Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ନଭେମ୍ବର 2026 › ନଭେମ୍ବର 2

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 2 ନଭେମ୍ବର 2026

ସୋମବାର · ସାଧାରଣ କାଳର 31ତମ ସପ୍ତାହ

ପର୍ବ ଓ ସନ୍ଥ

ସମସ୍ତ ବିଶ୍ୱସ୍ତ ପରଲୋକଗତଙ୍କ ସ୍ମରଣ (ସମସ୍ତ ଆତ୍ମାଙ୍କ ଦିବସ)

ସ୍ମରଣ · ଉପାସନାର ରଙ୍ଗ: ବାଇଗଣୀ

ଦିନର ପାଠ

ପ୍ରଥମ ପାଠ

ବିଳା 3:17–26

17ପୁଣି, ତୁମ୍ଭେ ମୋହର ପ୍ରାଣକୁ ଶାନ୍ତିରୁ ଦୂରରେ ରଖିଅଛ; ମୁଁ ଆନନ୍ଦ ପାସୋରି ଯାଇଅଛି। 18ଏଣୁ ମୁଁ କହିଲି, “ମୋହର ବଳ ଓ ସଦାପ୍ରଭୁଙ୍କଠାରେ ମୋର ପ୍ରତ୍ୟାଶା ନଷ୍ଟ ହୋଇଅଛି।” 19ମୋହର ଦୁଃଖ ଓ ଦୁର୍ଗତି ସ୍ମରଣ କର, ତାହା ନାଗଦଅଣା ଓ ବିଷ ସ୍ୱରୂପ। 20ମୋହର ପ୍ରାଣ ଏପର୍ଯ୍ୟନ୍ତ ତାହା ସ୍ମରଣରେ ରଖୁଅଛି ଓ ମୋʼ ଅନ୍ତରରେ ଅବସନ୍ନ ହେଉଅଛି। 21ମୁଁ ଏହା ମନରେ ସ୍ମରଣ କରୁଥାଏ, ଏଥିପାଇଁ ମୋହର ଭରସା ଅଛି। 22ସଦାପ୍ରଭୁଙ୍କର ବିବିଧ ଦୟା ସକାଶୁ ଆମ୍ଭେମାନେ ବିନଷ୍ଟ ହୋଇ ନାହୁଁ, କାରଣ ତାହାଙ୍କର କରୁଣା ଶେଷ ହୁଏ ନାହିଁ। 23ସେହି ସବୁ ପ୍ରତି ପ୍ରଭାତରେ ନୂତନ ହୋଇଥାଏ; ଓ ତୁମ୍ଭର ବିଶ୍ୱସ୍ତତା ମହତ୍ ଅଟେ। 24ମୋର ପ୍ରାଣ କୁହେ, “ସଦାପ୍ରଭୁ ମୋହର ବାଣ୍ଟ ସ୍ୱରୂପ; ଏଥିପାଇଁ ମୁଁ ତାହାଙ୍କଠାରେ ଭରସା ରଖିବି।” 25ଯେଉଁମାନେ ସଦାପ୍ରଭୁଙ୍କ ପାଇଁ ଅପେକ୍ଷା କରନ୍ତି, ଯେଉଁ ପ୍ରାଣ ତାହାଙ୍କର ଅନ୍ୱେଷଣ କରେ, ତାହା ପ୍ରତି ସେ ମଙ୍ଗଳମୟ ଅଟନ୍ତି। 26ସଦାପ୍ରଭୁଙ୍କ ପରିତ୍ରାଣର ପ୍ରତ୍ୟାଶା କରି ସୁସ୍ଥିର ଭାବରେ ଅପେକ୍ଷା କରିବାର ମନୁଷ୍ୟର ମଙ୍ଗଳ।

ପ୍ରତିଉତ୍ତର ଗୀତ

ଗୀତ 103:8, 10, 13–17

8ସଦାପ୍ରଭୁ ସ୍ନେହଶୀଳ ଓ କୃପାମୟ, କ୍ରୋଧରେ ଧୀର ଓ ଅତ୍ୟନ୍ତ ଦୟାଳୁ। 10ସେ ଆମ୍ଭମାନଙ୍କ ପାପ ପ୍ରମାଣେ ଆମ୍ଭମାନଙ୍କ ପ୍ରତି ବ୍ୟବହାର କରି ନାହାନ୍ତି, କିଅବା ଆମ୍ଭମାନଙ୍କ ଅଧର୍ମାନୁସାରେ ଆମ୍ଭମାନଙ୍କୁ ପ୍ରତିଫଳ ଦେଇ ନାହାନ୍ତି। 13ପିତା ଆପଣା ସନ୍ତାନଗଣ ପ୍ରତି ଯେରୂପ ସ୍ନେହ ବହଇ, ସଦାପ୍ରଭୁ ଆପଣା ଭୟକାରୀମାନଙ୍କ ପ୍ରତି ସେରୂପ ସ୍ନେହ ବହନ୍ତି। 14କାରଣ ସେ ଆମ୍ଭମାନଙ୍କର ଗଠନ ଜାଣନ୍ତି; ଆମ୍ଭେମାନେ ଯେ ଧୂଳିମାତ୍ର, ଏହା ସେ ସ୍ମରଣ କରନ୍ତି। 15ମର୍ତ୍ତ୍ୟର ଦିନ ତୃଣ ତୁଲ୍ୟ; ଯେପରି କ୍ଷେତ୍ରର ଫୁଲ, ସେପରି ସେ ପ୍ରଫୁଲ୍ଲ ହୁଏ। 16ତହିଁ ଉପରେ ବାୟୁ ବହିଲେ, ତାହା ନ ଥାଏ, ପୁଣି, ତହିଁର ସ୍ଥାନ ଆଉ ତାହାର ପରିଚୟ ପାଇବ ନାହିଁ। 17ମାତ୍ର ସଦାପ୍ରଭୁଙ୍କ ଦୟା ଅନାଦିକାଳରୁ ଅନନ୍ତକାଳ ପର୍ଯ୍ୟନ୍ତ ଆପଣା ଭୟକାରୀମାନଙ୍କ ପ୍ରତି ଥାଏ ଓ ଯେଉଁମାନେ ତାହାଙ୍କର ନିୟମ ରକ୍ଷା କରନ୍ତି,

ଦ୍ୱିତୀୟ ପାଠ

ପ୍ର.କରି 15:51–57

51ଦେଖ, ମୁଁ ତୁମ୍ଭମାନଙ୍କୁ ଗୋଟିଏ ନିଗୂଢ଼ କଥା କହୁଅଛି, ଆମ୍ଭେମାନେ ସମସ୍ତେ ମହାନିଦ୍ରାପ୍ରାପ୍ତ ହେବା ନାହିଁ, 52କିନ୍ତୁ ଏକ ମୁହୂର୍ତ୍ତରେ, ଚକ୍ଷୁର ପଲକରେ, ଶେଷ ତୂରୀଧ୍ୱନୀରେ ଆମ୍ଭେମାନେ ସମସ୍ତେ ପରିବର୍ତ୍ତିତ ହେବା; କାରଣ ତୂରୀ ବାଜିବ, ଆଉ ମୃତମାନେ ଅକ୍ଷୟ ହୋଇ ଉତ୍ଥିତ ହେବେ, ପୁଣି, ଆମ୍ଭେମାନେ ପରିବର୍ତ୍ତିତ ହେବା। 53କାରଣ ଏହି କ୍ଷୟ ଶରୀରକୁ ଅକ୍ଷୟତାରୂପ ବସ୍ତ୍ର ପରିଧାନ କରିବାକୁ ହେବ, ଆଉ ଏହି ମର୍ତ୍ତ୍ୟ ଶରୀରକୁ ଅମରତାରୂପ ବସ୍ତ୍ର ପରିଧାନ କରିବାକୁ ହେବ। 54କିନ୍ତୁ ଏହି କ୍ଷୟ ଶରୀର ଅକ୍ଷୟରୂପ ବସ୍ତ୍ର ଓ ଏହି ମର୍ତ୍ତ୍ୟ ଶରୀର ଅମରତାରୂପ ବସ୍ତ୍ର ପରିଧାନ କଲା ଉତ୍ତାରେ ଶାସ୍ତ୍ରରେ ଏହି ଲିଖିତ ବାକ୍ୟ ସଫଳ ହେବ, 55“ଜୟ ମୃତ୍ୟୁକୁ ଗ୍ରାସ କରିଅଛି।” “ରେ ମୃତ୍ୟୁ, କାହିଁ ତୋର ଜୟ? ରେ ମୃତ୍ୟୁ, କାହିଁ ତୋର ନାହୁଡ଼?” 56ମୃତ୍ୟୁର ନାହୁଡ଼ ପାପ, ଆଉ ପାପର ବଳ ମୋଶାଙ୍କ ବ୍ୟବସ୍ଥା; 57କିନ୍ତୁ ଯେଉଁ ଈଶ୍ବର ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଆମ୍ଭମାନଙ୍କୁ ଜୟ ପ୍ରଦାନ କରନ୍ତି, ତାହାଙ୍କର ଧନ୍ୟବାଦ ହେଉ।

ସୁସମାଚାର

ମାଥି 11:25–30

କିମ୍ବା: ଯୋହ 12:23–26

25ସେହି ସମୟରେ ଯୀଶୁ ଉତ୍ତର ଦେଲେ, “ପିତଃ, ସ୍ୱର୍ଗ ଓ ପୃଥିବୀର ପ୍ରଭୁ, ତୁମ୍ଭେ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କଠାରୁ ଏହି ସମସ୍ତ ବିଷୟ ଗୁପ୍ତ ରଖି ଶିଶୁମାନଙ୍କ ନିକଟରେ ପ୍ରକାଶ କଲ, ଏନିମନ୍ତେ ତୁମ୍ଭର ସ୍ତୁତିବାଦ କରୁଅଛି; 26ହଁ, ପିତଃ, କାରଣ ଏହା ତୁମ୍ଭ ଦୃଷ୍ଟିରେ ସନ୍ତୋଷର ବିଷୟ ହେଲା। 27ମୋହର ପିତାଙ୍କ କର୍ତ୍ତୃକ ସମସ୍ତ ବିଷୟ ମୋʼ ଠାରେ ସମର୍ପିତ ହୋଇଅଛି, ଆଉ ପୁତ୍ରଙ୍କୁ କେହି ଜାଣେ ନାହିଁ, କେବଳ ପିତା ଜାଣନ୍ତି, ପୁଣି, ପିତାଙ୍କୁ କେହି ଜାଣେ ନାହିଁ, କେବଳ ପୁତ୍ର ଜାଣନ୍ତି, ଆଉ ପୁତ୍ର ଯାହା ପାଖରେ ତାହାଙ୍କୁ ପ୍ରକାଶ କରିବାକୁ ଇଚ୍ଛା କରନ୍ତି, ସେ ଜାଣେ। 28ହେ ପରିଶ୍ରାନ୍ତ ଓ ଭାରଗ୍ରସ୍ତ ଲୋକ ସମସ୍ତେ, ମୋʼ ନିକଟକୁ ଆସ, ମୁଁ ତୁମ୍ଭମାନଙ୍କୁ ବିଶ୍ରାମ ଦେବି। 29ମୋହର ଜୁଆଳି ଆପଣା ଆପଣା ଉପରେ ଘେନ, ପୁଣି, ମୋʼ ନିକଟରୁ ଶିଖ, କାରଣ, ମୁଁ ମୃଦୁଶୀଳ ଓ ନମ୍ରଚିତ୍ତ, ଆଉ ତୁମ୍ଭେମାନେ ଆପଣା ଆପଣା ଆତ୍ମାରେ ବିଶ୍ରାମ ପାଇବ; 30ଯେଣୁ ମୋହର ଜୁଆଳି ସହଜ ଓ ମୋହର ଭାର ଉଶ୍ୱାସ।”

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର A, ସପ୍ତାହ ଦିନର ବର୍ଷ II।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର