ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ନଭେମ୍ବର 2026 › ନଭେମ୍ବର 3
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 3 ନଭେମ୍ବର 2026
ମଙ୍ଗଳବାର · ସାଧାରଣ କାଳର 31ତମ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର 31ତମ ସପ୍ତାହର ମଙ୍ଗଳବାର
ଇଚ୍ଛାଧୀନ ସ୍ମୃତି ଦିବସ · ଉପାସନାର ରଙ୍ଗ: ସବୁଜ
ସନ୍ଥ ମାର୍ଟିନ୍ ଡି ପୋରେସ୍, ସନ୍ନ୍ୟାସୀ · ଇଚ୍ଛାଧୀନ ସ୍ମୃତି ଦିବସ
ଦିନର ପାଠ
ପ୍ରଥମ ପାଠ
5ଖ୍ରୀଷ୍ଟ ଯୀଶୁଙ୍କର ଯେପରି ମନ ଥିଲା, ତୁମ୍ଭମାନଙ୍କର ସେହିପରି ମନ ହେଉ; 6ସେ ଈଶ୍ବରରୂପୀ ହେଲେ ହେଁ ଈଶ୍ବରଙ୍କ ସହିତ ସମାନ ହୋଇ ରହିବା ନିଜ ନିମନ୍ତେ ଧରି ରଖିବାର ବିଷୟ ମନେ କଲେ ନାହିଁ, 7କିନ୍ତୁ ମନୁଷ୍ୟ ସଦୃଶ ହୋଇ ଦାସରୂପ ଧାରଣ କରି ଆପଣାକୁ ଶୂନ୍ୟ କଲେ; 8ପୁଣି, ମନୁଷ୍ୟ ଭାବରେ ଦେଖାଯାଇ ମୃତ୍ୟୁ ପର୍ଯ୍ୟନ୍ତ, ହଁ, କ୍ରୁଶୀୟ ମୃତ୍ୟୁ ପର୍ଯ୍ୟନ୍ତ ଆଜ୍ଞାବହ ହୋଇ ଆପଣାକୁ ଅବନତ କଲେ। 9ଏହି କାରଣରୁ ଈଶ୍ବର ତାହାଙ୍କୁ ଅତିଶୟ ଉନ୍ନତ କରିଅଛନ୍ତି, ପୁଣି, ସମସ୍ତ ନାମ ଅପେକ୍ଷା ସର୍ବୋତ୍କୃଷ୍ଟ ନାମ ତାହାଙ୍କୁ ପ୍ରଦାନ କରିଅଛନ୍ତି, 10ଯେପରି ସ୍ୱର୍ଗ, ମର୍ତ୍ତ୍ୟ ଓ ପାତାଳରେ ଥିବା ପ୍ରତ୍ୟେକ ଆଣ୍ଠୁ ଯୀଶୁଙ୍କ ନାମରେ ନତ ହେବ, 11ପୁଣି, ପିତା ଈଶ୍ବରଙ୍କ ଗୌରବ ନିମନ୍ତେ ପ୍ରତ୍ୟେକ ଜିହ୍ୱା ଯୀଶୁ ଖ୍ରୀଷ୍ଟ ପ୍ରଭୁ ବୋଲି ସ୍ୱୀକାର କରିବ।
ପ୍ରତିଉତ୍ତର ଗୀତ
25ମହାସମାଜ ମଧ୍ୟରେ ତୁମ୍ଭେ ହିଁ ମୋହର ପ୍ରଶଂସାଭୂମି; ମୁଁ ତାହାଙ୍କ ଭୟକାରୀମାନଙ୍କ ସାକ୍ଷାତରେ ଆପଣା ମାନତସବୁ ପୂର୍ଣ୍ଣ କରିବି। 26ନମ୍ର ଲୋକମାନେ ଭୋଜନ କରି ପରିତୃପ୍ତ ହେବେ; ସଦାପ୍ରଭୁଙ୍କ ଅନ୍ୱେଷଣକାରୀଗଣ ତାହାଙ୍କୁ ପ୍ରଶଂସା କରିବେ; ତୁମ୍ଭମାନଙ୍କ ଅନ୍ତଃକରଣ ନିତ୍ୟଜୀବୀ ହେଉ। 27ପୃଥିବୀର ପ୍ରାନ୍ତସ୍ଥିତ ସମସ୍ତେ ସଦାପ୍ରଭୁଙ୍କୁ ସ୍ମରଣ କରି ତାହାଙ୍କ ପ୍ରତି ଫେରିବେ; ଆଉ, ଅନ୍ୟ ଦେଶୀୟ ଗୋଷ୍ଠୀସକଳ ତୁମ୍ଭ ସମ୍ମୁଖରେ ପ୍ରଣାମ କରିବେ। 28କାରଣ ରାଜ୍ୟ ସଦାପ୍ରଭୁଙ୍କର ଅଟେ; ପୁଣି, ସେ ଗୋଷ୍ଠୀୟମାନଙ୍କର ଶାସନକର୍ତ୍ତା ଅଟନ୍ତି। 29ପୃଥିବୀସ୍ଥ ହୃଷ୍ଟପୁଷ୍ଟ ଲୋକ ସମସ୍ତେ ଭୋଜନ କରି ପ୍ରଣାମ କରିବେ; ଧୂଳିରେ ଲୀନ ହେବାକୁ ଉଦ୍ୟତ ସମସ୍ତେ, ଅର୍ଥାତ୍, ଆପଣା ପ୍ରାଣ ବଞ୍ଚାଇବାକୁ ଅସମର୍ଥ ଲୋକ ତାହାଙ୍କ ଛାମୁରେ ମୁହଁ ମାଡ଼ି ପଡ଼ିବେ। 30ଏକ ବଂଶ ତାହାଙ୍କର ସେବା କରିବେ; ଭବିଷ୍ୟତ ବଂଶକୁ ପ୍ରଭୁଙ୍କ ବିଷୟ କୁହାଯିବ। 31ସେମାନେ ଆସି ଭବିଷ୍ୟତରେ ଜାତ ହେବା ଲୋକଙ୍କ ନିକଟରେ ତାହାଙ୍କ ଧାର୍ମିକତା ପ୍ରଚାର କରି କହିବେ, ସେ ଏହା ସାଧନ କରିଅଛନ୍ତି।
ସୁସମାଚାର
15ତାହା ଶୁଣି ତାହାଙ୍କ ସହିତ ଭୋଜନରେ ବସିଥିବା ଲୋକମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ କହିଲେ, ଯେଉଁ ଲୋକ ଈଶ୍ବରଙ୍କ ରାଜ୍ୟରେ ଭୋଜନ କରିବ, ସେ ଧନ୍ୟ। 16କିନ୍ତୁ ସେ ତାହାଙ୍କୁ କହିଲେ, “ଜଣେ ବ୍ୟକ୍ତି ରାତ୍ର ସମୟରେ ମହାଭୋଜ ଦେବାକୁ ଇଚ୍ଛା କରି ଅନେକଙ୍କୁ ନିମନ୍ତ୍ରଣ କଲେ; 17ଆଉ, ଭୋଜନର ସମୟ ଉପସ୍ଥିତ ହୁଅନ୍ତେ, ସେ ନିମନ୍ତ୍ରିତ ଲୋକମାନଙ୍କ ନିକଟକୁ ଆପଣା ଦାସକୁ ପଠାଇ କହିଲେ, ‘ଆପଣମାନେ ଆସନ୍ତୁ, କାରଣ ସମସ୍ତ ପ୍ରସ୍ତୁତ ହେଲାଣି।’ 18କିନ୍ତୁ ସମସ୍ତେ ଏକ ମତରେ କ୍ଷମା ପ୍ରାର୍ଥନା କରିବାକୁ ଲାଗିଲେ। ପ୍ରଥମ ଜଣ ତାହାକୁ କହିଲେ, ‘ମୁଁ ଖଣ୍ଡେ କ୍ଷେତ କିଣିଅଛି, ମୋତେ ତାହା ଦେଖିବାକୁ ପଡ଼ିବ; ଅନୁରୋଧ କରେ, ମୁଁ କ୍ଷମା ପାଇଅଛି ବୋଲି ମନେ କର।’ 19ଆଉ ଜଣେ କହିଲା, ମୁଁ ପାଞ୍ଚ ହଳ ବଳଦ କିଣିଅଛି, ଆଉ ମୁଁ ସେମାନଙ୍କୁ ପରୀକ୍ଷା କରିବାକୁ ଯାଉଅଛି; ଅନୁରୋଧ କରେ, ମୁଁ କ୍ଷମା ପାଇଅଛି ବୋଲି ମନେ କର। 20ଅନ୍ୟ ଜଣେ କହିଲା, ‘ମୁଁ ବିବାହ କରିଅଛି, ତେଣୁ ଯାଇ ପାରୁ ନାହିଁ।’ 21ପୁଣି, ସେହି ଦାସ ଆସି ଆପଣା ପ୍ରଭୁଙ୍କୁ ସେହିସବୁ ଜଣାଇଲା। ସେଥିରେ ଗୃହକର୍ତ୍ତା ରାଗିଯାଇ ଆପଣା ଦାସକୁ କହିଲେ, ‘ଶୀଘ୍ର ନଗରର ଦାଣ୍ଡ ଓ ଗଳିଗୁଡ଼ିକୁ ଯାଇ ଦରିଦ୍ର, ପଙ୍ଗୁ, ଅନ୍ଧ ଓ ଖଞ୍ଜମାନଙ୍କୁ ଏଠାକୁ ନେଇଆସ।’ 22ପରେ ସେହି ଦାସ କହିଲା, ହେ ପ୍ରଭୁ, ଆପଣଙ୍କ ଆଦେଶ ଅନୁସାରେ କରାଯାଇଅଛି, ତଥାପି ଆହୁରି ସ୍ଥାନ ଅଛି। 23ସେଥିରେ ପ୍ରଭୁ ସେହି ଦାସକୁ କହିଲେ, ‘ରାଜଦାଣ୍ଡ ଓ ବାଡ଼ ଆଡ଼କୁ ଯାଇ ଲୋକମାନଙ୍କୁ ଆସିବା ପାଇଁ କୁହ, ଯେପରି ମୋହର ଗୃହ ପୂର୍ଣ୍ଣ ହୁଏ।’ 24ଯେଣୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ସେହି ନିମନ୍ତ୍ରିତ ଲୋକମାନଙ୍କ ମଧ୍ୟରୁ କେହି ମୋହର ଭୋଜର ଆସ୍ୱାଦ ପାଇବ ନାହିଁ।”
ଆଜିର ସନ୍ଥ
- ସନ୍ଥ ମାର୍ଟିନ୍ ଡି ପୋରେସ୍, ସନ୍ନ୍ୟାସୀ
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର A, ସପ୍ତାହ ଦିନର ବର୍ଷ II।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର