ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ନଭେମ୍ବର 2026 › ନଭେମ୍ବର 5
ଅର୍ଥୋଡକ୍ସ ପଞ୍ଜିକା · 23 ଅକ୍ଟୋବର (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 5 ନଭେମ୍ବର 2026
ଗୁରୁବାର · ପେଣ୍ଟିକଷ୍ଟ ପରେ 23ତମ ସପ୍ତାହ · ସ୍ୱର 5
ପର୍ବ ଓ ସନ୍ଥ
Holy Apostle James, the Brother of the Lord († ca.63)
ଉପବାସ
ଉପବାସ ନାହିଁ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର
9ହେ ଭାଇମାନେ, ଆମ୍ଭମାନଙ୍କ ପରିଶ୍ରମ ଓ କଠିନ କାର୍ଯ୍ୟ ତୁମ୍ଭମାନଙ୍କ ସ୍ମରଣରେ ଅଛି; ଯେପରି ଆମ୍ଭେମାନେ ତୁମ୍ଭମାନଙ୍କ କାହାରି ଭାର ସ୍ୱରୂପ ନ ହେଉ, ଏଥିନିମନ୍ତେ ଦିବାରାତ୍ର କଠୋର ପରିଶ୍ରମ କରି ଈଶ୍ବରଙ୍କ ସୁସମାଚାର ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିଥିଲୁ। 10ବିଶ୍ୱାସୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ପ୍ରତି ଆମ୍ଭେମାନେ କିପରି ପବିତ୍ର, ଧାର୍ମିକ ଓ ଅନିନ୍ଦନୀୟ ବ୍ୟବହାର କରିଥିଲୁ, ସେଥିର ତୁମ୍ଭେମାନେ ସାକ୍ଷୀ, ପୁଣି, ଈଶ୍ବର ମଧ୍ୟ ସାକ୍ଷୀ। 11ଆଉ ତୁମ୍ଭେମାନେ ତ ଜାଣ, ପିତା ଯେପ୍ରକାରେ ଆପଣା ସନ୍ତାନମାନଙ୍କୁ ଶିକ୍ଷା ଦିଅନ୍ତି, ସେହି ପ୍ରକାରେ ଆମ୍ଭେମାନେ ତୁମ୍ଭ ପ୍ରତ୍ୟେକ ଜଣକୁ ଉପଦେଶ ଓ ଉତ୍ସାହ ଦେଇ ଏକାନ୍ତ ଅନୁରୋଧ କରିଥିଲୁ, 12ଯେପରି ତୁମ୍ଭମାନଙ୍କ ଆହ୍ୱାନକାରୀ ଈଶ୍ବରଙ୍କ ଯୋଗ୍ୟ ଆଚରଣ କରି, ତାହାଙ୍କ ରାଜ୍ୟ ଓ ଗୌରବର ଅଂଶୀ ହୋଇପାର। 13ଆଉ, ଏହି କାରଣରୁ ଆମ୍ଭେମାନେ ମଧ୍ୟ ନିରନ୍ତର ଈଶ୍ବରଙ୍କ ଧନ୍ୟବାଦ କରୁଅଛୁ ଯେ, ଯେତେବେଳେ ତୁମ୍ଭେମାନେ ଆମ୍ଭମାନଙ୍କ ଦ୍ୱାରା ପ୍ରଚାରିତ ଈଶ୍ବରଙ୍କ ବାକ୍ୟ ଗ୍ରହଣ କଲ, ସେତେବେଳେ ସେହି ବାକ୍ୟକୁ ମନୁଷ୍ୟର ବାକ୍ୟ ରୂପେ ଗ୍ରହଣ ନ କରି ବରଂ ଈଶ୍ବରଙ୍କ ବାକ୍ୟ ସ୍ୱରୂପେ ଗ୍ରହଣ କରିଥିଲ, ଆଉ ବାସ୍ତବରେ ତାହା ଈଶ୍ବରଙ୍କ ବାକ୍ୟ ଅଟେ, ପୁଣି, ବିଶ୍ୱାସୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ଅନ୍ତରରେ ତାହା ମଧ୍ୟ କାର୍ଯ୍ୟ ସାଧନ କରୁଅଛି। 14କାରଣ, ହେ ଭାଇମାନେ, ତୁମ୍ଭେମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ଯିହୂଦିୟା ପ୍ରଦେଶସ୍ଥ ଈଶ୍ବରଙ୍କ ମଣ୍ଡଳୀ-ସମୂହର ଅନୁକାରୀ ହୋଇଅଛ, ଯେଣୁ ସେମାନେ ଯିହୁଦୀମାନଙ୍କ ଦ୍ୱାରା ଯେଉଁ ଦୁଃଖଭୋଗ କରିଥିଲେ, ତୁମ୍ଭେମାନେ ମଧ୍ୟ ସ୍ୱଜାତୀୟମାନଙ୍କ ଦ୍ୱାରା ସେହିସବୁ ଦୁଃଖଭୋଗ କରୁଅଛ।
ପତ୍ର (ସନ୍ଥ ଯାକୁବଙ୍କ ପାଇଁ)
11କାରଣ, ହେ ଭାଇମାନେ, ଯେଉଁ ସୁସମାଚାର ମୋʼ ଦ୍ୱାରା ପ୍ରଚାରିତ ହୋଇଅଛି, ସେ ସମ୍ବନ୍ଧରେ ତୁମ୍ଭମାନଙ୍କୁ ଜଣାଉଅଛି ଯେ, ତାହା ମନୁଷ୍ୟର ମତାନୁସାରେ ନୁହେଁ; 12ଯେଣୁ ମୁଁ ତାହା ମନୁଷ୍ୟଠାରୁ ପାଇ ନାହିଁ କିଅବା ଶିକ୍ଷା କରି ନାହିଁ, କିନ୍ତୁ ଯୀଶୁ ଖ୍ରୀଷ୍ଟଙ୍କ ପ୍ରତ୍ୟାଦେଶ ଦ୍ୱାରା ପାଇଅଛି। 13ପୂର୍ବେ ଯିହୁଦୀ ଧର୍ମରେ ମୋହର ଆଚରଣ ସମ୍ବନ୍ଧରେ ତୁମ୍ଭେମାନେ ତ ଶୁଣିଅଛ, ମୁଁ ଈଶ୍ବରଙ୍କ ମଣ୍ଡଳୀ କି ଅତିରିକ୍ତ ଭାବରେ ତାଡ଼ନା କରୁଥିଲି ଓ ତାହା ଉଚ୍ଛିନ୍ନ କରିବାକୁ ଚେଷ୍ଟା କରୁଥିଲି, 14ଆଉ, ମୋହର ପିତୃ-ପୁରୁଷଙ୍କ ପରମ୍ପରାଗତ ରୀତିନୀତି ନିମନ୍ତେ ଅତ୍ୟନ୍ତ ଉଦ୍ଯୋଗୀ ହୋଇ ମୋହର ସମବୟସ୍କ ସ୍ୱଜାତି ଲୋକମାନଙ୍କ ମଧ୍ୟରେ ଅନେକଙ୍କଠାରୁ ବଳି ଯିହୁଦୀ ଧର୍ମରେ ଅଗ୍ରସର ହେଉଥିଲି। 15କିନ୍ତୁ ଯେ ମୋହର ମାତାଙ୍କ ଉଦରରୁ ମୋତେ ପୃଥକ୍ କରିଥିଲେ ଓ ଆପଣା ଅନୁଗ୍ରହରେ ମୋତେ ଆହ୍ୱାନ କଲେ, 16ସେ ଯେତେବେଳେ ଆପଣା ପୁତ୍ରଙ୍କୁ ମୋʼ ଠାରେ ପ୍ରକାଶ କରିବା ନିମନ୍ତେ ସନ୍ତୁଷ୍ଟ ହେଲେ, ଯେପରି ମୁଁ ଅଣଯିହୁଦୀମାନଙ୍କ ମଧ୍ୟରେ ସୁସମାଚାର ପ୍ରଚାର କରେ, ସେତେବେଳେ ମୁଁ ମନୁଷ୍ୟଠାରୁ କୌଣସି ପରାମର୍ଶ ନ ନେଇ 17କିଅବା ମୋʼ ପୂର୍ବରେ ନିଯୁକ୍ତ ପ୍ରେରିତମାନଙ୍କ ନିକଟକୁ ଯିରୂଶାଲମ ସହରକୁ ନ ଯାଇ ସେହିକ୍ଷଣି ଆରବ ଦେଶକୁ ବାହାରିଗଲି; ପୁନଶ୍ଚ ମୁଁ ଦମ୍ମେଶକ ସହରକୁ ବାହୁଡ଼ି ଆସିଲି। 18ତାହା ପରେ ତିନି ବର୍ଷ ଉତ୍ତାରେ ମୁଁ ପିତରଙ୍କ ସହିତ ସାକ୍ଷାତ କରିବା ନିମନ୍ତେ ଯିରୂଶାଲମ ସହରକୁ ଗଲି ଓ ତାହାଙ୍କ ସହିତ ପନ୍ଦର ଦିନ ରହିଲି। 19କିନ୍ତୁ ପ୍ରଭୁଙ୍କ ଭାଇ ଯାକୁବଙ୍କ ଛଡ଼ା ପ୍ରେରିତମାନଙ୍କର ଅନ୍ୟ କାହାରିକୁ ଦେଖିଲି ନାହିଁ।
ସୁସମାଚାର
49ସେଥିରେ ଯୋହନ ଉତ୍ତର ଦେଲେ, ହେ ଗୁରୁ, ଆମ୍ଭେମାନେ ଜଣକୁ ଆପଣଙ୍କ ନାମରେ ଭୂତ ଛଡ଼ାଇବାର ଦେଖିଲୁ, ଆଉ ସେ ଆମ୍ଭମାନଙ୍କ ସାଙ୍ଗରେ ଆପଣଙ୍କ ଅନୁଗାମୀ ନ ହେବାରୁ ତାହାକୁ ମନା କଲୁ। 50କିନ୍ତୁ ଯୀଶୁ ତାହାଙ୍କୁ କହିଲେ, “ମନା କର ନାହିଁ, କାରଣ ଯେ ତୁମ୍ଭମାନଙ୍କର ବିପକ୍ଷ ନୁହେଁ, ସେ ତୁମ୍ଭମାନଙ୍କର ସପକ୍ଷ।” 51ପରେ ଯେତେବେଳେ ଯୀଶୁଙ୍କର ସ୍ୱର୍ଗକୁ ଯିବାର ସମୟ ସମ୍ପୂର୍ଣ୍ଣ ହୋଇଆସୁଥିଲା, ସେତେବେଳେ ସେ ଯିରୂଶାଲମ ସହରକୁ ଯିବା ନିମନ୍ତେ ମନକୁ ଦୃଢ଼ କରି, 52ନିଜ ଆଗେ ଦୂତମାନଙ୍କୁ ପଠାଇଲେ, ସେମାନେ ଯାଇ ତାହାଙ୍କ ନିମନ୍ତେ ଆୟୋଜନ କରିବାକୁ ଶମିରୋଣୀୟମାନଙ୍କର ଗୋଟିଏ ଗ୍ରାମରେ ପ୍ରବେଶ କଲେ; 53କିନ୍ତୁ ସେ ଯିରୂଶାଲମ ସହରକୁ ଯିବା ନିମନ୍ତେ ମନସ୍ଥ କରିଅଛନ୍ତି ବୋଲି ଦେଖି ସେମାନେ ତାହାଙ୍କୁ ଗ୍ରହଣ କଲେ ନାହିଁ। 54ଏହା ଦେଖି ଯାକୁବ ଓ ଯୋହନ, ଏହି ଦୁଇ ଶିଷ୍ୟ କହିଲେ, ପ୍ରଭୁ, [ଏଲୀୟ ମଧ୍ୟ ଯେପରି କରିଥିଲେ, ସେହିପରି] ଆକାଶରୁ ଅଗ୍ନି ପଡ଼ି ସେମାନଙ୍କୁ ବିନାଶ କରୁ, ଏହା ଆମ୍ଭେମାନେ କହିବୁ ବୋଲି କଅଣ ଆପଣଙ୍କର ଇଚ୍ଛା? 55କିନ୍ତୁ ସେ ବୁଲିପଡ଼ି ସେମାନଙ୍କୁ ଅନୁଯୋଗ କଲେ ଏବଂ କହିଲେ, ତୁମ୍ଭେମାନେ କେଉଁ ପ୍ରକାର ଆତ୍ମାର ଲୋକ, ଏହା ଜାଣୁ ନାହଁ। ମନୁଷ୍ୟପୁତ୍ର ମନୁଷ୍ୟମାନଙ୍କର ପ୍ରାଣ ବିନାଶ କରିବାକୁ ନ ଆସି ବରଂ ରକ୍ଷା କରିବାକୁ ଆସିଅଛନ୍ତି। 56ତାହା ପରେ ସେମାନେ ଆଉ ଗୋଟିଏ ଗ୍ରାମକୁ ଗଲେ।
ସୁସମାଚାର (ସନ୍ଥ ଯାକୁବଙ୍କ ପାଇଁ)
54ଆଉ, ସେ ନିଜ ପୈତୃକ ନଗରକୁ ଆସି ଲୋକମାନଙ୍କୁ ସେମାନଙ୍କ ସମାଜଗୃହରେ ଏପରି ଶିକ୍ଷା ଦେଲେ ଯେ, ସେମାନେ ଆଶ୍ଚର୍ଯ୍ୟାନ୍ୱିତ ହୋଇ କହିଲେ, ଏ ଲୋକର ଏପରି ବୁଦ୍ଧି ଓ ଶକ୍ତିର କାର୍ଯ୍ୟ କେଉଁଠାରୁ ହେଲା? 55ଏ କି ସେହି ବଢ଼େଇର ପୁଅ ନୁହେଁ? ଏହାର ମାଆ ନାମ କଅଣ ମରୀୟମ ନୁହେଁ? ପୁଣି, ଏହାର ଭାଇମାନଙ୍କ ନାମ କଅଣ ଯାକୁବ, ଯୋଷେଫ, ଶିମୋନ ଓ ଯିହୂଦା ନୁହେଁ? 56ଆଉ, ଏହାର ଭଉଣୀମାନେ କଅଣ ସମସ୍ତେ ଆମ୍ଭମାନଙ୍କ ସାଙ୍ଗରେ ନାହାନ୍ତି? ତେବେ ସେ ଏହିସବୁ କେଉଁଠୁ ପାଇଲା? 57ଆଉ, ସେମାନେ ତାହାଙ୍କଠାରେ ବିଘ୍ନ ପାଇଲେ। କିନ୍ତୁ ଯୀଶୁ ସେମାନଙ୍କୁ କହିଲେ, “ଭାବବାଦୀ ନିଜ ପୈତୃକ ନଗର ଓ ସ୍ୱପରିବାର ବିନା ଅନ୍ୟ କୌଣସିଠାରେ ହତାଦର ହୁଅନ୍ତି ନାହିଁ।” 58ଆଉ, ସେ ସେମାନଙ୍କର ଅବିଶ୍ୱାସ ହେତୁ ସେଠାରେ ଅନେକ ମହତର କାର୍ଯ୍ୟ କଲେ ନାହିଁ।
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଅକ୍ଟୋବର 23 ନାଗରିକ ପଞ୍ଜିକାର ନଭେମ୍ବର 5। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର