Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅକ୍ଟୋବର 2026 › ଅକ୍ଟୋବର 29

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 29 ଅକ୍ଟୋବର 2026

ଗୁରୁବାର · ସାଧାରଣ କାଳର 30ତମ ସପ୍ତାହ

ପର୍ବ ଓ ସନ୍ଥ

ସାଧାରଣ କାଳର 30ତମ ସପ୍ତାହର ଗୁରୁବାର

ସାଧାରଣ ଦିନ · ଉପାସନାର ରଙ୍ଗ: ସବୁଜ

ଦିନର ପାଠ

ପ୍ରଥମ ପାଠ

ଏଫି 6:10–20

10ଶେଷ କଥା ଏହି, ପ୍ରଭୁଙ୍କଠାରୁ ଶକ୍ତି ପ୍ରାପ୍ତ ହୋଇ ତାହାଙ୍କ ପରାକ୍ରମରେ ବଳବାନ ହୁଅ। 11ତୁମ୍ଭେମାନେ ଯେପରି ଶୟତାନର ସମସ୍ତ ଚାତୁରି ବିରୁଦ୍ଧରେ ଦଣ୍ଡାୟମାନ ହୋଇପାର, ଏଥିନିମନ୍ତେ ଈଶ୍ବରଦତ୍ତ ସମସ୍ତ ସଜ୍ଜାରେ ଆପଣା ଆପଣାକୁ ସୁସଜ୍ଜିତ କର। 12କାରଣ ଆମ୍ଭମାନଙ୍କ ଯୁଦ୍ଧ ମର୍ତ୍ତ୍ୟ ବିରୁଦ୍ଧରେ ନୁହେଁ, କିନ୍ତୁ ଆଧିପତ୍ୟ ଓ କର୍ତ୍ତାପଣ ବିରୁଦ୍ଧରେ, ଏହି ଅନ୍ଧକାରର ଜଗତ୍ପତିମାନଙ୍କ ବିରୁଦ୍ଧରେ ପୁଣି, ଆକାଶମଣ୍ଡଳର ଦୁଷ୍ଟାତ୍ମାମାନଙ୍କ ବିରୁଦ୍ଧରେ; 13ଏଣୁ ତୁମ୍ଭେମାନେ ଯେପରି ଦୁର୍ଦ୍ଦିନରେ ପ୍ରତିରୋଧ କରି ସର୍ବଜୟୀ ହୋଇ ଅଟଳ ରହିପାର, ଏଥିନିମନ୍ତେ ଈଶ୍ବରଦତ୍ତ ସମସ୍ତ ସଜ୍ଜା ଗ୍ରହଣ କର। 14ଅତଏବ ସତ୍ୟରୂପ କଟିବନ୍ଧନୀରେ କଟି ବାନ୍ଧି ଧାର୍ମିକତା ରୂପ ଊରସ୍ତ୍ରାଣ ପରିଧାନ କର, 15ଶାନ୍ତିଦାୟକ ସୁସମାଚାର ନିମନ୍ତେ ସୁସଜ୍ଜିତ ପାଦୁକା ପାଦରେ ପିନ୍ଧି ଅଟଳ ହୋଇ ରହିଥାଅ; 16ଏବଂ ସେଥି ସଙ୍ଗେ ସଙ୍ଗେ, ଯଦ୍ବାରା ପାପାତ୍ମାର ଅଗ୍ନିବାଣ ସବୁ ନିର୍ବାଣ କରିବାକୁ ସମର୍ଥ ହୁଅ, ସେହି ବିଶ୍ୱାସରୂପ ଢ଼ାଲ ଧର। 17ପୁଣି, ପରିତ୍ରାଣ ରୂପ ଶିରସ୍ତ୍ରାଣ ପରିଧାନ କର ଓ ଆତ୍ମାଙ୍କ ଖଡ୍ଗ, ଅର୍ଥାତ୍‍ ଈଶ୍ବରଙ୍କ ବାକ୍ୟ ଧାରଣ କର; 18ସର୍ବ ପ୍ରକାର ପ୍ରାର୍ଥନା ଓ ନିବେଦନରେ ସର୍ବଦା ଆତ୍ମାଙ୍କ ସାହାଯ୍ୟରେ ପ୍ରାର୍ଥନା କର, ପୁଣି, ସମସ୍ତ ସାଧୁଙ୍କ ନିମନ୍ତେ ଜାଗି ରହି ପ୍ରାର୍ଥନା କର। 19ଆଉ ମୋ ନିମନ୍ତେ ମଧ୍ୟ ପ୍ରାର୍ଥନା କର, ଯେପରି ସୁସମାଚାର ନିମନ୍ତେ ଜଞ୍ଜିରରେ ବନ୍ଧାହୋଇଥିବା ରାଜଦୂତ ସ୍ୱରୂପ ଯେ ମୁଁ, ମୋତେ ସେହି ସୁସମାଚାରର ନିଗୂଢ଼ତତ୍ତ୍ୱ ସାହସପୂର୍ବକ ଜଣାଇବାକୁ ବାକ୍ୟ ଦିଆଯିବ, 20ପୁଣି, ମୁଁ ଯେପରି ତତ୍ ସମ୍ବନ୍ଧରେ ଯଥୋଚିତ କଥା କହିବାକୁ ସାହସ ପ୍ରାପ୍ତ ହେବି।

ପ୍ରତିଉତ୍ତର ଗୀତ

ଗୀତ 144:1–2, 9–10

1ଦାଉଦଙ୍କର ଗୀତ। ମୋହର ଶୈଳ ସ୍ୱରୂପ ସଦାପ୍ରଭୁ ଧନ୍ୟ ହେଉନ୍ତୁ, ସେ ମୋʼ ହସ୍ତକୁ ଯୁଦ୍ଧ ଶିଖାନ୍ତି ଓ ମୋʼ ଅଙ୍ଗୁଳିକୁ ସଂଗ୍ରାମ ଶିଖାନ୍ତି। 2ସେ ମୋହର ସ୍ନେହପୂର୍ଣ୍ଣ କରୁଣା ଓ ମୋହର ଗଡ଼, ମୋହର ଉଚ୍ଚ ଦୁର୍ଗ ଓ ମୋହର ଉଦ୍ଧାରକର୍ତ୍ତା, ମୋହର ଢାଲ ଓ ସେ ମୋହର ଆଶ୍ରୟଭୂମି; ସେ ଗୋଷ୍ଠୀସମୂହକୁ ମୋʼ ପଦ ତଳେ ବଶୀଭୂତ କରନ୍ତି। 9ହେ ପରମେଶ୍ୱର, ମୁଁ ତୁମ୍ଭ ଉଦ୍ଦେଶ୍ୟରେ ନୂତନ ଗୀତ ଗାନ କରିବି; ଦଶତାର-ଯନ୍ତ୍ରରେ ତୁମ୍ଭ ଉଦ୍ଦେଶ୍ୟରେ ମୁଁ ପ୍ରଶଂସା ଗାନ କରିବି। 10ସେ ରାଜାମାନଙ୍କୁ ପରିତ୍ରାଣ ପ୍ରଦାନ କରନ୍ତି; ସେ ଆପଣା ଦାସ ଦାଉଦଙ୍କୁ କ୍ଷତିକାରକ ଖଡ୍ଗରୁ ରକ୍ଷା କରନ୍ତି।

ସୁସମାଚାର

ଲୂକ 13:31–35

31ସେହି ଦଣ୍ଡରେ କେତେକ ଫାରୂଶୀ ତାହାଙ୍କ ପାଖକୁ ଆସି କହିଲେ, ଏ ସ୍ଥାନ ଛାଡ଼ି ବାହାରି ଯାଉନ୍ତୁ, କାରଣ ହେରୋଦ ଆପଣଙ୍କୁ ମାରିବା ପାଇଁ ଇଚ୍ଛା କରୁଅଛନ୍ତି। 32ସେଥିରେ ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଯାଇ ସେହି କୋକିଶିଆଳିକି କୁହ, ‘ଦେଖ, ମୁଁ ଆଜି ଓ କାଲି ଭୂତ ଛଡ଼ାଉଅଛି ଓ ସୁସ୍ଥ କରୁଅଛି, ପୁଣି, ତୃତୀୟ ଦିନରେ ମୁଁ ସିଦ୍ଧ ହେବି।’ 33ଯାହା ହେଉ, ଆଜି, କାଲି ଓ ପଅର ଦିନ ମୋତେ ଯାତ୍ରା କରିବାକୁ ହେବ, କାରଣ ଯିରୂଶାଲମ ସହରର ବାହାରେ ଭାବବାଦୀର ନିହତ ହେବା ଉଚିତ୍ ନୁହେଁ।” 34“ଗୋ ଯିରୂଶାଲମ, ଗୋ ଯିରୂଶାଲମ, ଭାବବାଦୀମାନଙ୍କ ହତ୍ୟାକାରିଣୀ ଓ ଆପଣା ନିକଟକୁ ପ୍ରେରିତମାନଙ୍କ ପ୍ରସ୍ତରାଘାତକାରିଣୀ, କୁକ୍କୁଟୀ ଯେପରି ପକ୍ଷ ତଳେ ଆପଣା ଶାବକମାନଙ୍କୁ ଏକତ୍ର କରେ, ସେହିପରି ମୁଁ କେତେ ଥର ତୋହର ସନ୍ତାନମାନଙ୍କୁ ଏକତ୍ର କରିବାକୁ ଇଚ୍ଛା କଲି, କିନ୍ତୁ ତୁମ୍ଭେମାନେ ଇଚ୍ଛୁକ ହେଲ ନାହିଁ। 35ଦେଖ, ତୁମ୍ଭମାନଙ୍କ ଘର ତୁମ୍ଭମାନଙ୍କ ହାତରେ ଛାଡ଼ି ଦିଆଯାଉଅଛି; ଆଉ, ମୁଁ ତୁମ୍ଭମାନଙ୍କୁ କହୁଅଛି, ‘ପ୍ରଭୁଙ୍କ ନାମରେ ଯେ ଆସୁଅଛନ୍ତି, ସେ ଧନ୍ୟ,’ ତୁମ୍ଭେମାନେ ଯେଉଁ ଦିନ ଏହି କଥା କହିବ, ସେହି ଦିନ ନ ଆସିବା ପର୍ଯ୍ୟନ୍ତ ମୋତେ ନିଶ୍ଚୟ ଆଉ ଦେଖିବ ନାହିଁ।”

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର A, ସପ୍ତାହ ଦିନର ବର୍ଷ II।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର