Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ନଭେମ୍ବର 2026 › ନଭେମ୍ବର 9

ଅର୍ଥୋଡକ୍ସ ପଞ୍ଜିକା · 27 ଅକ୍ଟୋବର (ପୁରୁଣା ଶୈଳୀ)

ଅର୍ଥୋଡକ୍ସ ଦୈନିକ ପାଠ — 9 ନଭେମ୍ବର 2026

ସୋମବାର · ପେଣ୍ଟିକଷ୍ଟ ପରେ 24ତମ ସପ୍ତାହ · ସ୍ୱର 6

ପର୍ବ ଓ ସନ୍ଥ

Martyr Nestor of Thessalonica († c. 306)

ଉପବାସ

ଉପବାସ ନାହିଁ

ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍‌ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।

ଦିନର ପାଠ

ପତ୍ର

ପ୍ର.ଥେସ 2:20–3:8

20ତୁମ୍ଭେମାନେ ତ ଆମ୍ଭମାନଙ୍କ ଗୌରବ ଓ ଆନନ୍ଦର କାରଣ ଅଟ। 3:1ଅତଏବ ଆମ୍ଭେମାନେ ଆଉ ସହି ନ ପାରିବାରୁ ଆଥିନୀ ସହରରେ ଏକାକୀ ପଛରେ ରହିବା ପାଇଁ ସ୍ଥିର କଲୁ; 2ପୁଣି, ତୁମ୍ଭମାନଙ୍କ ବିଶ୍ୱାସ ସମ୍ବନ୍ଧରେ ତୁମ୍ଭମାନଙ୍କୁ ଉତ୍ସାହ ଦେବାକୁ ଓ ତୁମ୍ଭମାନଙ୍କୁ ସୁସ୍ଥିର କରିବାକୁ, ଖ୍ରୀଷ୍ଟଙ୍କ ସୁସମାଚାର କାର୍ଯ୍ୟରେ ଈଶ୍ବରଙ୍କ ସହକର୍ମୀ ଆମ୍ଭମାନଙ୍କ ଭାଇ ତୀମଥିଙ୍କୁ ପଠାଇଲୁ, 3ଯେପରି କେହି ଏହି ସମସ୍ତ କ୍ଲେଶ ମଧ୍ୟରେ ବିଚଳିତ ନ ହୁଏ। କାରଣ ଆମ୍ଭେମାନେ ଏଥିନିମନ୍ତେ ନିରୂପିତ ବୋଲି ତୁମ୍ଭେମାନେ ତ ଜାଣ। 4ଆମ୍ଭମାନଙ୍କୁ ଯେ କ୍ଲେଶ ଭୋଗ କରିବାକୁ ହେବ, ଏହା ଆମ୍ଭେମାନେ ତୁମ୍ଭମାନଙ୍କ ସହିତ ଥିବା ସମୟରେ ହିଁ ତୁମ୍ଭମାନଙ୍କୁ ପୂର୍ବରୁ ଥରକୁଥର କହିଥିଲୁ, ପୁଣି, ସେହିପରି ଘଟିଅଛି, ତୁମ୍ଭେମାନେ ତାହା ଜାଣ। 5ଏଥିନିମନ୍ତେ, କାଳେ ପରୀକ୍ଷକ ତୁମ୍ଭମାନଙ୍କୁ ପରୀକ୍ଷା କରିବ ଓ ଆମ୍ଭମାନଙ୍କ ପରିଶ୍ରମ ବ୍ୟର୍ଥ ହୋଇଯିବ, ଏହା ଚିନ୍ତା କରି ମୁଁ ମଧ୍ୟ ଆଉ ସହି ନ ପାରିବାରୁ ତୁମ୍ଭମାନଙ୍କ ବିଶ୍ୱାସ ବିଷୟ ଜାଣିବା ପାଇଁ ଲୋକ ପଠାଇଲି। 6କିନ୍ତୁ ଏବେ ତୀମଥି ତୁମ୍ଭମାନଙ୍କ ନିକଟରୁ ଆମ୍ଭମାନଙ୍କ ନିକଟକୁ ଫେରିଆସି ତୁମ୍ଭମାନଙ୍କ ବିଶ୍ୱାସ ଓ ପ୍ରେମ ସମ୍ବନ୍ଧରେ, ପୁଣି, ଆମ୍ଭେମାନେ ଯେପରି ତୁମ୍ଭମାନଙ୍କୁ ଦେଖିବାକୁ ଇଚ୍ଛା କରୁଅଛୁ, ସେହିପରି ତୁମ୍ଭେମାନେ ସର୍ବଦା ଆମ୍ଭମାନଙ୍କୁ ସ୍ମରଣରେ ରଖି ଯେ ଆମ୍ଭମାନଙ୍କୁ ଦେଖିବାକୁ ଇଚ୍ଛା କରୁଅଛ, ଏହି ବିଷୟରେ ଆମ୍ଭମାନଙ୍କୁ ସୁସମାଚାର ଦେଇଅଛନ୍ତି; 7ଏଥିନିମନ୍ତେ, ହେ ଭାଇମାନେ, ତୁମ୍ଭମାନଙ୍କ ବିଶ୍ୱାସ ଦ୍ୱାରା ଆମ୍ଭେମାନେ ଆମ୍ଭମାନଙ୍କ ସମସ୍ତ ସଙ୍କଟ ଓ କ୍ଲେଶ ଭୋଗରେ ତୁମ୍ଭମାନଙ୍କ ବିଷୟରେ ସାନ୍ତ୍ୱନାପ୍ରାପ୍ତ ହୋଇଅଛୁ; 8କାରଣ ଆମ୍ଭେମାନେ ଏବେ ଜୀବିତ ଯଦି ତୁମ୍ଭେମାନେ ପ୍ରଭୁଙ୍କଠାରେ ସୁସ୍ଥିର ହୋଇଥାଅ।

ସୁସମାଚାର

ଲୂକ 10:22–24

22“ମୋହର ପିତାଙ୍କ ଅଧିକାରର ସମସ୍ତ ବିଷୟ ମୋʼ ଠାରେ ସମର୍ପିତ ହୋଇଅଛି; ଆଉ, ପୁତ୍ର କିଏ, ଏହା ପିତାଙ୍କ ବିନା କେହି ଜାଣେ ନାହିଁ, ପୁଣି, ପିତା କିଏ, ଏହା ପୁତ୍ରଙ୍କ ବିନା କେହି ଜାଣେ ନାହିଁ, ଆଉ ପୁତ୍ର ଯାହା ନିକଟରେ ତାହାଙ୍କୁ ପ୍ରକାଶ କରିବାକୁ ଇଚ୍ଛା କରନ୍ତି, ସେ ଜାଣେ।” 23ପୁଣି, ସେ ଶିଷ୍ୟମାନଙ୍କ ପ୍ରତି ବୁଲିପଡ଼ି କେବଳ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଯାହା ଯାହା ଦେଖୁଅଛ, ସେହିସବୁ ଯେଉଁ ଚକ୍ଷୁ ଦେଖେ, ତାହା ଧନ୍ୟ। 24କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ଯାହା ଯାହା ଦେଖୁଅଛ ସେହିସବୁ ଅନେକ ଭାବବାଦୀ ଓ ରାଜା ଦେଖିବାକୁ ଇଚ୍ଛା କଲେ, କିନ୍ତୁ ଦେଖିଲେ ନାହିଁ; ପୁଣି, ତୁମ୍ଭେମାନେ ଯାହା ଯାହା ଶୁଣୁଅଛ ସେହିସବୁ ସେମାନେ ଶୁଣିବାକୁ ଇଚ୍ଛା କଲେ, କିନ୍ତୁ ଶୁଣିଲେ ନାହିଁ।”

ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଅକ୍ଟୋବର 27 ନାଗରିକ ପଞ୍ଜିକାର ନଭେମ୍ବର 9। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର