Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅକ୍ଟୋବର 2026 › ଅକ୍ଟୋବର 28

ଅର୍ଥୋଡକ୍ସ ପଞ୍ଜିକା · 15 ଅକ୍ଟୋବର (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 28 ଅକ୍ଟୋବର 2026

ବୁଧବାର · ପେଣ୍ଟିକଷ୍ଟ ପରେ 22ତମ ସପ୍ତାହ · ସ୍ୱର 4

ପର୍ବ ଓ ସନ୍ଥ

Venerable Euthymios the New, of Thessalonica and Monk of Mt Athos († 889)

ଉପବାସ ଦିନ

ଉପବାସ: ତେଲ ସହିତ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର

କଲ 3:17–4:1

17ଆଉ, ବାକ୍ୟ କି କର୍ମରେ ତୁମ୍ଭେମାନେ ଯାହା କିଛି କର, ସେ ସମସ୍ତ ପ୍ରଭୁ ଯୀଶୁଙ୍କ ନାମରେ କରି ତାହାଙ୍କ ଦ୍ୱାରା ପିତା ଈଶ୍ବରଙ୍କୁ ଧନ୍ୟବାଦ ଦିଅ। 18ହେ ଭାର୍ଯ୍ୟାମାନେ, ପ୍ରଭୁଙ୍କ ସହଭାଗିତାର ଉପଯୁକ୍ତ ଆଚରଣ ଅନୁସାରେ ଆପଣା ଆପଣା ସ୍ୱାମୀମାନଙ୍କ ବଶୀଭୂତା ହୁଅ। 19ହେ ସ୍ୱାମୀମାନେ, ଆପଣା ଆପଣା ଭାର୍ଯ୍ୟାମାନଙ୍କୁ ପ୍ରେମ କର, ସେମାନଙ୍କ ପ୍ରତି କଟୁ ବ୍ୟବହାର କର ନାହିଁ। 20ହେ ପିଲାମାନେ, ସମସ୍ତ ବିଷୟରେ ପିତାମାତାଙ୍କର ଆଜ୍ଞାବହ ହୁଅ, କାରଣ ଏହା ପ୍ରଭୁଙ୍କ ସହଭାଗିତାରେ ସନ୍ତୋଷଜନକ ବ୍ୟବହାର। 21ହେ ପିତାମାନେ, ଆପଣା ଆପଣା ସନ୍ତାନମାନଙ୍କୁ ବିରକ୍ତ କର ନାହିଁ, ଯେପରି ସେମାନେ ନିରୁତ୍ସାହ ନ ହୁଅନ୍ତି। 22ହେ ଦାସମାନେ, ମନୁଷ୍ୟକୁ ସନ୍ତୁଷ୍ଟ କଲା ପରି ଦୃଷ୍ଟି ଆଗରେ କର୍ମ ନ କରି ବରଂ ପ୍ରଭୁଙ୍କୁ ଭୟ କରି ହୃଦୟର ସରଳତାରେ ସବୁ ବିଷୟରେ ତୁମ୍ଭମାନଙ୍କ ଜାଗତିକ କର୍ତ୍ତାମାନଙ୍କ ଆଜ୍ଞାବହ ହୁଅ। 23ତୁମ୍ଭେମାନେ ଯାହା କିଛି କର, ପ୍ରଭୁଙ୍କ ନିମନ୍ତେ କଲା ପରି ଅନ୍ତର ସହ ତାହା କର, ମନୁଷ୍ୟ ନିମନ୍ତେ କଲା ପରି କର ନାହିଁ; 24ପ୍ରଭୁଙ୍କଠାରୁ ଉତ୍ତରାଧିକାରରୂପ ପୁରସ୍କାର ଯେ ପାଇବ, ଏହା ତ ତୁମ୍ଭେମାନେ ଜାଣ। ତୁମ୍ଭେମାନେ ପ୍ରଭୁ ଖ୍ରୀଷ୍ଟଙ୍କର ସେବା କର, 25କାରଣ ଯେ ଅନ୍ୟାୟ କରେ, ସେ ଆପଣା ଅନ୍ୟାୟର ପ୍ରତିଫଳ ପାଇବ; ସେ ବିଷୟରେ କୌଣସି ମୁଖାପେକ୍ଷା ନାହିଁ। 4:1ହେ କର୍ତ୍ତାମାନେ, ସ୍ୱର୍ଗରେ ତୁମ୍ଭମାନଙ୍କ ମଧ୍ୟ କର୍ତ୍ତା ଅଛନ୍ତି ବୋଲି ଜାଣି ଆପଣା ଆପଣା ଦାସମାନଙ୍କ ପ୍ରତି ନ୍ୟାୟ ଓ ସମାନ ବ୍ୟବହାର କର।

ସୁସମାଚାର

ଲୂକ 8:22–25

22ସେହି ସମୟରେ ଦିନେ ଯୀଶୁ ଓ ତାହାଙ୍କ ଶିଷ୍ୟମାନେ ଗୋଟିଏ ନୌକାରେ ଚଢ଼ିଲେ, ଆଉ ସେ ସେମାନଙ୍କୁ କହିଲେ, “ଆସ, ହ୍ରଦର ଆରପାରିକୁ ଯିବା।” ସେଥିରେ ସେମାନେ ନୌକା ଫିଟାଇଦେଲେ। 23କିନ୍ତୁ ସେମାନେ ନୌକା ବାହି ଯାଉଥିବା ସମୟରେ ଯୀଶୁ ଶୋଇପଡ଼ିଥିଲେ। ସେତେବେଳେ ହ୍ରଦରେ ତୋଫାନ ହେଲା, ଆଉ ସେମାନଙ୍କ ନୌକା ଜଳରେ ପୂର୍ଣ୍ଣ ହେବାକୁ ଲାଗିଲା ଓ ସେମାନେ ବିପଦରେ ପଡ଼ିଲେ। 24ସେଥିରେ ଶିଷ୍ୟମାନେ ନିକଟକୁ ଆସି ତାହାଙ୍କୁ ଉଠାଇ କହିଲେ, ହେ ଗୁରୁ, ହେ ଗୁରୁ, ଆମେ ମଲୁ। ଏଥିରେ ସେ ଉଠି ପବନ ଓ ପ୍ରବଳ ତରଙ୍ଗକୁ ଧମକ ଦେଲେ, ଆଉ ସେହିସବୁ ବନ୍ଦ ହୋଇ ସୁସ୍ଥିର ହେଲା। 25ପୁଣି, ସେ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କର ବିଶ୍ୱାସ କାହିଁ?” କିନ୍ତୁ ସେମାନେ ଭୀତ ଓ ଚକିତ ହୋଇ ପରସ୍ପରକୁ କହିବାକୁ ଲାଗିଲେ, ଏ ତେବେ କିଏ ଯେ, ସେ ବାୟୁ ଓ ଜଳକୁ ସୁଦ୍ଧା ଆଦେଶ ଦିଅନ୍ତେ, ସେମାନେ ତାହାଙ୍କ ଆଜ୍ଞା ମାନନ୍ତି।

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଅକ୍ଟୋବର 15 ନାଗରିକ ପଞ୍ଜିକାର ଅକ୍ଟୋବର 28। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର