ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅକ୍ଟୋବର 2026 › ଅକ୍ଟୋବର 28
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 28 ଅକ୍ଟୋବର 2026
ବୁଧବାର · ସାଧାରଣ କାଳର 30ତମ ସପ୍ତାହ
ପର୍ବ ଓ ସନ୍ଥ
ସନ୍ଥ ଶିମୋନ ଓ ଯିହୂଦା, ପ୍ରେରିତ
ପର୍ବ · ଉପାସନାର ରଙ୍ଗ: ନାଲି
ଦିନର ପାଠ
ପ୍ରଥମ ପାଠ
19ଅତଏବ ତୁମ୍ଭେମାନେ ଆଉ ବିଦେଶୀ ବା ପ୍ରବାସୀ ନୁହଁ, କିନ୍ତୁ ସାଧୁମାନଙ୍କ ସହିତ ସହନାଗରିକ ଓ ଈଶ୍ବରଙ୍କ ପରିବାରଭୁକ୍ତ ଅଟ; 20ତୁମ୍ଭେମାନେ ପ୍ରେରିତ ଓ ଭାବବାଦୀମାନଙ୍କର ଭିତ୍ତିମୂଳ ଉପରେ ନିର୍ମିତ ହୋଇଅଛ, ଖ୍ରୀଷ୍ଟ ଯୀଶୁ ସ୍ୱୟଂ ସେଥିର କୋଣର ପ୍ରଧାନ ପ୍ରସ୍ତର; 21ତାହାଙ୍କଠାରେ ପ୍ରତ୍ୟେକ ଗୃହ ଏକତ୍ର ସଂଲଗ୍ନ ହୋଇ ପ୍ରଭୁଙ୍କଠାରେ ଗୋଟିଏ ପବିତ୍ର ମନ୍ଦିର ସ୍ୱରୂପେ ବୃଦ୍ଧି ପାଉଅଛି; 22ତାହାଙ୍କଠାରେ ତୁମ୍ଭେମାନେ ମଧ୍ୟ ଈଶ୍ବରଙ୍କ ଆତ୍ମାଙ୍କ ନିବାସ ନିମନ୍ତେ ଏକତ୍ର ନିର୍ମିତ ହେଉଅଛ।
ପ୍ରତିଉତ୍ତର ଗୀତ
1ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ଆକାଶମଣ୍ଡଳ ପରମେଶ୍ୱରଙ୍କ ଗୌରବ ବର୍ଣ୍ଣନା କରେ; ଶୂନ୍ୟମଣ୍ଡଳ ତାହାଙ୍କ ହସ୍ତକୃତ କର୍ମ ପ୍ରକାଶ କରେ। 2ଦିବସ ଦିବସ ପ୍ରତି ବାକ୍ୟ ଉଚ୍ଚାରଣ କରେ ଓ ରାତ୍ରି ରାତ୍ରି ପ୍ରତି ଜ୍ଞାନ ପ୍ରକାଶ କରେ। 3କୌଣସି ବାକ୍ୟ କି ଭାଷା ନ ଥାଏ; ସେମାନଙ୍କ ରବ ଶୁଣାଯାଇ ନ ପାରେ। 4ତଥାପି ସେମାନଙ୍କର ରଜ୍ଜୁ ସମୁଦାୟ ପୃଥିବୀରେ ଓ ସେମାନଙ୍କର ବାକ୍ୟ ଜଗତର ସୀମା ପର୍ଯ୍ୟନ୍ତ ବ୍ୟାପ୍ତ। ସେମାନଙ୍କ ମଧ୍ୟରେ ସେ ସୂର୍ଯ୍ୟ ନିମନ୍ତେ ଏକ ଆବାସ ସ୍ଥାପନ କରିଅଛନ୍ତି,
ସୁସମାଚାର
12ସେହି ସମୟରେ ସେ ଦିନେ ପ୍ରାର୍ଥନା କରିବା ନିମନ୍ତେ ପର୍ବତକୁ ବାହାରିଯାଇ ଈଶ୍ବରଙ୍କ ନିକଟରେ ପ୍ରାର୍ଥନା କରୁ କରୁ ସାରା ରାତ୍ରି ବିତାଇଲେ। 13ସକାଳ ହୁଅନ୍ତେ, ସେ ଆପଣା ଶିଷ୍ୟମାନଙ୍କୁ ପାଖକୁ ଡାକି ସେମାନଙ୍କ ମଧ୍ୟରୁ ବାର ଜଣକୁ ମନୋନୀତ କଲେ; ସେ ସେମାନଙ୍କୁ ମଧ୍ୟ ପ୍ରେରିତ ନାମ ଦେଲେ, 14ସେମାନେ ଶିମୋନ, ଯାହାକୁ ସେ ମଧ୍ୟ ପିତର ନାମ ଦେଲେ, ଆଉ ତାହାଙ୍କ ଭାଇ ଆନ୍ଦ୍ରିୟ, ଯାକୁବ ଓ ଯୋହନ, ଫିଲିପ୍ପ ଓ ବାର୍ଥଲମୀ, 15ମାଥିଉ ଓ ଥୋମା, ଆଲଫିଙ୍କ ପୁତ୍ର ଯାକୁବ ଓ ଶିମୋନ, ଯାହାଙ୍କୁ ଉଦ୍ଯୋଗୀ ବୋଲି କହନ୍ତି, 16ଯାକୁବଙ୍କ ପୁତ୍ର ଯିହୂଦା ଓ ଇଷ୍କାରିୟୋତୀୟ ଯିହୂଦା, ଯେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କଲା। 17ଆଉ ସେ ସେମାନଙ୍କ ସହିତ ଓହ୍ଲାଇ ଗୋଟିଏ ସମତଳ ଭୂମିରେ ଠିଆ ହେଲେ, ପୁଣି, ତାହାଙ୍କର ଅନେକ ଶିଷ୍ୟ ଏବଂ ସମସ୍ତ ଯିହୂଦିୟା ପ୍ରଦେଶ, ଯିରୂଶାଲମ ଆଉ ସୋର ଓ ସୀଦୋନର ଉପକୂଳରୁ ଅନେକେ ଉପସ୍ଥିତ ହେଲେ; 18ସେମାନେ ତାହାଙ୍କ ବାକ୍ୟ ଶୁଣିବାକୁ ଓ ଆପଣା ଆପଣା ରୋଗରୁ ସୁସ୍ଥ ହେବାକୁ ଆସିଥିଲେ, ଆଉ ଯେଉଁମାନେ ଅଶୁଚି ଆତ୍ମାଗୁଡ଼ାକ ଦ୍ୱାରା କଷ୍ଟ ପାଉଥିଲେ, ସେମାନେ ସୁସ୍ଥ କରାଗଲେ; 19ପୁଣି, ଲୋକସମୂହ ତାହାଙ୍କୁ ଛୁଇଁବାକୁ ଚେଷ୍ଟା କରୁଥିଲେ, କାରଣ ତାହାଙ୍କଠାରୁ ଶକ୍ତି ବାହାରି ସମସ୍ତଙ୍କୁ ସୁସ୍ଥ କରୁଥିଲା।
ଆଜିର ସନ୍ଥ
- ସନ୍ଥ ଶିମୋନ ଓ ଯିହୂଦା, ପ୍ରେରିତ
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର A, ସପ୍ତାହ ଦିନର ବର୍ଷ II।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର