Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ନଭେମ୍ବର 2026 › ନଭେମ୍ବର 2

ଅର୍ଥୋଡକ୍ସ ପଞ୍ଜିକା · 20 ଅକ୍ଟୋବର (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 2 ନଭେମ୍ବର 2026

ସୋମବାର · ପେଣ୍ଟିକଷ୍ଟ ପରେ 23ତମ ସପ୍ତାହ · ସ୍ୱର 5

ପର୍ବ ଓ ସନ୍ଥ

Great Martyr Artemius of Antioch († 362)

ଉପବାସ

ଉପବାସ ନାହିଁ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର

ପ୍ର.ଥେସ 1:1–5

1ପାଉଲ, ସିଲ୍ୱାନ ଓ ତୀମଥି, ପିତା ଈଶ୍ବର ଓ ଯୀଶୁ ଖ୍ରୀଷ୍ଟଙ୍କଠାରେ ଥିବା ଥେସଲନୀକୀ ସହରରେ ଥିବା ମଣ୍ଡଳୀ ନିକଟକୁ ପତ୍ର; ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ। 2ଆମ୍ଭମାନଙ୍କ ଈଶ୍ବର ଓ ପିତାଙ୍କ ଛାମୁରେ ଆମ୍ଭେମାନେ ତୁମ୍ଭମାନଙ୍କ ବିଶ୍ୱାସର କର୍ମ, ପ୍ରେମର ପରିଶ୍ରମ ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ସମ୍ବନ୍ଧୀୟ ତୁମ୍ଭମାନଙ୍କ ଭରସାର ଧୈର୍ଯ୍ୟ ବିଷୟ ନିରନ୍ତର ସ୍ମରଣ କରି, 3ଆମ୍ଭମାନଙ୍କ ପ୍ରାର୍ଥନାରେ ତୁମ୍ଭମାନଙ୍କ ନାମ ଉଲ୍ଲେଖପୂର୍ବକ ସମସ୍ତଙ୍କ ନିମନ୍ତେ ସର୍ବଦା ଈଶ୍ବରଙ୍କୁ ଧନ୍ୟବାଦ ଦେଉଅଛୁ; 4କାରଣ ହେ ଈଶ୍ବରଙ୍କ ପ୍ରିୟ ଭ୍ରାତୃବୃନ୍ଦ, ଆମ୍ଭେମାନେ ଜାଣୁ ଯେ, ତୁମ୍ଭେମାନେ ମନୋନୀତ ଲୋକ, 5ଯେଣୁ ଆମ୍ଭମାନଙ୍କ ସୁସମାଚାର କେବଳ ବାକ୍ୟରେ ନୁହେଁ, ମାତ୍ର ଶକ୍ତି, ପବିତ୍ର ଆତ୍ମା ଓ ଅତ୍ୟନ୍ତ ନିଶ୍ଚୟତା ସହ ତୁମ୍ଭମାନଙ୍କ ନିକଟରେ ଉପସ୍ଥିତ ହୋଇଥିଲା ଓ ତୁମ୍ଭମାନଙ୍କ ମଧ୍ୟରେ ଥିବା ସମୟରେ ତୁମ୍ଭମାନଙ୍କ ସହିତ ଆମ୍ଭେମାନେ କି ପ୍ରକାର ବ୍ୟବହାର କରିଥିଲୁ, ତାହା ତ ତୁମ୍ଭେମାନେ ଜାଣ।

ପତ୍ର (ସନ୍ଥ ଆର୍ଟେମିୟସ୍‌ଙ୍କ ପାଇଁ)

ଦ୍ଵି.ତୀମ 2:1–10

1ଅତଏବ, ହେ ମୋହର ପୁତ୍ର, ଖ୍ରୀଷ୍ଟ ଯୀଶୁଙ୍କ ପ୍ରଦତ୍ତ ଅନୁଗ୍ରହରେ ବଳବାନ ହୁଅ, 2ଆଉ ଅନେକ ସାକ୍ଷୀମାନଙ୍କ ସାକ୍ଷାତରେ ଯେଉଁ ସବୁ ବାକ୍ୟ ମୋʼଠାରୁ ଶୁଣିଅଛ, ଯେଉଁମାନେ ଅନ୍ୟମାନଙ୍କୁ ମଧ୍ୟ ଶିକ୍ଷା ଦେବାକୁ ସମର୍ଥ, ଏପରି ବିଶ୍ୱସ୍ତ ଲୋକମାନଙ୍କ ନିକଟରେ ସେହିସବୁ ଅର୍ପଣ କର। 3ଖ୍ରୀଷ୍ଟ ଯୀଶୁଙ୍କର ଜଣେ ଉତ୍ତମ ଯୋଦ୍ଧା ପରି ମୋ ସହିତ କ୍ଲେଶ ସହ୍ୟ କର। 4କୌଣସି ଲୋକ ସୈନ୍ୟକାର୍ଯ୍ୟ କରି ସଂସାରର ଅନ୍ୟ କାର୍ଯ୍ୟରେ ନିଜକୁ ଆବଦ୍ଧ କରେ ନାହିଁ, ଯେପରି ସୈନ୍ୟପଦରେ ନିଯୋଗକର୍ତ୍ତାଙ୍କୁ ସେ ସନ୍ତୁଷ୍ଟ କରିପାରେ। 5ଆହୁରି ମଧ୍ୟ ଯଦି ଜଣେ ଲୋକ ଖେଳରେ ଭାଗ ନିଏ, ସେ ନିୟମ ଅନୁସାରେ ତାହା ନ କଲେ ମୁକୁଟ ପାଏ ନାହିଁ। 6ଯେଉଁ କୃଷକ ପରିଶ୍ରମ କରେ, ସେ ପ୍ରଥମେ ଫଳର ଅଂଶ ପାଇବା ଉଚିତ। 7ମୁଁ ଯାହା କହୁଅଛି, ତାହା ଚିନ୍ତା କର; ପ୍ରଭୁ ସମସ୍ତ ବିଷୟରେ ତୁମ୍ଭକୁ ବୁଦ୍ଧି ଦେବେ। 8ମୋ ଦ୍ୱାରା ପ୍ରଚାରିତ ସୁସମାଚାର ଅନୁସାରେ ମୃତମାନଙ୍କ ମଧ୍ୟରୁ ଉତ୍ଥିତ ଓ ଦାଉଦଙ୍କର ବଂଶଜାତ ଯୀଶୁ ଖ୍ରୀଷ୍ଟଙ୍କୁ ସ୍ମରଣ କର। 9ସେହି ସୁସମାଚାର ନିମନ୍ତେ ମୁଁ ଅପରାଧୀ ପରି ବନ୍ଧାଯିବା ପର୍ଯ୍ୟନ୍ତ କ୍ଲେଶ ଭୋଗ କରୁଅଛି; କିନ୍ତୁ ଈଶ୍ବରଙ୍କ ବାକ୍ୟ ଆବଦ୍ଧ ନୁହେଁ। 10ଅତଏବ, ମନୋନୀତ ଲୋକମାନେ ମଧ୍ୟ ଯେପରି ଅନନ୍ତ ଗୌରବ ସହିତ ଖ୍ରୀଷ୍ଟ ଯୀଶୁଙ୍କ ଦତ୍ତ ପରିତ୍ରାଣ ପାଆନ୍ତି, ଏଥିପାଇଁ ମୁଁ ସେମାନଙ୍କ ନିମନ୍ତେ ସମସ୍ତ ବିଷୟ ଧୈର୍ଯ୍ୟ ଧରି ସହ୍ୟ କରୁଅଛି।

ସୁସମାଚାର

ଲୂକ 9:18–22

18ଥରେ ସେ ଏକାକୀ ପ୍ରାର୍ଥନା କରୁଥିବା ସମୟରେ ଶିଷ୍ୟମାନେ ତାହାଙ୍କ ସାଙ୍ଗରେ ଥିଲେ, ଆଉ ସେ ସେମାନଙ୍କୁ ପଚାରିଲେ, “ମୁଁ କିଏ ବୋଲି ଲୋକସମୂହ କଅଣ କହନ୍ତି?” 19ଏଥିରେ ସେମାନେ ଉତ୍ତର ଦେଲେ, ବାପ୍ତିଜକ ଯୋହନ, କିନ୍ତୁ କେହି କେହି କହନ୍ତି, ଏଲୀୟ, ଆଉ କେହି କେହି କହନ୍ତି, ପୁରାକାଳର ଭାବବାଦୀମାନଙ୍କ ମଧ୍ୟରୁ ଜଣେ ପୁନର୍ବାର ଉଠିଅଛନ୍ତି। 20ସେ ସେମାନଙ୍କୁ ପଚାରିଲେ, “କିନ୍ତୁ ମୁଁ କିଏ ବୋଲି ତୁମ୍ଭେମାନେ କଅଣ କହୁଅଛ?” ପିତର ଉତ୍ତର ଦେଲେ, ଆପଣ “ଈଶ୍ବରଙ୍କ ଖ୍ରୀଷ୍ଟ।” 21ସେଥିରେ ସେ ଏହା କାହାକୁ ନ କହିବା ପାଇଁ ସେମାନଙ୍କୁ ଦୃଢ଼ ଆଜ୍ଞା ଦେଇ କହିଲେ, 22“ମନୁଷ୍ୟପୁତ୍ରଙ୍କୁ ଅବଶ୍ୟ ବହୁତ ଦୁଃଖଭୋଗ କରିବାକୁ ହେବ ଏବଂ ପ୍ରାଚୀନ, ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନଙ୍କ ଦ୍ୱାରା ଅଗ୍ରାହ୍ୟ ହୋଇ ହତ ହେବାକୁ ହେବ, ପୁଣି, ତୃତୀୟ ଦିନରେ ପୁନରୁତ୍ଥାନ ନିଶ୍ଚୟ ହେବ।”

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଅକ୍ଟୋବର 20 ନାଗରିକ ପଞ୍ଜିକାର ନଭେମ୍ବର 2। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର