ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅକ୍ଟୋବର 2026 › ଅକ୍ଟୋବର 30
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 30 ଅକ୍ଟୋବର 2026
ଶୁକ୍ରବାର · ସାଧାରଣ କାଳର 30ତମ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର 30ତମ ସପ୍ତାହର ଶୁକ୍ରବାର
ସାଧାରଣ ଦିନ · ଉପାସନାର ରଙ୍ଗ: ସବୁଜ
ଉପବାସ ଓ ପ୍ରାୟଶ୍ଚିତ୍ତ
ପ୍ରାୟଶ୍ଚିତ୍ତର ଦିନ
ପ୍ରତ୍ୟେକ ଶୁକ୍ରବାର ପ୍ରାୟଶ୍ଚିତ୍ତର ଦିନ; ପ୍ରତ୍ୟେକ ବିଶପ୍ ସମ୍ମିଳନୀ ଏହା କିପରି ପାଳିବାକୁ ହେବ ସ୍ଥିର କରେ: ମାଂସରୁ ବିରତି କିମ୍ବା ପ୍ରାୟଶ୍ଚିତ୍ତର ଅନ୍ୟ କାର୍ଯ୍ୟ। ଉପବାସ 18ରୁ 59 ବର୍ଷ ପର୍ଯ୍ୟନ୍ତ, ବିରତି 14 ବର୍ଷରୁ ବାଧ୍ୟତାମୂଳକ।
ଦିନର ପାଠ
ପ୍ରଥମ ପାଠ
1ପାଉଲ ଓ ତୀମଥି, ଖ୍ରୀଷ୍ଟ ଯୀଶୁଙ୍କର ଦୁଇ ଦାସ, ଫିଲିପ୍ପୀରେ ଥିବା ଖ୍ରୀଷ୍ଟ ଯୀଶୁଙ୍କ ଆଶ୍ରିତ ସମସ୍ତ ସାଧୁଙ୍କ ନିକଟକୁ ପୁଣି, ଅଧ୍ୟକ୍ଷ ଓ ସେବକମାନଙ୍କ ନିକଟକୁ ପତ୍ର; 2ଆମ୍ଭମାନଙ୍କ ପିତା ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ। 3ମୁଁ ତୁମ୍ଭମାନଙ୍କୁ ଯେତେ ଥର ସ୍ମରଣ କରେ, ସେତେ ଥର ମୋହର ଈଶ୍ବରଙ୍କୁ ଧନ୍ୟବାଦ ଦେଇଥାଏ। 4ପ୍ରଥମ ଦିନଠାରୁ ଆଜି ପର୍ଯ୍ୟନ୍ତ ସୁସମାଚାରର ପକ୍ଷରେ ତୁମ୍ଭମାନଙ୍କ ସହଭାଗିତା ହେତୁ 5ତୁମ୍ଭ ସମସ୍ତଙ୍କ ନିମନ୍ତେ ସର୍ବଦା ମୁଁ ମୋହର ପ୍ରତ୍ୟେକ ପ୍ରାର୍ଥନାରେ ଆନନ୍ଦ ସହ ନିବେଦନ କରୁଅଛି 6କାରଣ ଯେ ତୁମ୍ଭମାନଙ୍କ ଅନ୍ତରରେ ଉତ୍ତମ କାର୍ଯ୍ୟ ଆରମ୍ଭ କରିଅଛନ୍ତି, ସେ ଖ୍ରୀଷ୍ଟ ଯୀଶୁଙ୍କ ଦିନ ପର୍ଯ୍ୟନ୍ତ ତାହା ସାଧନ କରି ସିଦ୍ଧ କରିବେ, ଏହା ତ ମୁଁ ଦୃଢ଼ରୂପେ ବିଶ୍ୱାସ କରେ; 7ଆଉ ତୁମ୍ଭ ସମସ୍ତଙ୍କ ବିଷୟରେ ମୋହର ଏପରି ଭାବିବା ଉଚିତ୍, ଯେଣୁ ତୁମ୍ଭେ ସମସ୍ତେ ମୋହର ବନ୍ଧନରେ ଯେପରି, ସୁସମାଚାର ପକ୍ଷ ସମର୍ଥନ ଓ ସେଥିର ସତ୍ୟ ପ୍ରମାଣ କରିବାରେ ସେହିପରି ମୋʼ ସହିତ ଅନୁଗ୍ରହର ସହଭାଗୀ ଅଟ, ଏଥିନିମନ୍ତେ ମୁଁ ତୁମ୍ଭମାନଙ୍କୁ ହୃଦୟରେ ଧାରଣ କରିଅଛି। 8କାରଣ ଖ୍ରୀଷ୍ଟ ଯୀଶୁଙ୍କ ସ୍ନେହପୂର୍ଣ୍ଣ କରୁଣାରେ ମୁଁ ତୁମ୍ଭ ସମସ୍ତଙ୍କ ନିମନ୍ତେ କି ପ୍ରକାର ଲାଳାୟିତ, ଏହି ବିଷୟରେ ଈଶ୍ବର ମୋହର ସାକ୍ଷୀ। 9ପୁଣି, ମୋହର ପ୍ରାର୍ଥନା ଏହି, ତୁମ୍ଭମାନଙ୍କର ପ୍ରେମ, ଜ୍ଞାନ ଓ ସମସ୍ତ ସୂକ୍ଷ୍ମ ବିଚାରରେ ଅଧିକରୁ ଅଧିକ ବୃଦ୍ଧି ପାଉ, 10ଯେପରି ତୁମ୍ଭେମାନେ ଉତ୍କୃଷ୍ଟ ବିଷୟଗୁଡ଼ିକ ସମର୍ଥନ କରିପାର, ପୁଣି, ଈଶ୍ବରଙ୍କ ଗୌରବ ଓ ପ୍ରଶଂସା ଉଦ୍ଦେଶ୍ୟରେ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଧାର୍ମିକତାର ଯେଉଁ ଫଳ, 11ସେଥିରେ ପରିପୂର୍ଣ୍ଣ ହୋଇ ଖ୍ରୀଷ୍ଟଙ୍କ ଦିନରେ ଶୁଦ୍ଧ ଓ ଅନିନ୍ଦନୀୟ ହୁଅ।
ପ୍ରତିଉତ୍ତର ଗୀତ
1ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର। ସରଳ ଲୋକଙ୍କ ସଭାରେ ଓ ମଣ୍ଡଳୀ ମଧ୍ୟରେ ମୁଁ ସର୍ବାନ୍ତଃକରଣ ସହିତ ସଦାପ୍ରଭୁଙ୍କୁ ଧନ୍ୟବାଦ ଦେବି। 2ସଦାପ୍ରଭୁଙ୍କ କାର୍ଯ୍ୟସକଳ ମହତ, ଯେଉଁମାନେ ତହିଁରେ ସନ୍ତୁଷ୍ଟ, ସେମାନେ ତାହାସବୁ ଅନୁସନ୍ଧାନ କରନ୍ତି। 3ତାହାଙ୍କର କ୍ରିୟା, ସମ୍ଭ୍ରମ ଓ ଗୌରବ ସ୍ୱରୂପ; ଓ ତାହାଙ୍କର ଧର୍ମ ଅନନ୍ତକାଳସ୍ଥାୟୀ। 4ସେ ଆପଣାର ଆଶ୍ଚର୍ଯ୍ୟକର୍ମସବୁ ସ୍ମରଣ କରାଇଅଛନ୍ତି; ସଦାପ୍ରଭୁ କୃପାମୟ ଓ ସ୍ନେହଶୀଳ। 5ସେ ଆପଣା ଭୟକାରୀମାନଙ୍କୁ ଆହାର ଦେଇଅଛନ୍ତି; ସେ ସଦାକାଳ ଆପଣା ନିୟମ ସ୍ମରଣ କରିବେ। 6ସେ ନିଜ ଲୋକମାନଙ୍କୁ ଅନ୍ୟ ଦେଶୀୟମାନଙ୍କ ଅଧିକାର ଦେଇ ଆପଣା କର୍ମର ପ୍ରଭାବ ସେମାନଙ୍କୁ ଦେଖାଇଅଛନ୍ତି।
ସୁସମାଚାର
1ଥରେ ସେ ବିଶ୍ରାମବାର ଦିନରେ ଭୋଜନ କରିବା ନିମନ୍ତେ ଫାରୂଶୀମାନଙ୍କର ଜଣେ ନେତାଙ୍କ ଗୃହରେ ପ୍ରବେଶ କରନ୍ତେ ସେମାନେ ତାହାଙ୍କୁ ଲକ୍ଷ୍ୟ କରି ରହିଲେ। 2ଆଉ ଦେଖ, ତାହାଙ୍କ ସମ୍ମୁଖରେ ଜଣେ ଜଳୋଦର ରୋଗରେ ପୀଡ଼ିତ ଲୋକ ଥିଲେ। 3ସେଥିରେ ଯୀଶୁ ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞ ଓ ଫାରୂଶୀମାନଙ୍କୁ ଉତ୍ତର ଦେଲେ, “ବିଶ୍ରାମବାର ଦିନରେ ସୁସ୍ଥ କରିବା ବିଧିସଙ୍ଗତ କି ନୁହେଁ? କିନ୍ତୁ ସେମାନେ ନୀରବ ରହିଲେ।” 4ପୁଣି, ସେ ତାହାକୁ ଧରି ସୁସ୍ଥ କଲେ ଓ ବିଦାୟ ଦେଲେ। 5ଆଉ, ସେ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କ ମଧ୍ୟରୁ କେହି ଆପଣା ପୁଅ ବା ବଳଦ କୂଅରେ ପଡ଼ିଲେ କଅଣ ତାହାକୁ ବିଶ୍ରାମବାର ଦିନରେ ସେହିକ୍ଷଣି ଉଠାଇବ ନାହିଁ?” 6ଆଉ ସେମାନେ ଏହି ସମସ୍ତ କଥାର କୌଣସି ଉତ୍ତର ଦେଇ ପାରିଲେ ନାହିଁ।
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର A, ସପ୍ତାହ ଦିନର ବର୍ଷ II।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର