୍କାର କରି ପବିତ୍ର କରନ୍ତି, 27ଯେପରି ମଣ୍ଡଳୀ ନିଷ୍କଳଙ୍କ, ନିଖୁନ୍ତ ଓ ସମସ୍ତ ପ୍ରକାର ଦୋଷରହିତ ହୋଇ ପବିତ୍ର ଓ ଅନିନ୍ଦନୀୟ ହୁଏ, ଆଉ ଏହିପରି ଗୌରବମୟ ଅବସ୍ଥାରେ ସେ ତାହାକୁ ଆପଣା ନିକଟରେ ଉପସ୍ଥିତ କରନ୍ତି। 28ସେହିପରି ସ୍ୱାମୀମାନଙ୍କର ମଧ୍ୟ ଆପଣା ଆପଣା ସ୍ତ୍ରୀମାନଙ୍କୁ ନିଜ ନିଜ ଶରୀର ସଦୃଶ ପ୍ରେମ କରିବା ଉଚିତ୍। ଯେ ନିଜ ସ୍ତ୍ରୀକୁ ପ୍ରେମ କରେ, ସେ ଆପଣାକୁ ପ୍ରେମ କରେ; 29କେହି ତ ଆପଣା ଶରୀରକୁ କେବେ ଘୃଣା କରେ ନାହିଁ, ମାତ୍ର ତାହାର ଭରଣପୋଷଣ ଓ ଲାଳନପାଳନ କରେ; ଖ୍ରୀଷ୍ଟ ମଧ୍ୟ ମଣ୍ଡଳୀ ପ୍ରତି ସେହିପରି କରନ୍ତି, 30ଯେଣୁ ଆମ୍ଭେମାନେ ତାହାଙ୍କ ଶରୀରର ଅଙ୍ଗପ୍ରତ୍ୟଙ୍ଗ। 31ଏହି କାରଣରୁ ପୁରୁଷ ପିତାମାତାଙ୍କୁ ପରିତ୍ୟାଗ କରି ନିଜ ସ୍ତ୍ରୀଠାରେ ଆସକ୍ତ ହେବ, ଆଉ ସେ ଦୁହେଁ ଏକାଙ୍ଗ ହେବେ। 32ଏହା ଗୋଟିଏ ଅତି ନିଗୂଢ଼ତତ୍ତ୍ୱ, କିନ୍ତୁ ମୁଁ ଖ୍ରୀଷ୍ଟ ଓ ମଣ୍ଡଳୀ ସମ୍ବନ୍ଧରେ ଏହା କହୁଅଛି। 33ଯାହା ହେଉ, ତୁମ୍ଭେମାନେ ପ୍ରତ୍ୟେକେ ମଧ୍ୟ ଆପଣା ଆପଣା ସ୍ତ୍ରୀକୁ ଆତ୍ମତୁଲ୍ୟ ପ୍ରେମ କର, ଆଉ ସ୍ତ୍ରୀ ମଧ୍ୟ ଆପଣା ସ୍ୱାମୀକୁ ଆଦର କରୁ।
ପ୍ରତିଉତ୍ତର ଗୀତ
1ଆରୋହଣ ଗୀତ। ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି ଓ ତାହାଙ୍କ ପଥରେ ଚାଲନ୍ତି, ସେମାନଙ୍କର ପ୍ରତ୍ୟେକ ଲୋକ ଧନ୍ୟ। 2କାରଣ ତୁମ୍ଭେ ଆପଣା ହସ୍ତକୃତ ପରିଶ୍ରମର ଫଳ ଭୋଜନ କରିବ; ତୁମ୍ଭେ ସୁଖୀ ହେବ ଓ ତୁମ୍ଭର ମଙ୍ଗଳ ହେବ। 3ତୁମ୍ଭର ଭାର୍ଯ୍ୟା ତୁମ୍ଭ ଗୃହର ଅନ୍ତଃପୁରରେ ଫଳବତୀ ଦ୍ରାକ୍ଷାଲତା ତୁଲ୍ୟ ହେବ; ତୁମ୍ଭର ସନ୍ତାନମାନେ ତୁମ୍ଭ ମେଜର ଚାରିଆଡ଼େ ଜୀତବୃକ୍ଷର ଚାରା ପରି ହେବେ। 4ଦେଖ, ସଦାପ୍ରଭୁଙ୍କୁ ଭୟ କରିବା ଲୋକ ଏହି ପ୍ରକାର ଆଶୀର୍ବାଦ ପ୍ରାପ୍ତ ହେବ। 5ସଦାପ୍ରଭୁ ସିୟୋନରୁ ତୁମ୍ଭକୁ ଆଶୀର୍ବାଦ କରିବେ; ଆଉ, ତୁମ୍ଭେ ଯାବଜ୍ଜୀବନ ଯିରୂଶାଲମର ମଙ୍ଗଳ ଦେଖିବ।
ସୁସମାଚାର
18ସେଥିରେ ସେ କହିଲେ, “ଈଶ୍ବରଙ୍କ ରାଜ୍ୟ କାହା ପରି? ପୁଣି, କାହା ସହିତ ମୁଁ ତାହାର ତୁଳନା କରିବି? 19ତାହା ଏପ୍ରକାର ଗୋଟିଏ ସୋରିଷ ଦାନା ପରି, ଯାହା ନେଇ ଜଣେ ଲୋକ ଆପଣା ବଗିଚାରେ ବୁଣିଲା, ଆଉ ତାହା ବଢ଼ି ଗଛ ହେଲା, ପୁଣି, ଆକାଶର ଚଢ଼େଇମାନେ ଆସି ତାହାର ଡାଳରେ ବାସ କଲେ।” 20ସେ ଆହୁରି କହିଲେ, “ମୁଁ କାହା ସହିତ ଈଶ୍ବରଙ୍କ ରାଜ୍ୟର ତୁଳନା କରିବି? 21ତାହା ଖମୀର ପରି, ଜଣେ ସ୍ତ୍ରୀ ତାହା ଘେନି ମହଣେ ମଇଦା ମଧ୍ୟରେ ଘୋଡ଼ାଇ ରଖିଲା, ଆଉ ଶେଷରେ ସମସ୍ତ ଖମୀରମୟ ହେଲା।”
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର A, ସପ୍ତାହ ଦିନର ବର୍ଷ II।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର