ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ନଭେମ୍ବର 2026 › ନଭେମ୍ବର 4
ଅର୍ଥୋଡକ୍ସ ପଞ୍ଜିକା · 22 ଅକ୍ଟୋବର (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 4 ନଭେମ୍ବର 2026
ବୁଧବାର · ପେଣ୍ଟିକଷ୍ଟ ପରେ 23ତମ ସପ୍ତାହ · ସ୍ୱର 5
ପର୍ବ ଓ ସନ୍ଥ
Holy Equal-to-the-Apostles Abercius, Bishop and Wonderworker of Hieropolis († c. 167)
ଉପବାସ ଦିନ
ଉପବାସ: ତେଲ ସହିତ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପ୍ରଭାତୀ ପ୍ରାର୍ଥନା: ସୁସମାଚାର (ଈଶ୍ବରଙ୍କ ମାତାଙ୍କ କାଜାନ୍ ଆଇକନ୍ ପାଇଁ)
39ଏହି ସମୟରେ ମରୀୟମ ଉଠି ପାର୍ବତୀୟ ଅଞ୍ଚଳର ଯିହୂଦା ପ୍ରଦେଶର ଗୋଟିଏ ନଗରକୁ ଶୀଘ୍ର ଗଲେ, 40ପୁଣି, ଜିଖରୀୟଙ୍କ ଗୃହରେ ପ୍ରବେଶ କରି ଏଲୀଶାବେଥଙ୍କୁ ନମସ୍କାର କଲେ। 41ଆଉ, ଏଲୀଶାବେଥ ମରୀୟମଙ୍କ ନମସ୍କାର ଶୁଣିବାମାତ୍ରେ ଶିଶୁଟି ତାହାଙ୍କ ଗର୍ଭରେ ନାଚି ଉଠିଲା, ପୁଣି, ଏଲୀଶାବେଥ ପବିତ୍ର ଆତ୍ମାରେ ପୂର୍ଣ୍ଣ ହୋଇ 42ଅତି ଉଚ୍ଚସ୍ୱରରେ କହିଲେ, ନାରୀମାନଙ୍କ ମଧ୍ୟରେ ତୁମ୍ଭେ ଧନ୍ୟ, ପୁଣି, ଧନ୍ୟ ତୁମ୍ଭର ଗର୍ଭର ଫଳ। 43ଆଉ, ମୋ ପ୍ରଭୁଙ୍କ ମାତା ଯେ ମୋʼ ନିକଟକୁ ଆସିବେ, ମୋହର ଏହି ସୌଭାଗ୍ୟ କେଉଁଠାରୁ ହେଲା? 44କାରଣ ଦେଖ, ତୁମ୍ଭ ସମ୍ଭାଷଣର ସ୍ୱର ମୋʼ କାନରେ ପ୍ରବେଶ କରିବା ମାତ୍ରେ ଶିଶୁଟି ମୋʼ ଗର୍ଭରେ ଉଲ୍ଲାସରେ ନାଚି ଉଠିଲା। 45ଯେ ବିଶ୍ୱାସ କଲେ, ସେ ଧନ୍ୟ, କାରଣ ପ୍ରଭୁଙ୍କଠାରୁ ତାହାଙ୍କୁ ଯାହା ଯାହା କୁହାଯାଇଅଛି, ସେହିସବୁ ସଫଳ ହେବ। 46ଏଥିରେ ମରୀୟମ କହିଲେ, “ମୋହର ପ୍ରାଣ ପ୍ରଭୁଙ୍କର ପ୍ରଶଂସା କରୁଅଛି, 47ପୁଣି, ମୋହର ଆତ୍ମା ମୋʼ ତ୍ରାଣକର୍ତ୍ତା ଈଶ୍ବରଙ୍କଠାରେ ଆନନ୍ଦିତ ହୋଇଅଛି; 48କାରଣ ସେ ଆପଣା ଦାସୀର ଦୀନାବସ୍ଥା ପ୍ରତି ଦୃଷ୍ଟିପାତ କରିଅଛନ୍ତି। ଆଉ ଦେଖ, ବର୍ତ୍ତମାନଠାରୁ ସମସ୍ତ ପିଢ଼ି ମୋତେ ଧନ୍ୟ ବୋଲି କହିବେ, 49କାରଣ ଯେ ଶକ୍ତିମାନ, ସେ ମୋʼ ପ୍ରତି ମହତ କର୍ମ କରିଅଛନ୍ତି; ତାହାଙ୍କର ନାମ ପବିତ୍ର, 56ଆଉ ମରୀୟମ ପ୍ରାୟ ତିନି ମାସ ତାହାଙ୍କ ସହିତ ରହି ଆପଣା ଗୃହକୁ ଫେରିଗଲେ।
ପତ୍ର (ଈଶ୍ବରଙ୍କ ମାତାଙ୍କ କାଜାନ୍ ଆଇକନ୍ ପାଇଁ)
5ଖ୍ରୀଷ୍ଟ ଯୀଶୁଙ୍କର ଯେପରି ମନ ଥିଲା, ତୁମ୍ଭମାନଙ୍କର ସେହିପରି ମନ ହେଉ; 6ସେ ଈଶ୍ବରରୂପୀ ହେଲେ ହେଁ ଈଶ୍ବରଙ୍କ ସହିତ ସମାନ ହୋଇ ରହିବା ନିଜ ନିମନ୍ତେ ଧରି ରଖିବାର ବିଷୟ ମନେ କଲେ ନାହିଁ, 7କିନ୍ତୁ ମନୁଷ୍ୟ ସଦୃଶ ହୋଇ ଦାସରୂପ ଧାରଣ କରି ଆପଣାକୁ ଶୂନ୍ୟ କଲେ; 8ପୁଣି, ମନୁଷ୍ୟ ଭାବରେ ଦେଖାଯାଇ ମୃତ୍ୟୁ ପର୍ଯ୍ୟନ୍ତ, ହଁ, କ୍ରୁଶୀୟ ମୃତ୍ୟୁ ପର୍ଯ୍ୟନ୍ତ ଆଜ୍ଞାବହ ହୋଇ ଆପଣାକୁ ଅବନତ କଲେ। 9ଏହି କାରଣରୁ ଈଶ୍ବର ତାହାଙ୍କୁ ଅତିଶୟ ଉନ୍ନତ କରିଅଛନ୍ତି, ପୁଣି, ସମସ୍ତ ନାମ ଅପେକ୍ଷା ସର୍ବୋତ୍କୃଷ୍ଟ ନାମ ତାହାଙ୍କୁ ପ୍ରଦାନ କରିଅଛନ୍ତି, 10ଯେପରି ସ୍ୱର୍ଗ, ମର୍ତ୍ତ୍ୟ ଓ ପାତାଳରେ ଥିବା ପ୍ରତ୍ୟେକ ଆଣ୍ଠୁ ଯୀଶୁଙ୍କ ନାମରେ ନତ ହେବ, 11ପୁଣି, ପିତା ଈଶ୍ବରଙ୍କ ଗୌରବ ନିମନ୍ତେ ପ୍ରତ୍ୟେକ ଜିହ୍ୱା ଯୀଶୁ ଖ୍ରୀଷ୍ଟ ପ୍ରଭୁ ବୋଲି ସ୍ୱୀକାର କରିବ।
ସୁସମାଚାର (ଈଶ୍ବରଙ୍କ ମାତାଙ୍କ କାଜାନ୍ ଆଇକନ୍ ପାଇଁ)
38ସେମାନେ ଯାତ୍ରା କରୁଥିବା ସମୟରେ ସେ ଗୋଟିଏ ଗ୍ରାମରେ ପ୍ରବେଶ କଲେ ଏବଂ ମାର୍ଥା ନାମରେ ଜଣେ ସ୍ତ୍ରୀଲୋକ ଯୀଶୁଙ୍କୁ ନିଜ ଘରକୁ ଡାକିଲେ। 39ତାହାଙ୍କର ଜଣେ ଭଉଣୀ ଥିଲେ ତାହାଙ୍କ ନାମ ମରୀୟମ, ସେ ପ୍ରଭୁଙ୍କ ପାଦ ତଳେ ବସି ତାହାଙ୍କ ବାକ୍ୟ ଶୁଣୁଥିଲେ। 40କିନ୍ତୁ ମାର୍ଥା ଖାଦ୍ୟ ପ୍ରସ୍ତୁତ କରିବାରେ ବହୁତ ବ୍ୟସ୍ତ ହେଉଥିଲେ; ଏଣୁ ସେ ତାହାଙ୍କ ନିକଟକୁ ଆସି କହିଲେ, ହେ ପ୍ରଭୁ, ମୋହର ଭଉଣୀ ଯେ ଏକାକୀ ମୋʼ ଉପରେ ପରିଚର୍ଯ୍ୟାର ଭାର ପକାଇ ଦେଇଅଛି ସେ ଆଡ଼କୁ କଅଣ ଆପଣଙ୍କର ମନ ନାହିଁ? ତେବେ ମୋତେ ସାହାଯ୍ୟ କରିବା ନିମନ୍ତେ ତାହାକୁ କୁହନ୍ତୁ। 41କିନ୍ତୁ ପ୍ରଭୁ ତାହାଙ୍କୁ କହିଲେ, “ମାର୍ଥା, ମାର୍ଥା, ତୁମ୍ଭେ ବହୁତ ବିଷୟରେ ଚିନ୍ତିତ ଓ ବ୍ୟତିବ୍ୟସ୍ତ ହେଉଅଛ, 42କିନ୍ତୁ ଅଳ୍ପ କେତୋଟି, ବରଂ ଗୋଟିଏ ମାତ୍ର ଆବଶ୍ୟକ; ମରୀୟମ ତ ଉତ୍ତମ ଭାଗ ମନୋନୀତ କରିଅଛି, ଆଉ ତାହା ତାହାଠାରୁ ନିଆଯିବ ନାହିଁ।” 11:27ସେ ଏହି ସମସ୍ତ କଥା କହୁଥିବା ସମୟରେ ଲୋକସମୂହ ମଧ୍ୟରେ ଜଣେ ସ୍ତ୍ରୀଲୋକ ଉଚ୍ଚସ୍ୱରରେ କହିଲା, ଧନ୍ୟ ସେହି ଗର୍ଭ, ଯାହା ତୁମ୍ଭକୁ ଧାରଣ କଲା ଓ ସେହି ସ୍ତନ, ଯହିଁରୁ ତୁମ୍ଭେ ପାନ କଲ। 28ମାତ୍ର ସେ କହିଲେ, “ନା, ବରଂ ଯେଉଁମାନେ ଈଶ୍ବରଙ୍କ ବାକ୍ୟ ଶୁଣନ୍ତି ଓ ପାଳନ କରନ୍ତି, ସେମାନେ ଧନ୍ୟ।”
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଅକ୍ଟୋବର 22 ନାଗରିକ ପଞ୍ଜିକାର ନଭେମ୍ବର 4। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର