ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ନଭେମ୍ବର 2026 › ନଭେମ୍ବର 10
ଅର୍ଥୋଡକ୍ସ ପଞ୍ଜିକା · 28 ଅକ୍ଟୋବର (ପୁରୁଣା ଶୈଳୀ)
ଅର୍ଥୋଡକ୍ସ ଦୈନିକ ପାଠ — 10 ନଭେମ୍ବର 2026
ମଙ୍ଗଳବାର · ପେଣ୍ଟିକଷ୍ଟ ପରେ 24ତମ ସପ୍ତାହ · ସ୍ୱର 6
ପର୍ବ ଓ ସନ୍ଥ
Great Martyr Paraskeva (Piatnitsa) of Iconium (3rd C)
ଉପବାସ
ଉପବାସ ନାହିଁ
ଏହା ମଠର ନିୟମ ଅନୁସାରେ। ପ୍ୟାରିସ୍ରେ ଉପବାସର ମାତ୍ରା ନିଜ ପାପସ୍ୱୀକାର ଶ୍ରବଣକାରୀଙ୍କ ସହିତ ସ୍ୱାସ୍ଥ୍ୟ, ବୟସ ଓ ପରିସ୍ଥିତି ଅନୁସାରେ ସ୍ଥିର କରାଯାଏ।
ଦିନର ପାଠ
ପତ୍ର
9ହଁ, ଆମ୍ଭମାନଙ୍କ ଈଶ୍ବରଙ୍କ ଛାମୁରେ ତୁମ୍ଭମାନଙ୍କ ପାଇଁ ଆମ୍ଭେମାନେ ଯେ, ସମସ୍ତେ ଆନନ୍ଦରେ ଆନନ୍ଦିତ ହେଉଅଛୁ, ସେଥିର ପ୍ରତିଦାନ ସ୍ୱରୂପେ ତୁମ୍ଭମାନଙ୍କ ନିମନ୍ତେ ଈଶ୍ବରଙ୍କୁ କିପରି ଧନ୍ୟବାଦ ଦେଇପାରୁ? 10ତୁମ୍ଭମାନଙ୍କ ବିଶ୍ୱାସର ଯାହା କିଛି ଉଣା ଅଛି, ତାହା ସମ୍ପୂର୍ଣ୍ଣ କରିବା ନିମନ୍ତେ ଆମ୍ଭେମାନେ ତୁମ୍ଭମାନଙ୍କ ସହିତ ଯେପରି ସାକ୍ଷାତ କରିପାରୁ, ଏଥିପାଇଁ ଦିବାରାତ୍ର ପ୍ରାର୍ଥନା କରୁଅଛୁ। 11ଆମ୍ଭମାନଙ୍କ ଈଶ୍ବର ଓ ପିତା ନିଜେ ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ତୁମ୍ଭମାନଙ୍କ ନିକଟକୁ ଆମ୍ଭମାନଙ୍କ ଆଗମନର ପଥ ସୁଗମ କରନ୍ତୁ; 12ଆଉ, ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କର ଯେପରି ପ୍ରେମ, ସେହିପରି ପରସ୍ପର ସହିତ ଓ ସମସ୍ତଙ୍କ ପ୍ରତି ତୁମ୍ଭମାନଙ୍କ ପ୍ରେମ ପ୍ରଭୁ ଆହୁରି ଅଧିକ ରୂପେ ବଢ଼ାଇ ଦିଅନ୍ତୁ। 13ସେ ତୁମ୍ଭମାନଙ୍କ ହୃଦୟ ସୁସ୍ଥିର କରି ରଖନ୍ତୁ, ଯେପରି ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଆପଣା ସମସ୍ତ ସାଧୁଙ୍କ ସହିତ ଆଗମନ କରିବା ସମୟରେ ତୁମ୍ଭେମାନେ ଆମ୍ଭମାନଙ୍କ ଈଶ୍ବର ଓ ପିତାଙ୍କ ଛାମୁରେ ପବିତ୍ରତାରେ ଅନିନ୍ଦନୀୟ ଦେଖାଯିବ।
ସୁସମାଚାର
1ଥରେ ସେ କୌଣସି ଗୋଟିଏ ସ୍ଥାନରେ ପ୍ରାର୍ଥନା କରୁଥିଲେ; ସେ ପ୍ରାର୍ଥନା ସମାପ୍ତ କରନ୍ତେ ତାହାଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ କହିଲେ, ହେ ପ୍ରଭୁ, ଯୋହନ ଯେପରି ଆପଣା ଶିଷ୍ୟମାନଙ୍କୁ ପ୍ରାର୍ଥନା କରିବାକୁ ଶିଖାଇଲେ, ଆପଣ ମଧ୍ୟ ସେହିପରି ଆମ୍ଭମାନଙ୍କୁ ପ୍ରାର୍ଥନା କରିବାକୁ ଶିଖାଅନ୍ତୁ। 2ଏଥିରେ ସେ ସେମାନଙ୍କୁ କହିଲେ, “ଯେତେବେଳେ ତୁମ୍ଭେମାନେ ପ୍ରାର୍ଥନା କର, ସେତେବେଳେ କୁହ, ‘ପିତଃ, ତୁମ୍ଭ ନାମ ପବିତ୍ର ବୋଲି ମାନ୍ୟ ହେଉ। ତୁମ୍ଭର ରାଜ୍ୟ ଆସୁ। 3ପ୍ରତିଦିନ ଆମ୍ଭମାନଙ୍କୁ ପ୍ରୟୋଜନୀୟ ଆହାର ଦିଅ। 4ଆମ୍ଭମାନଙ୍କର ପାପସବୁ କ୍ଷମା କର, କାରଣ ଆମ୍ଭେମାନେ ମଧ୍ୟ ଆପଣା ଆପଣାର ପ୍ରତ୍ୟେକ ଅପରାଧୀକୁ କ୍ଷମା କରୁ। ପରୀକ୍ଷାରେ ଆମ୍ଭମାନଙ୍କୁ ଆଣ ନାହିଁ।’” 5ଆଉ, ସେ ସେମାନଙ୍କୁ କହିଲେ, “ତୁମ୍ଭମାନଙ୍କର କାହାରି ଏପରି ବନ୍ଧୁ ଅଛି କି, ଯାହା ନିକଟକୁ ଅଧରାତିରେ ସେ ଯାଇ କହିବ, ‘ହେ ବନ୍ଧୁ, ମୋତେ ତିନୋଟି ରୁଟି ଉଧାର ଦିଅ, 6କାରଣ ମୋହର ଜଣେ ପଥିକ ବନ୍ଧୁ ମୋʼ ନିକଟକୁ ଆସିଅଛନ୍ତି, ତାହାଙ୍କୁ ଖାଦ୍ୟ ପରିବେଷଣ କରିବା ପାଇଁ ମୋʼ ପାଖରେ କିଛି ନାହିଁ,’ 7ଆଉ ସେ ଭିତରୁ ଏପରି ଉତ୍ତର ଦେବ, ‘ମୋତେ କଷ୍ଟ ଦିଅ ନାହିଁ; ଦ୍ୱାର ବନ୍ଦ ହେଲାଣି, ଆଉ ମୋହର ପିଲାମାନେ ମୋʼ ସାଙ୍ଗରେ ଶୋଇଛନ୍ତି; ମୁଁ ଉଠି ତୁମ୍ଭକୁ ଦେଇ ପାରିବି ନାହିଁ?’ 8ମୁଁ ତୁମ୍ଭମାନଙ୍କୁ କହୁଅଛି, ସେ ଯଦ୍ୟପି ତାହାର ବନ୍ଧୁ ହେବାରୁ ଉଠି ନ ଦେବ, ତଥାପି ସେ ଥରକୁଥର ମାଗିବାରୁ ସେ ଉଠି, ତାହାର ଯେତେ ଆବଶ୍ୟକ, ତାହାକୁ ସେତେ ଦେବ। 9ମୁଁ ମଧ୍ୟ ତୁମ୍ଭମାନଙ୍କୁ କହୁଅଛି, ମାଗ, ସେଥିରେ ତୁମ୍ଭମାନଙ୍କୁ ଦିଆଯିବ; ଖୋଜ, ସେଥିରେ ତୁମ୍ଭେମାନେ ସନ୍ଧାନ ପାଇବ; ଦ୍ୱାରରେ ଆଘାତ କର, ସେଥିରେ ତୁମ୍ଭମାନଙ୍କ ନିମନ୍ତେ ଦ୍ୱାର ଫିଟାଇ ଦିଆଯିବ। 10କାରଣ ଯେ କେହି ମାଗେ, ସେ ପାଏ; ଯେ ଖୋଜେ, ସେ ସନ୍ଧାନ ପାଏ; ଆଉ, ଯେ ଦ୍ୱାରରେ ଆଘାତ କରେ, ତାହା ନିମନ୍ତେ ଦ୍ୱାର ଫିଟାଇଦିଆଯିବ।
ତାରିଖ ରୁଷ ମଣ୍ଡଳୀର ଜୁଲିଆନ୍ ପଞ୍ଜିକା ଅନୁସାରେ (ସର୍ବୀୟ ଓ ଜର୍ଜୀୟ ମଣ୍ଡଳୀ ଓ ଆଥୋସ୍ ପର୍ବତ ପରି): ମଣ୍ଡଳୀ ପଞ୍ଜିକାର ଅକ୍ଟୋବର 28 ନାଗରିକ ପଞ୍ଜିକାର ନଭେମ୍ବର 10। ନୂଆ ପଞ୍ଜିକାର ମଣ୍ଡଳୀ (ଗ୍ରୀସ୍, ରୋମାନିଆ, ବୁଲଗେରିଆ, ୟୁକ୍ରେନ୍…) ସ୍ଥିର ତାରିଖର ପର୍ବ ଓ ସନ୍ଥଙ୍କୁ ସେହି ନାଗରିକ ତାରିଖରେ, 13 ଦିନ ପୂର୍ବରୁ, ପାଳନ୍ତି, ଏବଂ ସେମାନଙ୍କର କେତେକ ପାଠ ଭିନ୍ନ; ଇଷ୍ଟର ଓ ତାହା ଉପରେ ନିର୍ଭରଶୀଳ ଦିନଗୁଡ଼ିକ ସମାନ।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର