Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ନଭେମ୍ବର 2026 › ନଭେମ୍ବର 6

ଅର୍ଥୋଡକ୍ସ ପଞ୍ଜିକା · 24 ଅକ୍ଟୋବର (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 6 ନଭେମ୍ବର 2026

ଶୁକ୍ରବାର · ପେଣ୍ଟିକଷ୍ଟ ପରେ 23ତମ ସପ୍ତାହ · ସ୍ୱର 5

ପର୍ବ ଓ ସନ୍ଥ

Martyr Arethas and with him 4299 Martyrs († 523)

ଉପବାସ ଦିନ

ଉପବାସ: ତେଲ ସହିତ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର

ପ୍ର.ଥେସ 2:14–19

14କାରଣ, ହେ ଭାଇମାନେ, ତୁମ୍ଭେମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ଥିବା ଯିହୂଦିୟା ପ୍ରଦେଶସ୍ଥ ଈଶ୍ବରଙ୍କ ମଣ୍ଡଳୀ-ସମୂହର ଅନୁକାରୀ ହୋଇଅଛ, ଯେଣୁ ସେମାନେ ଯିହୁଦୀମାନଙ୍କ ଦ୍ୱାରା ଯେଉଁ ଦୁଃଖଭୋଗ କରିଥିଲେ, ତୁମ୍ଭେମାନେ ମଧ୍ୟ ସ୍ୱଜାତୀୟମାନଙ୍କ ଦ୍ୱାରା ସେହିସବୁ ଦୁଃଖଭୋଗ କରୁଅଛ। 15ସେହି ଯିହୁଦୀମାନେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କୁ, ପୁଣି, ଭାବବାଦୀମାନଙ୍କୁ ମଧ୍ୟ ବଧ କରିଥିଲେ, ଆଉ ଆମ୍ଭମାନଙ୍କୁ ତାଡ଼ନା କଲେ; ସେମାନେ ଈଶ୍ବରଙ୍କ ଅସନ୍ତୋଷପାତ୍ର ଓ ସମସ୍ତ ମାନବଜାତିର ବିପକ୍ଷ, 16କାରଣ ଅଣଯିହୁଦୀମାନଙ୍କ ପରିତ୍ରାଣ ନିମନ୍ତେ ସେମାନଙ୍କ ନିକଟରେ ପ୍ରଚାର କରିବାକୁ ସେମାନେ ସର୍ବଦା ଆମ୍ଭମାନଙ୍କୁ ବାଧା ଦିଅନ୍ତି, ପୁଣି, ସେମାନେ ପାପରେ ଆପଣା ଆପଣାକୁ ପରିପୂର୍ଣ୍ଣ କରୁଥାଆନ୍ତି; ସେମାନଙ୍କ ଉପରେ କ୍ରୋଧ ସମ୍ପୂର୍ଣ୍ଣ ରୂପେ ବର୍ତ୍ତିଲାଣି। 17କିନ୍ତୁ, ହେ ଭାଇମାନେ, ଆମ୍ଭେମାନେ ହୃଦୟରେ ନୁହେଁ, ମାତ୍ର ଶରୀରରେ ଅଳ୍ପ ସମୟ ପାଇଁ ତୁମ୍ଭମାନଙ୍କଠାରୁ ବିଚ୍ଛିନ୍ନ ହୋଇଥିବାରୁ ତୁମ୍ଭମାନଙ୍କ ମୁଖ ଦେଖିବାକୁ ଅତ୍ୟନ୍ତ ଆକାଂକ୍ଷା ସହକାରେ ଅଧିକ ଚେଷ୍ଟା କରିଥିଲୁ। 18ଏନିମନ୍ତେ ଆମ୍ଭେମାନେ ତୁମ୍ଭମାନଙ୍କ ନିକଟକୁ ଯିବା ପାଇଁ ମନସ୍ଥ କରିଥିଲୁ, ବିଶେଷରେ ମୁଁ ପାଉଲ ଥରେ, ହଁ, ଦୁଇ ଥର ମନସ୍ଥ କରିଥିଲି, କିନ୍ତୁ ଶୟତାନ ଆମ୍ଭମାନଙ୍କୁ ବାଧା ଦେଲା। 19କାରଣ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ଆଗମନ ସମୟରେ ତାହାଙ୍କ ଛାମୁରେ ଆମ୍ଭମାନଙ୍କ ଭରସା, ଆନନ୍ଦ କି ଦର୍ପର ମୁକୁଟ କଅଣ? ତାହା କି ତୁମ୍ଭେମାନେ ନୁହଁ?

ସୁସମାଚାର

ଲୂକ 10:1–15

1ଏଥିଉତ୍ତାରେ ପ୍ରଭୁ ଆଉ ସତୁରି ଜଣଙ୍କୁ ନିଯୁକ୍ତ କଲେ ଓ ନିଜେ ଯେଉଁ ଯେଉଁ ନଗର ଓ ସ୍ଥାନକୁ ଯିବା ପାଇଁ ଉଦ୍ୟତ ଥିଲେ, ସେହି ସେହି ସ୍ଥାନକୁ ଦୁଇ ଦୁଇ ଜଣ କରି ସେମାନଙ୍କୁ ଆପଣା ଆଗେ ପଠାଇଲେ। 2ପୁଣି, ସେ ସେମାନଙ୍କୁ କହିଲେ, “ଶସ୍ୟ ସିନା ପ୍ରଚୁର, ମାତ୍ର କାର୍ଯ୍ୟକାରୀମାନେ ଅଳ୍ପ; ଏଣୁ ଆପଣା ଶସ୍ୟକ୍ଷେତ୍ରକୁ କାର୍ଯ୍ୟକାରୀମାନଙ୍କୁ ପଠାଇଦେବା ନିମନ୍ତେ ଶସ୍ୟକ୍ଷେତ୍ରର ମାଲିକଙ୍କ ନିକଟରେ ନିବେଦନ କର। 3ତୁମ୍ଭେମାନେ ଯାଅ; ଦେଖ, ବାଘମାନଙ୍କ ମଧ୍ୟରେ ମେଣ୍ଢାଛୁଆମାନଙ୍କ ପରି ମୁଁ ତୁମ୍ଭମାନଙ୍କୁ ପଠାଉଅଛି। 4ଥଳି, ଝୋଲି ଓ ଜୋତା ନିଅ ନାହିଁ, ପୁଣି, ବାଟରେ କାହାକୁ ନମସ୍କାର କର ନାହିଁ। 5ଆଉ, ଯେକୌଣସି ଗୃହରେ ତୁମ୍ଭେମାନେ ପ୍ରବେଶ କରିବ, ପ୍ରଥମେ କୁହ, ଏହି ଗୃହ ପ୍ରତି ଶାନ୍ତି ହେଉ। 6ଆଉ, ସେ ସ୍ଥାନରେ ଯଦି ଜଣେ ଶାନ୍ତିର ପାତ୍ର ଥାଏ, ତାହାହେଲେ ତୁମ୍ଭମାନଙ୍କର ଶାନ୍ତି ତାହାର ଉପରେ ଅଧିଷ୍ଠାନ କରିବ; କିନ୍ତୁ ଯଦି ନ ଥାଏ, ତେବେ ତାହା ତୁମ୍ଭମାନଙ୍କ ନିକଟକୁ ଫେରିଆସିବ। 7ପୁଣି, ସେମାନଙ୍କ ପାଖରେ ଯାହା ଥାଏ, ତାହା ଭୋଜନପାନ କରି ସେହି ଗୃହରେ ରୁହ, କାରଣ କାର୍ଯ୍ୟକାରୀ ଆପଣା ବେତନର ଯୋଗ୍ୟ। ଘରକୁ ଘର ଯାଅ ନାହିଁ। 8ପୁଣି, ଯେକୌଣସି ନଗରରେ ତୁମ୍ଭେମାନେ ପ୍ରବେଶ କର ଓ ଲୋକେ ତୁମ୍ଭମାନଙ୍କୁ ଗ୍ରହଣ କରନ୍ତି, ସେଠାରେ ତୁମ୍ଭମାନଙ୍କୁ ଯାହା ଦିଆଯାଏ, ତାହା ଭୋଜନ କର, 9ସେ ସ୍ଥାନରେ ଥିବା ପୀଡ଼ିତମାନଙ୍କୁ ସୁସ୍ଥ କର, ଆଉ ସେମାନଙ୍କୁ କୁହ, ଈଶ୍ବରଙ୍କ ରାଜ୍ୟ ତୁମ୍ଭମାନଙ୍କ ସନ୍ନିକଟ। 10କିନ୍ତୁ ଯେକୌଣସି ନଗରରେ ତୁମ୍ଭେମାନେ ପ୍ରବେଶ କର ଓ ଲୋକେ ତୁମ୍ଭମାନଙ୍କୁ ଗ୍ରହଣ କରନ୍ତି ନାହିଁ, ସେଥିର ଦାଣ୍ଡମାନଙ୍କୁ ବାହାରିଯାଇ କୁହ, 11ତୁମ୍ଭମାନଙ୍କ ନଗରର ଯେଉଁ ଧୂଳି ଆମ୍ଭମାନଙ୍କ ପାଦରେ ଲାଗିଅଛି, ତାହା ସୁଧା ତୁମ୍ଭମାନଙ୍କ ପାଇଁ ଝାଡ଼ି ଦେଉଅଛୁ; ତଥାପି ଈଶ୍ବରଙ୍କ ରାଜ୍ୟ ଯେ ସନ୍ନିକଟ, ଏହା ଜାଣିଥାଅ। 12ମୁଁ ତୁମ୍ଭମାନଙ୍କୁ କହୁଅଛି, ବିଚାର ଦିନରେ ସେହି ନଗରର ଦଣ୍ଡ ଅପେକ୍ଷା ସଦୋମର ଦଣ୍ଡକୁ ସହି ହେବ।” 13“ହାୟ, ଦଣ୍ଡର ପାତ୍ର କୋରାଜୀନ୍, ହାୟ, ଦଣ୍ଡର ପାତ୍ର ବେଥ୍‌ସାଇଦା, କାରଣ ତୁମ୍ଭମାନଙ୍କ ମଧ୍ୟରେ ଯେଉଁ ଯେଉଁ ମହତର କାର୍ଯ୍ୟ କରାଯାଇଅଛି, ସେହିସବୁ ଯେବେ ସୋର ଓ ସୀଦୋନରେ କରାଯାଇଥାଆନ୍ତା, ତେବେ ସେମାନେ ଅନେକ କାଳ ପୂର୍ବରୁ ଅଖା ପିନ୍ଧି ପାଉଁଶରେ ବସି ମନ-ପରିବର୍ତ୍ତନ କରିଥାଆନ୍ତେ। 14ତଥାପି ବିଚାରରେ ତୁମ୍ଭମାନଙ୍କ ଦଣ୍ଡ ଅପେକ୍ଷା ସୋର ଓ ସୀଦୋନର ଦଣ୍ଡ ସହି ହେବ। 15ଆଉ, ରେ କଫର୍ନାହୂମ ତୁ କଅଣ ସ୍ୱର୍ଗ ପର୍ଯ୍ୟନ୍ତ ଉନ୍ନତ ହେବୁ? ପାତାଳ ପର୍ଯ୍ୟନ୍ତ ତୋର ପତନ ହେବ।”

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଅକ୍ଟୋବର 24 ନାଗରିକ ପଞ୍ଜିକାର ନଭେମ୍ବର 6। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର