Bible Explorer ଆପ୍ ପାଆନ୍ତୁ

ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ନଭେମ୍ବର 2026 › ନଭେମ୍ବର 10

କାଥଲିକ୍ ପଞ୍ଜିକା

ଦୈନିକ ବାଇବେଲ ପାଠ (କାଥଲିକ୍) — 10 ନଭେମ୍ବର 2026

ମଙ୍ଗଳବାର · ସାଧାରଣ କାଳର 32ତମ ସପ୍ତାହ

ପର୍ବ ଓ ସନ୍ଥ

ସାଧାରଣ କାଳର 32ତମ ସପ୍ତାହର ମଙ୍ଗଳବାର

ସ୍ମୃତି ଦିବସ · ଉପାସନାର ରଙ୍ଗ: ଧଳା

ସନ୍ଥ ମହାନ ଲିଓ, ପୋପ୍ ଓ ମଣ୍ଡଳୀର ଆଚାର୍ଯ୍ୟ · ସ୍ମୃତି ଦିବସ

ଦିନର ପାଠ

ପ୍ରଥମ ପାଠ

ତୀତ 2:1–8, 11–14

1କିନ୍ତୁ ତୁମ୍ଭେ ହିତଜନକ ଶିକ୍ଷାର ଉପଯୁକ୍ତ କଥା କୁହ। 2ବୃଦ୍ଧ ପୁରୁଷମାନଙ୍କୁ ମିତଭୋଗୀ, ଗମ୍ଭୀର, ସୁବୁଦ୍ଧି ପୁଣି, ବିଶ୍ୱାସ, ପ୍ରେମ ଓ ସହିଷ୍ଣୁତାରେ ସବଳ ହେବାକୁ, 3ପୁଣି, ବୃଦ୍ଧ ସ୍ତ୍ରୀମାନଙ୍କୁ ସେହିପରି ପରନିନ୍ଦୁକା ଓ ମଦ୍ୟପାନରେ ଆସକ୍ତା ନ ହୋଇ ଶୁଦ୍ଧାଚାରିଣୀ ହେବାକୁ ଓ ସୁଶିକ୍ଷା ଦେବାକୁ ଅନୁରୋଧ କର; 4ଈଶ୍ଵରଙ୍କ ବାକ୍ୟ ଯେପରି ନିନ୍ଦିତ ନ ହୁଏ, ଏଥିନିମନ୍ତେ ସେମାନେ ଯୁବତୀମାନଙ୍କୁ ପତିବ୍ରତା, 5ସନ୍ତାନବତ୍ସଳା, ଆତ୍ମସଂଯମୀ, ସତୀ, ସୁଗୃହିଣୀ, ସୁଶୀଳା ଓ ଆପଣା ଆପଣା ସ୍ୱାମୀର ବଶୀଭୂତା ହେବାକୁ ଶିକ୍ଷା ଦିଅନ୍ତୁ। 6ସେହିପରି ଯୁବକମାନଙ୍କୁ ସର୍ବ ବିଷୟରେ ସୁବୁଦ୍ଧି ହେବା ପାଇଁ ଉତ୍ସାହ ଦିଅ; 7ତୁମ୍ଭେ ନିଜେ ଆପଣା ଆଚରଣରେ ସତ୍କର୍ମର ଆଦର୍ଶ ଦେଖାଅ, ଶିକ୍ଷାରେ ନିଷ୍କପଟ ଓ ଗଭୀର ଭାବ ଏବଂ ହିତଜନକ ଅଖଣ୍ଡନୀୟ ବାକ୍ୟ ପ୍ରକାଶ କର, 8ଯେପରି ବିପକ୍ଷ ଲୋକ, ଆମ୍ଭମାନଙ୍କ ବିଷୟରେ କୌଣସି ମନ୍ଦ କଥା କହି ନ ପାରି ଲଜ୍ଜିତ ହେବ। 11କାରଣ ସମସ୍ତ ମାନବର ପରିତ୍ରାଣ ନିମନ୍ତେ ଈଶ୍ବରଙ୍କ ଅନୁଗ୍ରହ ପ୍ରକାଶିତ ହୋଇଅଛି, 12ପୁଣି, ଆମ୍ଭେମାନେ ଯେପରି ଅଧର୍ମ ଓ ସାଂସାରିକ ଅଭିଳାଷ ପରିତ୍ୟାଗ କରି ଏହି ବର୍ତ୍ତମାନ ଯୁଗରେ ସୁବୁଦ୍ଧି, ଧାର୍ମିକ ଓ ଭକ୍ତ ଭାବରେ ଜୀବନଯାପନ କରୁ, 13ଆଉ ସେହି ଆନନ୍ଦଦାୟକ ଭରସା ପୁଣି, ଆମ୍ଭମାନଙ୍କ ମହାନ ଈଶ୍ବର ଓ ତ୍ରାଣକର୍ତ୍ତା ଖ୍ରୀଷ୍ଟ ଯୀଶୁଙ୍କ ଗୌରବର ପ୍ରକାଶ ଅପେକ୍ଷାରେ ରହୁ, ଏଥିନିମନ୍ତେ ଶିକ୍ଷା ଦେଉଅଛି। 14ସେହି ଖ୍ରୀଷ୍ଟ ଯୀଶୁ ଆମ୍ଭମାନଙ୍କୁ ସମସ୍ତ ଅଧର୍ମରୁ ମୁକ୍ତ କରିବାକୁ ଓ ଆପଣା ନିମନ୍ତେ ସତ୍କର୍ମରେ ଉଦ୍‌ଯୋଗୀ ନିଜସ୍ୱ ଲୋକ ସ୍ୱରୂପେ ଶୁଦ୍ଧ କରିବାକୁ ଆମ୍ଭମାନଙ୍କ ନିମନ୍ତେ ଆପଣାକୁ ଦେଲେ।

ପ୍ରତିଉତ୍ତର ଗୀତ

ଗୀତ 37:3–4, 18, 23, 27, 29

3ସଦାପ୍ରଭୁଙ୍କଠାରେ ନିର୍ଭର ରଖି ସୁକର୍ମ କର; ଦେଶରେ ବାସ କରି ବିଶ୍ୱସ୍ତତାର ଅନୁଗାମୀ ହୁଅ। 4ମଧ୍ୟ ସଦାପ୍ରଭୁଙ୍କଠାରେ ଆନନ୍ଦ କର; ତହିଁରେ ସେ ତୁମ୍ଭର ମନୋବାଞ୍ଛା ପୂର୍ଣ୍ଣ କରିବେ। 18ସଦାପ୍ରଭୁ ସିଦ୍ଧ ଲୋକମାନଙ୍କ ଦିନସବୁ ଜାଣନ୍ତି ଓ ସେମାନଙ୍କ ଅଧିକାର ଅନନ୍ତକାଳସ୍ଥାୟୀ ହେବ। 23ସଦାପ୍ରଭୁଙ୍କ ଦ୍ୱାରା ମନୁଷ୍ୟର ଗତି ସ୍ଥିରୀକୃତ ହୁଏ ଓ ସେ ତାହାର ପଥରେ ସନ୍ତୁଷ୍ଟ ହୁଅନ୍ତି। 27ମନ୍ଦଠାରୁ ଦୂର ହୁଅ ଓ ସୁକର୍ମ କର; ତେବେ ତୁମ୍ଭେ ଅନନ୍ତକାଳ ବାସ କରିବ। 29ଧାର୍ମିକ ଦେଶାଧିକାର କରିବ ଓ ସଦାକାଳ ତହିଁରେ ବାସ କରିବ।

ସୁସମାଚାର

ଲୂକ 17:7–10

7“କିନ୍ତୁ ତୁମ୍ଭମାନଙ୍କ ମଧ୍ୟରେ ଏପରି ଲୋକ କିଏ ଅଛି, ଯାହାର ଦାସ ହଳ ବୁଲାଇ କିମ୍ବା ପଶୁ ଚରାଇ କ୍ଷେତରୁ ଆସିଲେ ସେ ତାହାକୁ କହିବ, ଏହିକ୍ଷଣି ଆସି ଖାଇ ବସ? 8ସେ କଅଣ ବରଂ ତାହାକୁ କହିବ ନାହିଁ, ମୋହର ଖାଇବାର ଠିକ୍ କର, ପୁଣି, ମୁଁ ଖିଆପିଆ ଶେଷ ନ କରିବା ପର୍ଯ୍ୟନ୍ତ ଅଣ୍ଟା ବାନ୍ଧି ମୋହର ସେବା କର, ତାହା ପରେ ତୁ ଖିଆପିଆ କରିବୁ? 9ଦାସ ଆଦେଶ ଅନୁସାରେ କାମ କରିବାରୁ ସେ କଅଣ ତାହାକୁ ଧନ୍ୟବାଦ ଦିଏ? 10ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ଆଦେଶ ଅନୁସାରେ ସବୁ କାମ କଲା ପରେ କୁହ, ‘ଆମ୍ଭେମାନେ ଅକର୍ମଣ୍ୟ ଦାସ, ଯାହା କର୍ତ୍ତବ୍ୟ, କେବଳ ତାହା କରିଅଛୁ।’”

ଆଜିର ସନ୍ଥ

ସାଧାରଣ ରୋମୀୟ ପଞ୍ଜିକା; ବିଶପ୍‌ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର A, ସପ୍ତାହ ଦିନର ବର୍ଷ II।

ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର