ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ନଭେମ୍ବର 2026 › ନଭେମ୍ବର 7
ଅର୍ଥୋଡକ୍ସ ପଞ୍ଜିକା · 25 ଅକ୍ଟୋବର (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 7 ନଭେମ୍ବର 2026
ଶନିବାର · ପେଣ୍ଟିକଷ୍ଟ ପରେ 23ତମ ସପ୍ତାହ · ସ୍ୱର 5
ପର୍ବ ଓ ସନ୍ଥ
ଦିମିତ୍ରିୟସ୍ଙ୍କ ସ୍ମରଣ ଶନିବାର
ଉପବାସ
ଉପବାସ ନାହିଁ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର
1ହେ ଭାଇମାନେ, ମାକିଦନିଆର ମଣ୍ଡଳୀ-ସମୂହ ମଧ୍ୟରେ ଈଶ୍ବରଙ୍କ ଦତ୍ତ ଯେଉଁ ଅନୁଗ୍ରହ ପ୍ରକାଶିତ ହୋଇଅଛି, ତାହା ଆମ୍ଭେମାନେ ତୁମ୍ଭମାନଙ୍କୁ ଜଣାଉଅଛୁ; 2ସେମାନେ ମହା କ୍ଳେଶରୂପ ପରୀକ୍ଷାରେ ପଡ଼ିଲେ ହେଁ ସେମାନଙ୍କର ମହାନନ୍ଦ ଭୀଷଣ ଦରିଦ୍ରତା ମଧ୍ୟରେ ସୁଦ୍ଧା ପ୍ରଚୁରଭାବେ ଅସୀମ ବଦାନ୍ୟତା ଉତ୍ପନ୍ନ କରିଅଛି। 3କାରଣ ମୁଁ ସାକ୍ଷ୍ୟ ଦେଉଅଛି ଯେ, ସେମାନଙ୍କ ଶକ୍ତି ଅନୁସାରେ, ବରଂ ସେମାନଙ୍କ ଶକ୍ତିର ଅତିରିକ୍ତ ଭାବରେ ସେମାନେ ଦାନ କଲେ; 4ସାଧୁମାନଙ୍କ ସେବାର ସହଭାଗିତାରୂପ ଅନୁଗ୍ରହପ୍ରାପ୍ତ ହେବା ନିମନ୍ତେ ସେମାନେ ସ୍ୱେଚ୍ଛାରେ ବହୁତ ବିନତି ସହ ଆମ୍ଭମାନଙ୍କୁ ନିବେଦନ କଲେ; 5ଏଥିରେ ସେମାନେ ଯେ କେବଳ ଆମ୍ଭମାନଙ୍କ ଆଶାନୁସାରେ କଲେ, ତାହା ନୁହେଁ, ମାତ୍ର ଈଶ୍ବରଙ୍କ ଇଚ୍ଛା ଦ୍ୱାରା ଚାଳିତ ହୋଇ ପ୍ରଥମେ ଆପଣା ଆପଣାକୁ ପ୍ରଭୁଙ୍କ ନିକଟରେ ଏବଂ ଆମ୍ଭମାନଙ୍କ ନିକଟରେ ସମର୍ପଣ କଲେ।
ପତ୍ର (ପରଲୋକଗତମାନଙ୍କ ପାଇଁ)
13ହେ ଭାଇମାନେ, ଭରସାହୀନ ଅନ୍ୟ ସମସ୍ତଙ୍କ ପରି ତୁମ୍ଭେମାନେ ଯେପରି ଶୋକାକୁଳ ନ ହୁଅ, ଏଥିନିମନ୍ତେ ମହାନିଦ୍ରାପ୍ରାପ୍ତ ଲୋକମାନଙ୍କ ବିଷୟରେ ତୁମ୍ଭେମାନେ ଯେ ଅଜ୍ଞ ଥାଅ, ଏହା ଆମ୍ଭମାନଙ୍କ ଇଚ୍ଛା ନୁହେଁ। 14କାରଣ ଯଦି ଆମ୍ଭେମାନେ ବିଶ୍ୱାସ କରୁ ଯେ, ଯୀଶୁ ମୃତ୍ୟୁଭୋଗ କରି ପୁନର୍ବାର ଉଠିଅଛନ୍ତି, ତେବେ ଈଶ୍ବର ଯେ ଯୀଶୁଙ୍କ ଦ୍ୱାରା ମହାନିଦ୍ରାପ୍ରାପ୍ତ ଲୋକମାନଙ୍କୁ ସେହି ପ୍ରକାରେ ତାହାଙ୍କ ସାଙ୍ଗରେ ଆଣିବେ, ଏହା ମଧ୍ୟ ବିଶ୍ୱାସ କରିବା ଉଚିତ। 15ଯେଣୁ ଆମ୍ଭେମାନେ ପ୍ରଭୁଙ୍କ ବାକ୍ୟାନୁସାରେ ତୁମ୍ଭମାନଙ୍କୁ ଏହା କହୁଅଛୁ, ଆମ୍ଭେମାନେ ଯେତେ ଲୋକ ପ୍ରଭୁଙ୍କ ଆଗମନ ପର୍ଯ୍ୟନ୍ତ ଜୀବିତ ରହି ଅବଶିଷ୍ଟ ଥିବୁ, ଆମ୍ଭେମାନେ କୌଣସି ପ୍ରକାରେ ମହାନିଦ୍ରାପ୍ରାପ୍ତ ଲୋକଙ୍କର ଅଗ୍ରଗାମୀ ହେବୁ ନାହିଁ। 16କାରଣ ପ୍ରଭୁ ଆପେ ଆଦେଶ ଦେଇ ପ୍ରଧାନ ଦୂତଙ୍କ ସ୍ୱର ଓ ଈଶ୍ବରଙ୍କ ତୂରୀବାଦ୍ୟ ସହିତ ସ୍ୱର୍ଗରୁ ଅବତରଣ କରିବେ, ସେଥିରେ ଯେଉଁମାନେ ଖ୍ରୀଷ୍ଟଙ୍କଠାରେ ଥାଇ ମରିଅଛନ୍ତି, ସେମାନେ ପ୍ରଥମରେ ଉଠିବେ; 17ପରେ ଆମ୍ଭେମାନେ ଯେତେ ଲୋକ ଜୀବିତ ରହି ଅବଶିଷ୍ଟ ଥିବୁ, ପ୍ରଭୁଙ୍କ ସହିତ ସାକ୍ଷାତ କରିବା ନିମନ୍ତେ ଆମ୍ଭେମାନେ ସେମାନଙ୍କ ସହ ମେଘମାଳାରେ ଶୂନ୍ୟମଣ୍ଡଳକୁ ନୀତ ହେବୁ; ଏହି ପ୍ରକାରେ ଆମ୍ଭେମାନେ ସର୍ବଦା ପ୍ରଭୁଙ୍କ ସହିତ ରହିବୁ।
ସୁସମାଚାର
1ସେ ଲୋକମାନଙ୍କ କର୍ଣ୍ଣଗୋଚରରେ ଆପଣାର ସବୁ କଥା ଶେଷ କରି କଫର୍ନାହୂମରେ ପ୍ରବେଶ କଲେ। 2ସେ ସମୟରେ ଜଣେ ଶତ-ସେନାପତିଙ୍କର ଦାସ ଅସୁସ୍ଥ ହୋଇ ମଲା ଭଳି ହୋଇଥିଲା, ସେ ତାହାଙ୍କର ପ୍ରିୟପାତ୍ର ଥିଲେ। 3ସେ ଯୀଶୁଙ୍କ ବିଷୟରେ ଖବର ପାଇ, ସେ ଯେପରି ଆସି ତାହାଙ୍କ ଦାସର ପ୍ରାଣ ରକ୍ଷା କରନ୍ତି, ଏଥିନିମନ୍ତେ ତାହାଙ୍କ ପାଖକୁ ଯିହୁଦୀମାନଙ୍କର କେତେକ ପ୍ରାଚୀନମାନଙ୍କୁ ପଠାଇ ତାହାଙ୍କୁ ଅନୁରୋଧ କଲେ। 4ସେମାନେ ଯୀଶୁଙ୍କ ନିକଟରେ ପହଞ୍ଚି ତାହାଙ୍କୁ ବିଶେଷ ବିନତି କରି କହିବାକୁ ଲାଗିଲେ, ଆପଣ ଯେ ତାହାଙ୍କ ନିମନ୍ତେ ଏହା କରିବେ, ସେ ସେଥିର ଯୋଗ୍ୟ ଅଟନ୍ତି; 5କାରଣ ସେ ଆମ୍ଭ ଯିହୁଦୀ ଲୋକମାନଙ୍କୁ ପ୍ରେମ କରନ୍ତି ଓ ଆପେ ଆମ୍ଭମାନଙ୍କ ନିମନ୍ତେ ସମାଜଗୃହ ନିର୍ମାଣ କରିଅଛନ୍ତି। 6ସେଥିରେ ଯୀଶୁ ସେମାନଙ୍କ ସହିତ ଗଲେ। ସେ ଘରର ଅଳ୍ପ ଦୂରରେ ଉପସ୍ଥିତ ହୁଅନ୍ତେ, ଶତ-ସେନାପତି ବନ୍ଧୁମାନଙ୍କୁ ପଠାଇ ତାହାଙ୍କୁ କହିଲେ, ପ୍ରଭୁ, କଷ୍ଟ କରନ୍ତୁ ନାହିଁ; କାରଣ ଆପଣ ଯେ ମୋ ଘରେ ପାଦ ପକାଇବେ, ମୁଁ ଏପରି ଯୋଗ୍ୟ ନୁହେଁ; 7ଏଣୁ ମୁଁ ଆପଣଙ୍କ ନିକଟକୁ ଯିବାକୁ ନିଜକୁ ଯୋଗ୍ୟ ବିଚାର କଲି ନାହିଁ; କିନ୍ତୁ ପଦେ ଆଜ୍ଞା କରନ୍ତୁ, ମୋହର ଦାସ ସୁସ୍ଥ ହେବ। 8କାରଣ ମୁଁ ପରାଧୀନ ମନୁଷ୍ୟ ହେଲେ ମଧ୍ୟ ମୋହର ଅଧୀନରେ ସୈନ୍ୟମାନେ ଅଛନ୍ତି; ଆଉ, ମୁଁ ଜଣକୁ ଯାଅ କହିଲେ ସେ ଯାଏ; ଅନ୍ୟକୁ ଆସ କହିଲେ ସେ ଆସେ; ପୁଣି, ମୋହର ଦାସକୁ ଏହା କର କହିଲେ ସେ ତାହା କରେ। 9ଯୀଶୁ ଏସମସ୍ତ କଥା ଶୁଣି ତାହାଙ୍କ ବିଷୟରେ ଚକିତ ହେଲେ, ଆଉ ବୁଲିପଡ଼ି ତାହାଙ୍କ ପଛରେ ଆସୁଥିବା ଲୋକମାନଙ୍କୁ କହିଲେ, “ମୁଁ ତୁମ୍ଭମାନଙ୍କୁ କହୁଅଛି, ଇସ୍ରାଏଲ ମଧ୍ୟରେ ମଧ୍ୟ ମୁଁ ଏଡ଼େ ବଡ଼ ବିଶ୍ୱାସ ପାଇ ନାହିଁ।” 10ଆଉ ପଠାଯାଇଥିବା ଲୋକମାନେ ଘରକୁ ଫେରିଆସି ଦାସକୁ ସୁସ୍ଥ ଦେଖିଲେ।
ସୁସମାଚାର (ପରଲୋକଗତମାନଙ୍କ ପାଇଁ)
24ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ମୋହର ବାକ୍ୟ ଶୁଣି ମୋହର ପ୍ରେରଣକର୍ତ୍ତାଙ୍କୁ ବିଶ୍ୱାସ କରେ, ସେ ଅନନ୍ତ ଜୀବନ ପ୍ରାପ୍ତ ହୋଇଅଛି, ପୁଣି, ସେ ବିଚାରିତ ନ ହୋଇ ବରଂ ମୃତ୍ୟୁକୁ ଅତିକ୍ରମ କରି ଜୀବନରେ ପ୍ରବେଶ କରିଅଛି। 25ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେଉଁ ସମୟରେ ମୃତମାନେ ଈଶ୍ବରଙ୍କ ପୁତ୍ରଙ୍କ ସ୍ୱର ଶୁଣିବେ ଓ ଯେଉଁମାନେ ଶୁଣିବେ, ସେମାନେ ଜୀବିତ ହେବେ ଏପରି ସମୟ ଆସୁଅଛି, ପୁଣି, ବର୍ତ୍ତମାନ ସୁଦ୍ଧା ଉପସ୍ଥିତ। 26କାରଣ ପିତା ଯେପରି ସ୍ୱୟଂଜୀବୀ, ସେହିପରି ସେ ପୁତ୍ରଙ୍କୁ ମଧ୍ୟ ସ୍ୱୟଂଜୀବୀ ହେବାକୁ ଦେଇଅଛନ୍ତି; 27ଆଉ, ସେ ମନୁଷ୍ୟପୁତ୍ର ହେବାରୁ ସେ ତାହାଙ୍କୁ ବିଚାର କରିବାର ଅଧିକାର ଦେଲେ। 28ଏଥିରେ ଚମତ୍କୃତ ହୁଅ ନାହିଁ, କାରଣ ଯେଉଁ ସମୟରେ ସମାଧିସ୍ଥ ସମସ୍ତେ ତାହାଙ୍କ ସ୍ୱର ଶୁଣିବେ ଏବଂ ଯେଉଁମାନେ ସତ୍କର୍ମ କରିଅଛନ୍ତି, 29ସେମାନେ ଜୀବନର ପୁନରୁତ୍ଥାନ ନିମନ୍ତେ ଓ ଯେଉଁମାନେ ଅସତ୍ କର୍ମ କରିଅଛନ୍ତି, ସେମାନେ ଦଣ୍ଡର ପୁନରୁତ୍ଥାନ ନିମନ୍ତେ ବାହାର ହୋଇ ଆସିବେ, ଏପରି ସମୟ ଆସୁଅଛି।” 30“ମୁଁ ନିଜେ କିଛି କରିପାରେ ନାହିଁ; ମୁଁ ଯେପରି ଶୁଣେ, ସେହିପରି ବିଚାର କରେ, ଆଉ ମୋହର ବିଚାର ଯଥାର୍ଥ, କାରଣ ମୁଁ ଆପଣାର ଇଚ୍ଛା ସାଧନ କରିବାକୁ ଚେଷ୍ଟା ନ କରି ମୋହର ପ୍ରେରଣକର୍ତ୍ତାଙ୍କର ଇଚ୍ଛା ସାଧନ କରିବାକୁ ଚେଷ୍ଟା କରେ।
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଅକ୍ଟୋବର 25 ନାଗରିକ ପଞ୍ଜିକାର ନଭେମ୍ବର 7। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର