Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ନଭେମ୍ବର 2026 › ନଭେମ୍ବର 6

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 6 ନଭେମ୍ବର 2026

ଶୁକ୍ରବାର · ସାଧାରଣ କାଳର 31ତମ ସପ୍ତାହ

ପର୍ବ ଓ ସନ୍ଥ

ସାଧାରଣ କାଳର 31ତମ ସପ୍ତାହର ଶୁକ୍ରବାର

ସାଧାରଣ ଦିନ · ଉପାସନାର ରଙ୍ଗ: ସବୁଜ

ଉପବାସ ଓ ପ୍ରାୟଶ୍ଚିତ୍ତ

ପ୍ରାୟଶ୍ଚିତ୍ତର ଦିନ

ପ୍ରତ୍ୟେକ ଶୁକ୍ରବାର ପ୍ରାୟଶ୍ଚିତ୍ତର ଦିନ; ପ୍ରତ୍ୟେକ ବିଶପ୍ ସମ୍ମିଳନୀ ଏହା କିପରି ପାଳିବାକୁ ହେବ ସ୍ଥିର କରେ: ମାଂସରୁ ବିରତି କିମ୍ବା ପ୍ରାୟଶ୍ଚିତ୍ତର ଅନ୍ୟ କାର୍ଯ୍ୟ। ଉପବାସ 18ରୁ 59 ବର୍ଷ ପର୍ଯ୍ୟନ୍ତ, ବିରତି 14 ବର୍ଷରୁ ବାଧ୍ୟତାମୂଳକ।

ଦିନର ପାଠ

ପ୍ରଥମ ପାଠ

ଫିଲି 3:17–4:1

17ହେ ଭ୍ରାତୃଗଣ, ତୁମ୍ଭେମାନେ ଏକତ୍ର ମିଳି ମୋହର ଅନୁକାରୀ ହୁଅ, ପୁଣି, ଆମ୍ଭମାନଙ୍କଠାରେ ଯେଉଁ ଆଦର୍ଶ ଦେଖୁଅଛ, ଯେଉଁମାନେ ତଦନୁଯାୟୀ ଆଚରଣ କରନ୍ତି, ସେମାନଙ୍କ ପ୍ରତି ଦୃଷ୍ଟି କର। 18କାରଣ ଏପରି ଅନେକ ଅଛନ୍ତି, ଯେଉଁମାନଙ୍କର ଆଚରଣ ବିଷୟରେ ମୁଁ ତୁମ୍ଭମାନଙ୍କୁ ଥରକୁଥର କହିଅଛି, ଆଉ ବର୍ତ୍ତମାନ ମଧ୍ୟ କାନ୍ଦି କାନ୍ଦି କହୁଅଛି, ସେମାନେ ଖ୍ରୀଷ୍ଟଙ୍କ କ୍ରୁଶର ଶତ୍ରୁ; 19ସେମାନଙ୍କ ପରିଣାମ ବିନାଶ, ଉଦର ସେମାନଙ୍କର ଦେବତା, ସେମାନେ ଆପଣା ଆପଣା ଲଜ୍ଜାକୁ ଦର୍ପର ବିଷୟ ମନେ କରନ୍ତି, ପୁଣି, ପାର୍ଥିବ ବିଷୟଗୁଡ଼ିକରେ ଆସକ୍ତ ଅଟନ୍ତି। 20ଆମ୍ଭେମାନେ ତ ସ୍ୱର୍ଗର ପ୍ରଜା, ସେ ସ୍ଥାନରୁ ମଧ୍ୟ ଆମ୍ଭେମାନେ ତ୍ରାଣକର୍ତ୍ତା ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଆଗମନର ଅପେକ୍ଷାରେ ଅଛୁ; 21ସେ ଆପଣାର ଯେଉଁ କାର୍ଯ୍ୟସାଧକ ଶକ୍ତି ଦ୍ୱାରା ସମସ୍ତ ବିଷୟକୁ ନିଜର ବଶୀଭୂତ କରିପାରନ୍ତି, ତଦ୍ୱାରା ଆମ୍ଭମାନଙ୍କର ଛାର ଶରୀରକୁ ରୂପାନ୍ତରିତ କରି ଆପଣାର ଗୌରବମୟ ଶରୀରର ସଦୃଶ କରିବେ। 4:1ଅତଏବ, ହେ ମୋହର ପ୍ରିୟ ଓ ଇଷ୍ଟ, ମୋହର ଆନନ୍ଦ ଓ ମୁକୁଟ ସ୍ୱରୂପ ଭ୍ରାତୃବୃନ୍ଦ, ଏହିପରି ଭାବରେ ପ୍ରଭୁଙ୍କଠାରେ ସ୍ଥିର ହୋଇଥାଅ।

ପ୍ରତିଉତ୍ତର ଗୀତ

ଗୀତ 122:1–2, 4–5

1ଆରୋହଣ ଗୀତ; ଦାଉଦଙ୍କ ରଚିତ। “ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ଗୃହକୁ ଯାଉ,” ଏହି କଥା ଲୋକମାନେ ମୋତେ କହିବା ବେଳେ ମୁଁ ଆନନ୍ଦିତ ହେଲି। 2ହେ ଯିରୂଶାଲମ, ତୁମ୍ଭ ଦ୍ୱାର ଭିତରେ ଆମ୍ଭମାନଙ୍କ ଚରଣ ଠିଆ ହେଉଅଛି; 4ଗୋଷ୍ଠୀବର୍ଗ, ଅର୍ଥାତ୍‍, ସଦାପ୍ରଭୁଙ୍କ ଗୋଷ୍ଠୀବର୍ଗ ଇସ୍ରାଏଲ ପ୍ରତି ସାକ୍ଷ୍ୟ ସ୍ୱରୂପେ ସଦାପ୍ରଭୁଙ୍କ ନାମକୁ ଧନ୍ୟବାଦ ଦେବା ନିମନ୍ତେ ସେଠାରେ ଆରୋହଣ କରନ୍ତି। 5କାରଣ ସେଠାରେ ବିଚାରାର୍ଥକ ସିଂହାସନ, ଦାଉଦ-ବଂଶର ସିଂହାସନସବୁ ସ୍ଥାପିତ ଅଛି।

ସୁସମାଚାର

ଲୂକ 16:1–8

1ଯୀଶୁ ଶିଷ୍ୟମାନଙ୍କୁ ମଧ୍ୟ କହିଲେ, “ଜଣେ ଧନୀ ଲୋକ ଥିଲେ; ତାହାଙ୍କର ଜଣେ ବେବର୍ତ୍ତା ଥିଲେ, ଆଉ ସେ ତାହାଙ୍କର ସମ୍ପତ୍ତି ଅଯଥା ଖର୍ଚ୍ଚ କରିଦେଉଅଛି ବୋଲି ତାହା ବିଷୟରେ ଶୁଣି ସେ ତାହାକୁ ଡାକି କହିଲେ, 2ମୁଁ ତୁମ୍ଭ ବିଷୟରେ ଏ କି କଥା ଶୁଣୁଅଛି? ତୁମ୍ଭ ବେବର୍ତ୍ତା କାର୍ଯ୍ୟର ହିସାବ ଦିଅ, କାରଣ ତୁମ୍ଭେ ଆଉ ବେବର୍ତ୍ତା ହୋଇ ରହି ପାରିବ ନାହିଁ। 3ସେଥିରେ ସେହି ବେବର୍ତ୍ତା ମନେ ମନେ କହିଲା, କଅଣ କରିବି? ମୋହର ପ୍ରଭୁ ତ ମୋʼଠାରୁ ବେବର୍ତ୍ତାପଦ ଛଡ଼ାଇ ନେଉଅଛନ୍ତି। ମାଟି ହାଣିବାକୁ ମୋହର ବଳ ନାହିଁ, ଭିକ ମାଗିବାକୁ ମୋତେ ଲାଜ ଲାଗୁଅଛି। 4ମୁଁ ବେବର୍ତ୍ତାପଦରୁ ବାହାରିବା ପରେ ଲୋକ ଯେପରି ମୋତେ ଆପଣା ଆପଣା ଗୃହରେ ଗ୍ରହଣ କରିବେ, ଏଥିପାଇଁ କଅଣ କରିବି, ତାହା ବୁଝିଲିଣି। 5ପୁଣି, ସେ ଆପଣା ପ୍ରଭୁଙ୍କର ପ୍ରତ୍ୟେକ ଖାତକକୁ ପାଖକୁ ଡାକି ପ୍ରଥମ ଜଣକୁ କହିଲା, ତୁମ୍ଭେ ମୋ ପ୍ରଭୁଙ୍କର କେତେ ଧାର ନେଇଅଛ? ସେ କହିଲା, ଶହେ ମହଣ ତୈଳ। 6ସେ ତାହାକୁ କହିଲା, ତୁମ୍ଭର ରସିଦ ନେଇ ଶୀଘ୍ର ବସି ପଚାଶ ବୋଲି ଲେଖ। 7ତାହା ପରେ ସେ ଆଉ ଜଣକୁ କହିଲା, ‘ତୁମ୍ଭେ କେତେ ଧାର ନେଇଅଛ?’ ସେ କହିଲା, ‘ଶହେ ଭରଣ ଗହମ।’ ସେ ତାହାକୁ କହିଲା, ‘ତୁମ୍ଭର ରସିଦ ନେଇ ଅଶୀ ବୋଲି ଲେଖ।’ 8ସେହି ଅବିଶ୍ୱସ୍ତ ବେବର୍ତ୍ତା ବୁଦ୍ଧି ସହିତ କାର୍ଯ୍ୟ କରିଥିବାରୁ ପ୍ରଭୁ ତାହାର ପ୍ରଶଂସା କଲେ; ଯେଣୁ ଏହି ଯୁଗର ସନ୍ତାନମାନେ ସେମାନଙ୍କ ନିଜ ଜାତି ପକ୍ଷରେ ଆଲୋକର ସନ୍ତାନମାନଙ୍କ ଅପେକ୍ଷା ଅଧିକ ବୁଦ୍ଧିମାନ।

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର A, ସପ୍ତାହ ଦିନର ବର୍ଷ II।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର