ମୁଖ୍ୟ ପୃଷ୍ଠା › ପ୍ରତ୍ୟେକ ଦିନର ବାଇବେଲ ପାଠ › ନଭେମ୍ବର 2026 › ନଭେମ୍ବର 11
କାଥଲିକ୍ ପଞ୍ଜିକା
ଦୈନିକ ବାଇବେଲ ପାଠ (କାଥଲିକ୍) — 11 ନଭେମ୍ବର 2026
ବୁଧବାର · ସାଧାରଣ କାଳର 32ତମ ସପ୍ତାହ
ପର୍ବ ଓ ସନ୍ଥ
ସାଧାରଣ କାଳର 32ତମ ସପ୍ତାହର ବୁଧବାର
ସ୍ମୃତି ଦିବସ · ଉପାସନାର ରଙ୍ଗ: ଧଳା
ଟୁର୍ସର ସନ୍ଥ ମାର୍ଟିନ୍, ଧର୍ମାଧ୍ୟକ୍ଷ · ସ୍ମୃତି ଦିବସ
ଦିନର ପାଠ
ପ୍ରଥମ ପାଠ
1ଶାସନକର୍ତ୍ତା ଏବଂ ତାହାର ଅଧିକାରୀମାନଙ୍କର ବଶୀଭୂତ ଓ ବାଧ୍ୟ ହେବାକୁ ପୁଣି, ସମସ୍ତ ପ୍ରକାର ସତ୍କର୍ମ କରିବା ନିମନ୍ତେ ପ୍ରସ୍ତୁତ ହେବାକୁ, 2କାହାରି ନିନ୍ଦା ନ କରିବାକୁ, କାହାରି ବିରୋଧୀ ନ ହେବାକୁ, ମୃଦୁଶୀଳ ହେବାକୁ ପୁଣି, ସମସ୍ତ ଲୋକଙ୍କ ପ୍ରତି ସର୍ବପ୍ରକାରେ କୋମଳ ଭାବ ଦେଖାଇବାକୁ ସେମାନଙ୍କୁ ସ୍ମରଣ କରାଅ। 3କାରଣ ପୂର୍ବେ ଆମ୍ଭେମାନେ ମଧ୍ୟ ନିର୍ବୋଧ, ଅବାଧ୍ୟ, ଭ୍ରାନ୍ତ ପୁଣି, ନାନା ପ୍ରକାର କୁଅଭିଳାଷ ଓ ସୁଖଭୋଗର ଦାସ ଥିଲୁ, ହିଂସା ଓ ଈର୍ଷାରେ କାଳକ୍ଷେପଣ କରୁଥିଲୁ, ଆଉ ଘୃଣାର ପାତ୍ର ହୋଇ ପରସ୍ପରକୁ ଘୃଣା କରୁଥିଲୁ। 4କିନ୍ତୁ ଯେତେବେଳେ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଈଶ୍ବରଙ୍କ ଦୟା ଓ ମାନବଜାତି ପ୍ରତି ତାହାଙ୍କ ପ୍ରେମ ପ୍ରକାଶିତ ହେଲା, 5ସେତେବେଳେ ସେ ଆମ୍ଭମାନଙ୍କ କୃତ ଧର୍ମକର୍ମ ସକାଶେ ନୁହେଁ, ମାତ୍ର ଆପଣାର ଦୟାନୁସାରେ ନୂତନ ଜନ୍ମର ପ୍ରକ୍ଷାଳନ ଓ ପବିତ୍ର ଆତ୍ମାଙ୍କ ନୂତନୀକରଣ ଦ୍ୱାରା ଆମ୍ଭମାନଙ୍କୁ ପରିତ୍ରାଣ କରିଅଛନ୍ତି; 6ସେହି ପବିତ୍ର ଆତ୍ମାଙ୍କୁ ସେ ଆମ୍ଭମାନଙ୍କ ତ୍ରାଣକର୍ତ୍ତା ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ପ୍ରଚୁର ରୂପେ ଆମ୍ଭମାନଙ୍କ ଉପରେ ଢାଳି ଦେଲେ, 7ଯେପରି ଆମ୍ଭେମାନେ ତାହାଙ୍କ ଅନୁଗ୍ରହରେ ଧାର୍ମିକ ଗଣିତ ହୋଇ ଭରସାନୁସାରେ ଅନନ୍ତ ଜୀବନର ଅଧିକାରୀ ହେବୁ।
ପ୍ରତିଉତ୍ତର ଗୀତ
1ଦାଉଦଙ୍କର ଗୀତ। ସଦାପ୍ରଭୁ ମୋହର ପ୍ରତିପାଳକ; ମୋହର ଅଭାବ ହେବ ନାହିଁ। 2ସେ କୋମଳ ତୃଣମୟ ସ୍ଥାନରେ ମୋତେ ଶୟନ କରାନ୍ତି; ସେ ସ୍ଥିର ଜଳ ପାଖେ ପାଖେ ମୋତେ କଢ଼ାଇ ନିଅନ୍ତି। 3ସେ ମୋʼ ପ୍ରାଣକୁ ସୁସ୍ଥ କରନ୍ତି, ସେ ଆପଣା ନାମ ସକାଶୁ ଧର୍ମ ପଥରେ ମୋତେ କଢ଼ାଇ ନିଅନ୍ତି। 4ଏଣୁ ମୁଁ ମୃତ୍ୟୁଚ୍ଛାୟାରୂପ ଉପତ୍ୟକା ଦେଇ ଗମନ କଲେ ହେଁ କୌଣସି ଆପଦକୁ ଭୟ କରିବି ନାହିଁ; କାରଣ ତୁମ୍ଭେ ମୋହର ସହବର୍ତ୍ତୀ, ତୁମ୍ଭର ପାଞ୍ଚଣ ଓ ତୁମ୍ଭର ବାଡ଼ି ମୋତେ ସାନ୍ତ୍ୱନା ଦିଅନ୍ତି। 5ତୁମ୍ଭେ ମୋʼ ଶତ୍ରୁଗଣଙ୍କ ସାକ୍ଷାତରେ ମୋʼ ସମ୍ମୁଖରେ ମେଜ ସଜାଉଅଛ; ତୁମ୍ଭେ ତୈଳରେ ମୋʼ ମସ୍ତକ ସିକ୍ତ କରିଅଛ; ମୋʼ ପାନପାତ୍ର ଉଚ୍ଛୁଳି ପଡ଼ୁଅଛି। 6ନିଶ୍ଚୟ ମଙ୍ଗଳ ଓ ଦୟା ମୋହର ଜୀବନଯାଏ ମୋହର ପଶ୍ଚାଦ୍ଗାମୀ ହେବ; ପୁଣି, ମୁଁ ସର୍ବଦା ସଦାପ୍ରଭୁଙ୍କ ଗୃହରେ ବାସ କରିବି।
ସୁସମାଚାର
11ସେ ଯିରୂଶାଲମ ସହରକୁ ଯାତ୍ରା କରିବା ସମୟରେ ଶମିରୋଣ ଓ ଗାଲିଲୀ ମଧ୍ୟ ଦେଇ ଯାଉଥିଲେ। 12ଆଉ ଯୀଶୁ କୌଣସି ଗୋଟିଏ ଗ୍ରାମରେ ପ୍ରବେଶ କରନ୍ତେ ଦଶ ଜଣ କୁଷ୍ଠରୋଗୀ ତାହାଙ୍କ ସହିତ ସାକ୍ଷାତ କଲେ; 13ସେମାନେ ଦୂରରେ ଠିଆ ହୋଇ ଉଚ୍ଚସ୍ୱରରେ କହିଲେ, ହେ ଯୀଶୁ, ହେ ଗୁରୁ, ଆମ୍ଭମାନଙ୍କୁ ଦୟା କରନ୍ତୁ। 14ପୁଣି, ସେ ସେମାନଙ୍କୁ ଦେଖି କହିଲେ, “ତୁମ୍ଭେମାନେ ଯାଇ ନିଜ ନିଜକୁ ଯାଜକମାନଙ୍କୁ ଦେଖାଅ।” ଆଉ ସେମାନେ ଯାଉ ଯାଉ ଶୁଚି ହେଲେ। 15କିନ୍ତୁ ସେମାନଙ୍କ ମଧ୍ୟରୁ ଜଣେ ନିଜକୁ ସୁସ୍ଥ ହୋଇଥିବା ଦେଖି ଉଚ୍ଚସ୍ୱରରେ ଈଶ୍ବରଙ୍କ ମହିମା କୀର୍ତ୍ତନ କରୁ କରୁ ଫେରିଆସି, 16ଯୀଶୁଙ୍କ ଚରଣ ତଳେ ଉବୁଡ଼ ହୋଇ ତାହାଙ୍କର ଧନ୍ୟବାଦ କରିବାକୁ ଲାଗିଲା; ସେ ଜଣେ ଶମିରୋଣୀୟ ଲୋକ। 17ସେଥିରେ ଯୀଶୁ ଉତ୍ତର ଦେଲେ, “ଦଶ ଜଣ କଅଣ ଶୁଚି ହେଲେ ନାହିଁ? 18ତେବେ ଆଉ ନଅ ଜଣ କାହାନ୍ତି? ଈଶ୍ବରଙ୍କୁ ଗୌରବ ଦେବା ନିମନ୍ତେ ଏହି ଅଣଯିହୁଦୀ ଲୋକଟି ଛଡ଼ା କଅଣ ଆଉ କେହି ଫେରିଆସି ନାହିଁ?” 19ପୁଣି, ସେ ତାହାକୁ କହିଲେ, “ଉଠିଯାଅ, ତୁମ୍ଭର ବିଶ୍ୱାସ ତୁମ୍ଭକୁ ସୁସ୍ଥ କରିଅଛି।”
ଆଜିର ସନ୍ଥ
- ଟୁର୍ସର ସନ୍ଥ ମାର୍ଟିନ୍, ଧର୍ମାଧ୍ୟକ୍ଷ
ସାଧାରଣ ରୋମୀୟ ପଞ୍ଜିକା; ବିଶପ୍ମାନଙ୍କ ସମ୍ମିଳନୀ କେତେକ ପର୍ବ (ପ୍ରଭୁଙ୍କ ପ୍ରକାଶ, ସ୍ୱର୍ଗାରୋହଣ, ଖ୍ରୀଷ୍ଟଙ୍କ ଶରୀର ଓ ରକ୍ତ) ରବିବାରକୁ ଘୁଞ୍ଚାଇପାରେ କିମ୍ବା ନିଜ ପର୍ବ ଯୋଡ଼ିପାରେ। ପାଠ-ସଂଗ୍ରହ: ରବିବାରର ଚକ୍ର A, ସପ୍ତାହ ଦିନର ବର୍ଷ II।
ଉତ୍ସ: ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ · © 2017, 2019, 2021 Bridge Connectivity Solutions, CC BY-SA 4.0; changed: footnotes, headings and the letters over Psalm 119 left out, verses in the app's numbering. · ଉତ୍ସ ଓ ଅଧିକାର