ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅକ୍ଟୋବର 2026 › ଅକ୍ଟୋବର 29
ଅର୍ଥୋଡକ୍ସ ପଞ୍ଜିକା · 16 ଅକ୍ଟୋବର (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 29 ଅକ୍ଟୋବର 2026
ଗୁରୁବାର · ପେଣ୍ଟିକଷ୍ଟ ପରେ 22ତମ ସପ୍ତାହ · ସ୍ୱର 4
ପର୍ବ ଓ ସନ୍ଥ
Martyr Longinus the Centurion, who stood at the Cross of the Lord and with him 2 other Martyrs (1st C)
ଉପବାସ
ଉପବାସ ନାହିଁ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର
2ପ୍ରାର୍ଥନାରେ ଏକାଗ୍ରଭାବେ ନିବିଷ୍ଟ ଥାଅ, ପୁଣି, ଧନ୍ୟବାଦ ସହ ସେଥିରେ ଜାଗ୍ରତ ଥାଅ; 3ଆମ୍ଭମାନଙ୍କ ନିମନ୍ତେ ମଧ୍ୟ ପ୍ରାର୍ଥନା କର, ଯେପରି ବାକ୍ୟ ପ୍ରଚାର ନିମନ୍ତେ ଈଶ୍ବର ଆମ୍ଭମାନଙ୍କ ପାଇଁ ଦ୍ୱାର ଫିଟାନ୍ତି, ପୁଣି, ଯେପରି ଖ୍ରୀଷ୍ଟଙ୍କର ଯେଉଁ ନିଗୂଢ଼ତତ୍ତ୍ୱ ନିମନ୍ତେ ମୁଁ ବନ୍ଦୀ ଅଟେ, 4ତାହା ଉଚିତ୍ ମତରେ କଥା କହି ପ୍ରକାଶ କରିପାରେ। 5ସୁଯୋଗର ସଦ୍ବ୍ୟବହାର କରି ବାହାରର ଲୋକମାନଙ୍କ ନିକଟରେ ବୁଦ୍ଧି ସହ ଆଚରଣ କର। 6ତୁମ୍ଭମାନଙ୍କ ବାକ୍ୟ ସର୍ବଦା ମନୋହର ପୁଣି, ଲବଣରେ ଅନୁଗ୍ରହଯୁକ୍ତ ହେଉ, ଯେପରି କାହାକୁ କିପରି ଉତ୍ତର ଦେବାକୁ ହୁଏ, ତାହା ଜାଣି ପାର। 7ପ୍ରିୟ ଭ୍ରାତା, ପୁଣି, ପ୍ରଭୁଙ୍କ କାର୍ଯ୍ୟରେ ବିଶ୍ୱସ୍ତ ସେବକ ଓ ସହଦାସ ଯେ ତୁଖିକ ସେ ମୋହର ସମସ୍ତ ବିଷୟ ତୁମ୍ଭମାନଙ୍କୁ ଜଣାଇବେ; 8ଏହି ଉଦ୍ଦେଶ୍ୟରେ ହିଁ ମୁଁ ତାହାଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇଲି, ଯେପରି ତୁମ୍ଭେମାନେ ଆମ୍ଭମାନଙ୍କ ଅବସ୍ଥା ବିଷୟ ଜାଣି ପାର ଓ ତୁମ୍ଭମାନଙ୍କ ହୃଦୟ ତାହାଙ୍କ ଦ୍ୱାରା ଉତ୍ସାହ ପ୍ରାପ୍ତ ହୁଏ। 9ତାହାଙ୍କ ସଙ୍ଗରେ ମୁଁ ବିଶ୍ୱସ୍ତ ଓ ପ୍ରିୟ ଭ୍ରାତା ଅନୀସିମଙ୍କୁ ପଠାଇଲି, ସେ ତୁମ୍ଭମାନଙ୍କ ମଧ୍ୟରୁ ଜଣେ। ସେମାନେ ଏହି ସ୍ଥାନର ସମସ୍ତ ବିଷୟ ତୁମ୍ଭମାନଙ୍କୁ ଜଣାଇବେ।
ସୁସମାଚାର
7ଇତିମଧ୍ୟରେ ସାମନ୍ତରାଜା ହେରୋଦ ଏହି ସମସ୍ତ ଘଟଣା ବିଷୟ ଶୁଣି ଅବାକ୍ ହୋଇଗଲେ, କାରଣ ଯୋହନ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି ବୋଲି କେହି କେହି କହୁଥିଲେ; 8ପୁଣି, କେହି କେହି ଏଲୀୟ ଦେଖା ଦେଇଅଛନ୍ତି ବୋଲି ଏବଂ ଅନ୍ୟମାନେ ପୁରାକାଳର ଭାବବାଦୀମାନଙ୍କ ମଧ୍ୟରୁ ଜଣେ ପୁନର୍ବାର ଉଠିଅଛନ୍ତି ବୋଲି କହୁଥିଲେ। 9କିନ୍ତୁ ହେରୋଦ କହିଲେ, ଯୋହନଙ୍କ ମସ୍ତକ ଆମ୍ଭେ ତ କାଟିଅଛୁ, ମାତ୍ର ଯାହାଙ୍କ ବିଷୟରେ ଆମ୍ଭେ ଏପ୍ରକାର କଥା ଶୁଣୁଅଛୁ, ଏ କିଏ? ଆଉ ସେ ତାହାଙ୍କୁ ଦେଖିବା ନିମନ୍ତେ ଚେଷ୍ଟା କରୁଥିଲେ। 10ପରେ ପ୍ରେରିତମାନେ ଫେରିଆସି, ଯାହା ଯାହା କରିଥିଲେ, ସେହିସବୁ ତାହାଙ୍କ ନିକଟରେ ବର୍ଣ୍ଣନା କଲେ। ଆଉ ସେ ସେମାନଙ୍କୁ ସାଙ୍ଗରେ ଘେନି ଅନ୍ତର ହୋଇ ବେଥ୍ସାଇଦା ନାମକ ନଗରକୁ ଚାଲିଗଲେ। 11କିନ୍ତୁ ଲୋକସମୂହ ତାହା ଜାଣି ତାହାଙ୍କର ପଛେ ପଛେ ଗଲେ; ପୁଣି, ସେ ସଦୟ ହୋଇ ସେମାନଙ୍କୁ ଗ୍ରହଣ କରି ଈଶ୍ବରଙ୍କ ରାଜ୍ୟ ବିଷୟ ସେମାନଙ୍କୁ କହିବାକୁ ଲାଗିଲେ, ଆଉ ଯେଉଁମାନଙ୍କର ସୁସ୍ଥ ହେବାର ଆବଶ୍ୟକ ଥିଲା, ସେମାନଙ୍କୁ ସୁସ୍ଥ କଲେ।
ସୁସମାଚାର (ସନ୍ଥ ଲଙ୍ଗିନସ୍ ଶତ-ସେନାପତିଙ୍କ ପାଇଁ)
33ଆଉ, ସେମାନେ ଗଲ୍ଗଥା ନାମକ ସ୍ଥାନ, ଅର୍ଥାତ୍ ଯାହାକୁ କପାଳସ୍ଥଳ ବୋଲି କହନ୍ତି, ସେଠାରେ ଉପସ୍ଥିତ ହୋଇ 34ତାହାଙ୍କୁ ପିତ୍ତା ମିଶାଯାଇଥିବା ଦ୍ରାକ୍ଷାରସ ପାନ କରିବାକୁ ଦେଲେ, ମାତ୍ର ସେ ତାହା ଆସ୍ୱାଦନ କରି ପାନ କରିବାକୁ ଇଚ୍ଛା କଲେ ନାହିଁ। 35ପରେ ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇ ତାହାଙ୍କ ବସ୍ତ୍ରସବୁ ଗୁଲିବାଣ୍ଟ ଦ୍ୱାରା ଆପଣା ଆପଣା ମଧ୍ୟରେ ଭାଗ କରି ନେଲେ, 36ପୁଣି, ସେଠାରେ ବସି ତାହାଙ୍କୁ ଜଗି ରହିଲେ। 37ଆଉ, ସେମାନେ ତାହାଙ୍କ ମସ୍ତକର ଊର୍ଦ୍ଧ୍ୱରେ ଏହି ଅଭିଯୋଗପତ୍ର ଲେଖି ଲଗାଇଦେଲେ, ଏ ଯିହୁଦୀମାନଙ୍କର ରାଜା ଯୀଶୁ। 38ସେତେବେଳେ ତାହାଙ୍କ ଦକ୍ଷିଣ ପାର୍ଶ୍ୱରେ ଜଣେ ଓ ବାମ ପାର୍ଶ୍ୱରେ ଜଣେ, ଏହିପରି ଦୁଇ ଜଣ ଡକାଇତମାନେ ତାହାଙ୍କ ସହିତ କ୍ରୁଶରେ ଚଢ଼ାଗଲେ। 39ଆଉ, ସେହି ବାଟ ଦେଇ ଯାଉଥିବା ଲୋକମାନେ ଆପଣା ଆପଣା ମୁଣ୍ଡ ହଲାଇ ତାହାଙ୍କର ନିନ୍ଦା କରି କହିବାକୁ ଲାଗିଲେ, 40ରେ ମନ୍ଦିର-ଭଗ୍ନକାରୀ ଓ ତିନି ଦିନରେ ତାହା ନିର୍ମାଣକାରୀ, ତୁ ଯେବେ ଈଶ୍ବରଙ୍କ ପୁତ୍ର, ତେବେ ଆପଣାକୁ ରକ୍ଷା କରି କ୍ରୁଶରୁ ଓହ୍ଲାଇ ଆ। 41ପ୍ରଧାନ ଯାଜକମାନେ ମଧ୍ୟ ସେହି ପ୍ରକାରେ ଶାସ୍ତ୍ରୀ ଓ ପ୍ରାଚୀନବର୍ଗଙ୍କ ସହିତ ପରିହାସ କରିବାକୁ ଲାଗିଲେ, 42ସେ ଅନ୍ୟମାନଙ୍କୁ ରକ୍ଷା କଲା, ନିଜକୁ ରକ୍ଷା କରିପାରୁ ନାହିଁ। ସେ ପରା ଇସ୍ରାଏଲର ରାଜା, ସେ ଏହିକ୍ଷଣି କ୍ରୁଶରୁ ଓହ୍ଲାଇ ଆସୁ, ତେବେ ଆମ୍ଭେମାନେ ତାହାଠାରେ ବିଶ୍ୱାସ କରିବା। 43ସେ ଈଶ୍ବରଙ୍କଠାରେ ବିଶ୍ୱାସ କରେ; ସେ ଯଦି ତାହାଠାରେ ସନ୍ତୁଷ୍ଟ, ତାହାହେଲେ ଏହିକ୍ଷଣି ତାହାକୁ ରକ୍ଷା କରନ୍ତୁ। ସେ ତ କହିଥିଲା, ମୁଁ ଈଶ୍ବରଙ୍କ ପୁତ୍ର। 44ପୁଣି, ଯେଉଁ ଡକାଇତମାନେ ତାହାଙ୍କ ସହିତ କ୍ରୁଶରେ ଚଢ଼ାଯାଇଥିଲେ, ସେମାନେ ସୁଦ୍ଧା ତାହାଙ୍କୁ ସେହି ପ୍ରକାର ନିନ୍ଦା କରିବାକୁ ଲାଗିଲେ। 45ପରେ ବାର ଘଣ୍ଟାଠାରୁ ତିନି ଘଣ୍ଟା ପର୍ଯ୍ୟନ୍ତ ଦେଶଯାକ ଅନ୍ଧକାର ଘୋଟିଗଲା। 46ଆଉ ପ୍ରାୟ ତିନି ଘଣ୍ଟା ସମୟରେ ଯୀଶୁ ଉଚ୍ଚସ୍ୱରରେ ଡାକି କହିଲେ, “ଏଲୀ, ଏଲୀ, ଲାମା ଶବକ୍ଥାନୀ?” ଅର୍ଥାତ୍, “ହେ ମୋହର ଈଶ୍ବର, ହେ ମୋହର ଈଶ୍ବର, ତୁମ୍ଭେ ମୋତେ କାହିଁକି ପରିତ୍ୟାଗ କଲ?” 47ଏହା ଶୁଣି ସେଠାରେ ଠିଆ ହୋଇଥିବା ଲୋକମାନଙ୍କ ମଧ୍ୟରୁ କେହି କେହି କହିଲେ, ଏ ଲୋକ ଏଲୀୟଙ୍କୁ ଡାକୁଅଛି। 48ଆଉ ସେହିକ୍ଷଣି ସେମାନଙ୍କ ମଧ୍ୟରୁ ଜଣେ ଦୌଡ଼ିଯାଇ ଗୋଟିଏ ଏଜୋବ ନେଇ ତାହା ଅମ୍ଳରସରେ ପୂର୍ଣ୍ଣ କଲା, ଆଉ ତାହା ଖଣ୍ଡିଏ ନଳରେ ଲଗାଇ ତାହାଙ୍କୁ ପାନ କରିବାକୁ ଦେଲା। 49କିନ୍ତୁ ଅନ୍ୟମାନେ କହିଲେ, ରୁହ, ଏଲୀୟ ଏହାକୁ ରକ୍ଷା କରିବାକୁ ଆସୁଅଛନ୍ତି କି ନାହିଁ, ଦେଖିବା। 50କିନ୍ତୁ ଯୀଶୁ ପୁନର୍ବାର ଉଚ୍ଚସ୍ୱରରେ ଡାକି ପ୍ରାଣତ୍ୟାଗ କଲେ। 51ପୁଣି, ଦେଖ, ମନ୍ଦିରର ବିଚ୍ଛେଦବସ୍ତ୍ର ଉପରୁ ତଳ ପର୍ଯ୍ୟନ୍ତ ଚିରି ଦୁଇ ଖଣ୍ଡ ହେଲା, ଆଉ ଭୂମିକମ୍ପ ହେଲା ଓ ଶୈଳସବୁ ବିଦୀର୍ଣ୍ଣ ହେଲା, 52ପୁଣି, ସମାଧିସମୂହ ଉନ୍ମୁକ୍ତ ହେଲା ଓ ମହାନିଦ୍ରାଗତ ଅନେକ ସାଧୁଲୋକଙ୍କ ଶରୀର ଉତ୍ଥାପିତ ହେଲା, 53ପୁଣି, ତାହାଙ୍କ ପୁନରୁତ୍ଥାନ ପରେ ସେମାନେ ସମାଧିରୁ ବାହାରି ପୁଣି, ପବିତ୍ର ନଗରୀରେ ପ୍ରବେଶ କଲେ ଓ ଅନେକଙ୍କୁ ଦର୍ଶନ ଦେଲେ। 54ଶତ-ସେନାପତି ଓ ତାହାଙ୍କ ସାଙ୍ଗରେ ଯେଉଁମାନେ ଯୀଶୁଙ୍କୁ ଜଗିଥିଲେ, ସେମାନେ ଭୂମିକମ୍ପାଦି ଘଟଣା ଦେଖି ଅତ୍ୟନ୍ତ ଭୀତ ହୋଇ ରହିଲେ ଏବଂ କହିଲେ, ସତ୍ୟ, ଏ ଈଶ୍ବରଙ୍କ ପୁତ୍ର ଥିଲେ।
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଅକ୍ଟୋବର 16 ନାଗରିକ ପଞ୍ଜିକାର ଅକ୍ଟୋବର 29। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର