ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅକ୍ଟୋବର 2026 › ଅକ୍ଟୋବର 30
ଅର୍ଥୋଡକ୍ସ ପଞ୍ଜିକା · 17 ଅକ୍ଟୋବର (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 30 ଅକ୍ଟୋବର 2026
ଶୁକ୍ରବାର · ପେଣ୍ଟିକଷ୍ଟ ପରେ 22ତମ ସପ୍ତାହ · ସ୍ୱର 4
ପର୍ବ ଓ ସନ୍ଥ
Holy Prophet Hosea († 820 BC)
ଉପବାସ ଦିନ
ଉପବାସ: ତେଲ ସହିତ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର
10ମୋହର ସହବନ୍ଦୀ ଆରିସ୍ତାର୍ଖ ପୁଣି, ବର୍ଣ୍ଣବ୍ବାଙ୍କ କୁଟୁମ୍ବୀୟ ଭ୍ରାତା ମାର୍କ (ଏହାଙ୍କ ସମ୍ବନ୍ଧରେ ତୁମ୍ଭେମାନେ ଆଦେଶ ପାଇଅଛ; ସେ ଯଦି ତୁମ୍ଭମାନଙ୍କ ନିକଟକୁ ଆସନ୍ତି, ତେବେ ତାହାଙ୍କୁ ଗ୍ରହଣ କର) ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି, 11ଆଉ, ଯୂସ୍ତ ନାମରେ ଖ୍ୟାତ ଯୀଶୁ ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି ସୁନ୍ନତିପ୍ରାପ୍ତ ବିଶ୍ୱାସୀମାନଙ୍କ ମଧ୍ୟରୁ କେବଳ ଏମାନେ ଈଶ୍ବରଙ୍କ ରାଜ୍ୟ ନିମନ୍ତେ ମୋହର ସହକର୍ମୀ ଏମାନେ ମୋହର ସାନ୍ତ୍ୱନାର କାରଣ ହୋଇଅଛନ୍ତି। 12ଏପାଫ୍ରା, ଯେ ତୁମ୍ଭମାନଙ୍କ ମଧ୍ୟରୁ ଜଣେ, ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି, ସେ ତ ଖ୍ରୀଷ୍ଟ ଯୀଶୁଙ୍କର ଦାସ ଏବଂ ଆପଣା ପ୍ରାର୍ଥନାରେ ତୁମ୍ଭମାନଙ୍କ ନିମନ୍ତେ ସର୍ବଦା ପ୍ରାଣପଣ କରୁଅଛନ୍ତି, ଯେପରି ତୁମ୍ଭେମାନେ ସିଦ୍ଧ ଓ ଈଶ୍ବରଙ୍କ ସମସ୍ତ ଇଚ୍ଛା ସମ୍ବନ୍ଧରେ ସମ୍ପୂର୍ଣ୍ଣ ବିଶେଷଜ୍ଞ ହୋଇ ଅଟଳ ହୋଇ ରୁହ। 13କାରଣ ସେ ତୁମ୍ଭମାନଙ୍କ ନିମନ୍ତେ ପୁଣି, ଲାଅଦିକିଆ ଓ ହିଏରାପଲି ନିବାସୀମାନଙ୍କ ନିମନ୍ତେ ଯେ ଅଧିକ କଷ୍ଟ ସ୍ୱୀକାର କରୁଅଛନ୍ତି, ତାହାଙ୍କ ପକ୍ଷରେ ମୁଁ ଏହି ସାକ୍ଷ୍ୟ ଦେଉଅଛି। 14ପ୍ରିୟ ବୈଦ୍ୟ ଲୂକ ଓ ଦୀମା ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି। 15ଲାଅଦିକିଆରେ ଥିବା ଭାଇମାନଙ୍କୁ, ନୁମ୍ଫା ଓ ତାହାଙ୍କ ଗୃହରେ ଥିବା ମଣ୍ଡଳୀକୁ ନମସ୍କାର ଜଣାଅ। 16ଆଉ, ତୁମ୍ଭମାନଙ୍କ ମଧ୍ୟରେ ଏହି ପତ୍ର ପଠିତ ହେଲା ପରେ ଲାଅଦିକିଆ ମଣ୍ଡଳୀରେ ମଧ୍ୟ ଯେପରି ପାଠ କରାଯାଏ, ପୁଣି, ଲାଅଦିକିଆରୁ ଯେଉଁ ପତ୍ର ଆସିବ, ତାହା ତୁମ୍ଭେମାନେ ମଧ୍ୟ ଯେପରି ପାଠ କର, ଏଥିନିମନ୍ତେ ଯତ୍ନ କର। 17ଆର୍ଖିପ୍ପଙ୍କୁ କୁହ, ତୁମ୍ଭେ ପ୍ରଭୁଙ୍କ କାର୍ଯ୍ୟରେ ଯେଉଁ ସେବାର ପଦ ପାଇଅଛ, ତାହା ସମ୍ପୂର୍ଣ୍ଣ କରିବାକୁ ସାବଧାନ ହୋଇଥାଅ। 18ମୁଁ ପାଉଲ ମୋହର ନିଜ ହସ୍ତରେ ଏହି ନମସ୍କାର ଲେଖୁଅଛି। ମୋହର ବନ୍ଧନ ସ୍ମରଣ କର। ଅନୁଗ୍ରହ ତୁମ୍ଭମାନଙ୍କ ସହବର୍ତ୍ତୀ ହେଉ।
ସୁସମାଚାର
12ଇତିମଧ୍ୟରେ ସନ୍ଧ୍ୟା ହେବାକୁ ଲାଗିଲା; ସେଥିରେ ବାର ଜଣ ଶିଷ୍ୟ ତାହାଙ୍କ ନିକଟକୁ ଆସି କହିଲେ, ଲୋକସମୂହ ଯେପରି ଚାରିପାଖ ଗ୍ରାମ ଓ ପଲ୍ଳୀଗୁଡ଼ିକୁ ଯାଇ ବସା ଓ ଖାଦ୍ୟ ପାଇ ପାରନ୍ତି, ସେଥିନିମନ୍ତେ ସେମାନଙ୍କୁ ବିଦାୟ ଦିଅନ୍ତୁ, କାରଣ ଆମ୍ଭେମାନେ ଏଠାରେ ଜନଶୂନ୍ୟ ସ୍ଥାନରେ ଅଛୁ। 13କିନ୍ତୁ ସେ ସେମାନଙ୍କୁ କହିଲେ, “ତୁମ୍ଭେମାନେ ସେମାନଙ୍କୁ ଭୋଜନ କରାଅ।” ସେମାନେ କହିଲେ, ଆମ୍ଭମାନଙ୍କ ପାଖରେ ପାଞ୍ଚୋଟି ରୁଟି ଓ ଦୁଇଟି ମାଛରୁ ଅଧିକ ନାହିଁ; ତାହାହେଲେ ଆମ୍ଭେମାନେ କଅଣ ଯାଇ ଏହି ସମସ୍ତ ଲୋକଙ୍କ ନିମନ୍ତେ ଖାଦ୍ୟ କିଣିବା? 14କାରଣ ସେମାନେ ପ୍ରାୟ ପାଞ୍ଚ ହଜାର ପୁରୁଷ ଥିଲେ। ଆଉ ସେ ଆପଣା ଶିଷ୍ୟମାନଙ୍କୁ କହିଲେ, “ପ୍ରାୟ ପଚାଶ ପଚାଶ ଜଣ କରି ସେମାନଙ୍କୁ ଦଳ ଦଳ କରି ବସାଅ।” 15ସେଥିରେ ସେମାନେ ସେହିପରି ସମସ୍ତଙ୍କୁ ବସାଇଲେ। 16ଆଉ, ସେ ସେହି ପାଞ୍ଚୋଟି ରୁଟି ଓ ଦୁଇଟି ମାଛ ନେଇ ସ୍ୱର୍ଗ ଆଡ଼େ ଅନାଇ କରି ସେହିସବୁ ଆଶୀର୍ବାଦ କଲେ, ପୁଣି, ଭାଙ୍ଗି ଲୋକମାନଙ୍କ ମଧ୍ୟରେ ବାଣ୍ଟିଦେବା ନିମନ୍ତେ ଶିଷ୍ୟମାନଙ୍କୁ ଦେବାକୁ ଲାଗିଲେ। 17ସେଥିରେ ସମସ୍ତେ ଖାଇ ତୃପ୍ତ ହେଲେ, ଆଉ ଶିଷ୍ୟମାନେ ଆପଣା ନିକଟରେ ବଳିଥିବା ଭଙ୍ଗାଯାଇଥିବା ରୁଟିର ବାର ଟୋକେଇ ଉଠାଇ ନେଲେ। 18ଥରେ ସେ ଏକାକୀ ପ୍ରାର୍ଥନା କରୁଥିବା ସମୟରେ ଶିଷ୍ୟମାନେ ତାହାଙ୍କ ସାଙ୍ଗରେ ଥିଲେ, ଆଉ ସେ ସେମାନଙ୍କୁ ପଚାରିଲେ, “ମୁଁ କିଏ ବୋଲି ଲୋକସମୂହ କଅଣ କହନ୍ତି?”
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଅକ୍ଟୋବର 17 ନାଗରିକ ପଞ୍ଜିକାର ଅକ୍ଟୋବର 30। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର