Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ଅକ୍ଟୋବର 2026 › ଅକ୍ଟୋବର 31

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 31 ଅକ୍ଟୋବର 2026

ଶନିବାର · ସାଧାରଣ କାଳର 30ତମ ସପ୍ତାହ

ପର୍ବ ଓ ସନ୍ଥ

ସାଧାରଣ କାଳର 30ତମ ସପ୍ତାହର ଶନିବାର

ଇଚ୍ଛାଧୀନ ସ୍ମୃତି ଦିବସ · ଉପାସନାର ରଙ୍ଗ: ସବୁଜ

ଶନିବାରରେ ଧନ୍ୟା କୁମାରୀ ମରୀୟମଙ୍କ ସ୍ମୃତି ଦିବସ · ଇଚ୍ଛାଧୀନ ସ୍ମୃତି ଦିବସ

ଦିନର ପାଠ

ପ୍ରଥମ ପାଠ

ଫିଲି 1:18–26

18ସେଥିରେ ବା କଅଣ? କପଟ ଭାବରେ ହେଉ ବା ସତ୍ୟ ଭାବରେ ହେଉ, ଯେକୌଣସି ପ୍ରକାରେ ଖ୍ରୀଷ୍ଟ ପ୍ରଚାରିତ ହେଉଅଛନ୍ତି, ଏଥିରେ ମୁଁ ଆନନ୍ଦ କରୁଅଛି, ହଁ, ଆନନ୍ଦ କରିବି। 19କାରଣ ମୁଁ ଜାଣେ ଯେ, ତୁମ୍ଭମାନଙ୍କ ନିବେଦନ ଓ ଯୀଶୁ ଖ୍ରୀଷ୍ଟଙ୍କ ଆତ୍ମାଙ୍କ ସାହାଯ୍ୟ ଦ୍ୱାରା ଏସବୁ ମୋହର ପରିତ୍ରାଣର ଅନୁକୂଳ ହେବ, 20ଏ ସମ୍ବନ୍ଧରେ ମୋହର ଏକାନ୍ତ ଆକାଂକ୍ଷା ଓ ଭରସା ଅଛି ଯେ ମୁଁ କୌଣସି ବିଷୟରେ ଲଜ୍ଜିତ ହେବି ନାହିଁ, କିନ୍ତୁ ସର୍ବଦା ଯେଉଁପରି, ଏବେ ମଧ୍ୟ ସେହିପରି ଅତି ସାହସରେ, ଜୀବନରେ ହେଉ ବା ମରଣରେ ହେଉ, ଖ୍ରୀଷ୍ଟଙ୍କୁ ମୋହର ଶରୀରରେ ମହିମାନ୍ୱିତ କରିବି। 21କାରଣ ମୋʼ ପକ୍ଷରେ ଜୀବନଧାରଣ ଖ୍ରୀଷ୍ଟ, ପୁଣି, ମୃତ୍ୟୁଭୋଗ ଲାଭଜନକ। 22କିନ୍ତୁ ଶରୀରରେ ଜୀବନଧାରଣ ଯଦି ମୋʼ ପକ୍ଷରେ ଫଳପ୍ରଦ କାର୍ଯ୍ୟ ସାଧନ ହୁଏ, ତେବେ ମୁଁ କଅଣ ପସନ୍ଦ କରିବି, ତାହା ଜାଣେ ନାହିଁ। 23ମୁଁ ଦୁଇଟି ବିଷୟ ଘେନି ମହା ସମସ୍ୟାରେ ପଡ଼ିଅଛି; ଇହଲୋକରୁ ପ୍ରସ୍ଥାନ କରି ଖ୍ରୀଷ୍ଟଙ୍କ ସହିତ ରହିବାକୁ ମୋହର ଇଚ୍ଛା, କାରଣ ତାହା ଅତୀବ ଶ୍ରେୟସ୍କର; 24ମାତ୍ର ଶରୀରରେ ରହିବା ତୁମ୍ଭମାନଙ୍କ ନିମନ୍ତେ ଅଧିକ ଆବଶ୍ୟକ। 25ଆଉ ମୁଁ ଦୃଢ଼ରୂପେ ଏହା ଜାଣେ ଯେ, ମୁଁ ରହିବି, ହଁ, ବିଶ୍ୱାସରେ ତୁମ୍ଭମାନଙ୍କର ବୃଦ୍ଧି ଓ ଆନନ୍ଦ ନିମନ୍ତେ ତୁମ୍ଭ ସମସ୍ତଙ୍କ ସହିତ ରହିବି, 26ଯେପରି ତୁମ୍ଭମାନଙ୍କ ମଧ୍ୟରେ ମୋହର ପୁନର୍ବାର ଉପସ୍ଥିତି ହେତୁ ମୋʼ ଦ୍ୱାରା ଖ୍ରୀଷ୍ଟ ଯୀଶୁଙ୍କଠାରେ ତୁମ୍ଭମାନଙ୍କ ଦର୍ପ ଅଧିକ ବୃଦ୍ଧି ପାଇବ।

ପ୍ରତିଉତ୍ତର ଗୀତ

ଗୀତ 42:1–2, 4

1ପ୍ରଧାନ ବାଦ୍ୟକର ନିମନ୍ତେ କୋରହ-ସନ୍ତାନଗଣର ମସ୍କୀଲ୍‍ (ପ୍ରବୋଧନ)। ହରିଣୀ ଯେପରି ଜଳସ୍ରୋତ ପାଇଁ ଧକାଏ, ସେହିପରି ହେ ପରମେଶ୍ୱର, ମୋʼ ପ୍ରାଣ ତୁମ୍ଭ ପାଇଁ ଧକାଏ। 2ପରମେଶ୍ୱରଙ୍କ ନିମନ୍ତେ, ଜୀବିତ ପରମେଶ୍ୱରଙ୍କ ନିମନ୍ତେ ମୋʼ ପ୍ରାଣ ତୃଷିତ; ମୁଁ କେବେ ଆସି ପରମେଶ୍ୱରଙ୍କ ଛାମୁରେ ଉପସ୍ଥିତ ହେବି? 4ମୁଁ କିପରି ଲୋକସମୂହ ସହିତ ଯାତ୍ରା କଲି, ପୁଣି, ଆନନ୍ଦ ଓ ପ୍ରଶଂସାଧ୍ୱନି ସହିତ ପର୍ବପାଳନକାରୀ ଜନତାକୁ ପରମେଶ୍ୱରଙ୍କ ଗୃହକୁ ଘେନିଗଲି, ଏହି କଥାସବୁ ସ୍ମରଣ କରି ମୁଁ ଆପଣା ପ୍ରାଣ ଆପଣା ଅନ୍ତରରେ ଢାଳି ଦେଉଅଛି।

ସୁସମାଚାର

ଲୂକ 14:1, 7–11

1ଥରେ ସେ ବିଶ୍ରାମବାର ଦିନରେ ଭୋଜନ କରିବା ନିମନ୍ତେ ଫାରୂଶୀମାନଙ୍କର ଜଣେ ନେତାଙ୍କ ଗୃହରେ ପ୍ରବେଶ କରନ୍ତେ ସେମାନେ ତାହାଙ୍କୁ ଲକ୍ଷ୍ୟ କରି ରହିଲେ। 7ପୁଣି, ନିମନ୍ତ୍ରିତ ଲୋକମାନେ କେମିତି ପ୍ରଧାନ ପ୍ରଧାନ ଆସନ ବାଛୁଥିଲେ, ଏହା ଲକ୍ଷ୍ୟ କରି ସେ ସେମାନଙ୍କୁ ଏହି ଦୃଷ୍ଟାନ୍ତ ଦେଇ କହିଲେ, 8“ଯେତେବେଳେ ତୁମ୍ଭେ କୌଣସି ଲୋକ ଦ୍ୱାରା ବିବାହ ଭୋଜକୁ ନିମନ୍ତ୍ରିତ ହୁଅ, ସେତେବେଳେ ପ୍ରଧାନ ଆସନରେ ବସ ନାହିଁ, କାଳେ ତୁମ୍ଭଠାରୁ ଅଧିକ ମାନ୍ୟଗଣ୍ୟ ବ୍ୟକ୍ତି ତାହାଙ୍କ ଦ୍ୱାରା ନିମନ୍ତ୍ରିତ ହୋଇଥିବେ, 9ଆଉ ଯେ ତୁମ୍ଭକୁ ଓ ତାହାଙ୍କୁ ନିମନ୍ତ୍ରଣ କଲେ, ସେ ଆସି ତୁମ୍ଭକୁ କହିବେ, ‘ଏହାଙ୍କୁ ସ୍ଥାନ ଦିଅ;’ ଆଉ, ସେତେବେଳେ ତୁମ୍ଭେ ଲଜ୍ଜାରେ ନିମ୍ନତମ ସ୍ଥାନ ଗ୍ରହଣ କରିବାକୁ ଯିବ। 10କିନ୍ତୁ ଯେତେବେଳେ ତୁମ୍ଭେ ନିମନ୍ତ୍ରିତ ହୁଅ, ସେତେବେଳେ ଯାଇ ନିମ୍ନତମ ସ୍ଥାନରେ ବସ, ଯେପରି ତୁମ୍ଭର ନିମନ୍ତ୍ରଣକାରୀ ବ୍ୟକ୍ତି ଆସି ତୁମ୍ଭକୁ କହିବେ, ‘ହେ ବନ୍ଧୁ, ଉଚ୍ଚତର ସ୍ଥାନକୁ ଆସ;’ ସେତେବେଳେ ତୁମ୍ଭ ସହିତ ଭୋଜନରେ ବସୁଥିବା ସମସ୍ତ ଲୋକଙ୍କ ଆଗରେ ତୁମ୍ଭର ଗୌରବ ହେବ। 11କାରଣ ଯେ କେହି ଆପଣାକୁ ଉନ୍ନତ ବୋଲି ଦେଖାଏ, ତାହାକୁ ନତ କରାଯିବ, ପୁଣି, ଯେ ଆପଣାକୁ ନତ କରେ, ତାହାକୁ ଉନ୍ନତ କରାଯିବ।”

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର A, ସପ୍ତାହ ଦିନର ବର୍ଷ II।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର